Skip to content
The Believer's Library

Indian Revised Version(IRV) Odia - 2021

1 Chronicles 12 IRVOry

Show IRVOry only
Verse × ×
1 These are the men who came to David at Ziklag while he was still banned from Saul son of Kish's presence—mighty warriors who helped him in battle. ଯେଉଁ ସମୟରେ ଦାଉଦ କୀଶ୍‍ର ପୁତ୍ର ଶାଉଲଙ୍କର ଭୟରେ ଆପଣାକୁ ରୁଦ୍ଧ କରିଥିଲେ, ସେହି ସମୟରେ ଏହି ଲୋକମାନେ ସିକ୍ଲଗ୍‍କୁ ତାଙ୍କ ନିକଟକୁ ଆସିଥିଲେ; ସେମାନେ ଯୁଦ୍ଧରେ ତାଙ୍କର ସାହାଯ୍ୟକାରୀ ବୀରମାନଙ୍କ ମଧ୍ୟରେ ଗଣିତ ଥିଲେ।
2 Armed with bows, able to sling stones or shoot arrows with right hand or left—Benjaminites, Saul's relatives. ସେମାନେ ଧନୁର୍ଦ୍ଧାରୀ, ଆଉ ଦକ୍ଷିଣ ଓ ବାମ ଉଭୟ ହସ୍ତରେ ଛାଟିଣୀ-ପ୍ରସ୍ତର ଓ ଧନୁରୁ ତୀର କ୍ଷେପଣ କରିବାରେ ନିପୁଣ ଥିଲେ; ସେମାନେ ଶାଉଲଙ୍କର ଜ୍ଞାତି ବିନ୍ୟାମୀନୀୟ ଲୋକ ଥିଲେ।
3 Ahiezer the chief, then Joash, sons of Shemaah of Gibeah; Jeziel and Pelet, sons of Azmaveth; Beracah; Jehu of Anathoth; ସେମାନଙ୍କ ମଧ୍ୟରେ ପ୍ରଧାନ ଅହୀୟେଷର, ତହିଁ ଉତ୍ତାରେ ଯୋୟାଶ୍‍, ଏମାନେ ଗିବୀୟାଥୀୟ ଶମାୟର ପୁତ୍ର; ଅସ୍ମାବତ୍‍ର ପୁତ୍ର ଯିଷୀୟେଲ୍‍, ପେଲଟ୍‍, ଅନାଥୋତୀୟ ବରାଖା ଓ ଯେହୂ;
4 Ishmaiah of Gibeon, a mighty warrior among the thirty, commander over the thirty; Jeremiah, Jahaziel, Johanan, Jozabad of Gederah; ପୁଣି, ଗିବୀୟୋନୀୟ ଯିଶ୍ମୟୀୟ, ସେ ତିରିଶ ଜଣଙ୍କ ମଧ୍ୟରେ ଗଣିତ ବୀର ଓ ତିରିଶ ଜଣଙ୍କ ଉପରେ ନିଯୁକ୍ତ; ଆଉ ଯିରିମୀୟ, ଯହସୀୟେଲ, ଯୋହାନନ୍‍, ଗଦେରାଥୀୟ ଯୋଷାବଦ୍‍;
5 Eluzai, Jerimoth, Bealiah, Shemariah, and Shephatiah the Haruphite; ଇଲିୟଷୟ, ଯିରେମୋତ୍‍, ବାଲୀୟା, ଶେମରୀୟ, ହରୂଫୀୟ ଶଫଟୀୟ;
6 Elkanah, Isshiah, Azarel, Joezer, and Jashobeam, the Korahites; କୋରହୀୟ ଇଲ୍‍କାନା, ଯିଶୀୟ, ଅସରେଲ୍‍, ଯୋୟେଷର୍‍, ଯାଶ୍‍ବୀୟାମ୍‍;
7 and Joelah and Zebadiah, the sons of Jeroham of Gedor. ଆଉ ଗଦୋର ନିବାସୀ ଯିରୋହମର ପୁତ୍ର ଯୋୟେଲା ଓ ସବଦୀୟ।
8 Some Gadites defected to David at the wilderness stronghold—mighty warriors trained for battle, skilled with shield and spear, faces like lions, swift as gazelles on the mountains. ଆଉ ଗାଦୀୟମାନଙ୍କ ମଧ୍ୟରୁ କେତେକ ଲୋକ ପୃଥକ ହୋଇ ପ୍ରାନ୍ତରସ୍ଥିତ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ; ସେମାନେ ମହାବିକ୍ରମଶାଳୀ, ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ଶିକ୍ଷିତ ଲୋକ; ସେମାନଙ୍କ ମୁଖ ସିଂହ-ମୁଖ ତୁଲ୍ୟ ଓ ସେମାନେ ପର୍ବତସ୍ଥ ହରିଣ ତୁଲ୍ୟ ଦ୍ରୁତଗାମୀ।
9 Ezer was the chief, Obadiah second, Eliab third, ପ୍ରଥମ ଏସର୍‍, ଦ୍ୱିତୀୟ ଓବଦୀୟ, ତୃତୀୟ ଇଲୀୟାବ୍‍,
10 Mishmannah fourth, Jeremiah fifth, ଚତୁର୍ଥ ମିଶ୍ମନ୍ନା, ପଞ୍ଚମ ଯିରିମୀୟ,
11 Attai sixth, Eliel seventh, ଷଷ୍ଠ ଅତ୍ତୟ, ସପ୍ତମ ଇଲୀୟେଲ୍‍;
12 Johanan eighth, Elzabad ninth, ଅଷ୍ଟମ ଯୋହାନନ୍‍, ନବମ ଇଲ୍ସାବଦ୍‍;
13 Jeremiah tenth, Machbannai eleventh. ଦଶମ ଯିରିମୀୟ, ଏକାଦଶ ମଗ୍‍ବନ୍ନୟ।
14 These Gadites were army commanders; the least matched 100, and the greatest 1,000. ଗାଦ୍‍ର ଏହି ସନ୍ତାନମାନେ ସେନାପତି ଥିଲେ, ଏମାନଙ୍କ ମଧ୍ୟରେ ଯେଉଁ ଜଣ କ୍ଷୁଦ୍ର, ସେ ଏକ ଶତ ଲୋକର ଓ ଯେ ମହାନ, ସେ ଏକ ସହସ୍ର ଲୋକର ସମାନ ଥିଲା।
15 These were the men who crossed the Jordan in the first month, when it overflowed all its banks, and routed everyone in the valleys, east and west. ଏମାନେ ପ୍ରଥମ ମାସରେ ଯର୍ଦ୍ଦନର ଜଳ ସମସ୍ତ ତୀର ଉପରେ ଉଚ୍ଛୁଳିବା ସମୟରେ ନଦୀ ପାର ହୋଇ ଯାଇଥିଲେ; ଆଉ ସେମାନେ ଉପତ୍ୟକା ସମୂହର ପୂର୍ବ ଓ ପଶ୍ଚିମ ଦିଗ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।
16 Some of the men of Benjamin and Judah also came to David at the stronghold. ଆହୁରି ବିନ୍ୟାମୀନ୍ ଓ ଯିହୁଦା-ସନ୍ତାନମାନଙ୍କ ମଧ୍ୟରୁ କେତେ ଲୋକ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ।
17 David went out to meet them and said to them, "If you have come to me in peace to help me, my heart will join with you; but if to betray me to my enemies, though my hands hold no violence, may the God of our fathers see it and judge you." ତହିଁରେ ଦାଉଦ ସେମାନଙ୍କୁ ଭେଟିବା ପାଇଁ ଯାଇ ଉତ୍ତର କରି କହିଲେ, “ଯଦି ତୁମ୍ଭେମାନେ ନିର୍ବିରୋଧ ଭାବରେ ମୋହର ସାହାଯ୍ୟ କରିବା ପାଇଁ ମୋʼ ନିକଟକୁ ଆସିଥାଅ, ତେବେ ମୋହର ଅନ୍ତଃକରଣ ତୁମ୍ଭମାନଙ୍କଠାରେ ସଂଯୁକ୍ତ ହେବ; ମାତ୍ର ମୋʼ ହସ୍ତରେ କୌଣସି ଦୌରାତ୍ମ୍ୟ ନ ଥିଲେ ହେଁ ଯଦି ତୁମ୍ଭେମାନେ ମୋʼ ଶତ୍ରୁମାନଙ୍କ ହସ୍ତରେ ମୋତେ ସମର୍ପଣ କରିବାକୁ ଆସିଥାଅ, ତେବେ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ତାହା ଦେଖନ୍ତୁ ଓ ଅନୁଯୋଗ କରନ୍ତୁ।”
18 Then the Spirit of our Father clothed Amasai, chief of the thirty, who said: "We are yours, David! We are with you, son of Jesse! Peace, peace to you, peace to your helpers, for your Father helps you." David received them, making them leaders of his raiders. ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।
19 Some from Manasseh defected to David when he marched with the Philistines against Saul. But David and his men gave the Philistines no help—after consulting, the Philistine rulers sent David away, saying, "He'll defect to his master Saul, costing us our heads." ଦାଉଦ ପଲେଷ୍ଟୀୟମାନଙ୍କ ସହିତ ଶାଉଲଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିବା ବେଳେ ମନଃଶିୟମାନଙ୍କର କେତେକ ଲୋକ ମଧ୍ୟ ଦାଉଦଙ୍କର ପକ୍ଷ ହେଲେ, ମାତ୍ର ସେମାନଙ୍କ ଦେଇ ସେମାନଙ୍କର ସାହାଯ୍ୟ ନୋହିଲା; କାରଣ ପଲେଷ୍ଟୀୟମାନଙ୍କ ଅଧିପତିମାନେ ମନ୍ତ୍ରଣା କରି ତାଙ୍କୁ ବିଦାୟ ଦେଇ କହିଲେ, “ସେ ଆପଣା ପ୍ରଭୁ ଶାଉଲଙ୍କର ପକ୍ଷ ହୋଇ ଆମ୍ଭମାନଙ୍କ ମସ୍ତକକୁ ସଙ୍କଟରେ ପକାଇବ।”
20 Going to Ziklag, these from Manasseh defected to him: Adnah, Jozabad, Jediael, Michael, Jozabad, Elihu, Zillethai—commanders of Manasseh's thousands. ଦାଉଦ ସିକ୍ଲଗ୍‍କୁ ଯିବା ବେଳେ ମନଃଶି ସମ୍ବନ୍ଧୀୟ ଅଦ୍ନହ, ଯୋଷାବଦ୍‍, ଯିଦୀୟେଲ, ମୀଖାୟେଲ, ଯୋଷାବଦ୍‍, ଇଲୀହୂ ଓ ସିଲ୍ଲଥୟ, ଏହି ମନଃଶି-ବଂଶୀୟ ସହସ୍ରପତିମାନେ ତାଙ୍କର ପକ୍ଷ ହେଲେ।
21 They helped David against the raiders, for all were mighty warriors, and became commanders in his army. ଆଉ ସେମାନେ ଲୁଟକାରୀ ଦଳ ବିରୁଦ୍ଧରେ ଦାଉଦଙ୍କର ସାହାଯ୍ୟ କଲେ; କାରଣ ସେମାନେ ସମସ୍ତେ ମହାବିକ୍ରମଶାଳୀ ପୁରୁଷ ଓ ସେନାପତି ଥିଲେ।
22 Day after day men came to help David, until he had an army as great as our Father's army. ଦିନକୁ ଦିନ ଲୋକମାନେ ଦାଉଦଙ୍କୁ ସାହାଯ୍ୟ କରିବାକୁ ଆସିଲେ, ତହିଁରେ ପରମେଶ୍ୱରଙ୍କ ସୈନ୍ୟ ତୁଲ୍ୟ ମହାସୈନ୍ୟ ହେଲା।
23 These are the counts of men armed for battle who came to David at Hebron to turn Saul's kingdom over to him, just as our Father had said, ସଦାପ୍ରଭୁଙ୍କ ବାକ୍ୟାନୁସାରେ ଶାଉଲଙ୍କର ରାଜ୍ୟ ଦାଉଦଙ୍କୁ ସମର୍ପଣ କରିବା ପାଇଁ ଯୁଦ୍ଧାର୍ଥେ ସସଜ୍ଜ ଯେଉଁ ଲୋକମାନେ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସିଥିଲେ, ସେମାନଙ୍କ ସଂଖ୍ୟା ଏହି।
24 from Judah, carrying shield and spear—6,800 armed for battle; ଯିହୁଦା-ସନ୍ତାନଗଣ ମଧ୍ୟରୁ ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ସସଜ୍ଜ ଛଅ ହଜାର ଆଠ ଶହ ଜଣ।
25 from Simeon, mighty warriors ready for battle—7,100; ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ଯୁଦ୍ଧାର୍ଥେ ମହାବିକ୍ରମଶାଳୀ ସାତ ହଜାର ଏକ ଶହ ଜଣ।
26 from Levi—4,600, ଲେବୀ-ସନ୍ତାନଗଣ ମଧ୍ୟରୁ ଚାରି ହଜାର ଛଅ ଶହ ଜଣ।
27 with Jehoiada, leader of the family of Aaron, and 3,700 with him, ପୁଣି, ଯିହୋୟାଦା ହାରୋଣ-ବଂଶର ଅଧ୍ୟକ୍ଷ ଥିଲା, ତାହା ସଙ୍ଗେ ତିନି ହଜାର ସାତ ଶହ ଲୋକ ଥିଲେ।
28 and Zadok, a brave young warrior, with twenty-two officers from his own family. ଆଉ ସାଦୋକ ଏକ ବିକ୍ରମଶାଳୀ ଯୁବା ଲୋକ ଥିଲା ଓ ତାହାର ପିତୃବଂଶର ବାଇଶ ଜଣ ସେନାପତି ଥିଲେ।
29 From Benjamin, Saul's relatives—3,000; most had still kept guard for Saul's house, ଶାଉଲଙ୍କର ଜ୍ଞାତି ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ ତିନି ହଜାର ଲୋକ; କାରଣ ସେହି ସମୟ ପର୍ଯ୍ୟନ୍ତ ସେମାନଙ୍କର ଅଧିକାଂଶ ଲୋକ ଶାଉଲଙ୍କ ବଂଶର ବଶତା ସ୍ୱୀକାର କଲେ।
30 from Ephraim—20,800, mighty warriors, famous men in their own families; ଇଫ୍ରୟିମ-ସନ୍ତାନଗଣ ମଧ୍ୟରୁ କୋଡ଼ିଏ ହଜାର ଆଠ ଶହ ଲୋକ, ଏମାନେ ମହାବିକ୍ରମଶାଳୀ ଓ ଆପଣା ଆପଣା ପିତୃବଂଶରେ ବିଖ୍ୟାତ ଲୋକ ଥିଲେ।
31 from the half-tribe of Manasseh—18,000, designated by name to come and make David king; ପୁଣି, ମନଃଶିର ଅର୍ଦ୍ଧ ବଂଶରୁ ଅଠର ହଜାର ଲୋକ, ଏମାନେ ଦାଉଦଙ୍କୁ ରାଜା କରିବା ଲାଗି ମନୋନୀତ ଲୋକ ନାମରେ ନିର୍ଦ୍ଦିଷ୍ଟ ହୋଇଥିଲେ।
32 from Issachar: 200 chiefs who understood the times, knew what Israel should do, with all their relatives at their command. ଆଉ ଇଷାଖର-ସନ୍ତାନଗଣ ମଧ୍ୟରୁ ଦୁଇ ଶହ ପ୍ରଧାନ ଲୋକ, ଏମାନେ କାଳଜ୍ଞ, ଇସ୍ରାଏଲର କି କର୍ତ୍ତବ୍ୟ, ତାହା ଜାଣିଲେ; ଆଉ ସେମାନଙ୍କ ଭ୍ରାତା ସମସ୍ତେ ସେମାନଙ୍କ ଆଜ୍ଞାବହ ଥିଲେ।
33 From Zebulun: 50,000 seasoned troops, equipped for battle with every weapon, ready to help David wholeheartedly, ସବୂଲୂନ ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ ଓ ସର୍ବପ୍ରକାର ଯୁଦ୍ଧାସ୍ତ୍ର ନେଇ ଯୁଦ୍ଧ ସଜାଇବାକୁ ସମର୍ଥ ପଚାଶ ହଜାର ଲୋକ ଥିଲେ; ସେମାନେ ଯୁଦ୍ଧ ସଜାଇ ପାରିଲେ ଓ ଦ୍ୱିମନା ନ ଥିଲେ।
34 from Naphtali—1,000 officers, and with them 37,000 men carrying shield and spear; ପୁଣି, ନପ୍ତାଲି ମଧ୍ୟରୁ ଏକ ହଜାର ସେନାପତି ଓ ସେମାନଙ୍କ ସଙ୍ଗେ ଢାଲ ଓ ବର୍ଚ୍ଛାଧାରୀ ସଇଁତିରିଶ ହଜାର ଲୋକ ଥିଲେ।
35 from Dan—28,600 men ready for battle; ଆଉ ଦାନୀୟମାନଙ୍କ ମଧ୍ୟରୁ ଯୁଦ୍ଧ ସଜାଇବାକୁ ସମର୍ଥ ଅଠାଇଶ ହଜାର ଛଅ ଶହ ଲୋକ ଥିଲେ।
36 from Asher—40,000 seasoned troops ready for battle; ଆଶେର ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ, ଯୁଦ୍ଧ ସଜାଇବାକୁ ସମର୍ଥ ଚାଳିଶ ହଜାର ଲୋକ।
37 from east of the Jordan—Reuben, Gad, half the tribe of Manasseh—120,000, armed with every weapon of war. ଆଉ ଯର୍ଦ୍ଦନର ଅନ୍ୟ ପାରିସ୍ଥିତ ରୁବେନୀୟ, ଗାଦୀୟ ଓ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରୁ ଯୁଦ୍ଧାର୍ଥେ ସର୍ବପ୍ରକାର ଅସ୍ତ୍ରଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ।
38 All these were warriors in battle formation who came to Hebron wholeheartedly to make David king over all Israel; the rest of Israel too were of one mind to make David king. ଯୁଦ୍ଧ ସଜାଇବାକୁ ସମର୍ଥ ଏହି ସକଳ ଯୋଦ୍ଧା ସମ୍ପୂର୍ଣ୍ଣ ଅନ୍ତଃକରଣ ସହିତ ଦାଉଦଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କରିବା ପାଇଁ ହିବ୍ରୋଣକୁ ଆସିଲେ; ମଧ୍ୟ ଇସ୍ରାଏଲର ଅବଶିଷ୍ଟ ସମସ୍ତେ ଦାଉଦଙ୍କୁ ରାଜା କରିବା ପାଇଁ ଏକଚିତ୍ତ ହେଲେ।
39 They stayed there three days with David, eating and drinking; their relatives had prepared food for them. ଆଉ ସେମାନେ ଦାଉଦଙ୍କ ସଙ୍ଗେ ତିନି ଦିନ ଭୋଜନପାନ କରି ସେଠାରେ ରହିଲେ; କାରଣ ସେମାନଙ୍କ ଭ୍ରାତୃଗଣ ସେମାନଙ୍କ ନିମନ୍ତେ ଆୟୋଜନ କରିଥିଲେ।
40 Their neighbors as far as Issachar, Zebulun, and Naphtali brought food by donkey, camel, mule, and ox—flour, fig cakes, raisin cakes, wine, oil, cattle, and sheep in abundance, for there was joy in Israel. ଆହୁରି ଇଷାଖର, ସବୂଲୂନ ଓ ନପ୍ତାଲି ପର୍ଯ୍ୟନ୍ତ ସେମାନଙ୍କ ନିକଟବର୍ତ୍ତୀ ଲୋକମାନେ ଗର୍ଦ୍ଦଭ, ଉଷ୍ଟ୍ର, ଖଚର ଓ ବଳଦ ପୃଷ୍ଠରେ ଖାଦ୍ୟଦ୍ରବ୍ୟ, ଅର୍ଥାତ୍‍, ସୂଜିର ଦ୍ରବ୍ୟ, ଡିମ୍ବିରି ଚକ୍ତି, ଦ୍ରାକ୍ଷାପେଣ୍ଡା, ଦ୍ରାକ୍ଷାରସ, ତୈଳ ଆଣିଲେ, ଆହୁରି ବଳଦ ଓ ମେଷ ବହୁଳ ରୂପେ ଆଣିଲେ; କାରଣ ଇସ୍ରାଏଲ ମଧ୍ୟରେ ଆନନ୍ଦ ହେଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]