Skip to content
The Believer's Library

Indian Revised Version(IRV) Odia - 2021

1 John 2 IRVOry

Show IRVOry only
Verse × ×
1 My dear children, I write this so you won't sin. But if anyone does sin, we have an advocate before the Father—Jesus Christ, the righteous one. ହେ ମୋହର ବତ୍ସଗଣ, ତୁମ୍ଭେମାନେ ଯେପରି ପାପ ନ କର, ଏଥିନିମନ୍ତେ ମୁଁ ଏହିସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ।
2 He himself is the atoning sacrifice for our sins, and not ours only but also the whole world's. ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ୱରୂପ ଅଟନ୍ତି।
3 By this we know that we have come to know him: if we keep his commandments. ଯଦି ଆମ୍ଭେମାନେ ତାହାଙ୍କ ଆଜ୍ଞା ପାଳନ କରୁ, ତେବେ ତଦ୍ୱାରା ଜ୍ଞାତ ହେଉ ଯେ, ଆମ୍ଭେମାନେ ତାହାଙ୍କୁ ଜାଣୁ।
4 Whoever says, "I know him," yet doesn't keep his commands, is a liar—the truth isn't in him. ତାହାଙ୍କ ଆଜ୍ଞା ପାଳନ ନ କରି ତାହାଙ୍କୁ ଜାଣେ ବୋଲି ଯେ କହେ, ସେ ମିଥ୍ୟାବାଦୀ ଓ ତାହାଠାରେ ସତ୍ୟ ନାହିଁ;
5 But whoever keeps his word, the love of our Father is truly complete in him. This is how we know we are in him: କିନ୍ତୁ ଯେ ତାହାଙ୍କ ବାକ୍ୟ ପାଳନ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ ପ୍ରକୃତ ରୂପେ ସିଦ୍ଧ ହୋଇଅଛି। ଏତଦ୍ଵାରା ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ତାହାଙ୍କଠାରେ ଅଛୁ।
6 Whoever claims to remain in him ought to walk in the very way he walked. ଯେ ତାହାଙ୍କଠାରେ ରହେ ବୋଲି କହେ, ସେ ତାହାଙ୍କ ପରି ଆଚରଣ କରିବା ମଧ୍ୟ କର୍ତ୍ତବ୍ୟ।
7 Dear ones, I write you no new command, but an old one, held since the start—the old command is the word you heard. ହେ ପ୍ରିୟମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ କୌଣସି ନୂତନ ଆଜ୍ଞା ଲେଖୁ ନାହିଁ, ମାତ୍ର ଆରମ୍ଭରୁ ଯେଉଁ ପୁରାତନ ଆଜ୍ଞା ତୁମ୍ଭେମାନେ ପାଇଅଛ, ତାହା ଲେଖୁଅଛି; ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣିଅଛ, ତାହା ହିଁ ସେହି ପୁରାତନ ଆଜ୍ଞା।
8 Again, I write you a new command—true in him and in you—because the darkness is passing and the true light already shines. ପୁନଶ୍ଚ, ମୁଁ ନୂତନ ଆଜ୍ଞା ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, ଏହା ତାହାଙ୍କଠାରେ ଓ ତୁମ୍ଭମାନଙ୍କଠାରେ ସତ୍ୟ ବୋଲି ପ୍ରକାଶ ପାଏ। କାରଣ ଅନ୍ଧକାର ଘୁଞ୍ଚିଯାଉଅଛି ଓ ସତ୍ୟ ଜ୍ୟୋତିଃ ପ୍ରକାଶିତ ହେଲାଣି।
9 Anyone who says they're in the light but hates their brother or sister is in the dark even now. ଯେ ଆପଣା ଭାଇକୁ ଘୃଣା କରି କହେ ଯେ, ସେ ଜ୍ୟୋତିଃରେ ଅଛି, ସେ ଏପର୍ଯ୍ୟନ୍ତ ସୁଦ୍ଧା ଅନ୍ଧକାରରେ ଅଛି।
10 Whoever loves his brother or sister abides in the light, and in him there is no cause for stumbling. ଯେ ଆପଣା ଭାଇକୁ ପ୍ରେମ କରେ, ସେ ଜ୍ୟୋତିଃରେ ରହେ, ପୁଣି, ତାହାଠାରେ ଝୁଣ୍ଟିବାର କୌଣସି କାରଣ ନାହିଁ।
11 But whoever hates his brother or sister is in the dark, walking in the dark, not knowing where he's going—the dark has blinded his eyes. କିନ୍ତୁ ଯେ ଆପଣା ଭାଇକୁ ଘୃଣା କରେ, ସେ ଅନ୍ଧକାରରେ ଅଛି, ପୁଣି, ଅନ୍ଧକାରରେ ଭ୍ରମଣ କରି କେଉଁଆଡ଼େ ଯାଉଅଛି, ତାହା ଜାଣେ ନାହିଁ, କାରଣ ଅନ୍ଧକାର ତାହାର ଚକ୍ଷୁକୁ ଅନ୍ଧ କରିଅଛି।
12 I write to you, little children, because your sins are forgiven for his name's sake. ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତାହାଙ୍କ ନାମ ସକାଶେ ତୁମ୍ଭମାନଙ୍କର ପାପ କ୍ଷମା ହୋଇଅଛି।
13 I write to you, fathers, because you know the One from the beginning. I write to you, young men, because you have defeated the evil one. ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।
14 Children, I write because you know the Father. Fathers, I write because you know the One from the beginning. Young men, I write because you're strong, and our Father's word lives in you, and you've overcome the evil one. ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ପିତାଙ୍କୁ ଜାଣିଅଛ। ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ବଳବାନ, ପୁଣି, ଈଶ୍ବରଙ୍କ ବାକ୍ୟ ତୁମ୍ଭମାନଙ୍କଠାରେ ଅଛି ଓ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।
15 Do not love the world, or anything in the world. Whoever loves the world, the love of the Father is not in him. ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ;
16 Everything in the world—the craving of the flesh, the craving of the eyes, and the pride of life—is not from the Father but from the world. କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ।
17 The world and its cravings are passing away, but whoever does the will of our Father remains forever. ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ବରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ।
18 Children, it is the last hour. As you heard antichrist comes, so now many antichrists have come; by this we know it's the last hour. ହେ ବତ୍ସଗଣ, ଶେଷକାଳ ଉପସ୍ଥିତ, ପୁଣି, ଭଣ୍ଡଖ୍ରୀଷ୍ଟ ଆସିବ ବୋଲି ତୁମ୍ଭେମାନେ ଯେପରି ଶୁଣିଥିଲ, ସେହିପରି ଏବେ ମଧ୍ୟ ଅନେକ ଭଣ୍ଡଖ୍ରୀଷ୍ଟ ଉଠିଲେଣି; ଏତଦ୍ଵାରା ଆମ୍ଭେମାନେ ଜାଣୁଅଛୁ ଯେ, ଶେଷକାଳ ଉପସ୍ଥିତ।
19 They went out from us, but were not of us; if they had been of us, they would have stayed with us. But they left, to show that none of them belonged to us. ସେମାନେ ଆମ୍ଭମାନଙ୍କ ମଧ୍ୟରୁ ବାହାରିଲେ, କିନ୍ତୁ ଆମ୍ଭମାନଙ୍କ ଦଳର ଲୋକ ନ ଥିଲେ; କାରଣ ଯଦି ଆମ୍ଭମାନଙ୍କ ଦଳର ଲୋକ ହୋଇଥାଆନ୍ତେ, ତେବେ ଆମ୍ଭମାନଙ୍କ ସହିତ ରହିଥାଆନ୍ତେ; କିନ୍ତୁ ସମସ୍ତେ ଯେ ଆମ୍ଭମାନଙ୍କ ଦଳର ଲୋକ ନୁହଁନ୍ତି, ଏହା ଯେପରି ପ୍ରକାଶ ପାଇବ, ଏଥିନିମନ୍ତେ ସେମାନେ ବାହାରିଗଲେ।
20 But you have an anointing from the Holy One, and you all know the truth. ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ।
21 I write to you not because you don't know the truth, but because you do—and no lie comes from the truth. ତୁମ୍ଭେମାନେ ସତ୍ୟ ଜାଣି ନ ଥିବାରୁ ମୁଁ ଯେ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତାହା ନୁହେଁ, ମାତ୍ର ତୁମ୍ଭେମାନେ ସତ୍ୟ ଜାଣିଥିବାରୁ ଓ କୌଣସି ମିଥ୍ୟା ସତ୍ୟରୁ ଜାତ ହୁଏ ନାହିଁ ବୋଲି ଜାଣିଥିବାରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି।
22 Who is the liar, if not the one denying Jesus is the Christ? This is the antichrist, denying the Father and the Son. ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯେ ନାସ୍ତି କରେ, ତାହାଠାରୁ ଆଉ ମିଥ୍ୟାବାଦୀ କିଏ? ଯେ ପିତା ଓ ପୁତ୍ରଙ୍କୁ ନାସ୍ତି କରେ, ସେ ତ ସେହି ଭଣ୍ଡଖ୍ରୀଷ୍ଟ।
23 No one who denies the Son has the Father. Whoever confesses the Son has the Father also. ଯେ ପୁତ୍ରଙ୍କୁ ନାସ୍ତି କରେ, ସେ ପିତାଙ୍କୁ ପ୍ରାପ୍ତ କରି ନାହିଁ; ଯେ ପୁତ୍ରଙ୍କୁ ସ୍ୱୀକାର କରେ, ସେ ପିତାଙ୍କୁ ମଧ୍ୟ ପ୍ରାପ୍ତ କରିଅଛି।
24 You—let what you heard from the start remain in you. If what you heard from the start remains in you, you too will remain in the Son and the Father. ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ତୁମ୍ଭମାନଙ୍କଠାରେ ଥାଉ। ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ଯଦି ତୁମ୍ଭମାନଙ୍କଠାରେ ଥାଏ, ତାହାହେଲେ ତୁମ୍ଭେମାନେ ମଧ୍ୟ ପୁତ୍ର ଓ ପିତାଙ୍କଠାରେ ରହିବ।
25 And this is the promise that he himself made to us—eternal life. ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନନ୍ତ ଜୀବନ।
26 I write these things to you about those who are trying to lead you astray. ଯେଉଁମାନେ ତୁମ୍ଭମାନଙ୍କୁ ଭ୍ରାନ୍ତ କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କ ସମ୍ବନ୍ଧରେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।
27 As for you, the anointing you received from him remains in you, and you don't need anyone to teach you. But since his anointing teaches you about everything—true, not a lie—remain in him, just as it taught you. କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି, କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ।
28 And now, little children, remain in him, so that when he appears we may have confidence and not shrink from him in shame at his coming. ଅତଏବ, ହେ ବତ୍ସଗଣ, ତାହାଙ୍କଠାରେ ରୁହ, ଯେପରି ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ତାହାଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭେମାନେ ଲଜ୍ଜିତ ନ ହୋଇ ସାହସ ପ୍ରାପ୍ତ ହେବା।
29 If you know he's righteous, you also know that all who do right are born of him. ସେ ଧାର୍ମିକ ଅଟନ୍ତି, ଏହା ଯଦି ଜାଣ, ତେବେ ଯେ କେହି ଧର୍ମାଚରଣ କରେ, ସେ ଯେ ତାହାଙ୍କଠାରୁ ଜାତ, ଏହା ମଧ୍ୟ ଜାଣ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]