Skip to content
The Believer's Library

Indian Revised Version(IRV) Odia - 2021

1 Chronicles 18 IRVOry

Show IRVOry only
Verse × ×
1 After this, David defeated the Philistines, subduing them, and took Gath and its villages from the Philistines' hand. ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ; ଆଉ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍‍ ଓ ତହିଁର ଉପନଗରସକଳ ହରଣ କଲେ।
2 He also defeated Moab, and the Moabites became subject to David and brought him tribute. ତହିଁ ଉତ୍ତାରେ ସେ ମୋୟାବୀୟମାନଙ୍କୁ ପରାସ୍ତ କଲେ; ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ।
3 David defeated Hadadezer king of Zobah, up to Hamath, going to extend his power to the Euphrates River. ଆହୁରି ସୋବାର ରାଜା ହଦଦେଷର ଫରାତ୍‍ ନଦୀ ନିକଟରେ ଆପଣା ରାଜ୍ୟ ସ୍ଥାପନ କରିବାକୁ ଯିବା ସମୟରେ ଦାଉଦ ତାହାକୁ ହମାତ୍‍ ପର୍ଯ୍ୟନ୍ତ ପରାସ୍ତ କଲେ।
4 David captured from him 1,000 chariots, 7,000 horsemen, and 20,000 foot soldiers. He hamstrung all the chariot horses, keeping enough for one hundred chariots. ପୁଣି, ଦାଉଦ ତାହାଠାରୁ ଏକ ସହସ୍ର ରଥ ଓ ସାତ ସହସ୍ର ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ;
5 When Aram of Damascus came to help Hadadezer king of Zobah, David struck down 22,000 Arameans. ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ରାଜା ହଦଦେଷରକୁ ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ।
6 David placed garrisons in Aram-Damascus; the Arameans became his servants, paying tribute. And our Father gave David victory wherever he went. ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି, ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ; ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।
7 David took the gold shields carried by Hadadezer's officers and brought them to Jerusalem. ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ-ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ।
8 From Tibhath and Cun, Hadadezer's cities, David took huge amounts of bronze; with it Solomon made the bronze Sea, the pillars, and bronze vessels. ପୁଣି, ଦାଉଦ ହଦଦେଷରର ଅଧିକାରସ୍ଥ ଟିଭତ୍‍ ଓ କୂନ୍‍ ନଗରରୁ ଅଧିକ ପରିମାଣର ପିତ୍ତଳ ଆଣିଲେ, ତଦ୍ଦ୍ୱାରା ଶଲୋମନ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଓ ଦୁଇ ସ୍ତମ୍ଭ ଓ ପିତ୍ତଳମୟ ପାତ୍ରସକଳ ନିର୍ମାଣ କଲେ।
9 When Tou king of Hamath heard David had defeated Hadadezer king of Zobah's whole army, ଏଥିଉତ୍ତାରେ ଦାଉଦ ସୋବାର ରାଜା ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତ୍‍ର ରାଜା ତୟି ଶୁଣନ୍ତେ,
10 he sent his son Hadoram to King David to greet and bless him for fighting and defeating Hadadezer, who had often warred with Tou. Hadoram brought gold, silver, and bronze articles of every kind. ଦାଉଦ ରାଜାଙ୍କର ମଙ୍ଗଳ ବାର୍ତ୍ତା ପଚାରିବା ପାଇଁ ଓ ହଦଦେଷରର ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ପରାସ୍ତ କରିବା ସକାଶୁ ତାଙ୍କର ଧନ୍ୟବାଦ କରିବା ପାଇଁ ସେ ଆପଣା ପୁତ୍ର ହଦୋରାମକୁ ତାଙ୍କ ନିକଟକୁ ପଠାଇଲା; ଯେହେତୁ ହଦଦେଷରର ତୟି ସଙ୍ଗେ ଯୁଦ୍ଧ ଥିଲା; ଆଉ ହଦୋରାମ ସହିତ ସୁନା ଓ ରୂପା ଓ ପିତ୍ତଳର ସର୍ବପ୍ରକାର ପାତ୍ର ଥିଲା।
11 King David dedicated these to our Father, with the silver and gold he had taken from all the nations: Edom, Moab, the Ammonites, the Philistines, and Amalek. ଦାଉଦ ରାଜା ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟଗଣ ଓ ଅମାଲେକ ପ୍ରଭୃତି ସମସ୍ତ ଗୋଷ୍ଠୀଠାରୁ ଯେଉଁ ସୁନା ଓ ରୂପା ଆଣିଥିଲେ ତହିଁ ସଙ୍ଗେ ଏହିସବୁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ।
12 Abishai son of Zeruiah struck down 18,000 Edomites in the Valley of Salt. ଆହୁରି ସରୁୟାର ପୁତ୍ର ଅବୀଶୟ ଲବଣ ଉପତ୍ୟକାରେ ଅଠର ହଜାର ଇଦୋମୀୟ ଲୋକଙ୍କୁ ବଧ କଲା।
13 David placed garrisons in Edom; all Edomites became his subjects, and our Father gave him victory wherever he went. ଆଉ ସେ ଇଦୋମରେ ପ୍ରହରୀ-ଦଳ ସ୍ଥାପନ କଲା; ତହିଁରେ ଇଦୋମୀୟ ସମସ୍ତ ଲୋକ ଦାଉଦଙ୍କର ଦାସ ହେଲେ। ପୁଣି, ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।
14 So David reigned over all Israel, administering justice and righteousness for all his people. ଏହିରୂପେ ଦାଉଦ ସମଗ୍ର ଇସ୍ରାଏଲ ଉପରେ ରାଜତ୍ୱ କଲେ ଓ ଆପଣାର ସମସ୍ତ ଲୋକଙ୍କ ପ୍ରତି ବିଚାର ଓ ନ୍ୟାୟ କଲେ।
15 Joab son of Zeruiah commanded the army; Jehoshaphat son of Ahilud was recorder; ପୁଣି, ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଆଉ ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ ଥିଲା।
16 Zadok son of Ahitub and Ahimelech son of Abiathar were priests; Shavsha was secretary; ପୁଣି, ଅହୀଟୂବ୍‍ର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍‍ ଯାଜକ ଥିଲେ; ଆଉ, ଶାବ୍ଶା ଲେଖକ ଥିଲା।
17 Benaiah son of Jehoiada led the Cherethites and Pelethites; David's sons served as top officials beside the king. ପୁଣି, ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା; ଆଉ ଦାଉଦଙ୍କର ପୁତ୍ରମାନେ ରାଜାଙ୍କର ନିକଟବର୍ତ୍ତୀ ପ୍ରଧାନ ଥିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]