Skip to content
The Believer's Library

Indian Revised Version(IRV) Odia - 2021

1 Chronicles 9 IRVOry

Show IRVOry only
Verse × ×
1 All Israel was registered by genealogy, recorded in the Book of the Kings of Israel. And Judah was exiled to Babylon for their unfaithfulness. ଏହି ପ୍ରକାରେ ସମଗ୍ର ଇସ୍ରାଏଲ ବଂଶାବଳୀ କ୍ରମେ ଲିଖିତ ହେଲେ; ଦେଖ, ତାହା ଇସ୍ରାଏଲ ରାଜାମାନଙ୍କ ପୁସ୍ତକରେ ଲିଖିତ ଅଛି; ଏଥିଉତ୍ତାରେ ଯିହୁଦା ଆପଣାମାନଙ୍କ ଅବିଶ୍ଵସ୍ତତା ସକାଶୁ ବନ୍ଦୀ ହୋଇ ବାବିଲକୁ ନୀତ ହେଲେ।
2 The first to resettle their own property in their cities were Israel, the priests, the Levites, and the temple servants. ପୁଣି, ଇସ୍ରାଏଲ, ଯାଜକଗଣ, ଲେବୀୟମାନେ ଓ ନଥୀନୀୟମାନେ ସେମାନଙ୍କ ଅଧିକାରସ୍ଥ ନଗରସମୂହରେ ପ୍ରଥମେ ବସତି କଲେ।
3 And in Jerusalem lived some of the people of Judah, of Benjamin, and of Ephraim and Manasseh: ପୁଣି, ଯିହୁଦା-ସନ୍ତାନଗଣ ମଧ୍ୟରୁ, ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ, ଇଫ୍ରୟିମ ଓ ମନଃଶି-ସନ୍ତାନଗଣ ମଧ୍ୟରୁ ଏମାନେ ଯିରୂଶାଲମରେ ବାସ କଲେ; ଯଥା,
4 Uthai son of Ammihud son of Omri son of Imri son of Bani, of the sons of Perez son of Judah. ଯିହୁଦାର ପୁତ୍ର ପେରସର ସନ୍ତାନଗଣ ମଧ୍ୟରୁ ବାନିର ବୃଦ୍ଧ ପ୍ରପୌତ୍ର ଇମ୍ରିର ପ୍ରପୌତ୍ର ଅମ୍ରିଙ୍କର ପୌତ୍ର ଅମ୍ମୀହୂଦର ପୁତ୍ର ଊଥୟ;
5 And of the Shilonites: Asaiah the firstborn, and his sons. ଆଉ ଶୀଲୋନୀୟମାନଙ୍କ ମଧ୍ୟରୁ ପ୍ରଥମଜାତ ଅସାୟ ଓ ତାହାର ସନ୍ତାନଗଣ।
6 From Zerah's sons: Jeuel and their relatives, 690. ଆଉ ସେରହର ସନ୍ତାନମାନଙ୍କ ମଧ୍ୟରୁ ଯୁୟେଲ ଓ ସେମାନଙ୍କ ଭ୍ରାତୃଗଣ, ଏମାନେ ଛଅ ଶହ ନବେ ଜଣ।
7 And of Benjamin's sons: Sallu son of Meshullam, son of Hodaviah, son of Hassenuah, ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ ହସନୁୟେଲର ପ୍ରପୌତ୍ର ହୋଦବୀୟର ପୌତ୍ର ମଶୁଲ୍ଲମ୍‍ର ପୁତ୍ର ସଲ୍ଲୁ;
8 Ibneiah son of Jeroham; Elah son of Uzzi son of Michri; Meshullam son of Shephatiah son of Reuel son of Ibnijah, ଆଉ ଯିରୋହମର ପୁତ୍ର ଯିବ୍‍ନୀୟ ଓ ମିଖ୍ରିର ପୌତ୍ର ଉଷିର ପୁତ୍ର ଏଲା, ଆଉ ଇଦ୍‍ନୀୟର ପ୍ରପୌତ୍ର ରୁୟେଲର ପୌତ୍ର ଶଫଟୀୟର ପୁତ୍ର ମଶୁଲ୍ଲମ୍‍;
9 and their relatives, listed by family line, 956. All these were heads of their ancestral families. ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଆପଣା ଆପଣା ବଂଶାବଳୀ ଅନୁସାରେ ନଅ ଶହ ଛପନ ଜଣ ଥିଲେ। ଏସମସ୍ତେ ଆପଣା ଆପଣା ପିତୃବଂଶାନୁସାରେ ପିତୃବଂଶର ପ୍ରଧାନ ଲୋକ ଥିଲେ।
10 And of the priests: Jedaiah, Jehoiarib, Jachin, ଆଉ ଯାଜକମାନଙ୍କ ମଧ୍ୟରେ ଯିଦୟୀୟ, ଯିହୋୟାରୀବ୍‍, ଯାଖୀନ୍‍
11 and Azariah son of Hilkiah, son of Meshullam, son of Zadok, son of Meraioth, son of Ahitub, chief officer of our Father's house. ଓ ପରମେଶ୍ୱରଙ୍କ ଗୃହର ଅଧ୍ୟକ୍ଷ ଅହୀଟୂବ୍‍ର ଅତି ବୃଦ୍ଧ ପ୍ରପୌତ୍ର ମରାୟୋତ୍‍ର ବୃଦ୍ଧ ପ୍ରପୌତ୍ର ସାଦୋକର ପ୍ରପୌତ୍ର ମଶୁଲ୍ଲମ୍‍ର ପୌତ୍ର ହିଲ୍‍କୀୟର ପୁତ୍ର ଅସରୀୟ,
12 Adaiah son of Jeroham, of Pashhur, of Malchijah; and Maasai son of Adiel, of Jahzerah, of Meshullam, of Meshillemith, of Immer; ଆଉ ମଲ୍‍କୀୟର ପ୍ରପୌତ୍ର ପଶ୍‍ହୂରର ପୌତ୍ର ଯିରୋହମର ପୁତ୍ର ଅଦାୟା, ପୁଣି, ଇମ୍ମେରର ଅତି ବୃଦ୍ଧ ପ୍ରପୌତ୍ର ମଶିଲ୍ଲମୋରର ବୃଦ୍ଧ ପ୍ରପୌତ୍ର ମଶୁଲ୍ଲମ୍‍ର ପ୍ରପୌତ୍ର ଯହସେରାର ପୌତ୍ର ଅଦୀୟେଲର ପୁତ୍ର ମାସୟ;
13 and their relatives—heads of their families—1,760, capable men for serving in the house of our Father. ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଏକ ହଜାର ସାତ ଶହ ଷାଠିଏ ଜଣ; ଏମାନେ ଆପଣା ଆପଣା ପିତୃବଂଶର ପ୍ରଧାନ ଓ ପରମେଶ୍ୱରଙ୍କ ଗୃହର ସେବାକର୍ମରେ ଅତି ଦକ୍ଷ ଥିଲେ।
14 Of the Levites: Shemaiah son of Hasshub, son of Azrikam, son of Hashabiah, of the sons of Merari, ଆଉ ଲେବୀୟମାନଙ୍କ ମଧ୍ୟରେ ମରାରି-ବଂଶଜାତ ହଶବୀୟର ପ୍ରପୌତ୍ର ଅସ୍ରୀକାମର ପୌତ୍ର ହଶୂବର ପୁତ୍ର ଶମୟୀୟ;
15 and Bakbakkar, Heresh, Galal, and Mattaniah son of Mica, son of Zichri, son of Asaph; ଆଉ ବକ୍‍ବକର, ହେରଶ୍‍, ଗାଲଲ୍‍ ଓ ଆସଫର ପ୍ରପୌତ୍ର ସିଖ୍ରିର ପୌତ୍ର ମୀକାର ପୁତ୍ର ମତ୍ତନୀୟ
16 and Obadiah son of Shemaiah, son of Galal, son of Jeduthun, and Berechiah son of Asa, son of Elkanah, who lived in the villages of the Netophathites. ଓ ଯିଦୂଥୂନ୍‍‍ର ପ୍ରପୌତ୍ର ଗାଲଲ୍‍ର ପୌତ୍ର ଶମୟୀୟର ପୁତ୍ର ଓବଦୀୟ; ଆଉ ନଟୋଫାତୀୟମାନଙ୍କ ଗ୍ରାମବାସୀ ଇଲ୍‍କାନାର ପୌତ୍ର ଆସାର ପୁତ୍ର ବେରିଖୀୟ।
17 The gatekeepers: Shallum, Akkub, Talmon, Ahiman, and their relatives; Shallum was chief. ଆଉ ଦ୍ୱାରପାଳ, ଶଲ୍ଲୁମ୍‍, ଅକ୍କୂବ, ଟଲ୍‍ମୋନ, ଅହୀମାନ୍‍ ଓ ଏମାନଙ୍କ ଭ୍ରାତୃଗଣ; ଶଲ୍ଲୁମ୍‍ ପ୍ରଧାନ ଥିଲା।
18 To this day they stand at the King's Gate, on the east side. These were the gatekeepers of the Levite camps. ଏମାନେ ଏପର୍ଯ୍ୟନ୍ତ ପୂର୍ବଦିଗସ୍ଥିତ ରାଜଦ୍ୱାରରେ ରହିଲେ; ଏମାନେ ଲେବୀ-ସନ୍ତାନମାନଙ୍କ ଛାଉଣିର ଦ୍ୱାରପାଳ।
19 Shallum son of Kore, of Ebiasaph, of Korah, and his relatives of his father's house, the Korahites, oversaw the work of service, guarding the tent's thresholds; their fathers oversaw the camp of our Father, guarding the entrance. ଏହି ଶଲ୍ଲୁମ୍‍ କୋରହର ପ୍ରପୌତ୍ର ଅବୀୟାସଫର ପୌତ୍ର କୋରିର ପୁତ୍ର; ଏ ଓ ଏହାର ପିତୃବଂଶଜ କୋରହୀୟ ଭ୍ରାତୃଗଣ ସେବାକର୍ମରେ ନିଯୁକ୍ତ ଓ ତମ୍ବୁଦ୍ୱାରସବୁର ରକ୍ଷକ ଥିଲେ। ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ଛାଉଣିରେ ନିଯୁକ୍ତ ଓ ପ୍ରବେଶ ସ୍ଥାନର ରକ୍ଷକ ଥିଲେ।
20 Phinehas son of Eleazar was leader over them formerly; our Father was with him. ପୂର୍ବକାଳରେ ଇଲୀୟାସରର ପୁତ୍ର ପୀନହସ୍‍ ସେମାନଙ୍କର ଅଧ୍ୟକ୍ଷ ଥିଲା, ଆଉ ସଦାପ୍ରଭୁ ତାହାର ସହବର୍ତ୍ତୀ ଥିଲେ।
21 Zechariah the son of Meshelemiah was gatekeeper at the entrance of the tent of meeting. ମଶେଲିମୀୟର ପୁତ୍ର ଜିଖରୀୟ ସମାଗମ-ତମ୍ବୁର ଦ୍ୱାରପାଳ।
22 All of them, chosen as gatekeepers of the gates, numbered 212, registered by genealogy in their villages. David and Samuel the seer had appointed them to this trusted office. ଦ୍ୱାରପାଳର କାର୍ଯ୍ୟାର୍ଥେ ମନୋନୀତ ଏହି ଲୋକମାନେ ସର୍ବସୁଦ୍ଧା ଦୁଇ ଶହ ବାର ଜଣ; ଏମାନଙ୍କ ଗ୍ରାମ ସମୂହରେ ଏମାନଙ୍କ ବଂଶାବଳୀ ଲିଖିତ ହୋଇଥିଲା, ଦାଉଦ ଓ ଶାମୁୟେଲ ଦର୍ଶକ ଏମାନଙ୍କୁ ଏମାନଙ୍କ ନିରୂପିତ କର୍ମରେ ନିଯୁକ୍ତ କରିଥିଲେ।
23 They and their sons guarded the gates of the house of our Father, the house of the tent, as guards. ଏହେତୁ ଏମାନେ ଓ ଏମାନଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ଗୃହର, ଅର୍ଥାତ୍‍, ତମ୍ବୁଗୃହର ଦ୍ୱାରପାଳ-କର୍ମରେ ପ୍ରହରକୁ ପ୍ରହର ନିଯୁକ୍ତ ହେଲେ।
24 The gatekeepers were posted on the four sides: east, west, north, and south. ଏହି ଦ୍ୱାରପାଳମାନେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଚାରି ଦିଗରେ ରହିଲେ।
25 Their relatives in their villages were to come every seven days, from time to time, to be with them. ଆଉ ଏମାନଙ୍କ ଗ୍ରାମସ୍ଥ ଭ୍ରାତୃଗଣକୁ ପ୍ରତି ସପ୍ତାହରେ ସେମାନଙ୍କ ସଙ୍ଗେ ରହିବା ପାଇଁ ସମୟକୁ ସମୟ ଆସିବାକୁ ହେଲା;
26 The four chief gatekeepers, Levites, were entrusted with the chambers and treasuries of the house of our Father. କାରଣ ଏହି ଲେବୀୟ ଚାରି ପ୍ରଧାନ ଦ୍ୱାରପାଳ ନିରୂପିତ କାର୍ଯ୍ୟରେ ନିଯୁକ୍ତ ଓ ପରମେଶ୍ୱରଙ୍କ ଗୃହର କୋଠରି ଓ ଭଣ୍ଡାରସମୂହର ଅଧ୍ୟକ୍ଷ ଥିଲେ।
27 They stayed the night around our Father's house, since the guard duty was theirs, and the opening, morning by morning. ଆଉ ସେମାନେ ପରମେଶ୍ୱରଙ୍କ ଗୃହର ଚତୁର୍ଦ୍ଦିଗରେ ରାତ୍ରି କ୍ଷେପଣ କଲେ, କାରଣ ସେମାନଙ୍କ ଉପରେ ତହିଁର ରକ୍ଷାର ଭାର ଓ ପ୍ରତି ପ୍ରଭାତରେ ଦ୍ୱାର ଫିଟାଇବାର କାର୍ଯ୍ୟ ଥିଲା।
28 Some were in charge of the service vessels, counting them in and out. ଆଉ ସେମାନଙ୍କର କେତେକ ଲୋକ ସେବାର୍ଥକ ପାତ୍ରସବୁ ରକ୍ଷା କରିବାକୁ ନିଯୁକ୍ତ ଥିଲେ; କାରଣ ସେହି ପାତ୍ରସବୁ ସଂଖ୍ୟାନୁସାରେ ଭିତରକୁ ଅଣାଗଲା ଓ ବାହାରକୁ ନିଆଗଲା।
29 Others were in charge of the furnishings, sacred utensils, fine flour, wine, oil, incense, and spices. ମଧ୍ୟ ସେମାନଙ୍କର କେତେକ ଲୋକ ଆବାସର ସାମଗ୍ରୀ, ସକଳ ପାତ୍ର, ସରୁ ମଇଦା, ଦ୍ରାକ୍ଷାରସ, ତୈଳ, କୁନ୍ଦୁରୁ ଓ ଗନ୍ଧଦ୍ରବ୍ୟ ରକ୍ଷା କାର୍ଯ୍ୟରେ ନିଯୁକ୍ତ ଥିଲେ।
30 And some of the priests' sons blended the spices. ଆଉ ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ କେତେକ ଜଣ ସୁଗନ୍ଧିଦ୍ରବ୍ୟର ତୈଳ ପ୍ରସ୍ତୁତ କଲେ।
31 Mattithiah, one of the Levites, firstborn of Shallum the Korahite, was in charge of baking the flat cakes. ଆଉ ଲେବୀୟମାନଙ୍କ ମଧ୍ୟରୁ କୋରହୀୟ ଶଲ୍ଲୁମ୍‍ର ଜ୍ୟେଷ୍ଠ ପୁତ୍ର ମତ୍ତଥୀୟ ପକ୍ୱାନ୍ନ-ତତ୍ତ୍ୱାବଧାରଣର ନିରୂପିତ କର୍ମରେ ନିଯୁକ୍ତ ଥିଲା।
32 Some Kohathite relatives were responsible for preparing the rows of bread every Sabbath. ଆଉ ସେମାନଙ୍କ ଭ୍ରାତୃଗଣ କହାତୀୟ ସନ୍ତାନଗଣ ମଧ୍ୟରୁ କେତେକ ଜଣ ପ୍ରତି ବିଶ୍ରାମବାର ଦର୍ଶନୀୟ ରୁଟି ପ୍ରସ୍ତୁତ କରିବା ପାଇଁ ନିଯୁକ୍ତ ଥିଲେ।
33 These singers, heads of Levite families, stayed in the temple chambers, exempt from other duties—on duty day and night. ପୁଣି, ଲେବୀୟମାନଙ୍କ ପିତୃବଂଶର ପ୍ରଧାନ ଯେଉଁ ଗାୟକମାନେ, ସେମାନେ କୋଠରିରେ ବାସ କଲେ ଓ ଅନ୍ୟ ସେବାରୁ ମୁକ୍ତ ଥିଲେ; କାରଣ ସେମାନଙ୍କୁ ଦିବାରାତ୍ରି ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ରହିବାକୁ ହେଲା।
34 These were heads of Levite families, leaders listed by family line; and they lived in Jerusalem. ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ଲେବୀୟମାନଙ୍କର ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ।
35 In Gibeon lived Jeiel the father of Gibeon, and the name of his wife was Maacah, ଆଉ ଗିବୀୟୋନ୍‍ର ପିତା ଯିୟୀୟେଲ୍‍ ଗିବୀୟୋନ୍‍ରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା;
36 and his firstborn son was Abdon, then Zur, Kish, Baal, Ner, Nadab, ତାହାର ପ୍ରଥମଜାତ ପୁତ୍ର ଅବ୍‍ଦୋନ୍‍, ତହୁଁ ସୂର୍‍, କୀଶ୍‍, ବାଲ୍‍, ନେର୍‍, ନାଦବ୍‍,
37 Gedor, Ahio, Zechariah, and Mikloth. ଗଦୋର, ଅହୀୟୋ, ଜିଖରୀୟ ଓ ମିକ୍ଲୋତ୍‍।
38 Mikloth fathered Shimeam; they too lived with their relatives in Jerusalem, opposite their relatives. ମିକ୍ଲୋତ୍‍ ଶିମୀୟାମକୁ ଜାତ କଲା। ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ।
39 And Ner fathered Kish, Kish fathered Saul, and Saul fathered Jonathan, Malchi-shua, Abinadab, and Esh-baal. ନେର୍‍ କୀଶ୍‍କୁ ଜାତ କଲା, କୀଶ୍‍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ, ମଲ୍‍କୀଶୂୟ, ଅବୀନାଦବ ଓ ଇଶ୍‍ବାଲକୁ ଜାତ କଲେ।
40 And the son of Jonathan was Merib-baal, and Merib-baal fathered Micah. ପୁଣି, ମରୀବ୍ବାଲ୍‍ ଯୋନାଥନର ପୁତ୍ର ଥିଲା ଓ ମରୀବ୍ବାଲ୍‍ ମୀଖାକୁ ଜାତ କଲା।
41 The sons of Micah: Pithon, Melech, Tahrea, and Ahaz. ମୀଖାର ପୁତ୍ର ପିଥୋନ୍‍, ମେଲକ୍‍, ତହରେୟ ଓ ଆହସ୍‌।
42 And Ahaz fathered Jarah, and Jarah fathered Alemeth, Azmaveth, and Zimri; and Zimri fathered Moza. ଆହସ୍‌ ଯାରହକୁ ଜାତ କଲା, ଯାରହ ଆଲେମତ୍‍, ଅସ୍ମାବତ୍‍ ଓ ସିମ୍ରିକୁ ଜାତ କଲା; ସିମ୍ରି ମୋତ୍ସାକୁ ଜାତ କଲା
43 And Moza fathered Binea, and Rephaiah was his son, Eleasah his son, and Azel his son. ଓ ମୋତ୍ସା ବିନୀୟାକୁ ଜାତ କଲା; ବିନୀୟାର ପୁତ୍ର ରଫାୟ, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍ସେଲ।
44 Azel had six sons, named Azrikam, Bocheru, Ishmael, Sheariah, Obadiah, and Hanan—these were Azel's sons. ଆଉ ଆତ୍ସେଲର ଛଅ ପୁତ୍ର ଥିଲେ, ସେମାନଙ୍କ ନାମ ଏହି, ଅସ୍ରୀକାମ, ବୋଖରୁ, ଇଶ୍ମାୟେଲ, ଶିୟରୀୟ, ଓବଦୀୟ ଓ ହାନନ୍‍; ଏସମସ୍ତେ ଆତ୍ସେଲର ସନ୍ତାନ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]