Skip to content
The Believer's Library

Indian Revised Version(IRV) Odia - 2021

1 Chronicles 16 IRVOry

Show IRVOry only
Verse × ×
1 They brought the ark of our Father and set it inside the tent that David had pitched for it, and they offered burnt offerings and peace offerings before our Father. ଏଥିଉତ୍ତାରେ ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଭିତରକୁ ଆଣି, ଦାଉଦ ତହିଁ ନିମନ୍ତେ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ଆଉ ସେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
2 When David had finished offering the burnt offerings and peace offerings, he blessed the people in the name of our Father. ପୁଣି, ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବାର ସମାପ୍ତ କଲା ଉତ୍ତାରେ ସେ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ।
3 And he distributed to every Israelite, both men and women, a loaf of bread, a date cake, and a raisin cake. ଆଉ ସେ ଇସ୍ରାଏଲର ପ୍ରତ୍ୟେକ ଲୋକକୁ, ପୁରୁଷ ଓ ସ୍ତ୍ରୀ ପ୍ରତି ଜଣଙ୍କୁ ଏକ ଏକ ରୁଟି, ମାଂସର ଏକ ଏକ ଅଂଶ, ଏକ ଏକ ଖଣ୍ଡ ଦ୍ରାକ୍ଷାଚକ୍ତି ପରିବେଷଣ କଲେ।
4 He appointed some of the Levites to minister before the ark of our Father, to invoke, to give thanks, and to praise our Father. ଏଉତ୍ତାରେ ସେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ସ୍ମରଣ ଓ ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ କେତେକ ଲେବୀୟ ଲୋକଙ୍କୁ ନିଯୁକ୍ତ କଲେ।
5 Asaph was the chief, and second to him were Zechariah, then Jeiel, Shemiramoth, Jehiel, Mattithiah, Eliab, Benaiah, Obed-edom, and Jeiel, with harps and lyres; and Asaph sounded the cymbals. ସେମାନଙ୍କ ମଧ୍ୟରେ ଆସଫ ପ୍ରଧାନ, ଦ୍ୱିତୀୟ ଜିଖରୀୟ, ଆଉ ଯୀୟୟେଲ, ଶମୀରାମୋତ୍‍, ଯିହୀୟେଲ, ମତ୍ତଥୀୟ, ଇଲୀୟାବ୍‍, ବନାୟ, ଓବେଦ୍‍-ଇଦୋମ ଓ ଯିୟୀୟେଲ୍‍ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ନେବଲ, ବୀଣା ଓ ଆସଫ ଉଚ୍ଚଧ୍ୱନିର କରତାଳ;
6 Benaiah and Jahaziel the priests were to blow the trumpets regularly before the ark of the covenant of our Father. ଆଉ ବନାୟ ଓ ଯହସୀୟେଲ ଯାଜକମାନେ ତୂରୀ ନିତ୍ୟ ବଜାଇଲେ।
7 On that day David first appointed Asaph and his brothers to give thanks to our Father: ଆଉ ସେହି ଦିନ ଦାଉଦ ପ୍ରଥମେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦ କରିବାର ଭାର ଆସଫ ଓ ତାହାର ଭ୍ରାତୃଗଣର ହସ୍ତରେ ସମର୍ପଣ କଲେ।
8 Give thanks to our Father; call upon his name; proclaim his deeds among the peoples! ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, ତାହାଙ୍କ ନାମରେ ପ୍ରାର୍ଥନା କର; ଲୋକମାନଙ୍କ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।
9 Sing to him; sing praises to him; tell of all his wondrous works! ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକର୍ମ ବିଷୟରେ କଥୋପକଥନ କର।
10 Exult in his holy name; let the hearts of those who seek our Father rejoice! ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ।
11 Seek our Father and his strength; seek his presence continually! ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ଶକ୍ତିର ଅନ୍ୱେଷଣ କର, ସର୍ବଦା ତାହାଙ୍କ ମୁଖର ଅନ୍ୱେଷଣ କର।
12 Remember the wondrous works that he has done, his miracles and the judgments he pronounced. ହେ ତାହାଙ୍କ ଦାସ ଇସ୍ରାଏଲର ବଂଶ, ହେ ଯାକୁବର ସନ୍ତାନଗଣ, ତାହାଙ୍କର ମନୋନୀତ ଲୋକ,
13 You children of Israel his servant, you sons of Jacob, his chosen ones! ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକ୍ରିୟା, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।
14 He is our Father; his judgments are in all the earth. ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ ଅଛି।
15 Remember his covenant forever, the word he commanded for 1,000 generations, ତାହାଙ୍କ ନିୟମ ଚିରକାଳ ସ୍ମରଣ କର, ସେହି ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଅଛନ୍ତି;
16 the covenant he made with Abraham, his sworn oath to Isaac, ସେହି ନିୟମ ସେ ଅବ୍ରହାମଙ୍କ ସଙ୍ଗେ କରିଥିଲେ ଓ ସେହି ଶପଥ ସେ ଇସ୍‌ହାକଙ୍କ ପ୍ରତି କରିଥିଲେ;
17 which he confirmed to Jacob as a statute, to Israel as an everlasting covenant, ପୁଣି, ସେ ତାହା ବିଧି ରୂପେ ଯାକୁବଙ୍କ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଇସ୍ରାଏଲ ପ୍ରତି ସ୍ଥିର କଲେ।
18 saying, "To you I will give the land of Canaan as your allotted inheritance." ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭମାନଙ୍କ ଅଧିକାରର ବାଣ୍ଟ ସେହି କିଣାନ ଦେଶ ତୁମ୍ଭକୁ ଦେବା;”
19 When you were few in number, of little importance, and strangers in the land, ସେହି ସମୟରେ ତୁମ୍ଭେମାନେ କେବଳ ଅଳ୍ପସଂଖ୍ୟକ, ଅତି ଅଳ୍ପ ଲୋକ ଓ ତହିଁ ମଧ୍ୟରେ ପ୍ରବାସୀ ଥିଲ;
20 wandering from nation to nation, from one kingdom to another people, ଆଉ ସେମାନେ ଏକ ଗୋଷ୍ଠୀରୁ ଅନ୍ୟ ଗୋଷ୍ଠୀ ଓ ଏକ ରାଜ୍ୟରୁ ଅନ୍ୟ ଲୋକମାନଙ୍କ ନିକଟକୁ ଭ୍ରମଣ କଲେ।
21 he allowed no one to oppress them; he rebuked kings on their account, ସେ କୌଣସି ଲୋକକୁ ସେମାନଙ୍କ ପ୍ରତି ଉପଦ୍ରବ କରିବାକୁ ଦେଲେ ନାହିଁ; ଆହୁରି ସେ ସେମାନଙ୍କ ସକାଶୁ ରାଜାମାନଙ୍କୁ ଅନୁଯୋଗ କଲେ;
22 "Do not touch my anointed ones, and do my prophets no harm!" କହିଲେ, “ଆମ୍ଭର ଅଭିଷିକ୍ତମାନଙ୍କୁ ସ୍ପର୍ଶ ନ କର ଓ ଆମ୍ଭର ଭବିଷ୍ୟଦ୍‍ବକ୍ତାମାନଙ୍କ ପ୍ରତି କୌଣସି କ୍ଷତି ନ କର।”
23 Sing to our Father, all the earth! Proclaim his salvation day after day. ହେ ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ଦିନକୁ ଦିନ ତାହାଙ୍କ କୃତ ପରିତ୍ରାଣ ପ୍ରକାଶ କର।
24 Publish his glorious deeds among the nations; tell every people the amazing things he has done! ନାନା ଦେଶୀୟଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମୁଦାୟ ଗୋଷ୍ଠୀ ମଧ୍ୟରେ ତାହାଙ୍କର ଆଶ୍ଚର୍ଯ୍ୟକ୍ରିୟା ପ୍ରଚାର କର।
25 For great is our Father, and most worthy of praise; he is to be feared above all gods. କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ ଅଟନ୍ତି; ମଧ୍ୟ ସେ ସକଳ ଦେବତା ଅପେକ୍ଷା ଭୟଯୋଗ୍ୟ।
26 For all the gods of the peoples are idols, but our Father made the heavens. କାରଣ, ନାନା ଗୋଷ୍ଠୀୟମାନଙ୍କ ଦେବତାସବୁ ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।
27 Splendor and majesty are before him; strength and joy are in his dwelling. ସମ୍ଭ୍ରମ ଓ ପ୍ରଭାବ ତାହାଙ୍କର ଅଗ୍ରବର୍ତ୍ତୀ, ଶକ୍ତି ଓ ଆହ୍ଲାଦ ତାହାଙ୍କ ସ୍ଥାନରେ ବିଦ୍ୟମାନ।
28 Ascribe to our Father, all families of the peoples, ascribe to our Father glory and strength! ହେ ନାନା ଦେଶୀୟ ଗୋଷ୍ଠୀସମୂହ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର।
29 Ascribe to our Father the glory due his name; bring an offering and come before him! Worship our Father in the splendor of holiness. ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ଛାମୁକୁ ଆସ; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର।
30 Tremble before him, all the earth! Indeed, the world is firmly established; it will never be moved. ସମୁଦାୟ ପୃଥିବୀ! ତାହାଙ୍କ ଛାମୁରେ କମ୍ପମାନ ହୁଅ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ନୋହିବ।
31 Let the heavens be glad, and let the earth rejoice, and let them say among the nations, "Our Father reigns!" ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କରୁ; ଆଉ ଲୋକମାନେ ଦେଶସମୂହ ମଧ୍ୟରେ କହନ୍ତୁ, “ସଦାପ୍ରଭୁ ରାଜ୍ୟ କରନ୍ତି।”
32 Let the sea roar, and all that fills it; let the fields exult, and everything in them! ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ; କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ;
33 Then the trees of the forest will sing for joy before our Father, for he comes to judge the earth. ସେତେବେଳେ ବନସ୍ଥ ବୃକ୍ଷଶ୍ରେଣୀ ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦରେ ଗାନ କରିବେ, କାରଣ, ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି।
34 Give thanks to our Father, for he is good; for his covenant love endures forever! ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ, ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
35 Say also: "Save us, our Father; gather us and rescue us from among the nations, that we may give thanks to your holy name and exult in your praise." ଆଉ, ତୁମ୍ଭେମାନେ କୁହ, “ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ତ୍ରାଣ କର, ଆମ୍ଭମାନଙ୍କୁ ସଂଗ୍ରହ କର ଓ ଦେଶୀୟମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ଆମ୍ଭେମାନେ ତୁମ୍ଭ ପବିତ୍ର ନାମର ଧନ୍ୟବାଦ କରିବା ଓ ତୁମ୍ଭ ପ୍ରଶଂସାରେ ଜୟଧ୍ୱନି କରିବା।”
36 Blessed be our Father, from everlasting to everlasting! Then all the people said, "Amen!" and praised our Father. ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ। ଏଥିରେ ସମଗ୍ର ଲୋକ କହିଲେ, “ଆମେନ୍‍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ।
37 So David left Asaph and his brothers there before the ark of the covenant of our Father, to minister regularly before the ark as each day required, ଏଥିଉତ୍ତାରେ ଦାଉଦ ପ୍ରତିଦିନର ପ୍ରୟୋଜନାନୁସାରେ ସିନ୍ଦୁକ ସମ୍ମୁଖରେ ନିତ୍ୟ ପରିଚର୍ଯ୍ୟା କରିବା ନିମନ୍ତେ ଆସଫକୁ ଓ ତାହାର ଭ୍ରାତୃଗଣକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ରଖିଲେ
38 and Obed-edom with his sixty-eight brothers; Obed-edom son of Jeduthun and Hosah were to be gatekeepers. ଆଉ ଓବେଦ୍‍-ଇଦୋମ ଓ ସେମାନଙ୍କର ଅଠଷଠି ଜଣ ଭ୍ରାତା; ମଧ୍ୟ ଯିଦୂଥୂନ୍‍‍ର ପୁତ୍ର ଓବେଦ୍‍-ଇଦୋମ, ଆଉ ହୋଷା ଦ୍ୱାରପାଳ ହେଲେ
39 And Zadok the priest and his fellow priests served before the tabernacle of our Father at the high place that was at Gibeon, ଆଉ, ଇସ୍ରାଏଲ ପ୍ରତି ଆଦିଷ୍ଟ ସଦାପ୍ରଭୁଙ୍କ ବ୍ୟବସ୍ଥାର ସମସ୍ତ ଲିଖନ-ପ୍ରମାଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବେଦି ଉପରେ ନିତ୍ୟ ପ୍ରାତଃକାଳୀନ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କରିବା ପାଇଁ
40 to offer burnt offerings to our Father on the altar of burnt offering regularly, morning and evening, according to all that is written in the law of our Father, which he commanded Israel. ସାଦୋକ ଯାଜକ ଓ ତାହାର ଯାଜକ-ଭ୍ରାତୃଗଣ ଗିବୀୟୋନ୍‍ସ୍ଥ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ରହିଲେ;
41 With them were Heman and Jeduthun and the rest of those chosen and designated by name to give thanks to our Father, for his covenant love endures forever. ପୁଣି, ସଦାପ୍ରଭୁଙ୍କ ଦୟା ଅନନ୍ତକାଳସ୍ଥାୟୀ, ଏହେତୁ ତାହାଙ୍କ ଧନ୍ୟବାଦ କରିବା ପାଇଁ ହେମନ ଓ ଯିଦୂଥୂନ୍‍; ପୁଣି, ଯେଉଁ ଅବଶିଷ୍ଟ ମନୋନୀତ ଲୋକମାନଙ୍କ ନାମ ଲେଖାଗଲା, ସେମାନେ ଉକ୍ତ ଲୋକଙ୍କ ସଙ୍ଗେ ରହିଲେ।
42 Heman and Jeduthun had with them trumpets and cymbals to sound, and instruments for the sacred songs of our Father. The sons of Jeduthun were stationed at the gate. ଆଉ, ହେମନ, ଯିଦୂଥୂନ୍‍ ତୂରୀ, କରତାଳ ଓ ପରମେଶ୍ୱରଙ୍କ ଗୀତାର୍ଥକ ବାଦ୍ୟଯନ୍ତ୍ର ବଜାଇବା ପାଇଁ ଉଚ୍ଚଧ୍ୱନିକାରୀମାନଙ୍କ ସଙ୍ଗରେ ରହିଲେ; ଆଉ ଯିଦୂଥୂନ୍‍‍ର ପୁତ୍ରମାନେ ଦ୍ୱାରପାଳ ହେଲେ।
43 Then all the people departed, each to his home, and David turned to bless his own household. ଏଥିଉତ୍ତାରେ ସମଗ୍ର ଲୋକ ପ୍ରସ୍ଥାନ କରି ଆପଣା ଆପଣା ଗୃହକୁ ଗଲେ; ଆଉ, ଦାଉଦ ଆପଣାର ପରିଜନବର୍ଗକୁ ଆଶୀର୍ବାଦ କରିବା ପାଇଁ ଫେରିଗଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]