Skip to content
The Believer's Library

Indian Revised Version(IRV) Odia - 2021

1 Chronicles 27 IRVOry

Show IRVOry only
Verse × ×
1 This is the count of Israel's people—heads of families, commanders of thousands and hundreds, and officers serving the king in every matter of the divisions that rotated monthly through the year, each division 24,000. ଆପଣା ଆପଣା ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣ, ଅର୍ଥାତ୍‍, ପିତୃବଂଶର ପ୍ରଧାନମାନେ ଓ ସହସ୍ରପତିମାନେ ଓ ଶତପତିମାନେ ଓ ସେମାନଙ୍କର କାର୍ଯ୍ୟଶାସକମାନେ, ବର୍ଷର ସମୁଦାୟ ମାସରେ ମାସକୁ ମାସ ପାଳିର ଯେକୌଣସି ବିଷୟରେ ରାଜାଙ୍କର ସେବା କରିବାକୁ ଆସିଲେ ଓ ଗଲେ, ସେମାନଙ୍କ ପ୍ରତ୍ୟେକ ପାଳିରେ ଚବିଶ ହଜାର ଲୋକ ଥିଲେ।
2 Over the first division, for the first month, was Jashobeam son of Zabdiel; his division numbered 24,000. ପ୍ରଥମ ପାଳି ଉପରେ ପ୍ରଥମ ମାସ ନିମନ୍ତେ ସବ୍‍ଦୀୟେଲର ପୁତ୍ର ଯାଶ୍‍ବୀୟାମ୍‍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
3 He was a descendant of Perez, chief of all army commanders for the first month. ସେ ପେରସ ବଂଶୀୟ ଲୋକ, ପ୍ରଥମ ମାସ ପାଇଁ ନିଯୁକ୍ତ ସକଳ ସେନାପତିଙ୍କ ଉପରେ ପ୍ରଧାନ ଥିଲା।
4 Dodai the Ahohite led the second month's division; Mikloth was its chief officer—24,000 men. ଦ୍ୱିତୀୟ ମାସର ପାଳି ଉପରେ ଅହୋହୀୟ ଦୋଦୟ ଓ ତାହାର ଦଳୀୟ ଲୋକ ଥିଲେ; ମିକ୍ଲୋତ୍‍ ଶାସକ ଥିଲା ଓ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
5 Third army commander, for the third month: Benaiah son of Jehoiada the priest, chief; his division: 24,000. ତୃତୀୟ ମାସ ନିମନ୍ତେ ତୃତୀୟ ସେନାପତି ଯିହୋୟାଦା ଯାଜକର ପୁତ୍ର ବନାୟ ପ୍ରଧାନ ଥିଲା; ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
6 This Benaiah was the mighty man of the thirty and their leader; his son Ammizabad led his division. ଏହି ବନାୟ ତିରିଶ ବୀରଙ୍କ ମଧ୍ୟରେ ଗଣିତ ଓ ସେହି ତିରିଶ ଜଣଙ୍କ ଉପରେ ପ୍ରଧାନ ଥିଲା; ଆଉ ତାହାର ପାଳିରେ ତାହାର ପୁତ୍ର ଅମ୍ମୀଷାବଦ୍‍ ଥିଲା।
7 Fourth, for the fourth month: Asahel, Joab's brother, then his son Zebadiah; his division: 24,000. ଚତୁର୍ଥ ମାସ ପାଇଁ ଚତୁର୍ଥ ସେନାପତି ଯୋୟାବର ଭ୍ରାତା ଅସାହେଲ ଥିଲା ଓ ତାହା ଉତ୍ତାରେ ତାହାର ପୁତ୍ର ସବଦୀୟ; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
8 The fifth, for the fifth month, was the commander Shamhuth the Izrahite; his division numbered 24,000. ପଞ୍ଚମ ମାସ ନିମନ୍ତେ ପଞ୍ଚମ ସେନାପତି ଯିଷ୍ରାହୀୟ ଶମ୍ମୋତ୍‍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
9 The sixth, for the sixth month, was Ira son of Ikkesh the Tekoite; his division numbered 24,000. ଷଷ୍ଠ ମାସ ନିମନ୍ତେ ଷଷ୍ଠ ସେନାପତି ତକୋୟୀୟ ଇକ୍‍କେଶର ପୁତ୍ର ଈରା ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
10 Seventh, for month seven: Helez the Pelonite, of Ephraim's descendants; his division: 24,000. ସପ୍ତମ ମାସ ନିମନ୍ତେ ସେନାପତି ଇଫ୍ରୟିମ-ବଂଶଜାତ ପଲୋନୀୟ ହେଲସ୍‍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
11 The eighth, for the eighth month, was Sibbecai the Hushathite, of the Zerahites; his division numbered 24,000. ଅଷ୍ଟମ ମାସ ନିମନ୍ତେ ଅଷ୍ଟମ ସେନାପତି ସେରହ-ବଂଶଜାତ ହୂଶାତୀୟ ସିବ୍ବଖୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
12 The ninth, for the ninth month, was Abiezer the Anathothite, of the Benjamites; his division numbered 24,000. ନବମ ମାସ ନିମନ୍ତେ ନବମ ସେନାପତି ବିନ୍ୟାମୀନ୍-ବଂଶଜାତ ଅନାଥୋତୀୟ ଅବୀୟେଷର ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
13 The tenth, for the tenth month, was Maharai the Netophathite, of the Zerahites; his division numbered 24,000. ଦଶମ ମାସ ନିମନ୍ତେ ଦଶମ ସେନାପତି ସେରହ-ବଂଶଜାତ ନଟୋଫାତୀୟ ମହରୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
14 Eleventh, for month eleven: Benaiah the Pirathonite, from Ephraim's descendants; his division: 24,000. ଏକାଦଶ ମାସ ନିମନ୍ତେ ଏକାଦଶ ସେନାପତି ଇଫ୍ରୟିମ-ବଂଶଜାତ ପିରୀୟାଥୋନୀୟ ବନାୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
15 Twelfth, for the twelfth month: Heldai the Netophathite, of Othniel's clan; 24,000 in his division. ଦ୍ୱାଦଶ ମାସ ନିମନ୍ତେ ଦ୍ୱାଦଶ ସେନାପତି ଅତ୍ନୀୟେଲ-ବଂଶଜାତ ନଟୋଫାତୀୟ ହିଲ୍‍ଦୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
16 Over the tribes of Israel: Reubenites' leader was Eliezer son of Zichri; Simeonites' leader, Shephatiah son of Maacah, ଆହୁରି ଇସ୍ରାଏଲର ବଂଶାଧ୍ୟକ୍ଷଗଣ; ରୁବେନୀୟମାନଙ୍କ ମଧ୍ୟରେ ସିଖ୍ରିର ପୁତ୍ର ଅଧ୍ୟକ୍ଷ ଇଲୀୟେଜର; ଶିମୀୟୋନୀୟମାନଙ୍କ ମଧ୍ୟରେ ମାଖାର ପୁତ୍ର ଶଫଟୀୟ।
17 for Levi, Hashabiah son of Kemuel; for Aaron, Zadok; ଲେବୀ-ବଂଶ ମଧ୍ୟରେ କମୂୟେଲର ପୁତ୍ର ହଶବୀୟ; ହାରୋଣ-ବଂଶ ମଧ୍ୟରେ ସାଦୋକ।
18 for Judah, Elihu, one of David's brothers; for Issachar, Omri son of Michael; ଯିହୁଦା ବଂଶ ମଧ୍ୟରେ ଦାଉଦଙ୍କର ଜଣେ ଭ୍ରାତା ଇଲୀହୂ; ଇଷାଖର ବଂଶ ମଧ୍ୟରେ ମୀଖାୟେଲର ପୁତ୍ର ଅମ୍ରି।
19 for Zebulun, Ishmaiah son of Obadiah; for Naphtali, Jerimoth son of Azriel; ସବୂଲୂନ ବଂଶ ମଧ୍ୟରେ ଓବଦୀୟର ପୁତ୍ର ଯିଶ୍ମୟୀୟ; ନପ୍ତାଲି ବଂଶ ମଧ୍ୟରେ ଅସ୍ରୀୟେଲର ପୁତ୍ର ଯିରେମୋତ୍‍।
20 for Ephraim's descendants, Hoshea son of Azaziah; for the half-tribe of Manasseh, Joel son of Pedaiah, ଇଫ୍ରୟିମ-ସନ୍ତାନଗଣ ମଧ୍ୟରେ ଅସସୀୟର ପୁତ୍ର ହୋଶେୟ; ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ପଦାୟର ପୁତ୍ର ଯୋୟେଲ।
21 for the half-tribe of Manasseh in Gilead, Iddo son of Zechariah; for Benjamin, Jaasiel son of Abner; ଗିଲୀୟଦସ୍ଥ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ଜିଖରୀୟର ପୁତ୍ର ଇଦ୍ଦୋ; ବିନ୍ୟାମୀନ୍ ବଂଶ ମଧ୍ୟରେ ଅବ୍‍ନରର ପୁତ୍ର ଯାସୀୟେଲ୍‍।
22 for Dan, Azarel son of Jeroham. These were the leaders of the tribes of Israel. ଦାନ୍ ବଂଶ ମଧ୍ୟରେ ଯିରୋହମର ପୁତ୍ର ଅସରେଲ୍‍; ଏମାନେ ଇସ୍ରାଏଲର ବଂଶାଧ୍ୟକ୍ଷ ଥିଲେ।
23 David did not count those twenty years old and under, since our Father promised to make Israel as many as heaven's stars. ମାତ୍ର ଦାଉଦ କୋଡ଼ିଏ ବର୍ଷ ଓ ତହିଁରୁ ନ୍ୟୂନ ବୟସ୍କ ଲୋକମାନଙ୍କର ସଂଖ୍ୟା ନେଲେ ନାହିଁ। କାରଣ ସଦାପ୍ରଭୁ ଆକାଶମଣ୍ଡଳର ତାରାଗଣ ତୁଲ୍ୟ ଇସ୍ରାଏଲକୁ ବହୁସଂଖ୍ୟକ କରିବେ ବୋଲି କହିଥିଲେ।
24 Joab son of Zeruiah started counting but didn't finish; anger came on Israel over it, so the total never appeared in King David's record. ସରୁୟାର ପୁତ୍ର ଯୋୟାବ ଗଣନା କରିବାକୁ ଆରମ୍ଭ କରିଥିଲା, ମାତ୍ର ସମାପ୍ତ କଲା ନାହିଁ; କାରଣ, ସେହି ଗଣନା ସକାଶୁ ଇସ୍ରାଏଲ ଉପରେ କ୍ରୋଧ ଉପସ୍ଥିତ ହେଲା; ପୁଣି, ସେହି ସଂଖ୍ୟା ଦାଉଦ ରାଜାଙ୍କର ଇତିହାସ ପୁସ୍ତକରେ ଲେଖାଗଲା ନାହିଁ।
25 Azmaveth son of Adiel oversaw the king's treasuries, and Jonathan son of Uzziah oversaw the storehouses in the fields, towns, villages, and towers. ଆଉ, ଅଦୀୟେଲର ପୁତ୍ର ଅସ୍ମାବତ୍‍ ରାଜାଙ୍କ କୋଷାଧ୍ୟକ୍ଷ, ପୁଣି, ଉଷୀୟର ପୁତ୍ର ଯୋନାଥନ କ୍ଷେତ୍ର, ନଗର ଓ ଗ୍ରାମ ଓ ଦୁର୍ଗସ୍ଥିତ ଭଣ୍ଡାରସବୁର ଅଧ୍ୟକ୍ଷ ଥିଲା।
26 Over the field workers who tilled the soil was Ezri son of Chelub. ଆଉ କଲୂବର ପୁତ୍ର ଇଷ୍ରି କୃଷିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା।
27 Shimei the Ramathite oversaw the vineyards; Zabdi the Shiphmite oversaw their produce for the wine cellars. ରାମାଥୀୟ ଶିମୀୟି ଦ୍ରାକ୍ଷାକ୍ଷେତ୍ରସକଳର ଅଧ୍ୟକ୍ଷ ଓ ଶିଫ୍‍ମୀୟ ସବ୍‍ଦି ଦ୍ରାକ୍ଷାକ୍ଷେତ୍ରୋତ୍ପନ୍ନ ଦ୍ରାକ୍ଷାରସ-ଭଣ୍ଡାରର ଅଧ୍ୟକ୍ଷ ଥିଲା।
28 Baal-hanan the Gederite oversaw the olive and sycamore-fig trees in the foothills; Joash oversaw the olive oil stores. ପୁଣି, ଗାଦେରୀୟ ବାଲ୍‍ହାନନ୍‍ ତଳଭୂମିସ୍ଥିତ ଜୀତବୃକ୍ଷ ଓ ଡିମ୍ବିରି ବୃକ୍ଷସବୁର ଅଧ୍ୟକ୍ଷ ଓ ଯୋୟାଶ୍‍ ତୈଳ-ଭଣ୍ଡାରର ଅଧ୍ୟକ୍ଷ ଥିଲା।
29 Shitrai the Sharonite oversaw herds grazing in Sharon; Shaphat son of Adlai oversaw herds in the valleys. ଆଉ ଶାରୋଣୀୟ ସିଟ୍ରୟ ଶାରୋଣରେ ଚରିବା ପଶୁପଲର ଅଧ୍ୟକ୍ଷ; ପୁଣି, ଅଦ୍‍ଲୟର ପୁତ୍ର ଶାଫଟ୍‍ ସବୁ ଉପତ୍ୟକାସ୍ଥିତ ପଶୁପଲର ଅଧ୍ୟକ୍ଷ ଥିଲା।
30 Over the camels was Obil the Ishmaelite; and over the donkeys was Jehdeiah the Meronothite. ଇଶ୍ମାୟେଲୀୟ ଓବୀଲ୍‍ ଉଷ୍ଟ୍ରଗଣର ଅଧ୍ୟକ୍ଷ ଓ ମେରୋଣୋଥୀୟ ଯେହଦୀୟ ଗର୍ଦ୍ଦଭୀଗଣର ଅଧ୍ୟକ୍ଷ ଥିଲା।
31 Over the flocks was Jaziz the Hagrite; all these were officials over King David's property. ହାଗରୀୟ ଯାଷୀଷ୍‍ ସବୁ ମେଷପଲର ଅଧ୍ୟକ୍ଷ ଥିଲା; ଏସମସ୍ତେ ଦାଉଦ ରାଜାଙ୍କର ସମ୍ପତ୍ତିର ଅଧ୍ୟକ୍ଷ ଥିଲେ।
32 Jonathan, David's uncle, was a counselor, a man of understanding and a scribe; and Jehiel son of Hachmoni cared for the king's sons. ଆହୁରି ଦାଉଦଙ୍କର ପିତୃବ୍ୟ ଯୋନାଥନ ମନ୍ତ୍ରୀ ଥିଲା, ସେ ବିଜ୍ଞ ଓ ଲେଖକ। ଆଉ ହକ୍‍ମୋନୀୟର ପୁତ୍ର ଯିହୀୟେଲ ରାଜପୁତ୍ରମାନଙ୍କର ସଙ୍ଗୀ ଥିଲା।
33 Ahithophel was the king's counselor, and Hushai the Archite was the king's friend. ଅହୀଥୋଫଲ ରାଜମନ୍ତ୍ରୀ ଓ ଅର୍କୀୟ ହୂଶୟ ରାଜମିତ୍ର ଥିଲା।
34 After Ahithophel: Jehoiada son of Benaiah, and Abiathar. Joab commanded the king's army. ଆଉ ଅହୀଥୋଫଲ ଉତ୍ତାରେ ବନାୟର ପୁତ୍ର ଯିହୋୟାଦା ଓ ଅବୀୟାଥର ଥିଲେ; ପୁଣି, ଯୋୟାବ ରାଜାଙ୍କ ସୈନ୍ୟର ଅଧିପତି ଥିଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]