Skip to content
The Believer's Library

Indian Revised Version(IRV) Odia - 2021

1 Chronicles 3 IRVOry

Side by side with the Father's Heart Bible™

ଦାଉଦଙ୍କ ବଂଶଧର

1ଦାଉଦଙ୍କର ଏହି ପୁତ୍ରମାନେ ହିବ୍ରୋଣରେ ଜାତ ହୋଇଥିଲେ;ଜ୍ୟେଷ୍ଠ ପୁତ୍ର ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମ୍‍ଠାରୁ ଜାତ;ଦ୍ୱିତୀୟ ଦାନିୟେଲ, ସେ କର୍ମିଲୀୟା ଅବୀଗଲଠାରୁ ଜାତ;

2ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର;ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର;

3ପଞ୍ଚମ ଶଫଟୀୟ, ସେ ଅବିଟଲଠାରୁ ଜାତ;ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାଠାରୁ ଜାତ।

4ହିବ୍ରୋଣରେ ଦାଉଦଙ୍କର ଛଅ ପୁତ୍ର ଜାତ ହେଲେ ଓ ସେଠାରେ ସେ ସାତ ବର୍ଷ ଛଅ ମାସ ରାଜ୍ୟ କଲେ; ପୁଣି, ସେ ଯିରୂଶାଲମରେ ତେତିଶ ବର୍ଷ ରାଜ୍ୟ କଲେ। 5ଯିରୂଶାଲମରେ ତାଙ୍କର ଏହି ପୁତ୍ରମାନେ ଜାତ ହୋଇଥିଲେ, ଯଥା, ଶିମୀୟ, ଶୋବବ୍‍, ନାଥନ ଓ ଶଲୋମନ, ଏହି ଚାରି ଜଣ ଅମ୍ମୀୟେଲର କନ୍ୟା ବତ୍‍ଶୂୟାଠାରୁ ଜାତ; 6ଆହୁରିୟିଭର ଓ ଇଲୀଶାମା ଓ ଇଲୀଫେଲଟ୍‍;

7ନୋଗହ ଓ ନେଫଗ୍‍ ଓ ଯାଫୀୟ;

8ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍‍, ଏହି ନଅ ଜଣ।

9ଏସମସ୍ତେ ଦାଉଦଙ୍କର ପୁତ୍ର; ଏମାନେ ଉପପତ୍ନୀଗଣର ସନ୍ତାନମାନଙ୍କଠାରୁ ଭିନ୍ନ; ଆଉ ତାମର ଏମାନଙ୍କର ଭଗିନୀ ଥିଲା।

10ପୁଣି, ଶଲୋମନଙ୍କର ପୁତ୍ର ରିହବୀୟାମ,ତାଙ୍କର ପୁତ୍ର ଅବୀୟ,ତାହାର ପୁତ୍ର ଆସା,ତାହାର ପୁତ୍ର ଯିହୋଶାଫଟ୍‍;

11ତାହାର ପୁତ୍ର ଯୋରାମ୍‍,ତାହାର ପୁତ୍ର ଅହସୀୟ,ତାହାର ପୁତ୍ର ଯୋୟାଶ୍‍;

12ତାହାର ପୁତ୍ର ଅମତ୍‍ସୀୟ,ତାହାର ପୁତ୍ର ଅସରୀୟ,ତାହାର ପୁତ୍ର ଯୋଥମ୍‍;

13ତାହାର ପୁତ୍ର ଆହସ୍‌,ତାହାର ପୁତ୍ର ହିଜକୀୟ,ତାହାର ପୁତ୍ର ମନଃଶି;

14ତାହାର ପୁତ୍ର ଆମୋନ୍‍,ତାହାର ପୁତ୍ର ଯୋଶୀୟ।

15ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍‍, ଦ୍ୱିତୀୟ ଯିହୋୟାକୀମ୍‍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍‍। 16ପୁଣି, ଯିହୋୟାକୀମ୍‍ର ସନ୍ତାନଗଣ; ତାହାର ପୁତ୍ର ଯିକନୀୟ, ତାହାର ପୁତ୍ର ସିଦିକୀୟ। 17ବନ୍ଦୀ ଯିକନୀୟର ସନ୍ତାନଗଣ; 18ତାହାର ପୁତ୍ର ଶଲ୍ଟୀୟେଲ, ମଲ୍‍କୀରାମ୍‍, ପଦାୟ, ଶିନତ୍ସର, ଯିକମୀୟ, ହୋଶାମା ଓ ନଦବିୟ। 19ପଦାୟର ପୁତ୍ର ଯିରୁବ୍ବାବିଲ୍‍ ଓ ଶିମୀୟି; ପୁଣି, ସରୁ ଯିରୁବ୍ବାବିଲ୍‍ର ସନ୍ତାନ ମଶୁଲ୍ଲମ୍‍ ଓ ହନାନୀୟ ଓ ଶଲୋମୀତ୍‍ ସେମାନଙ୍କର ଭଗିନୀ ଥିଲା। 20ଆଉ ହଶୂବା, ଓହେଲ୍‍, ବେରିଖୀୟ, ହସଦୀୟ ଓ ଯୁଶବ-ହେଷଦ୍‍, ଏହି ପାଞ୍ଚ ଜଣ। 21ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ। 22ଶଖନୀୟର ପୁତ୍ରଗଣ; ଶମୟୀୟ; ଶମୟୀୟର ପୁତ୍ରଗଣ; ହଟୂଶ୍‍, ଯିଗାଲ, ବାରୀହ, ନିୟରୀୟ ଓ ଶାଫଟ୍‍, ଛଅ ଜଣ। 23ନିୟରୀୟର ସନ୍ତାନ ଇଲୀୟୋଐନୟ, ହିଜକୀୟ ଓ ଅସ୍ରୀକାମ, ଏହି ତିନି ଜଣ। 24ପୁଣି, ଇଲୀୟୋଐନୟର ପୁତ୍ର ହୋଦବୀୟ, ଇଲୀୟାଶୀବ, ପ୍ଲାୟ, ଅକ୍କୂବ, ଯୋହାନନ୍‍, ଦଲୟିୟ ଓ ଅନାନି, ଏହି ସାତ ଜଣ।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]