Skip to content
The Believer's Library

Indian Revised Version(IRV) Odia - 2021

1 Chronicles 17 IRVOry

Show IRVOry only
Verse × ×
1 After David settled in his house, he told Nathan the prophet, "Look, I live in a cedar house, but the ark of our Father's covenant sits under tent curtains." ଏଥିଉତ୍ତାରେ ଦାଉଦ ଆପଣା ଗୃହରେ ବାସ କରୁଥିବା ବେଳେ ସେ ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ଦେଖ, ମୁଁ ଏରସ କାଷ୍ଠନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଯବନିକା ମଧ୍ୟରେ ବାସ କରୁଅଛି।”
2 Nathan replied to David, "Do all that is in your heart, for our Father is with you." ତହିଁରେ ନାଥନ ଦାଉଦଙ୍କୁ କହିଲେ, “ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।”
3 But that night the word of our Father came to Nathan: ଏଉତ୍ତାରେ ସେହି ରାତ୍ରିରେ ପରମେଶ୍ୱରଙ୍କ ବାକ୍ୟ ନାଥନଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
4 Go tell David my servant: "This is what your Father says: You are not the one to build me a house to live in." ଯାଅ, “ଆମ୍ଭ ଦାସ ଦାଉଦଙ୍କୁ ଜଣାଅ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ ନାହିଁ;
5 I haven't lived in a house from the day I brought Israel up to now—I've moved tent to tent, dwelling to dwelling. କାରଣ ଆମ୍ଭେ ଇସ୍ରାଏଲକୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ; ମାତ୍ର ଏ ତମ୍ବୁରୁ ସେ ତମ୍ବୁକୁ ଓ ଏକ ଆବାସରୁ ଅନ୍ୟ ଆବାସକୁ ଯାଇଅଛୁ।
6 Wherever I moved with all Israel, did I ever speak a word to any of Israel's judges, whom I commanded to shepherd my people, asking, 'Why haven't you built me a cedar house?' ଆମ୍ଭେ ସମୁଦାୟ ଇସ୍ରାଏଲ ସହିତ ଯେଉଁସବୁ ସ୍ଥାନରେ ଗମନାଗମନ କଲୁ, ତହିଁ ମଧ୍ୟରୁ କୌଣସି ସ୍ଥାନରେ, ଆମ୍ଭ ଲୋକମାନଙ୍କୁ ପାଳନ କରିବା ପାଇଁ ଯେଉଁମାନଙ୍କୁ ଆଜ୍ଞା କରିଥିଲୁ, ଇସ୍ରାଏଲର ଏପରି କୌଣସି ବିଚାରକର୍ତ୍ତାକୁ, ତୁମ୍ଭେମାନେ କାହିଁକି ଆମ୍ଭ ପାଇଁ ଏରସ କାଷ୍ଠର ଗୃହ ନିର୍ମାଣ କରି ନାହଁ, ଏପରି ଏକ କଥା କʼଣ ଆମ୍ଭେ କହିଅଛୁ?
7 So tell my servant David: "This is what the Father of heaven's armies says: I took you from the pasture, from following the flock, to be ruler over my people Israel. ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦଙ୍କୁ ଏପରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍‍ଗମନରୁ ଗ୍ରହଣ କଲୁ।
8 I've been with you everywhere you went, and cut off all your enemies before you. Now I'll make your name like the name of earth's greatest ones. ପୁଣି, ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ନାମ କରିବା।
9 I will appoint a place for my people Israel and plant them there, to live in their own home, never disturbed again. Wicked people will no longer wear them down as before, ଆଉ ଆମ୍ଭେ ଆପଣା ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା; ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଚାଳିତ ନୋହିବେ; କିଅବା ଯେପରି ପୂର୍ବକାଳରେ ଓ ଯେ ସମୟାବଧି
10 since I appointed judges over my people Israel, I will subdue all your enemies. I tell you: your Father will build you a house. ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ ନାଶ କରିବେ ନାହିଁ; ଆଉ ଆମ୍ଭେ ତୁମ୍ଭର ସମୁଦାୟ ଶତ୍ରୁଙ୍କୁ ଅବନତ କରିବା। ଆହୁରି ଆମ୍ଭେ ତୁମ୍ଭକୁ କହୁଅଛୁ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ।
11 When your days end and you go to be with your ancestors, I will raise your offspring after you, one of your sons, and I will establish his kingdom. ପୁଣି, ଆପଣା ପିତୃଲୋକଙ୍କ ନିକଟକୁ ତୁମ୍ଭର ଯିବାର ଦିନ ପୂର୍ଣ୍ଣ ହେଲେ, ଆମ୍ଭେ ତୁମ୍ଭ ଉତ୍ତାରେ ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ତୁମ୍ଭ ବଂଶ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା।
12 He is the one who will build me a house, and I will establish his throne forever. ସେ ଆମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ସିଂହାସନ ଅନନ୍ତକାଳସ୍ଥାୟୀ କରିବା।
13 I will be his Father; he will be my son. I won't remove my covenant love from him as I removed it from the one before you. ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ପୁଣି, ତୁମ୍ଭ ପୂର୍ବବର୍ତ୍ତୀ ଶାସକଙ୍କଠାରୁ(ଶାଉଲ) ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଦୂର କରିବା ନାହିଁ;
14 I will set him over my house and my kingdom forever; his throne will stand firm forever." ମାତ୍ର, ଆମ୍ଭେ ଆପଣା ଗୃହରେ ଓ ଆପଣା ରାଜ୍ୟରେ ତାହାକୁ ଅନନ୍ତକାଳ ସ୍ଥିର କରିବା ଓ ତାହାର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।’”
15 Nathan reported to David all these words and this entire vision. ନାଥନ ଦାଉଦଙ୍କୁ ଏସମସ୍ତ ବାକ୍ୟ ଓ ଦର୍ଶନ ଅନୁସାରେ କଥା କହିଲେ।
16 Then King David went in, sat before our Father, and said, "Who am I, my Father, and what is my house, that you have brought me this far? ଏଥିରେ ଦାଉଦ ରାଜା ଭିତରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ ଓ କହିଲେ, “ହେ ସଦାପ୍ରଭୁ ପରମେଶ୍ୱର! ମୁଁ କିଏ ଓ ମୋହର ବଂଶ ଅବା କି ଯେ, ତୁମ୍ଭେ ମୋତେ ଏପର୍ଯ୍ୟନ୍ତ ଆଣିଅଛ?
17 And as if this were a small thing in your eyes, my Father—you have spoken of your servant's house reaching into the distant future, and you have looked on me as the greatest of men, my Father. ତଥାପି ହେ ପରମେଶ୍ୱର! ଏହା ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘକାଳର କଥା କହିଅଛ, ଆଉ ହେ ସଦାପ୍ରଭୁ ପରମେଶ୍ୱର! ତୁମ୍ଭେ ମୋତେ ଉଚ୍ଚପଦସ୍ଥ ମନୁଷ୍ୟର ଶ୍ରେଣୀଭୁକ୍ତ ବୋଲି ଜ୍ଞାନ କରିଅଛ।
18 What more can David say to you for honoring your servant? For you know your servant. ଏଣୁ ତୁମ୍ଭ ଦାସ ପ୍ରତି କୃତ ସମ୍ମାନ ବିଷୟରେ ଦାଉଦ ତୁମ୍ଭଙ୍କୁ ଆଉ କଅଣ କହିପାରେ? ତୁମ୍ଭେ ଆପଣା ଦାସକୁ ଜାଣୁଅଛ।
19 My Father, for your servant's sake and by your own heart, you have done all these great things, revealing all these great promises. ହେ ସଦାପ୍ରଭୋ! ତୁମ୍ଭେ ଏହି ସକଳ ମହତ୍ ବିଷୟ ଜଣାଇବା ପାଇଁ ଆପଣା ଦାସ ସକାଶେ ଓ ଆପଣା ହୃଦୟାନୁସାରେ ଏହି ସକଳ ମହତ୍ କର୍ମ ସାଧନ କରିଅଛ।
20 My Father, none is like you, no Father besides you, as all we've heard with our ears. ହେ ସଦାପ୍ରଭୋ! ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ।
21 Who is like your people Israel, the one nation on earth our Father went to redeem as a people for himself, making yourself a name by great and awesome deeds, driving out nations before your people, whom you redeemed from Egypt? ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ ଓ ମିସରରୁ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରୁ ନାନା ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ମହତ୍ ଓ ଭୟାନକ କର୍ମ ଦ୍ୱାରା ତୁମ୍ଭର ନାମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।
22 You made your people Israel your very own forever, and you, my Father, became their Father. ତୁମ୍ଭେ ଆପଣା ଲୋକ ଇସ୍ରାଏଲକୁ ଅନନ୍ତକାଳ ଆପଣାର ଲୋକ କରିଅଛ, ଆଉ ହେ ସଦାପ୍ରଭୋ! ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ।
23 Now, my Father, let the word you spoke about your servant and his house stand forever; do as you have spoken. ଏବେ ହେ ସଦାପ୍ରଭୋ! ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ କଥା କହିଅଛ; ତାହା ଅନନ୍ତକାଳ ସ୍ଥିରୀକୃତ ହେଉ ଓ ତୁମ୍ଭେ ଯେପରି କହିଅଛ, ସେପରି କର।
24 Let it stand, and your name grow great forever, so it's said, 'The Father of heaven's armies is our Father over Israel.' Let your servant David's house be established before you. ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ସେ ଇସ୍ରାଏଲର ସପକ୍ଷ ପରମେଶ୍ୱର ଅଟନ୍ତି ଓ ତୁମ୍ଭ ଦାସ ଦାଉଦର ବଂଶ ତୁମ୍ଭ ସମ୍ମୁଖରେ ସ୍ଥାପିତ ହୋଇଅଛି, ଏହି କଥା ଦ୍ୱାରା ତୁମ୍ଭର ନାମ ଅନନ୍ତକାଳ ସ୍ଥିରୀକୃତ ଓ ମହତ୍ ହେଉ।
25 For you, my Father, revealed to your servant that you will build him a house—so your servant found courage to pray before you. କାରଣ, ହେ ମୋହର ପରମେଶ୍ୱର! ତୁମ୍ଭେ ମୋʼ ପାଇଁ ଏକ ବଂଶ ସ୍ଥାପନ କରିବ ବୋଲି ଆପଣା ଦାସର କର୍ଣ୍ଣଗୋଚର କରିଅଛ; ଏହେତୁ ତୁମ୍ଭ ନିକଟରେ ଏହି ପ୍ରାର୍ଥନା କରିବାକୁ ତୁମ୍ଭ ଦାସ ସାହସ ପାଇଅଛି।
26 Now, my Father, you are our Father; you promised your servant this good thing. ଏବେ ହେ ସଦାପ୍ରଭୋ! ତୁମ୍ଭେ ହିଁ ପରମେଶ୍ୱର, ପୁଣି, ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ।
27 Now you have chosen to bless your servant's house, so it may continue before you forever; for you, my Father, have blessed it, and it is blessed forever." ତୁମ୍ଭ ଦାସର ବଂଶ ତୁମ୍ଭ ସମ୍ମୁଖରେ ଅନନ୍ତକାଳସ୍ଥାୟୀ ହେବା ପାଇଁ ତୁମ୍ଭେ ଅନୁଗ୍ରହ କରି ତାହାକୁ ଆଶୀର୍ବାଦ କରିଅଛ; କାରଣ, ହେ ସଦାପ୍ରଭୋ, ତୁମ୍ଭେ ଆଶୀର୍ବାଦ କରିଅଛ, ଏଣୁ ତାହା ଅନନ୍ତକାଳ ଆଶୀର୍ବାଦଯୁକ୍ତ ଅଟେ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]