Skip to content
The Believer's Library

Indian Revised Version(IRV) Odia - 2021

1 Chronicles 5 IRVOry

Show IRVOry only
Verse × ×
1 The sons of Reuben, Israel's firstborn—he was indeed the firstborn, but since he violated his father's bed, his birthright went to the sons of Joseph son of Israel, so he could not be listed as the firstborn in the genealogy. ଇସ୍ରାଏଲର ପ୍ରଥମଜାତ ରୁବେନ୍‍ର ସନ୍ତାନଗଣର କଥା, ରୁବେନ୍‍ ପ୍ରଥମଜାତ ଥିଲା; ମାତ୍ର ସେ ଆପଣା ପିତୃଶଯ୍ୟା ଅଶୁଚି କରିବାରୁ ତାହାର ଜ୍ୟେଷ୍ଠାଧିକାର ଇସ୍ରାଏଲର ପୁତ୍ର ଯୋଷେଫର ପୁତ୍ରମାନଙ୍କୁ ଦିଆଯାଇଥିଲା; ତଥାପି ଜ୍ୟେଷ୍ଠାଧିକାରାନୁସାରେ ବଂଶାବଳୀ ଲେଖା ହୁଏ ନାହିଁ।
2 Though Judah grew strong among his brothers and a ruler came from him, the birthright was Joseph's. କାରଣ ଯିହୁଦା ଆପଣା ଭ୍ରାତୃଗଣ ଅପେକ୍ଷା ପରାକ୍ରମୀ ହେଲା ଓ ତାହାଠାରୁ ଅଧିପତି ଉତ୍ପନ୍ନ ହେଲେ; ମାତ୍ର ଜ୍ୟେଷ୍ଠାଧିକାର ଯୋଷେଫର ହେଲା;
3 The sons of Reuben the firstborn of Israel: Hanoch, Pallu, Hezron, and Carmi. ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର ରୁବେନ୍‍ର ସନ୍ତାନ ହନୋକ ଓ ପଲ୍ଲୁ, ହିଷ୍ରୋଣ ଓ କର୍ମି।
4 The sons of Joel: Shemaiah his son, Gog his son, Shimei his son, ଯୋୟେଲର ସନ୍ତାନଗଣ; ତାହାର ପୁତ୍ର ଶମୟୀୟ, ତାହାର ପୁତ୍ର ଗୋଗ୍‍, ତାହାର ପୁତ୍ର ଶିମୀୟି;
5 Micah his son, Reaiah his son, Baal his son, ତାହାର ପୁତ୍ର ମୀଖା, ତାହାର ପୁତ୍ର ରାୟା, ତାହାର ପୁତ୍ର ବାଲ୍‍;
6 and Beerah his son, whom Tiglath-pileser king of Assyria exiled—he led the Reubenites. ତାହାର ପୁତ୍ର ବେରା, ଯାହାକୁ ଅଶୂର-ରାଜା ତିଗ୍ଲତ୍‍-ପିଲ୍‍ନେଷର ବନ୍ଦୀ କରି ନେଇଗଲା; ସେ ରୁବେନୀୟମାନଙ୍କର ଅଧିପତି ଥିଲା।
7 His relatives by their clans, as listed in the genealogical records: Jeiel the chief, Zechariah, ଯେତେବେଳେ ସେମାନଙ୍କ ବଂଶାବଳୀ ଲେଖାଗଲା, ସେତେବେଳେ ଆପଣା ଆପଣା ଗୋଷ୍ଠୀ ଅନୁସାରେ ଏହାର ଏହି ଭ୍ରାତୃଗଣ ଥିଲେ; ପ୍ରଧାନ ଯିୟୀୟେଲ୍‍ ଓ ଜିଖରୀୟ
8 and Bela son of Azaz, son of Shema, son of Joel. They settled in Aroer, to Nebo and Baal-meon. ଓ ଯୋୟେଲର ପ୍ରପୌତ୍ର ଶେମାର ପୌତ୍ର ଆସସ୍‍ର ପୁତ୍ର ବେଲା, ସେ ଅରୋୟେର ଓ ନବୋ ଓ ବାଲ୍‍-ମୀୟୋନ୍‍ ପର୍ଯ୍ୟନ୍ତ ବାସ କଲା।
9 They also settled eastward to the edge of the desert that stretches to the Euphrates, since their livestock had multiplied in Gilead. ପୁଣି, ପୂର୍ବ ଦିଗରେ ସେ ଫରାତ୍‍ ନଦୀଠାରୁ ପ୍ରାନ୍ତର-ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ବାସ କଲା; କାରଣ ଗିଲୀୟଦ ଦେଶରେ ସେମାନଙ୍କ ପଶୁଗଣ ବୃଦ୍ଧି ପାଇଥିଲେ।
10 In Saul's days they fought the Hagrites, who fell to them; they lived in the Hagrites' tents across the whole region east of Gilead. ପୁଣି, ଶାଉଲଙ୍କର ସମୟରେ ସେମାନେ ହାଗରୀୟମାନଙ୍କ ସହିତ ଯୁଦ୍ଧ କରନ୍ତେ, ହାଗରୀୟମାନେ ସେମାନଙ୍କ ହସ୍ତରେ ପତିତ ହେଲେ; ତହୁଁ ଏମାନେ ସେମାନଙ୍କ ତମ୍ବୁରେ ଗିଲୀୟଦ ଦେଶର ପୂର୍ବ ଦିଗରେ ସର୍ବତ୍ର ବାସ କଲେ।
11 The sons of Gad lived next to them in the land of Bashan as far as Salcah: ପୁଣି, ଗାଦ୍‍ର ସନ୍ତାନଗଣ ସେମାନଙ୍କ ସମ୍ମୁଖରେ ସଲଖା ପର୍ଯ୍ୟନ୍ତ ବାଶନ ଦେଶରେ ବାସ କଲେ।
12 Joel the chief, Shapham the second-in-command, then Janai and Shaphat in Bashan. ଯୋୟେଲ ପ୍ରଧାନ ଓ ଶାଫମ୍‍ ଦ୍ୱିତୀୟ, ଆଉ ଯାନୟ ଓ ଶାଫଟ୍‍ ବାଶନରେ ରହିଲେ;
13 Their relatives, by their fathers' households, were Michael, Meshullam, Sheba, Jorai, Jacan, Zia, and Eber—seven. ପୁଣି, ସେମାନଙ୍କର ପିତୃବଂଶଜ ଭ୍ରାତୃଗଣ ମୀଖାୟେଲ, ମଶୁଲ୍ଲମ୍‍, ଶେବଃ, ଯୋରୟ, ଯାକନ୍‍, ସୀୟ ଓ ଏବର, ସାତ ଜଣ।
14 These were sons of Abihail son of Huri, son of Jaroah, son of Gilead, son of Michael, son of Jeshishai, son of Jahdo, son of Buz. ବୂଷ୍‍ର ପୁତ୍ର ଯହଦୋ, ଯହଦୋର ପୁତ୍ର ଯିହିଶୟ, ଯିହିଶୟର ପୁତ୍ର ମୀଖାୟେଲ, ମୀଖାୟେଲର ପୁତ୍ର ଗିଲୀୟଦ, ଗିଲୀୟଦର ପୁତ୍ର ଯାରୋହ, ଯାରୋହର ପୁତ୍ର ହୁରି; ହୁରିର ପୁତ୍ର ଅବୀହୟିଲ, ସେମାନେ ସେହି ଅବୀହୟିଲର ସନ୍ତାନ ଥିଲେ।
15 Ahi son of Abdiel, son of Guni, was the head of their fathers' households. ଗୂନିର ପୌତ୍ର ଅବ୍‍ଦୀୟେଲର ପୁତ୍ର ଅହି ସେମାନଙ୍କ ପିତୃବଂଶର ପ୍ରଧାନ ଥିଲା।
16 They lived in Gilead, in Bashan and its villages, and across all Sharon's pasturelands to their borders. ସେମାନେ ଗିଲୀୟଦରେ, ବାଶନରେ ତହିଁର ସମସ୍ତ ଉପନଗରରେ ଓ ସେସବୁର ସୀମା ପର୍ଯ୍ୟନ୍ତ ଶାରୋଣର ସମସ୍ତ ତଳିଭୂମିରେ ବାସ କଲେ।
17 All these were listed in genealogies during the reigns of Jotham king of Judah and Jeroboam king of Israel. ଯିହୁଦାର ରାଜା ଯୋଥମ୍‍ଙ୍କର ସମୟରେ ଓ ଇସ୍ରାଏଲର ରାଜା ଯାରବୀୟାମଙ୍କ ସମୟରେ ଏସମସ୍ତଙ୍କର ବଂଶାବଳୀ ଲିଖିତ ହୋଇଥିଲା।
18 The Reubenites, Gadites, and half-tribe of Manasseh had capable men bearing shield and sword, drawing the bow, trained for war—44,760 ready for battle. ରୁବେନ୍‍ର ସନ୍ତାନଗଣ, ପୁଣି, ଗାଦୀୟ, ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ଢାଲ, ଖଡ୍ଗ ଧରିବାକୁ, ଧନୁ ମାରିବାକୁ ସମର୍ଥ ଓ ଯୁଦ୍ଧରେ ନିପୁଣ ଚୌରାଳିଶ ହଜାର ସାତ ଶହ ଷାଠିଏ ଜଣ ବିକ୍ରମୀ ପୁରୁଷ ଯୁଦ୍ଧଯାତ୍ରା କରିବାକୁ ସମର୍ଥ ଥିଲେ।
19 They waged war against the Hagrites, and against Jetur, Naphish, and Nodab. ସେମାନେ ହାଗରୀୟମାନଙ୍କ ସହିତ, ଯିଟୁର, ନାଫୀଶ୍‍ ଓ ନୋଦବ୍‍ ସହିତ ଯୁଦ୍ଧ କଲେ।
20 They were helped against them; the Hagrites and all their allies were given into their hand, because they cried out to our Father in battle. He answered them, for they trusted in him. ସେମାନେ ସେମାନଙ୍କ ପ୍ରତିକୂଳରେ ସାହାଯ୍ୟ ପାଇଲେ, ତହିଁରେ ହାଗରୀୟମାନେ ଓ ସେମାନଙ୍କ ସଙ୍ଗୀ ସମସ୍ତ ଲୋକ ସେମାନଙ୍କ ହସ୍ତରେ ସମର୍ପିତ ହେଲେ; କାରଣ ସେମାନେ ଯୁଦ୍ଧରେ ପରମେଶ୍ୱରଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସେ ସେମାନଙ୍କ ପ୍ରାର୍ଥନା ଶୁଣିଲେ; ଯେହେତୁ ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ।
21 They captured the Hagrites' livestock: 50,000 camels, 250,000 sheep, 2,000 donkeys, and 100,000 people. ଆଉ ସେମାନେ ସେମାନଙ୍କ ପଶୁ, ଅର୍ଥାତ୍‍, ସେମାନଙ୍କ ଉଷ୍ଟ୍ର ମଧ୍ୟରୁ ପଚାଶ ହଜାର, ମେଷ ମଧ୍ୟରୁ ଅଢ଼ାଇ ଲକ୍ଷ, ଗର୍ଦ୍ଦଭ ମଧ୍ୟରୁ ଦୁଇ ହଜାର ଓ ମନୁଷ୍ୟ ମଧ୍ୟରୁ ଏକ ଲକ୍ଷ ନେଇଗଲେ।
22 Many fell dead, for the battle was our Father's; they lived there until the exile. କାରଣ ଯୁଦ୍ଧ ପରମେଶ୍ୱରଙ୍କ ଆଡ଼ୁ ହେବାରୁ ଅନେକ ହତ ହୋଇ ପଡ଼ିଲେ। ପୁଣି, ସେମାନେ ବନ୍ଦୀତ୍ୱ ପର୍ଯ୍ୟନ୍ତ ସେମାନଙ୍କ ସ୍ଥାନରେ ବାସ କଲେ।
23 Manasseh's half-tribe lived in the land, growing numerous from Bashan to Baal-hermon, Senir, and Mount Hermon. ଆଉ ମନଃଶିର ଅର୍ଦ୍ଧ ବଂଶର ସନ୍ତାନଗଣ ସେହି ଦେଶରେ ବାସ କଲେ; ସେମାନେ ବୃଦ୍ଧି ପାଇ ବାଶନଠାରୁ ବାଲ୍‍-ହର୍ମୋନ୍‍, ସନୀର୍‍ ଓ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ବ୍ୟାପିଗଲେ।
24 Heads of their fathers' households: Epher, Ishi, Eliel, Azriel, Jeremiah, Hodaviah, and Jahdiel—mighty warriors, famous men, heads of their fathers' households. ପୁଣି, ଏମାନେ ଆପଣାମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଯଥା, ଏଫର, ଈଶୀ, ଇଲୀୟେଲ୍‍, ଅସ୍ରୀୟେଲ, ଯିରିମୀୟ, ହୋଦବୀୟ ଓ ଯହଦୀୟେଲ୍‍, ଏସମସ୍ତେ ମହାବିକ୍ରମଶାଳୀ, ବିଖ୍ୟାତ ଓ ଆପଣା ଆପଣା ପିତୃବଂଶର ପ୍ରଧାନ ଥିଲେ।
25 But they were unfaithful to their ancestors' God and prostituted themselves to the gods of the land's peoples, whom our Father had destroyed before them. ଏଥିଉତ୍ତାରେ ସେମାନେ ଆପଣା ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ, ଆଉ ପରମେଶ୍ୱର ଯେଉଁ ଦେଶୀୟ ଲୋକମାନଙ୍କୁ ସେମାନଙ୍କ ସମ୍ମୁଖରେ ବିନାଶ କରିଥିଲେ, ସେମାନେ ସେମାନଙ୍କ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କଲେ।
26 So our Father of Israel stirred up the spirit of Pul king of Assyria—Tiglath-pileser king of Assyria—and he exiled the Reubenites, Gadites, and half-tribe of Manasseh to Halah, Habor, Hara, and the river Gozan, where they remain to this day. ତହିଁରେ ଇସ୍ରାଏଲର ପରମେଶ୍ୱର ଅଶୂରର ରାଜା ପୂଲ୍‍ର ମନକୁ ଓ ଅଶୂରର ରାଜା ତିଗ୍ଲତ୍‍-ପିଲ୍‍ନେଷରର ମନକୁ ଉତ୍ତେଜିତ କଲେ, ତହିଁରେ ସେ ସେମାନଙ୍କୁ, ଅର୍ଥାତ୍‍, ରୁବେନୀୟ, ଗାଦୀୟ, ମନଃଶିର ଅର୍ଦ୍ଧ ବଂଶୀୟ ଲୋକଙ୍କୁ ହଲହ, ହାବୋର, ହାରା ଓ ଗୋଶନ ନଦୀତୀରକୁ ଆଣିଲା, ଆଜି ପର୍ଯ୍ୟନ୍ତ ସେମାନେ ସେଠାରେ ଅଛନ୍ତି।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]