Skip to content
The Believer's Library

Indian Revised Version(IRV) Odia - 2021

1 Chronicles 29 IRVOry

Show IRVOry only
Verse × ×
1 David the king told the whole assembly: My son Solomon, the one our Father has chosen, is young and inexperienced, and the task is great, for the temple is not for man but for our Father. ଏଥିଉତ୍ତାରେ ଦାଉଦ ରାଜା ସମଗ୍ର ସମାଜକୁ କହିଲେ, “ପରମେଶ୍ୱର ଆମ୍ଭ ପୁତ୍ର ଶଲୋମନଙ୍କୁ ଏକା ମନୋନୀତ କରିଅଛନ୍ତି, ସେ ଏବେ ମଧ୍ୟ ଅଳ୍ପ ବୟସ୍କ ଓ କୋମଳ, ପୁଣି, କାର୍ଯ୍ୟ ଅତି ବଡ଼; କାରଣ ଏହି ପ୍ରାସାଦ ମନୁଷ୍ୟ ପାଇଁ ନୁହେଁ, ମାତ୍ର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ଅଟେ।
2 With all my strength I have provided for my Father's house: gold for the gold, silver for the silver, bronze for the bronze, iron for the iron, wood for the wood; onyx stones and stones for settings, stones of antimony and varied colors, every kind of precious stone, and marble in abundance. ଏବେ ମୁଁ ଆପଣାର ସମସ୍ତ ଶକ୍ତିରେ ମୋʼ ପରମେଶ୍ୱରଙ୍କ ଗୃହ ନିମନ୍ତେ ପ୍ରଚୁର ରୂପେ ସ୍ୱର୍ଣ୍ଣମୟ ଦ୍ରବ୍ୟ ପାଇଁ ସୁନା ଓ ରୌପ୍ୟମୟ ଦ୍ରବ୍ୟ ପାଇଁ ରୂପା ଓ ପିତ୍ତଳମୟ ଦ୍ରବ୍ୟ ପାଇଁ ପିତ୍ତଳ, ଲୌହମୟ ଦ୍ରବ୍ୟ ପାଇଁ ଲୁହା ଓ କାଷ୍ଠମୟ ଦ୍ରବ୍ୟ ପାଇଁ କାଷ୍ଠ; ଗୋମେଦକ ମଣି ଓ ଖଚନାର୍ଥକ ପ୍ରସ୍ତର, ଜଡ଼ିତ-କର୍ମାର୍ଥକ ପ୍ରସ୍ତର ଓ ନାନା ବର୍ଣ୍ଣର ପ୍ରସ୍ତର ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର ଓ ମର୍ମର ପ୍ରସ୍ତର ଆୟୋଜନ କରିଅଛି।
3 Because I delight in my Father's house, I give my personal treasure of gold and silver to my Father's house, beyond all I've provided for the holy house: ଆହୁରି ମଧ୍ୟ ମୁଁ ଏହି ପବିତ୍ର ଗୃହ ନିମନ୍ତେ ଯାହାସବୁ ଆୟୋଜନ କରିଅଛି, ତାହା ଛଡ଼ା ଓ ତହିଁ ଉପରେ ମୋʼ ନିଜର ସୁନା ଓ ରୂପାର ଭଣ୍ଡାର ଅଛି, ଆଉ ମୁଁ ମୋʼ ପରମେଶ୍ୱରଙ୍କ ଗୃହ ପ୍ରତି ଆପଣା ମନ ଆସକ୍ତ କରିଥିବାରୁ ମୁଁ ତାହାସବୁ ଆପଣା ପରମେଶ୍ୱରଙ୍କ ଗୃହ ନିମନ୍ତେ ଦେଉଅଛି।
4 about 112 tons of gold, gold of Ophir, and about 262 tons of refined silver, to overlay the buildings' walls. ଅର୍ଥାତ୍‍, ଗୃହର କାନ୍ଥରେ ମଡ଼ାଇବା ପାଇଁ ଓଫୀରର ସ୍ୱର୍ଣ୍ଣରୁ ତିନି ହଜାର ତାଳନ୍ତ ସ୍ୱର୍ଣ୍ଣ ଓ ସାତ ହଜାର ତାଳନ୍ତ ନିର୍ମଳ ରୂପା;
5 Gold for the gold, silver for the silver, and every task for craftsmen's hands. Now who is willing to dedicate himself today to our Father? ସ୍ୱର୍ଣ୍ଣମୟ ଦ୍ରବ୍ୟ ନିମନ୍ତେ ସୁନା ଓ ରୌପ୍ୟମୟ ଦ୍ରବ୍ୟ ନିମନ୍ତେ ରୂପା ଓ ଶିଳ୍ପକାରମାନଙ୍କ ହସ୍ତରେ ଯାହା ଯାହା କରାଯିବ, ସେହି ସବୁ ପ୍ରକାରର କାର୍ଯ୍ୟ ନିମନ୍ତେ ଦେଉଅଛି। ଅତଏବ, ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାକୁ ପ୍ରତିଷ୍ଠା କରିବାକୁ କିଏ ସ୍ୱେଚ୍ଛାରେ ଉଦ୍ୟତ ଅଛି?”
6 Then the clan leaders, the tribal leaders of Israel, the commanders of thousands and hundreds, and the officials over the king's work offered willingly. ତେବେ ପିତୃବଂଶର ଅଧିପତିମାନେ ଓ ଇସ୍ରାଏଲୀୟ ଗୋଷ୍ଠୀସମୂହର ଅଧିପତିମାନେ, ଆଉ ସହସ୍ର ଓ ଶତପତିମାନେ, ପୁଣି, ରାଜକାର୍ଯ୍ୟ-ଶାସକମାନେ ସ୍ୱେଚ୍ଛାରେ ଦାନ କଲେ;
7 For the service of our Father's house, they gave about 188 tons of gold and 10,000 darics, 375 tons of silver, 675 tons of bronze, and 3,750 tons of iron. ଆଉ ସେମାନେ ପରମେଶ୍ୱରଙ୍କ ଗୃହର ସେବା ନିମନ୍ତେ ପାଞ୍ଚ ହଜାର ତାଳନ୍ତ ସ୍ୱର୍ଣ୍ଣ, ଦଶ ହଜାର ଡାରିକ୍‍ ମୁଦ୍ରା, ଦଶ ହଜାର ତାଳନ୍ତ ରୂପା, ଅଠର ହଜାର ତାଳନ୍ତ ପିତ୍ତଳ ଓ ଏକ ଲକ୍ଷ ତାଳନ୍ତ ଲୁହା ଦେଲେ।
8 Whoever had precious stones gave them to our Father's house treasury, under Jehiel the Gershonite's care. ପୁଣି, ଯେଉଁମାନଙ୍କ ନିକଟରେ ବହୁମୂଲ୍ୟ ପ୍ରସ୍ତରାଦି ମିଳିଲା, ସେମାନେ ଗେର୍ଶୋନୀୟ ଯିହୀୟେଲର ହସ୍ତାଧୀନ ସଦାପ୍ରଭୁଙ୍କ ଭଣ୍ଡାର ଗୃହରେ ତାହାସବୁ ଦେଲେ।
9 The people rejoiced at their willing gifts, offered freely to our Father with a whole heart; King David also rejoiced greatly. ତହିଁରେ ଲୋକମାନେ ସ୍ୱେଚ୍ଛାପୂର୍ବକ ଦାନ କରିବାରୁ ଆନନ୍ଦ କଲେ, କାରଣ, ସେମାନେ ସିଦ୍ଧଚିତ୍ତରେ ସ୍ୱେଚ୍ଛାପୂର୍ବକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କଲେ; ପୁଣି, ଦାଉଦ ରାଜା ମଧ୍ୟ ମହାନନ୍ଦରେ ଆନନ୍ଦ କଲେ।
10 So David blessed our Father before the whole assembly. And David said, "Blessed are you, the Father of Israel our father, from everlasting to everlasting. ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, “ହେ ସଦାପ୍ରଭୋ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ସଦାକାଳ ଧନ୍ୟ।
11 Yours, our Father, are the greatness, the power, the glory, the victory, and the majesty—for everything in the heavens and on earth is yours. Yours is the kingdom, our Father; you are lifted up as head over all. ହେ ସଦାପ୍ରଭୋ, ମହତ୍ତ୍ୱ, ପରାକ୍ରମ, ଶୋଭା, ଜୟ ଓ ପ୍ରତାପ ତୁମ୍ଭର; କାରଣ, ସ୍ୱର୍ଗ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୋ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ।
12 Riches and honor come from you; you rule over all. Power and might are in your hand; it is in your hand to make great and to give strength to all. ତୁମ୍ଭଠାରୁ ଧନ ଓ ସମ୍ଭ୍ରମ ଆସେ, ଆଉ ତୁମ୍ଭେ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରୁଅଛ; ବଳ ଓ ପରାକ୍ରମ ତୁମ୍ଭ ହସ୍ତରେ ଅଛି; ପୁଣି, ମହାନ କରିବାର ଓ ସମସ୍ତଙ୍କୁ ବଳ ଦେବାର ତୁମ୍ଭର ହସ୍ତାଧୀନ ଅଟେ।
13 And now, our Father, we give thanks to you and praise your glorious name. ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ ଓ ତୁମ୍ଭ ଗୌରବାନ୍ୱିତ ନାମରେ ପ୍ରଶଂସା କରୁଅଛୁ।
14 Who am I, and who are my people, that we could offer so willingly? Everything comes from you—we have only given you what's from your own hand. ମାତ୍ର, ମୁଁ କିଏ ଓ ମୋହର ଲୋକମାନେ କିଏ ଯେ, ଆମ୍ଭେମାନେ ଏପରି ସ୍ୱେଚ୍ଛାପୂର୍ବକ ଏପ୍ରକାର ଦାନ କରିବାକୁ ସମର୍ଥ ହେବୁ? କାରଣ, ସମଗ୍ର ବିଷୟ ତୁମ୍ଭଠାରୁ ଆସେ ଓ ତୁମ୍ଭ ନିଜ ପଦାର୍ଥରୁ ଆମ୍ଭେମାନେ ତୁମ୍ଭକୁ ଦେଇଅଛୁ।
15 We are foreigners and guests before you, as all our ancestors were; our days on earth are like a shadow, with no hope of staying. କାରଣ, ଆମ୍ଭେମାନେ ଆପଣାମାନଙ୍କ ସମସ୍ତ ପୂର୍ବପୁରୁଷ ତୁଲ୍ୟ ତୁମ୍ଭ ସମ୍ମୁଖରେ ବିଦେଶୀ ଓ ପ୍ରବାସୀ; ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ତୁଲ୍ୟ ଓ ସ୍ଥାୟିତ୍ୱ କିଛି ନାହିଁ।
16 O our Father, all this wealth we gathered to build you a house for your holy name comes from your hand, and all of it is yours. ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ପବିତ୍ର ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ପାଇଁ ଆମ୍ଭେମାନେ ଏହି ଯେଉଁ ସକଳ ପଦାର୍ଥ ସଞ୍ଚୟ କରିଅଛୁ, ତାହା ତୁମ୍ଭ ହସ୍ତରୁ ଆସିଅଛି ଓ ସବୁ ତୁମ୍ଭ ନିଜର ଅଟେ।
17 I know, my Father, you test the heart and delight in integrity. In my heart's integrity I have freely given all this, and now I see your people found here, giving to you with joy. ଆହୁରି ହେ ମୋହର ପରମେଶ୍ୱର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ୱେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ୱେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।
18 O God of Abraham, Isaac, and Israel, our fathers, keep this intent forever in your people's hearts, and direct their hearts toward you. ହେ ସଦାପ୍ରଭୋ, ଆମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମର, ଇସ୍‌ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ହୃଦୟସ୍ଥ ଚିନ୍ତାର କଳ୍ପନାରେ ଏହା ସଦାକାଳ ରଖ ଓ ତୁମ୍ଭ ପ୍ରତି ସେମାନଙ୍କ ହୃଦୟ ପ୍ରସ୍ତୁତ କର;
19 Give my son Solomon a whole heart to keep your commands, testimonies, and statutes, to do all this, and build the temple I have provided for." ପୁଣି, ତୁମ୍ଭର ଆଜ୍ଞା, ତୁମ୍ଭ ପ୍ରମାଣ-ବାକ୍ୟ ଓ ତୁମ୍ଭ ବିଧିସବୁ ପାଳନ କରିବା ପାଇଁ ଓ ଏହିସବୁ କାର୍ଯ୍ୟ କରିବା ପାଇଁ, ଆଉ, ମୁଁ ଯେଉଁ ପ୍ରାସାଦ ପାଇଁ ଆୟୋଜନ କରୁଅଛି, ତାହା ନିର୍ମାଣ କରିବା ପାଇଁ ମୋʼ ପୁତ୍ର ଶଲୋମନକୁ ସିଦ୍ଧ ଅନ୍ତଃକରଣ ଦିଅ।”
20 David told the whole assembly, "Bless your Father now." So they all blessed the God of their fathers, bowed their heads, and fell facedown before our Father and the king. ଏଉତ୍ତାରେ ଦାଉଦ ସମଗ୍ର ସମାଜକୁ କହିଲେ, “ତୁମ୍ଭେମାନେ ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର।” ତହିଁରେ ସମସ୍ତ ସମାଜ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କର ଧନ୍ୟବାଦ କଲେ ଓ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ପ୍ରଣାମ କଲେ।
21 They sacrificed sacrifices to our Father and offered burnt offerings to our Father the next day: 1,000 bulls, 1,000 rams, 1,000 lambs, with their drink offerings, and abundant sacrifices for all Israel. ତହୁଁ ସେମାନେ ପରଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସହସ୍ର ଗୋରୁ, ଏକ ସହସ୍ର ମେଷ ଓ ଏକ ସହସ୍ର ମେଷଶାବକ ପେୟ-ନୈବେଦ୍ୟ ସହିତ ବଳିଦାନ କଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସମଗ୍ର ଇସ୍ରାଏଲ ନିମନ୍ତେ ଅଧିକ ପରିମାଣର ବଳି ଉତ୍ସର୍ଗ କଲେ।
22 They ate and drank before our Father that day with great joy, made Solomon son of David king again, anointed him ruler for our Father, and Zadok priest. ଆଉ ସେହି ଦିନ ମହାନନ୍ଦରେ ସଦାପ୍ରଭୁଙ୍କ ସାକ୍ଷାତରେ ଭୋଜନପାନ କଲେ। ପୁଣି, ସେମାନେ ଦାଉଦଙ୍କର ପୁତ୍ର ଶଲୋମନଙ୍କୁ ଦ୍ୱିତୀୟ ଥର ରାଜା କଲେ, ଆଉ ତାଙ୍କୁ ଅଗ୍ରଣୀ ହେବା ପାଇଁ ଓ ସାଦୋକକୁ ଯାଜକ ହେବା ପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଭିଷେକ କଲେ।
23 Solomon sat on our Father's throne as king in place of David his father. He thrived, and all Israel obeyed him. ସେତେବେଳେ ଶଲୋମନ ଆପଣା ପିତା ଦାଉଦଙ୍କର ପଦରେ ରାଜା ରୂପେ ସଦାପ୍ରଭୁଙ୍କ ସିଂହାସନରେ ଉପବିଷ୍ଟ ହେଲେ ଓ କୁଶଳ ପ୍ରାପ୍ତ ହେଲେ ଓ ସମୁଦାୟ ଇସ୍ରାଏଲ ତାଙ୍କର ଆଜ୍ଞାକାରୀ ହେଲେ।
24 Also all the leaders and mighty warriors, and also all King David's sons, submitted to King Solomon. ପୁଣି, ସମସ୍ତ ଅଧିପତି ଓ ବୀରଗଣ ଓ ଦାଉଦ ରାଜାଙ୍କର ସମସ୍ତ ପୁତ୍ର ମଧ୍ୟ ଶଲୋମନ ରାଜାଙ୍କର ବଶୀଭୂତ ହେଲେ।
25 And our Father made Solomon exceedingly great in the sight of all Israel, giving him royal majesty beyond any king before him in Israel. ଆଉ ସଦାପ୍ରଭୁ ସମଗ୍ର ଇସ୍ରାଏଲ ଦୃଷ୍ଟିରେ ଶଲୋମନଙ୍କୁ ଅତିଶୟ ମହାନ କଲେ ଓ ତାଙ୍କୁ ଏପରି ରାଜପ୍ରତାପ ଦାନ କଲେ ଯେ, ଇସ୍ରାଏଲ ମଧ୍ୟରେ ତାଙ୍କ ପୂର୍ବବର୍ତ୍ତୀ କୌଣସି ରାଜା ସେପରି ପ୍ରାପ୍ତ ହୋଇ ନ ଥିଲେ।
26 David son of Jesse reigned over all Israel. ଯିଶୀର ପୁତ୍ର ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ।
27 His reign over Israel lasted forty years—seven in Hebron, thirty-three in Jerusalem. ଇସ୍ରାଏଲ ଉପରେ ତାଙ୍କର ରାଜତ୍ଵର ସମୟ ଚାଳିଶ ବର୍ଷ; ସେ ସାତ ବର୍ଷ ହିବ୍ରୋଣରେ ଓ ତେତିଶ ବର୍ଷ ଯିରୂଶାଲମରେ ରାଜ୍ୟ କଲେ।
28 He died at a good old age, full of days, wealth, and honor; Solomon his son reigned in his place. ତହିଁ ଉତ୍ତାରେ ସେ ଆୟୁଷ, ଧନ ଓ ସମ୍ଭ୍ରମରେ ପରିପୂର୍ଣ୍ଣ ହୋଇ ଉତ୍ତମ ବୃଦ୍ଧାବସ୍ଥାରେ ମଲେ; ପୁଣି, ତାଙ୍କ ପୁତ୍ର ଶଲୋମନ ତାଙ୍କ ପଦରେ ରାଜ୍ୟ କଲେ।
29 Now the acts of King David, first and last, are written in the records of Samuel the seer, the records of Nathan the prophet, and the records of Gad the seer, ଏହି ଦାଉଦ ରାଜାଙ୍କର ପ୍ରଥମ ଓ ଶେଷ କ୍ରିୟାସବୁ, ଦେଖ, ଶାମୁୟେଲ ଦର୍ଶକର ଇତିହାସରେ ଓ ନାଥନ ଭବିଷ୍ୟଦ୍‍ବକ୍ତାଙ୍କର ଇତିହାସରେ ଓ ଗାଦ୍‍ ଦର୍ଶକର ଇତିହାସରେ ଲିଖିତ ଅଛି;
30 with all his reign and might, and the events that came upon him, Israel, and all the kingdoms of the lands. ତହିଁ ସଙ୍ଗେ ତାଙ୍କର ରାଜ୍ୟ ଶାସନ ଓ ତାଙ୍କର ପରାକ୍ରମ, ପୁଣି, ତାଙ୍କ ଉପରେ ଓ ଇସ୍ରାଏଲ ଉପରେ ଓ ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ଯାହା ଯାହା ଘଟିଲା, ସେସବୁର ବିବରଣ ଲେଖାଅଛି।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]