Skip to content
The Believer's Library

Indian Revised Version(IRV) Odia - 2021

1 Chronicles 14 IRVOry

Show IRVOry only
Verse × ×
1 Hiram king of Tyre sent messengers to David, with cedar logs, masons, and carpenters, to build him a house. ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଦାଉଦଙ୍କ ନିକଟକୁ ଦୂତଗଣ ଓ ତାଙ୍କ ପାଇଁ ଗୃହ ନିର୍ମାଣ କରିବାକୁ ଏରସ କାଷ୍ଠ ଓ ରାଜମିସ୍ତ୍ରୀ ଓ ବଢ଼େଇମାନଙ୍କୁ ପଠାଇଲା।
2 David knew our Father had made him king over Israel, for his kingdom was raised high for the sake of his people Israel. ତହିଁରେ ସଦାପ୍ରଭୁ ଯେ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ, ଏହା ସେ ବୁଝିଲେ, କାରଣ ତାହାଙ୍କ ଲୋକ ଇସ୍ରାଏଲ ସକାଶୁ ତାଙ୍କର ରାଜ୍ୟ ଉନ୍ନତିପ୍ରାପ୍ତ ହୋଇଥିଲା।
3 And David took more wives in Jerusalem, and he fathered more sons and daughters. ପୁଣି, ଦାଉଦ ଯିରୂଶାଲମରେ ଆହୁରି ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ।
4 These are the names of the children born to him in Jerusalem: Shammua, Shobab, Nathan, and Solomon, ଯିରୂଶାଲମରେ ତାଙ୍କର ଯେଉଁ ଯେଉଁ ସନ୍ତାନ ଜନ୍ମିଲେ, ସେମାନଙ୍କର ନାମ; ଶମ୍ମୂୟ, ଶୋବବ୍‍, ନାଥନ, ଶଲୋମନ,
5 Ibhar, Elishua, Elpelet, ୟିଭର, ଇଲୀଶୂୟ, ଇଲ୍ପେଲଟ୍‍,
6 Nogah, Nepheg, Japhia, ନୋଗହ, ନେଫଗ୍‍, ଯାଫୀୟ,
7 Elishama, Beeliada, and Eliphelet. ଇଲୀଶାମା, ବୀଲୀୟାଦା ଓ ଇଲୀଫେଲଟ୍‍।
8 When the Philistines heard David was anointed king over all Israel, all of them went up seeking David. David heard and went out to face them. ଏଉତ୍ତାରେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜାଭିଷିକ୍ତ ହୋଇଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣନ୍ତେ, ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ୱେଷଣ କରିବାକୁ ଗଲେ; ତହୁଁ ଦାଉଦ ତାହା ଶୁଣି ସେମାନଙ୍କ ବିରୁଦ୍ଧରେ ବାହାରିଲେ।
9 Now the Philistines had come and raided the Valley of Rephaim. ଏହି ସମୟରେ ପଲେଷ୍ଟୀୟମାନେ ରଫାୟୀମ ତଳଭୂମିରେ ଚଢ଼ାଉ କରିଥିଲେ।
10 David asked our Father, "Will I go up against the Philistines? Will you hand them over to me?" So our Father told him, "Go up, and I will hand them over to you." ଏଥିରେ ଦାଉଦ ପରମେଶ୍ୱରଙ୍କୁ ପଚାରି କହିଲେ, “ମୁଁ କʼଣ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି? ତୁମ୍ଭେ କʼଣ ସେମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିବ?” ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, “ଉଠିଯାଅ, କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”
11 They went up to Baal-perazim; David struck them there. David said, "Our Father broke through my enemies by my hand like a breaking flood." So they named that place Baal-perazim. ତହୁଁ ସେମାନେ ବାଲ୍‍-ପରାସୀମ୍‍କୁ ଆସନ୍ତେ, ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ତହିଁରେ ଦାଉଦ କହିଲେ, “ପରମେଶ୍ୱର ମୋʼ ହସ୍ତରେ ମୋହର ଶତ୍ରୁମାନଙ୍କୁ ଜଳ ଦ୍ୱାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି।” ଏହେତୁ ସେମାନେ ସେହି ସ୍ଥାନର ନାମ “ବାଲ୍‍-ପରାସୀମ୍‍” ରଖିଲେ।
12 And the Philistines abandoned their gods there, and David gave orders, and they were burned. ଆଉ ସେଠାରେ ସେମାନେ ଆପଣାମାନଙ୍କ ଦେବତାମାନଙ୍କୁ ଛାଡ଼ି ଯାଇଥିଲେ; ପୁଣି, ଦାଉଦ ଆଜ୍ଞା କରନ୍ତେ, ସେହି ସବୁ ଅଗ୍ନିରେ ଦଗ୍ଧ କରାଗଲା।
13 Once more the Philistines raided the valley. ଏଥିଉତ୍ତାରେ ପଲେଷ୍ଟୀୟମାନେ ପୁନର୍ବାର ତଳିଭୂମିରେ ଚଢ଼ାଉ କଲେ।
14 David asked our Father again, and our Father said, "Don't go up after them. Circle around them and come at them from opposite the balsam trees. ତହିଁରେ ଦାଉଦ ପରମେଶ୍ୱରଙ୍କୁ ପୁନର୍ବାର ପଚାରନ୍ତେ, ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭେ ସେମାନଙ୍କ ପଶ୍ଚାତ୍‍ ଯାଅ ନାହିଁ; ସେମାନଙ୍କ ନିକଟରୁ ଫେରିଯାଇ ତୂତ ବୃକ୍ଷ ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର।
15 When you hear marching sound in the balsam treetops, then go out to battle—for your Father has gone out ahead of you to strike the Philistine troops." ପୁଣି, ତୁମ୍ଭେ ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ, ଯୁଦ୍ଧକୁ ବାହାରିବ; କାରଣ ପରମେଶ୍ୱର ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।”
16 David did as our Father commanded him, and they struck the Philistine army from Gibeon to Gezer. ତହିଁରେ ପରମେଶ୍ୱର ଯେପରି ଆଜ୍ଞା କଲେ, ଦାଉଦ ସେହିପରି କଲେ; ପୁଣି, ସେମାନେ ଗିବୀୟୋନ୍‍ଠାରୁ ଗେଷର ପର୍ଯ୍ୟନ୍ତ ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କଲେ।
17 And David's fame spread throughout all the lands, and our Father made all the nations dread him. ତହିଁରେ ଦାଉଦଙ୍କର ସୁଖ୍ୟାତି ସର୍ବଦେଶରେ ବ୍ୟାପିଗଲା; ପୁଣି, ସଦାପ୍ରଭୁ ସବୁ ଗୋଷ୍ଠୀ ମଧ୍ୟରେ ତାଙ୍କ ବିଷୟରେ ଭୟ ଜନ୍ମାଇଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]