Skip to content
The Believer's Library

Indian Revised Version(IRV) Odia - 2021

1 Chronicles 21 IRVOry

Show IRVOry only
Verse × ×
1 Now the Accuser rose up against Israel and incited David to count Israel. ଏଥିଉତ୍ତାରେ ଶୟତାନ ଇସ୍ରାଏଲ ପ୍ରତିକୂଳରେ ଠିଆ ହୋଇ ଇସ୍ରାଏଲକୁ ଗଣନା କରିବା ପାଇଁ ଦାଉଦଙ୍କୁ ପ୍ରବର୍ତ୍ତାଇଲା।
2 David told Joab and the army's commanders, "Go, count Israel from Beersheba to Dan, and report to me, so I may know their number." ତହିଁରେ ଦାଉଦ ଯୋୟାବକୁ ଓ ଲୋକମାନଙ୍କ ଅଧିପତିମାନଙ୍କୁ କହିଲେ, “ଯାଅ, ବେର୍‍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲକୁ ଗଣନା କରି ମୋʼ ନିକଟକୁ ସମ୍ବାଦ ଆଣ, ତହିଁରେ ମୁଁ ସେମାନଙ୍କର ସଂଖ୍ୟା ଜାଣିବି।”
3 Joab said, "May our Father add to his people a hundredfold! My lord king, are all these not my lord's servants? Why does my lord ask for this? Why bring guilt on Israel?" ଏଥିରେ ଯୋୟାବ କହିଲା, “ଏବେ ଯେତେ ଅଛନ୍ତି, ସଦାପ୍ରଭୁ ତହିଁର ଶତଗୁଣ ଅଧିକ ଆପଣା ଲୋକଙ୍କୁ ବୃଦ୍ଧି କରନ୍ତୁ; ମାତ୍ର, ହେ ମୋʼ ପ୍ରଭୁ ମହାରାଜ, ସେହି ସମସ୍ତେ କʼଣ ମୋʼ ପ୍ରଭୁଙ୍କର ଦାସ ନୁହନ୍ତି? କାହିଁକି ମୋʼ ପ୍ରଭୁ ଏହା କରିବାକୁ ଚାହୁଁଅଛନ୍ତି? କାହିଁକି ସେ ଇସ୍ରାଏଲର ଅପରାଧର କାରଣ ହେବେ?”
4 But the king overrode Joab, so Joab went out, traveled through all Israel, then came to Jerusalem. ତଥାପି ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ପ୍ରବଳ ହେଲା। ଏହେତୁ ଯୋୟାବ ପ୍ରସ୍ଥାନ କରି ସମୁଦାୟ ଇସ୍ରାଏଲ ମଧ୍ୟରେ ଭ୍ରମଣ କରି ଯିରୂଶାଲମରେ ଉପସ୍ଥିତ ହେଲା।
5 Joab gave David the census count: All Israel had one million 100,000 swordsmen, Judah 470,000 swordsmen. ପୁଣି, ଯୋୟାବ ଦାଉଦଙ୍କ ନିକଟରେ ଗଣିତ ଲୋକମାନଙ୍କର ସଂଖ୍ୟା ସମର୍ପଣ କଲା। ତହିଁରେ ସମସ୍ତ ଇସ୍ରାଏଲର ଏଗାର ଲକ୍ଷ ଖଡ୍ଗଧାରୀ ଲୋକ ଓ ଯିହୁଦାର ଚାରି ଲକ୍ଷ ସତୁରି ହଜାର ଖଡ୍ଗଧାରୀ ଲୋକ ଥିଲେ।
6 He did not count Levi and Benjamin, for Joab detested the king's command. ମାତ୍ର, ସେ ସେମାନଙ୍କ ମଧ୍ୟରେ ଲେବୀ ଓ ବିନ୍ୟାମୀନ୍-ଲୋକମାନଙ୍କୁ ଗଣନା କଲା ନାହିଁ; କାରଣ, ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ଘୃଣାଯୋଗ୍ୟ ଥିଲା।
7 This was deeply wrong in our Father's sight, so he struck Israel. ଆଉ, ପରମେଶ୍ୱର ଏହି କାର୍ଯ୍ୟରେ ଅସନ୍ତୁଷ୍ଟ ହେଲେ; ଏହେତୁ ସେ ଇସ୍ରାଏଲକୁ ଆଘାତ କଲେ।
8 Then David said to our Father, "I have sinned greatly in doing this. Now, please take away your servant's guilt, for I have acted very foolishly." ତହୁଁ ଦାଉଦ ପରମେଶ୍ୱରଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଅଛି; ମାତ୍ର, ଏବେ ମୁଁ ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ, ମୁଁ ଅତି ମୂର୍ଖର କର୍ମ କରିଅଛି।”
9 And our Father spoke to Gad, David's seer: ଏଥିରେ ସଦାପ୍ରଭୁ ଦାଉଦଙ୍କର ଦର୍ଶକ ଗାଦ୍‍କୁ କହିଲେ,
10 Go and say to David, "Your Father says: I hold three things over you—choose one of them, and I will do it to you." “ଯାଅ, ଦାଉଦଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।’”
11 Gad came to David and said to him, "This is what our Father says: 'Choose for yourself, ତହିଁରେ ଗାଦ୍‍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଯାହା ତୁମ୍ଭର ଇଚ୍ଛା, ତାହା ଗ୍ରହଣ କର;
12 either three years of famine, or three months swept before your foes as their sword overtakes you, or three days of the sword of our Father: plague in the land, the angel of our Father destroying throughout all Israel's territory.' Now decide what answer I bring back to the one who sent me." ତିନି ବର୍ଷ ଦୁର୍ଭିକ୍ଷ ହେବ; ଅବା ତୁମ୍ଭେ ଆପଣା ବିପକ୍ଷମାନଙ୍କ ସମ୍ମୁଖରେ ତିନି ମାସ ପର୍ଯ୍ୟନ୍ତ କ୍ଷୀଣ ହୁଅନ୍ତେ, ତୁମ୍ଭ ଶତ୍ରୁମାନଙ୍କ ଖଡ୍ଗ ତୁମ୍ଭକୁ ଧରିବ; କିଅବା ତିନି ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଖଡ୍ଗ ଭ୍ରମଣ କରିବ, ଅର୍ଥାତ୍‍, ଦେଶରେ ମହାମାରୀ ହେବ ଓ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସଦାପ୍ରଭୁଙ୍କ ଦୂତ ବିନାଶ କରିବ। ମୋʼ ପ୍ରେରଣକର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ଏବେ ବିବେଚନା କର।”
13 David told Gad, "I'm in great distress. Let me fall into our Father's hand, for his compassion is very great—but not into the hand of man." ତହିଁରେ ଦାଉଦ ଗାଦ୍‍କୁ କହିଲେ, “ମୁଁ ବଡ଼ ଅସୁବିଧାରେ ପଡ଼ିଲି; ମୁଁ ସଦାପ୍ରଭୁଙ୍କ ହସ୍ତରେ ପଡ଼େ, କାରଣ, ତାହାଙ୍କର ଦୟା ଅତି ପ୍ରଚୁର; ମାତ୍ର, ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।”
14 So our Father sent a plague on Israel, and 70,000 men of Israel fell. ତହୁଁ ସଦାପ୍ରଭୁ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଇସ୍ରାଏଲ ମଧ୍ୟରୁ ସତୁରି ହଜାର ଲୋକ ମଲେ।
15 And our Father sent an angel to destroy Jerusalem; but as the angel destroyed it, our Father saw and relented from the calamity, and said to the angel, "Enough! Stay your hand." The angel of our Father stood by the threshing floor of Ornan the Jebusite. ଏଉତ୍ତାରେ ପରମେଶ୍ୱର ଯିରୂଶାଲମ ବିନାଶ କରିବା ପାଇଁ ସେଠାକୁ ଦୂତ ପଠାଇଲେ; ଆଉ ସେ ବିନାଶ କରିବାକୁ ଉଦ୍ୟତ ହେବା ସମୟରେ ସଦାପ୍ରଭୁ ଦୃଷ୍ଟିପାତ କଲେ ଓ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା! ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ତେବେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଠିଆ ହେଲା।
16 David looked up and saw the angel of our Father standing between earth and heaven, sword drawn in hand, reaching out over Jerusalem. Then David and the elders, covered in sackcloth, fell facedown. ତହୁଁ ଦାଉଦ ଅନାଇ ସଦାପ୍ରଭୁଙ୍କ ଦୂତକୁ ପୃଥିବୀ ଓ ଆକାଶ ମଧ୍ୟରେ ଠିଆ ହୋଇ ଆପଣା ହସ୍ତରେ ନିଷ୍କୋଷ ଖଡ୍ଗ ଯିରୂଶାଲମ ଉପରେ ପ୍ରସାରିତ କରିଥିବାର ଦେଖିଲେ। ସେତେବେଳେ ଅଖାବସ୍ତ୍ର ପରିହିତ ଦାଉଦ ଓ ପ୍ରାଚୀନମାନେ ମୁହଁ ମାଡ଼ି ପଡ଼ିଲେ।
17 David said to our Father, "Was it not I who ordered the people counted? I am the one who sinned and did great evil. But these sheep—what have they done? O my Father, let your hand be against me and my father's house, not against your people with plague." ପୁଣି, ଦାଉଦ ପରମେଶ୍ୱରଙ୍କୁ କହିଲେ, “ଲୋକ ଗଣନା କରିବାକୁ ଯେ ଆଜ୍ଞା ଦେଲା, ସେ କʼଣ ମୁଁ ନୁହେଁ? ମୁଁ ସିନା ପାପ କରିଅଛି ଓ ଅତି ଦୁଷ୍କର୍ମ କରିଅଛି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ହେ ସଦାପ୍ରଭୁ ଆମ୍ଭ ପରମେଶ୍ୱର, ତୁମ୍ଭ ହସ୍ତ ମୋʼ ବିରୁଦ୍ଧରେ ଓ ମୋʼ ପିତୃଗୃହ ପ୍ରତିକୂଳରେ ହେଉ, ମାତ୍ର, ତୁମ୍ଭର ଲୋକମାନଙ୍କୁ ପ୍ରହାର କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ନ ହେଉ।”
18 The angel of our Father told Gad to have David go up and build an altar to our Father at Ornan the Jebusite's threshing floor. ସେତେବେଳେ ସଦାପ୍ରଭୁଙ୍କ ଦୂତ ଦାଉଦଙ୍କୁ କହିବା ପାଇଁ ଗାଦ୍‍କୁ ଆଜ୍ଞା କଲେ ଯେ, ଦାଉଦ ଯାଇ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କରୁ।
19 So David went up at Gad's direction, which he had spoken in the name of our Father. ତହୁଁ ସଦାପ୍ରଭୁଙ୍କ ନାମରେ କଥିତ ଗାଦ୍‍ର ବାକ୍ୟାନୁସାରେ ଦାଉଦ ଗଲେ।
20 Ornan turned and saw the angel; his four sons with him hid. He had been threshing wheat. ସେତେବେଳେ ଅରଣନ ଗହମ ମଳୁଥିଲା; ପୁଣି, ସେ ମୁଖ ଫେରାଇ ଦୂତଙ୍କୁ ଦେଖିଲା; ତହୁଁ ତାହାର ସଙ୍ଗେ ଥିବା ଚାରି ପୁତ୍ର ଲୁଚିଲେ।
21 When David came to Ornan, Ornan looked and saw David, left the threshing floor, and bowed to David, face to the ground. ଆଉ ଦାଉଦ ଅରଣନ ନିକଟକୁ ଆସୁ ଆସୁ ଅରଣନ ଅନାଇ ଦାଉଦଙ୍କୁ ଦେଖନ୍ତେ, ଶସ୍ୟମର୍ଦ୍ଦନ ସ୍ଥାନରୁ ବାହାରି ଆସି ଦାଉଦଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା।
22 David said to Ornan, "Give me this threshing-floor site so I can build an altar to our Father on it; give it to me at full price, so the plague is held back from the people." ତେବେ ଦାଉଦ ଅରଣନକୁ କହିଲେ, “ମୋତେ ଏହି ଶସ୍ୟମର୍ଦ୍ଦନ ସ୍ଥାନ ଦିଅ, ମୁଁ ତହିଁରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବି; ସମ୍ପୂର୍ଣ୍ଣ ମୂଲ୍ୟ ନେଇ ତାହା ମୋତେ ଦିଅ; ତହିଁରେ ଲୋକମାନଙ୍କ ମଧ୍ୟରୁ ମହାମାରୀ ନିବୃତ୍ତ ହେବ।”
23 Ornan said to David, "Take it. Let my lord the king do what he sees fit. Look, I give the oxen for burnt offerings, the threshing sledges for wood, and the wheat for the grain offering—I give it all." ତହୁଁ ଅରଣନ ଦାଉଦଙ୍କୁ କହିଲା, “ନିଅନ୍ତୁ, ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା କରନ୍ତୁ; ଦେଖନ୍ତୁ, ମୁଁ ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏହି ଗହମ ଦେଉଅଛି; ମୁଁ ସବୁ ଦେଉଅଛି।”
24 But King David said to Ornan, "No, I will surely buy it at full price. I won't take what is yours for our Father, or offer burnt offerings that cost me nothing." ଏଥିରେ ଦାଉଦ ରାଜା ଅରଣନକୁ କହିଲେ, “ନା; ମାତ୍ର ମୁଁ ଅବଶ୍ୟ ପୂର୍ଣ୍ଣ ମୂଲ୍ୟ ଦେଇ ତାହା କିଣିବି; କାରଣ, ଯାହା ତୁମ୍ଭର, ତାହା ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନେବି ନାହିଁ, କିଅବା ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।”
25 So David paid Ornan about fifteen pounds of gold for the site. ତହୁଁ ଦାଉଦ ସେହି ସ୍ଥାନ ନିମନ୍ତେ ଛଅ ଶହ ଶେକଲ ସୁନା ତୌଲ କରି ଅରଣନକୁ ଦେଲେ।
26 David built an altar there to our Father, offered burnt offerings and peace offerings, and called on our Father, who answered him with fire from heaven on the altar of burnt offering. ପୁଣି, ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ, ଆଉ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସେ ହୋମବଳିର ବେଦି ଉପରେ ଅଗ୍ନି ଦ୍ୱାରା ଆକାଶରୁ ତାଙ୍କୁ ଉତ୍ତର ଦେଲେ।
27 Then our Father commanded the angel, and he put his sword back into its sheath. ପୁଣି, ସଦାପ୍ରଭୁ ଦୂତଙ୍କୁ ଆଜ୍ଞା କଲେ; ତହିଁରେ ସେ ଆପଣା ଖଡ୍ଗ ପୁନର୍ବାର ତହିଁର କୋଷରେ ରଖିଲା।
28 At that time, when David saw our Father had answered him at Ornan the Jebusite's threshing floor, he sacrificed there. ସେତେବେଳେ ସଦାପ୍ରଭୁ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ଉତ୍ତର ଦେବାର ଦେଖି ଦାଉଦ ସେହି ସ୍ଥାନରେ ବଳିଦାନ କଲେ।
29 Moses had made the tabernacle of our Father in the wilderness; it, with the altar of burnt offering, stood then at Gibeon's high place. କାରଣ, ପ୍ରାନ୍ତରରେ ମୋଶାଙ୍କ ନିର୍ମିତ ସଦାପ୍ରଭୁଙ୍କ ଆବାସ ଓ ହୋମବଳିର ବେଦି ସେହି ସମୟରେ ଗିବୀୟୋନ୍‍ସ୍ଥ ଉଚ୍ଚସ୍ଥଳୀରେ ଥିଲା।
30 David could not go there to seek our Father, for he feared the sword of the angel of our Father. ମାତ୍ର, ଦାଉଦ ପରମେଶ୍ୱରଙ୍କୁ ପଚାରିବା ପାଇଁ ତହିଁ ସମ୍ମୁଖକୁ ଯାଇ ପାରିଲେ ନାହିଁ; କାରଣ, ସେ ସଦାପ୍ରଭୁଙ୍କ ଦୂତର ଖଡ୍ଗ ସକାଶୁ ଭୀତ ହୋଇଥିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]