Skip to content
The Believer's Library

Indian Revised Version(IRV) Odia - 2021

1 Chronicles 23 IRVOry

Show IRVOry only
Verse × ×
1 When David was old and had lived many years, he made his son Solomon king over Israel. ଏଥିଉତ୍ତାରେ ଦାଉଦ ବୃଦ୍ଧ ଓ ପୂର୍ଣ୍ଣାୟୁ ହେଲେ ଓ ସେ ଆପଣା ପୁତ୍ର ଶଲୋମନଙ୍କୁ ଇସ୍ରାଏଲ ଉପରେ ରାଜା କଲେ।
2 He gathered together all the leaders of Israel, along with the priests and the Levites. ଆଉ ସେ ଇସ୍ରାଏଲର ସମସ୍ତ ଅଧିପତିଙ୍କୁ ଓ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କଲେ।
3 The Levites thirty years old or older were counted, and their total number was 38,000. ତହୁଁ ତିରିଶ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଲେବୀୟମାନେ ଗଣିତ ହେଲେ; ତହିଁରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣତିରେ ସେମାନେ ଅଠତିରିଶି ହଜାର ହେଲେ।
4 Of these, 24,000 were to oversee the work of our Father's house; 6,000 were officers and judges. ସେମାନଙ୍କ ମଧ୍ୟରୁ ଚବିଶ ହଜାର ଲୋକ ସଦାପ୍ରଭୁଙ୍କ ଗୃହର କାର୍ଯ୍ୟ ଚଳାଇବା ପାଇଁ ନିଯୁକ୍ତ ଥିଲେ; ଆଉ ଛଅ ହଜାର ଲୋକ କାର୍ଯ୍ୟଶାସକ ଓ ବିଚାରକର୍ତ୍ତା ଥିଲେ;
5 4,000 were gatekeepers, and 4,000 praised our Father with instruments David made for praise. ଆଉ ଚାରି ହଜାର ଲୋକ ଦ୍ୱାରପାଳ ଥିଲେ; ଆଉ ପ୍ରଶଂସାର୍ଥେ ମୁଁ ଯେଉଁ ବାଦ୍ୟଯନ୍ତ୍ରସବୁ ନିର୍ମାଣ କଲି ବୋଲି ଦାଉଦ କହିଲେ, ତଦ୍ଦ୍ୱାରା ଚାରି ହଜାର ଲୋକ ସଦାପ୍ରଭୁଙ୍କର ପ୍ରଶଂସା କଲେ।
6 And David divided them into divisions according to the sons of Levi: Gershon, Kohath, and Merari. ପୁଣି, ଦାଉଦ ସେମାନଙ୍କୁ ଲେବୀର ପୁତ୍ରମାନଙ୍କ (ବଂଶ) ଅନୁସାରେ ନାନା ପାଳିରେ ବିଭକ୍ତ କଲେ; ଗେର୍ଶୋନ‍, କହାତ ଓ ମରାରି।
7 Of the Gershonites: Ladan and Shimei. ଗେର୍ଶୋନୀୟମାନଙ୍କ ମଧ୍ୟରୁ ଲାଦନ୍‍ ଓ ଶିମୀୟି।
8 The sons of Ladan: Jehiel the chief, then Zetham and Joel, three in all. ଲାଦନ୍‍ର ପୁତ୍ର; ପ୍ରଧାନ ଯିହୀୟେଲ, ତାହା ଉତ୍ତାରେ ସେଥମ୍‍ ଓ ଯୋୟେଲ, ତିନି ଜଣ।
9 Shimei's sons: Shelomoth, Haziel, and Haran—three. These were Ladan's family heads. ଶିମୀୟିର ପୁତ୍ର; ଶଲୋମୀତ୍‍ ଓ ହସୀୟେଲ୍‍ ଓ ହାରଣ; ତିନି ଜଣ। ଏମାନେ ଲାଦନ୍‍ଙ୍କ ପିତୃବଂଶର ପ୍ରଧାନ ଥିଲେ।
10 And the sons of Shimei: Jahath, Zina, Jeush, and Beriah. These four were the sons of Shimei. ପୁଣି, ଶିମୀୟିର ପୁତ୍ର; ଯହତ୍‍, ସୀଷ, ଯିୟୂଶ୍‍ ଓ ବରୀୟ। ଏହି ଚାରି ଜଣ ଶିମୀୟିର ପୁତ୍ର ଥିଲେ।
11 Jahath was chief, Zizah second; Jeush and Beriah had few sons, so they were counted together as one family, one assignment. ଯହତ୍‍ ପ୍ରଧାନ, ଦ୍ୱିତୀୟ ସୀଷ; ମାତ୍ର ଯିୟୂଶ୍‍ ଓ ବରୀୟର ଅନେକ ପୁତ୍ର ନ ଥିଲେ; ଏହେତୁ ସେମାନେ ଏକତ୍ର ଗଣିତ ହୋଇ ଏକ ପିତୃବଂଶ ହେଲେ।
12 The sons of Kohath: Amram, Izhar, Hebron, and Uzziel, four in all. କହାତର ପୁତ୍ର; ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ; ଚାରି ଜଣ।
13 The sons of Amram: Aaron and Moses. Aaron was set apart to consecrate the most holy things, he and his sons forever, to make offerings before our Father, to serve him, and to bless in his name forever. ଅମ୍ରାମ୍‍ର ପୁତ୍ର; ହାରୋଣ ଓ ମୋଶା; ପୁଣି, ହାରୋଣ ଯେପରି ମହାପବିତ୍ର ବସ୍ତୁ ପବିତ୍ର କରିବ, ଏଥିପାଇଁ ଯୁଗାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପଦାହ, ତାହାଙ୍କର ପରିଚର୍ଯ୍ୟା ଓ ତାହାଙ୍କ ନାମରେ ଆଶୀର୍ବାଦକରଣାର୍ଥେ ସେ ଓ ତାହାର ପୁତ୍ରମାନେ ଯୁଗାନୁକ୍ରମେ ପୃଥକ କରାଗଲେ।
14 But Moses, man of our Father—his sons were counted among Levi's tribe. ମାତ୍ର, ପରମେଶ୍ୱରଙ୍କ ଲୋକ ମୋଶାଙ୍କର ପୁତ୍ରମାନେ ଲେବୀ-ବଂଶ ମଧ୍ୟରେ ଉଲ୍ଲିଖିତ ହେଲେ।
15 The sons of Moses: Gershom and Eliezer. ମୋଶାଙ୍କର ପୁତ୍ର; ଗେର୍ଶୋମ ଓ ଇଲୀୟେଜର।
16 The sons of Gershom: Shebuel the chief. ଗେର୍ଶୋମର ସନ୍ତାନମାନଙ୍କ ମଧ୍ୟରେ ଶବୂୟେଲ ପ୍ରଧାନ।
17 Eliezer's sons: Rehabiah the chief. Eliezer had no other sons; Rehabiah's sons were very numerous. ଆଉ, ଇଲୀୟେଷରର ସନ୍ତାନମାନଙ୍କ ମଧ୍ୟରେ ରହବୀୟ ପ୍ରଧାନ। ଏହି ଇଲୀୟେଜରର ଆଉ ପୁତ୍ର ନ ଥିଲେ, ମାତ୍ର, ରହବୀୟର ବହୁସଂଖ୍ୟକ ସନ୍ତାନ ଥିଲେ।
18 The sons of Izhar: Shelomith the chief. ଯିଷ୍‍ହରର ପୁତ୍ରମାନଙ୍କ ମଧ୍ୟରେ ଶଲୋମୀତ୍‍ ପ୍ରଧାନ ଥିଲା।
19 The sons of Hebron: Jeriah the chief, Amariah the second, Jahaziel the third, and Jekameam the fourth. ହିବ୍ରୋଣର ପୁତ୍ରମାନଙ୍କ ମଧ୍ୟରେ ପ୍ରଥମ ଯିରୀୟ, ଦ୍ୱିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍‍ମୀୟାମ୍‍।
20 The sons of Uzziel: Micah the chief and Isshiah the second. ଉଷୀୟେଲର ପୁତ୍ରମାନଙ୍କ ମଧ୍ୟରେ ପ୍ରଥମ ମୀଖା, ଦ୍ୱିତୀୟ ଯିଶୀୟ।
21 The sons of Merari: Mahli and Mushi. The sons of Mahli: Eleazar and Kish. ମରାରିର ପୁତ୍ର ମହଲି ଓ ମୂଶି; ମହଲିର ପୁତ୍ର ଇଲୀୟାସର ଓ କୀଶ୍‍;
22 Eleazar died having no sons, only daughters; so their relatives, the sons of Kish, married them. ଇଲୀୟାସର ମଲା, ତାହାର ପୁତ୍ର ନ ଥିଲେ, କେବଳ କେତୋଟି କନ୍ୟା ଥିଲେ; ପୁଣି, ସେମାନଙ୍କ ଜ୍ଞାତି କୀଶ୍‍ର ପୁତ୍ରମାନେ ସେମାନଙ୍କୁ ବିବାହ କଲେ।
23 The sons of Mushi: Mahli, Eder, and Jeremoth, three in all. ମୂଶିର ପୁତ୍ର ମହଲି, ଏଦର ଓ ଯେରେମୋତ୍‍, ତିନି ଜଣ।
24 These were Levi's sons by family, family heads registered by name, who served in our Father's house, age twenty and up. ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ, ପୁଣି, କୋଡ଼ିଏ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଯେଉଁମାନେ ଆପଣା ଆପଣା ନାମ ଓ ମସ୍ତକାନୁସାରେ ଗଣିତ ହୋଇ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କଲେ, ସେମାନଙ୍କ ପିତୃବଂଶର ପ୍ରଧାନ ଥିଲେ।
25 For David said, "Our Father, Israel's God, gave his people rest, and lives in Jerusalem forever. କାରଣ ଦାଉଦ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କୁ ବିଶ୍ରାମ ଦେଇଅଛନ୍ତି ଓ ସେ ଯୁଗାନୁକ୍ରମେ ଯିରୂଶାଲମରେ ବସତି କରନ୍ତି,
26 So the Levites no longer carry the tabernacle or all its service vessels." ଆହୁରି ମଧ୍ୟ ଲେବୀୟମାନଙ୍କୁ ଆବାସ ଓ ତହିଁର ସେବାର୍ଥକ ପାତ୍ରସବୁ ବୋହିବାର ଆଉ ପ୍ରୟୋଜନ ହେବ ନାହିଁ।”
27 For by these final instructions of David the Levites were counted from twenty years old or older. କାରଣ, ଦାଉଦଙ୍କର ଶେଷ ବାକ୍ୟାନୁସାରେ ଲେବୀ-ସନ୍ତାନମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଲୋକ ଗଣିତ ହେଲେ।
28 Their duty was assisting Aaron's sons in serving the house of our Father: caring for the courts and the chambers, purifying all holy things, and any work in the house of our Father. କାରଣ, ସଦାପ୍ରଭୁଙ୍କ ଗୃହର ସେବାର୍ଥେ ପ୍ରାଙ୍ଗଣରେ ଓ କୋଠରିରେ ଓ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥକ ସମସ୍ତ ପବିତ୍ର ବସ୍ତୁ ଶୁଚି କରିବାରେ ହାରୋଣ-ସନ୍ତାନମାନଙ୍କ ସେବା କରିବାର ଲେବୀୟମାନଙ୍କର କାର୍ଯ୍ୟ ଥିଲା;
29 They cared for the Bread of the Presence, the fine flour for grain offerings, wafers made without yeast, the baking and mixing, and all measures of quantity and size. ଆହୁରି ଦର୍ଶନୀୟ ରୁଟିର ଓ ତାଡ଼ିଶୂନ୍ୟ ସରୁ ଚକୁଳି ଅବା ପଲମରେ ଭଜା କି ରନ୍ଧା ଭକ୍ଷ୍ୟ ନୈବେଦ୍ୟ ପାଇଁ ସରୁ ମଇଦାର ଓ ସର୍ବପ୍ରକାର ପରିମାଣ ଓ ତୌଲର କାର୍ଯ୍ୟ;
30 They were to stand every morning to thank and praise our Father, and again in the evening, ପୁଣି, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ ଠିଆ ହେବାର;
31 and for all burnt offerings to our Father on Sabbaths, new moons, and appointed feasts—in the required number, always before our Father. ଆଉ ନିତ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ନିରୂପିତ ପର୍ବସବୁରେ ସେସମ୍ବନ୍ଧୀୟ ବିଧିମତେ ସଂଖ୍ୟାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମସ୍ତ ହୋମବଳି ଉତ୍ସର୍ଗ କରିବା, ସେମାନଙ୍କର କାର୍ଯ୍ୟ ଥିଲା;
32 They kept the charge of the tent of meeting, the charge of the sanctuary, and the charge of their brothers, Aaron's sons, in the service of the house of our Father. ଏହେତୁ ସେମାନେ ସମାଗମ-ତମ୍ବୁର ରକ୍ଷଣୀୟ ଓ ପବିତ୍ର ସ୍ଥାନର ରକ୍ଷଣୀୟ ଓ ସଦାପ୍ରଭୁଙ୍କ ଗୃହର ସେବାକର୍ମ ନିମନ୍ତେ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣର ରକ୍ଷଣୀୟ ରକ୍ଷା କରିବେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]