Skip to content
The Believer's Library

Indian Revised Version(IRV) Odia - 2021

1 Chronicles 10 IRVOry

Show IRVOry only
Verse × ×
1 The Philistines fought Israel; Israel's men fled before them and fell slain on Mount Gilboa. ଏଥିମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍‍ବୋୟ ପର୍ବତରେ ହତ ହୋଇ ପଡ଼ିଲେ।
2 Philistines pursued Saul and his sons, and struck down Jonathan, Abinadab, and Malchishua, sons of Saul. ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କ ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ, ଅବୀନାଦବକୁ ଓ ମଲ୍‍କୀଶୂୟକୁ ବଧ କଲେ।
3 The fighting grew fierce around Saul; the archers caught up with him and badly wounded him. ଏହିରୂପେ ଶାଉଲଙ୍କ ସଙ୍ଗେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଆହତ ହେଲେ।
4 Saul told his armor-bearer, "Draw your sword, run me through, or these uncircumcised men will come and abuse me." But he refused, afraid. So Saul took the sword himself and fell on it. ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, “ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ କୌତୁକ କରିବେ।” ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।
5 When his armor-bearer saw that Saul was dead, he too fell on his sword and died. ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କର ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ମଲା।
6 So Saul died, and his three sons, and all his household died together. ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ସମସ୍ତ ପରିଜନ ଏକାସଙ୍ଗେ ମଲେ।
7 When the Israelites in the valley saw the army had fled and Saul and his sons were dead, they abandoned their towns and fled. The Philistines came and settled in them. ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିସ୍ଥ ସମସ୍ତ ଇସ୍ରାଏଲ ଲୋକ ଆପଣାମାନଙ୍କ ନଗରସବୁ ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ।
8 Next day, Philistines came to strip the dead and found Saul and his sons fallen on Mount Gilboa. ଏଥିଉତ୍ତାରେ ପରଦିନ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ପୁତ୍ରମାନଙ୍କୁ ଗିଲ୍‍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ।
9 They stripped him, took his head and armor, and sent messengers throughout Philistine land to proclaim it to their idols and the people. ତହୁଁ ସେମାନେ ତାଙ୍କର ସଜ୍ଜା ଫିଟାଇ ତାଙ୍କର ମସ୍ତକ ଓ ସଜ୍ଜା ନେଇ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ।
10 They put his weapons in their gods' temple and nailed his head in Dagon's temple. ପୁଣି, ସେମାନେ ତାଙ୍କର ସଜ୍ଜା ଆପଣାମାନଙ୍କ ଦେବ ମନ୍ଦିରରେ ରଖିଲେ ଓ ତାଙ୍କର ମସ୍ତକକୁ ଦାଗୋନ୍‍ ମନ୍ଦିରରେ ଟାଙ୍ଗି ଦେଲେ।
11 But when all the people of Jabesh-gilead heard everything the Philistines had done to Saul, ଏଉତ୍ତାରେ ଯାବେଶ-ଗିଲୀୟଦୀୟ ସମସ୍ତେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ ସକଳ କର୍ମର ସମ୍ବାଦ ପାଆନ୍ତେ,
12 all their fighting men set out, took Saul's body and his sons' bodies, brought them to Jabesh, buried their bones under Jabesh's oak, and fasted seven days. ସମସ୍ତ ବିକ୍ରମଶାଳୀ ଲୋକ ଉଠି ଶାଉଲଙ୍କର ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀର ଯାବେଶକୁ ନେଇ ଆସିଲେ ଓ ଯାବେଶସ୍ଥ ଅଲୋନ ବୃକ୍ଷ ମୂଳେ ସେମାନଙ୍କର ଅସ୍ଥି ପୋତି ସାତ ଦିନ ଉପବାସ କଲେ।
13 So Saul died for his unfaithfulness against our Father—he did not keep our Father's word, and even consulted a medium for guidance. ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ଅବିଶ୍ଵସ୍ତତା ସକାଶୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ।
14 He did not seek our Father, so our Father killed him and turned the kingdom over to David son of Jesse. ଏହେତୁ ସେ ତାଙ୍କୁ ବଧ କଲେ ଓ ଯିଶୀର ପୁତ୍ର ଦାଉଦଙ୍କୁ ରାଜ୍ୟ ଦେଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]