Skip to content
The Believer's Library

Indian Revised Version(IRV) Odia - 2021

1 Chronicles 11 IRVOry

Show IRVOry only
Verse × ×
1 Then all Israel gathered to David at Hebron, saying, "Look, we are your bone and flesh. ଏଥିଉତ୍ତାରେ ସମୁଦାୟ ଇସ୍ରାଏଲ ହିବ୍ରୋଣରେ ଦାଉଦଙ୍କ ନିକଟରେ ଏକତ୍ର ହୋଇ କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।
2 Even before, while Saul was king, you led Israel out and back. Your Father told you, 'You will shepherd my people Israel; you will be ruler over my people Israel.'" ଗତ ଦିନରେ ଶାଉଲ ରାଜା ଥିଲା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ କହିଅଛନ୍ତି, ‘ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କର ଅଗ୍ରଣୀ ହେବ।’”
3 All Israel's elders came to the king at Hebron, and David made a covenant with them at Hebron before our Father. Then they anointed David king over Israel, as our Father had said through Samuel. ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗେ ନିୟମ କଲେ; ପୁଣି, ଶାମୁୟେଲଙ୍କ ହସ୍ତରେ ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।
4 David and all Israel went to Jerusalem (that is, Jebus), where the Jebusites, its residents, lived. ଏଥିଉତ୍ତାରେ ଦାଉଦ ଓ ସମଗ୍ର ଇସ୍ରାଏଲ ଯିରୂଶାଲମକୁ, ଅର୍ଥାତ୍‍, ଯିବୂଷକୁ ଗଲେ; ସେହି ସମୟରେ ଦେଶ ନିବାସୀ ଯିବୂଷୀୟମାନେ ସେଠାରେ ଥିଲେ।
5 Jebus's people told David, "You won't enter here." But David took the stronghold of Zion—the city of David. ତହିଁରେ ଯିବୂଷ ନିବାସୀମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନକୁ ଆସିପାରିବ ନାହିଁ।” ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ହସ୍ତଗତ କଲେ; ତାହା ଦାଉଦ-ନଗର ହେଲା।
6 David said, "Whoever strikes the Jebusites first becomes head and commander." Joab son of Zeruiah went up first and became head. ଆଉ ଦାଉଦ କହିଲେ, “ଯେକେହି ପ୍ରଥମେ ଯିବୂଷୀୟମାନଙ୍କୁ ଆଘାତ କରିବ, ସେ ପ୍ରଧାନ ଓ ସେନାପତି ହେବ।” ତହିଁରେ ସରୁୟାର ପୁତ୍ର ଯୋୟାବ ପ୍ରଥମେ ଗଲା ଓ ପ୍ରଧାନ କରାଗଲା।
7 David then settled in the stronghold; that is why it was called the city of David. ପୁଣି, ଦାଉଦ ସେହି ଦୃଢ଼ ଗଡ଼ରେ ବାସ କଲେ; ଏହେତୁ ଲୋକମାନେ ତାକୁ ଦାଉଦ-ନଗର ନାମ ଦେଲେ।
8 He built the city all around, from the Millo to the encircling wall, while Joab restored the rest of the city. ଆଉ ଦାଉଦ ଚତୁର୍ଦ୍ଦିଗରେ, ଅର୍ଥାତ୍‍, ମିଲ୍ଲୋଠାରୁ ଚତୁର୍ଦ୍ଦିଗରେ ନଗର ନିର୍ମାଣ କଲେ; ପୁଣି, ଯୋୟାବ ନଗରର ଅବଶିଷ୍ଟ ସ୍ଥାନ ପୁନଃନିର୍ମାଣ କଲେ।
9 And David became more and more powerful, for the Father of heaven's armies was with him. ତହୁଁ ଦାଉଦ ଆହୁରି ଆହୁରି ମହାନ ହେଲେ; କାରଣ ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କ ସହ ଥିଲେ।
10 These are the chiefs of David's mighty men, who gave him strong support in his kingdom, with all Israel, to make him king, by our Father's word concerning Israel. ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଦାଉଦଙ୍କୁ ରାଜା କରିବା ପାଇଁ ସମଗ୍ର ଇସ୍ରାଏଲ ସହିତ ଯେଉଁମାନେ ତାଙ୍କ ରାଜ୍ୟରେ ତାଙ୍କ ସଙ୍ଗେ ଆପଣାମାନଙ୍କୁ ବଳବାନ ଦେଖାଇଥିଲେ, ଦାଉଦଙ୍କର ସେହି ବୀରମାନଙ୍କ ମଧ୍ୟରେ ଏମାନେ ପ୍ରଧାନ।
11 This is the list of David's mighty men: Jashobeam, a Hachmonite, head of the Three, used his spear to kill 300 men in a single encounter. ଦାଉଦଙ୍କର ବୀରମାନଙ୍କ ସଂଖ୍ୟା; ଜଣେ ହକ୍‍ମୋନୀୟର ପୁତ୍ର ଯାଶ୍‍ବୀୟାମ୍‍ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଥିଲା; ସେ ତିନି ଶହ ଲୋକ ଉପରେ ଆପଣା ବର୍ଚ୍ଛା ଚଳାଇ ଏକାବେଳେ ସେମାନଙ୍କୁ ବଧ କରିଥିଲା।
12 After him, Eleazar son of Dodo the Ahohite, one of the three mighty warriors. ପୁଣି, ତାହା ଉତ୍ତାରେ ଅହୋହୀୟ ଦୋଦୟର ପୁତ୍ର ଇଲୀୟାସର, ସେ ତିନି ବୀରଙ୍କ ମଧ୍ୟରେ ପ୍ରଧାନ ଥିଲା।
13 He was with David at Pas-dammim when Philistines gathered there for battle, in a field full of barley; the people fled from the Philistines, ସେ ପଶଦମ୍ମୀମରେ ଦାଉଦଙ୍କ ସଙ୍ଗରେ ଥିଲା, ସେଠାରେ ପଲେଷ୍ଟୀୟମାନେ ଯୁଦ୍ଧାର୍ଥେ ଏକତ୍ର ହୋଇଥିଲେ, ସେଠାରେ ଯବପୂର୍ଣ୍ଣ ଖଣ୍ଡେ ଭୂମି ଥିଲା; ଆଉ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଉଥିଲେ;
14 but they stood their ground in the middle of the field, defended it, and struck down the Philistines; our Father saved them with a great victory. ଏଥିରେ ସେମାନେ ସେହି ଭୂମିଖଣ୍ଡ ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲେ ଓ ପଲେଷ୍ଟୀୟମାନଙ୍କୁ ବଧ କଲେ; ପୁଣି, ସଦାପ୍ରଭୁ ମହା ଜୟ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ।
15 Three of the thirty top warriors went down to David at the rock by Adullam's cave, while a Philistine unit camped in the Rephaim Valley. ଆଉ ତିରିଶ ଜଣ ପ୍ରଧାନଙ୍କ ମଧ୍ୟରୁ ତିନି ଜଣ ଶୈଳକୁ, ଅର୍ଥାତ୍‍, ଅଦୁଲ୍ଲମ ଗୁମ୍ଫାକୁ ଦାଉଦଙ୍କ ନିକଟକୁ ଗଲେ। ସେତେବେଳେ ପଲେଷ୍ଟୀୟ ସୈନ୍ୟ ରଫାୟୀମ ଉପତ୍ୟକାରେ ଛାଉଣି ସ୍ଥାପନ କରିଥିଲେ।
16 At that time David was in the stronghold, and a Philistine garrison was at Bethlehem. ପୁଣି, ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କର ପ୍ରହରୀ-ସୈନ୍ୟଦଳ ବେଥଲିହିମରେ ଥିଲେ।
17 David craved water: "If only someone would get me a drink from Bethlehem's well by the gate!" ଏଥିରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପର ଜଳ ପାନ କରିବାକୁ ମୋତେ ଦିଅନ୍ତା କି!”
18 The three broke through the Philistine camp, drew water from Bethlehem's well by the gate, and brought it to David. But he wouldn't drink it—he poured it out to our Father. ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ଦାଉଦ ତହିଁରୁ ପାନ କରିବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ, ଆଉ କହିଲେ,
19 He said, "May my Father forbid it! Should I drink the blood of men who put their lives at risk? They brought it by risking their lives." So he refused to drink it. These were the deeds of the three warriors. “ମୋʼ ପରମେଶ୍ୱର ଏପରି କର୍ମ କରିବାକୁ ମୋତେ ନ ଦେଉନ୍ତୁ; ପ୍ରାଣପଣରେ ଗମନକାରୀ ଏହି ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? କାରଣ ସେମାନେ ପ୍ରାଣପଣରେ ତାହା ଆଣିଅଛନ୍ତି।” ଏଣୁ ସେ ତାହା ପାନ କରିବାକୁ ସମ୍ମତ ହେଲେ ନାହିଁ। ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।
20 Abishai the brother of Joab was chief of the Thirty. He used his spear to kill 300 men, and he made a name for himself among the Three. ସେହି ତିନି ଜଣଙ୍କ ମଧ୍ୟରେ ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା; କାରଣ ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା; ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।
21 Most honored of the Thirty, he became their commander—yet not one of the Three. ଏହି ତିନିଙ୍କ ମଧ୍ୟରେ ସେ ଦୁଇ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା ଓ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା।
22 Benaiah son of Jehoiada, a valiant man from Kabzeel, did great deeds: he struck down two of Moab's mightiest, and went down into a pit on a snowy day and killed a lion. ପରାକ୍ରାନ୍ତ କର୍ମକାରୀ କବ୍‍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟେଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।
23 He also killed an Egyptian, a man of great size, about seven and a half feet tall, who had a spear like a weaver's beam. Benaiah went at him with a club, tore the spear from the Egyptian's hand, and killed him with his own spear. ଆହୁରି ସେ ପାଞ୍ଚ ହାତ ଦୀର୍ଘ ବୃହତକାୟ ଏକ ମିସରୀୟ ପୁରୁଷକୁ ବଧ କଲା; ସେହି ମିସରୀୟ ହସ୍ତରେ ତନ୍ତୀର ନରାଜ ତୁଲ୍ୟ ଏକ ବର୍ଚ୍ଛା ଥିଲା; ପୁଣି, ବନାୟ ଏକ ଯଷ୍ଟି ନେଇଯାଇ ସେହି ମିସରୀୟର ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା।
24 These were Benaiah son of Jehoiada's deeds; he gained a name among the three mighty men. ଯିହୋୟାଦାର ପୁତ୍ର ବନାୟ ଏହିସବୁ କର୍ମ କଲା, ଏଣୁ ସେ ଏହି ତିନି ବୀରଙ୍କ ମଧ୍ୟରେ ନାମ ପାଇଲା।
25 He was honored above the Thirty, but not among the Three. David put him in charge of his own guard. ଦେଖ, ସେ ତିରିଶ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ।
26 The mighty warriors were: Asahel the brother of Joab, Elhanan son of Dodo of Bethlehem, ଆହୁରି ସୈନ୍ୟ ମଧ୍ୟରେ ଏହି ବୀରମାନେ ଥିଲେ; ଯଥା, ଯୋୟାବର ଭ୍ରାତା ଅସାହେଲ, ବେଥଲିହିମସ୍ଥ ଦୋଦୟର ପୁତ୍ର ଇଲ୍‍ହାନନ୍‍;
27 Shammoth the Harorite, Helez the Pelonite, ହରୋରୀୟ ଶମ୍ମୋତ୍‍, ପଲୋନୀୟ ହେଲସ୍‍,
28 Ira son of Ikkesh of Tekoa, Abiezer of Anathoth, ତକୋୟୀୟ ଇକ୍‍କେଶର ପୁତ୍ର ଈରା, ଅନାଥୋତୀୟ ଅବୀୟେଷର;
29 Sibbecai the Hushathite, Ilai the Ahohite, ହୂଶାତୀୟ ସିବ୍ବଖୟ, ଅହୋହୀୟ ଈଲୟ;
30 Maharai of Netophah, Heled son of Baanah of Netophah, ନଟୋଫାତୀୟ ମହରୟ, ନଟୋଫାତୀୟ ବାନାର ପୁତ୍ର ହେଲଦ୍‍;
31 Ithai son of Ribai of Gibeah of the Benjaminites, Benaiah of Pirathon, ବିନ୍ୟାମୀନ୍-ସନ୍ତାନଗଣର ଗିବୀୟା ନିବାସୀ ରୀବୟର ପୁତ୍ର ଇତ୍ତୟ, ପିରୀୟାଥୋନୀୟ ବନାୟ;
32 Hurai of the brooks of Gaash, Abiel the Arbathite, ଗାଶ୍‍-ନଦୀତୀର ନିବାସୀ ହୂରୟ, ଅର୍ବତୀୟ ଅବୀୟେଲ;
33 Azmaveth of Baharum, Eliahba the Shaalbonite, ବାହାରୁମୀୟ ଅସ୍ମାବତ୍‍, ଶାଲ୍‍ବୋନୀୟ ଇଲୀୟହବା;
34 the sons of Hashem the Gizonite, Jonathan son of Shagee the Hararite, ଗିଷୋନୀୟ ହାଷେମ୍‍ର ପୁତ୍ରଗଣ, ହରାରୀୟ ଶାଗିର ପୁତ୍ର ଯୋନାଥନ;
35 Ahiam son of Sachar the Hararite, Eliphal son of Ur, ହରାରୀୟ ସାଖରର ପୁତ୍ର ଅହୀୟାମ, ଊରର ପୁତ୍ର ଇଲୀଫାଲ;
36 Hepher the Mecherathite, Ahijah the Pelonite, ମଖେରାତୀୟ ହେଫର, ପଲୋନୀୟ ଅହୀୟ;
37 Hezro of Carmel, Naarai son of Ezbai, କର୍ମିଲୀୟ ହିଷ୍ରୟ, ଇଷ୍‍ବୟର ପୁତ୍ର ନାରୟ;
38 Joel the brother of Nathan, Mibhar son of Hagri, ନାଥନର ଭ୍ରାତା ଯୋୟେଲ, ହଗ୍ରିର ପୁତ୍ର ମିଭର;
39 Zelek the Ammonite, Naharai of Beeroth, the armor-bearer of Joab son of Zeruiah, ଅମ୍ମୋନୀୟ ସେଲକ୍‍, ସରୁୟାର ପୁତ୍ର ଯୋୟାବର ଅସ୍ତ୍ରବାହକ ବେରୋତୀୟ ନହରୟ;
40 Ira the Ithrite, Gareb the Ithrite, ଯିତ୍ରୀୟ ଈରା ଓ ଗାରେବ୍‍;
41 Uriah the Hittite, Zabad son of Ahlai, ହିତ୍ତୀୟ ଊରୀୟ, ଅହଲୟର ପୁତ୍ର ସାବଦ୍‍,
42 Adina son of Shiza the Reubenite, a leader of the Reubenites, and thirty with him, ରୁବେନୀୟ ଶୀଷାର ପୁତ୍ର ଅଦୀନା, ଏ ରୁବେନୀୟମାନଙ୍କର ଜଣେ ପ୍ରଧାନ ଥିଲା ଓ ତାହା ସଙ୍ଗେ ତିରିଶ ଜଣ ଥିଲେ;
43 Hanan son of Maacah, Joshaphat the Mithnite, ମାଖାର ପୁତ୍ର ହାନନ୍‍, ମିତ୍ନୀୟ ଯୋଶାଫଟ୍‍;
44 Uzzia the Ashterathite, Shama and Jeiel the sons of Hotham the Aroerite, ଅଷ୍ଟାରୋତୀୟ ଉଷୀଅ; ଅରୋୟେରୀୟ ହୋଥମ୍‍ର ପୁତ୍ର ଶାମ୍‍ ଓ ଯିୟୀୟେଲ୍‍;
45 Jediael son of Shimri, and Joha his brother, the Tizite, ଶିମ୍ରିର ପୁତ୍ର ଯିଦୀୟେଲ ଓ ତାହାର ଭ୍ରାତା ତୀଷୀୟ ଯୋହା;
46 Eliel the Mahavite, Jeribai and Joshaviah the sons of Elnaam, Ithmah the Moabite, ମହବୀୟ, ଇଲୀୟେଲ୍‍, ଇଲ୍‍ନାମର ପୁତ୍ର ଯିରୀବୟ ଓ ଯୋଶବୀୟ, ଆଉ ମୋୟାବୀୟ ଯିତ୍ମା;
47 Eliel, Obed, and Jaasiel the Mezobaite. ଇଲୀୟେଲ୍‍, ଓବେଦ୍‍ ଓ ମସୋବାୟୀୟ ଯାସୀୟେଲ୍‍।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]