Skip to content
The Believer's Library

Indian Revised Version(IRV) Odia - 2021

1 Chronicles 24 IRVOry

Show IRVOry only
Verse × ×
1 These are the divisions of Aaron's sons. Aaron's sons: Nadab and Abihu, Eleazar and Ithamar. ହାରୋଣ-ସନ୍ତାନଗଣର ପାଳିର ବୃତ୍ତାନ୍ତ। ହାରୋଣଙ୍କର ପୁତ୍ର ନାଦବ୍‍, ଅବୀହୂ, ଇଲୀୟାସର ଓ ଈଥାମର।
2 Nadab and Abihu died before their father, leaving no sons; so Eleazar and Ithamar served as priests. ମାତ୍ର ନାଦବ୍‍, ଅବୀହୂ ଆପଣାମାନଙ୍କ ପିତାଙ୍କ ଆଗେ ମଲେ ଓ ସେମାନଙ୍କର ସନ୍ତାନ ନ ଥିଲା; ଏହେତୁ ଇଲୀୟାସର ଓ ଈଥାମର ଯାଜକର କାର୍ଯ୍ୟ କଲେ।
3 David divided them with Zadok, Eleazar's descendant, and Ahimelech, Ithamar's descendant, by their appointed service order. ଆଉ ଦାଉଦ ଓ ଇଲୀୟାସରର ସନ୍ତାନ ସାଦୋକ ଓ ଈଥାମରର ସନ୍ତାନ ଅହୀମେଲକ୍‍, ଯାଜକମାନଙ୍କୁ ସେମାନଙ୍କ ଶ୍ରେଣୀ ଅନୁସାରେ ସେବାକର୍ମରେ ବିଭକ୍ତ କଲେ।
4 Eleazar's sons were found to have more leaders than Ithamar's, so they were divided: sixteen family heads for Eleazar's, eight for Ithamar's, by their families. ପୁଣି, ଈଥାମରର ସନ୍ତାନଗଣ ଅପେକ୍ଷା ଇଲୀୟାସରର ସନ୍ତାନଗଣ ମଧ୍ୟରେ ଅନେକ ପ୍ରଧାନ ପୁରୁଷ ଥିଲେ; ସେମାନେ ଏହିରୂପେ ବିଭକ୍ତ ହେଲେ, ଯଥା, ଇଲୀୟାସରର ସନ୍ତାନଗଣ ମଧ୍ୟରେ ଷୋଳ ଜଣ ପିତୃବଂଶର ପ୍ରଧାନ ଥିଲେ; ଆଉ ଈଥାମରର ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃବଂଶାନୁସାରେ ଆଠ ଜଣ ଥିଲେ।
5 They divided them by lot, both alike, since officials of the sanctuary and officials of our Father came from the sons of Eleazar and the sons of Ithamar. ଏହିରୂପେ ସେମାନେ ଅବଶେଷରେ ଗୁଲିବାଣ୍ଟ ଦ୍ୱାରା ବିଭକ୍ତ କରାଗଲେ; କାରଣ, ଇଲୀୟାସର ଓ ଈଥାମର, ଉଭୟର ସନ୍ତାନଗଣ ମଧ୍ୟରୁ ପବିତ୍ର ସ୍ଥାନର ଅଧିପତି ଓ ପରମେଶ୍ୱରଙ୍କ ଗୃହର ଅଧିପତି ହେଲେ।
6 Shemaiah son of Nethanel, a Levite scribe, wrote them before the king, the officials, Zadok the priest, Ahimelech son of Abiathar, and the heads of the priestly and Levite families—one family chosen for Eleazar, one for Ithamar. ପୁଣି, ରାଜାଙ୍କର, ଅଧିପତିମାନଙ୍କର, ସାଦୋକ ଯାଜକର, ଅବୀୟାଥରର ପୁତ୍ର ଅହୀମେଲକ୍‍ର, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଲେବୀ ବଂଶଜାତ ନଥନେଲର ପୁତ୍ର ଶମୟୀୟ ଲେଖକ ସେମାନଙ୍କ ନାମ ଲେଖିଲା; ଇଲୀୟାସର ନିମନ୍ତେ ଏକ ପିତୃବଂଶ ଓ ଈଥାମର ନିମନ୍ତେ ଏକ ପିତୃବଂଶ ଗ୍ରହଣ କରାଗଲା।
7 The first lot fell to Jehoiarib, the second to Jedaiah, ପ୍ରଥମ ଗୁଲିବାଣ୍ଟ ଯିହୋୟାରୀବ୍‍ ପାଇଁ ଉଠିଲା, ଦ୍ୱିତୀୟ ଯିଦୟୀୟ ପାଇଁ;
8 the third to Harim, the fourth to Seorim, ତୃତୀୟ ହାରୀମ୍‍ ପାଇଁ, ଚତୁର୍ଥ ସୀୟୋରୀମ୍‍ ପାଇଁ;
9 the fifth to Malchijah, the sixth to Mijamin, ପଞ୍ଚମ ମଲ୍‍କୀୟ ପାଇଁ; ଷଷ୍ଠ ମିୟାମୀନ୍‍ ପାଇଁ;
10 the seventh to Hakkoz, the eighth to Abijah, ସପ୍ତମ ହକ୍କୋସ୍‍ ପାଇଁ, ଅଷ୍ଟମ ଅବୀୟ ପାଇଁ;
11 the ninth to Jeshua, the tenth to Shecaniah, ନବମ ଯେଶୂୟ ପାଇଁ; ଦଶମ ଶଖନୀୟ ପାଇଁ;
12 the eleventh to Eliashib, the twelfth to Jakim, ଏକାଦଶ ଇଲୀୟାଶୀବ ପାଇଁ, ଦ୍ୱାଦଶ ଯାକୀମ୍‍ ପାଇଁ;
13 the thirteenth to Huppah, the fourteenth to Jeshebeab, ତ୍ରୟୋଦଶ ହୁପ୍ପା ପାଇଁ, ଚତୁର୍ଦ୍ଦଶ ଯେଶବା ପାଇଁ;
14 the fifteenth to Bilgah, the sixteenth to Immer, ପଞ୍ଚଦଶ ବିଲ୍ଗା ପାଇଁ, ଷୋଡ଼ଶ ଇମ୍ମେର ପାଇଁ;
15 the seventeenth to Hezir, the eighteenth to Happizzez, ସପ୍ତଦଶ ହେଷୀର ପାଇଁ, ଅଷ୍ଟାଦଶ ହିପ୍ପି ପାଇଁ;
16 the nineteenth to Pethahiah, the twentieth to Jehezkel, ଊନବିଂଶ ପଥାହୀୟ ପାଇଁ, ବିଂଶ ଯିହିଷ୍କେଲ ପାଇଁ;
17 the twenty-first to Jachin, the twenty-second to Gamul, ଏକବିଂଶ ଯାଖୀନ୍‍ ପାଇଁ, ଦ୍ୱାବିଂଶ ଗାମୂଲ୍‍ ପାଇଁ;
18 the twenty-third to Delaiah, and the twenty-fourth to Maaziah. ତ୍ରୟୋବିଂଶ ଦଲୟିୟ ପାଇଁ, ଚତୁର୍ବିଂଶ ମାସୀୟ ପାଇଁ ଉଠିଲା।
19 These were their appointed duties for serving in our Father's house, by the order Aaron their father gave them, as our Father of Israel had commanded him. ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେମାନଙ୍କ ପିତା ହାରୋଣଙ୍କ ଦ୍ୱାରା ସେମାନଙ୍କ ପାଇଁ ନିରୂପିତ ବିଧି ଅନୁଯାୟୀ ସଦାପ୍ରଭୁଙ୍କ ଗୃହରେ ଉପସ୍ଥିତ ହେବା ବିଷୟରେ ସେମାନଙ୍କ ସେବାକର୍ମ ନିମନ୍ତେ ଏହି ଶ୍ରେଣୀ ହେଲା।
20 The rest of Levi's sons: of Amram's sons, Shubael; of Shubael's sons, Jehdeiah. ଲେବୀର ଅବଶିଷ୍ଟ ସନ୍ତାନମାନଙ୍କ କଥା। ଅମ୍ରାମ୍‍ର ସନ୍ତାନମାନଙ୍କ ମଧ୍ୟରେ ଶୂୟେଲ; ଶବୂୟେଲର ସନ୍ତାନମାନଙ୍କ ମଧ୍ୟରେ ଯେହଦୀୟ।
21 Of Rehabiah: of the sons of Rehabiah, Isshiah the first. ରହବୀୟର କଥା; ରହବୀୟ-ସନ୍ତାନଗଣ ମଧ୍ୟରେ ଯିଶୀୟ ପ୍ରଧାନ।
22 Of the Izharites, Shelomoth; of the sons of Shelomoth, Jahath. ଯିଷ୍‍ହରୀୟମାନଙ୍କ ମଧ୍ୟରେ ଶଲୋମୀତ୍‍; ଶଲୋମୀତ୍‍ର ପୁତ୍ରମାନଙ୍କ ମଧ୍ୟରେ ଯହତ୍‍।
23 The sons of Hebron: Jeriah the first, Amariah the second, Jahaziel the third, Jekameam the fourth. ହିବ୍ରୋଣର ପୁତ୍ର ଯିରୀୟ ପ୍ରଥମ, ଦ୍ୱିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍‍ମୀୟାମ୍‍।
24 The sons of Uzziel: Micah; of the sons of Micah, Shamir. ଉଷୀୟେଲର ପୁତ୍ର ମୀଖା; ମୀଖାର ପୁତ୍ରମାନଙ୍କ ମଧ୍ୟରେ ଶାମୀର୍‍।
25 The brother of Micah: Isshiah; of the sons of Isshiah, Zechariah. ମୀଖାର ଭ୍ରାତା ଯିଶୀୟ; ଯିଶୀୟର ପୁତ୍ରମାନଙ୍କ ମଧ୍ୟରେ ଜିଖରୀୟ।
26 The sons of Merari: Mahli and Mushi. The sons of Jaaziah: Beno. ମରାରିର ପୁତ୍ର ମହଲି ଓ ମୂଶି; ଯାସୀୟର ପୁତ୍ର ବିନୋ।
27 The sons of Merari through Jaaziah: Beno, Shoham, Zaccur, and Ibri. ମରାରିର ସନ୍ତାନଗଣ ଯାସୀୟର ପୁତ୍ର ବିନୋ, ଶୋହମ୍‍, ସକ୍କୁର ଓ ଇବ୍ରି।
28 Of Mahli: Eleazar, who had no sons. ମହଲିର ପୁତ୍ର ଇଲୀୟାସର, ଏହାର ପୁତ୍ର ନ ଥିଲେ।
29 Of Kish: the sons of Kish, Jerahmeel. କୀଶ୍‍ର କଥା; କୀଶ୍‍ର ପୁତ୍ର ଯିରହମେଲ।
30 The sons of Mushi: Mahli, Eder, and Jerimoth. These were the Levites by their families. ପୁଣି, ମୂଶିର ପୁତ୍ର ମହଲି, ଏଦର ଓ ଯିରେମୋତ୍‍। ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ।
31 They too cast lots, like their relatives the sons of Aaron, before King David, Zadok, Ahimelech, and the heads of the priestly and Levite families—the head of each family the same as his younger brother. ଏମାନେ ହିଁ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣ ତୁଲ୍ୟ ଦାଉଦ ରାଜା, ସାଦୋକ ଓ ଅହୀମେଲକ୍‍, ପୁଣି, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଗୁଲିବାଣ୍ଟ କଲେ; ପୁଣି, ବଂଶର ପ୍ରଧାନ ଲୋକ ଯେପରି କଲା, ତାହାର କନିଷ୍ଠ ଭ୍ରାତା ହିଁ ସେହିପରି କଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]