Skip to content
The Believer's Library

Indian Revised Version(IRV) Odia - 2021

1 John 4 IRVOry

Show IRVOry only
Verse × ×
1 Beloved, don't believe every spirit, but test the spirits to see if they're from our Father, for many false prophets have gone out into the world. ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ବରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।
2 By this you know the Spirit of our Father: every spirit confessing that Jesus Christ has come in the flesh is from our Father, ଏହା ଦ୍ୱାରା ତୁମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କୁ ଚିହ୍ନି ପାରିବ, ଯୀଶୁ ଖ୍ରୀଷ୍ଟ ଯେ ଦେହବନ୍ତ ହୋଇ ଆସିଅଛନ୍ତି, ଏହା ଯେକୌଣସି ଆତ୍ମା ସ୍ୱୀକାର କରେ, ସେ ଈଶ୍ବରଙ୍କଠାରୁ ଆଗତ,
3 and every spirit that does not confess Jesus is not from our Father. This is the antichrist's spirit, which you heard was coming, and is already in the world now. ଆଉ ଯେକୌଣସି ଆତ୍ମା ଯୀଶୁଙ୍କୁ ସ୍ୱୀକାର ନ କରେ, ସେ ଈଶ୍ବରଙ୍କଠାରୁ ଆଗତ ନୁହେଁ; ଏହା ଭଣ୍ଡଖ୍ରୀଷ୍ଟର ଆତ୍ମା, ଯାହାର ଆଗମନ କଥା ତୁମ୍ଭେମାନେ ଶୁଣିଅଛ, ପୁଣି, ତାହା ଏବେ ହେଁ ଜଗତରେ ଉପସ୍ଥିତ ହୋଇଅଛି।
4 You are from our Father, little children, and have overcome them, because greater is the one in you than the one in the world. ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ବରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ।
5 They are from the world; therefore they speak from the world, and the world listens to them. ସେମାନେ ଜଗତରୁ ଉତ୍ପନ୍ନ, ଅତଏବ ସେମାନେ ଜାଗତିକ କଥା କହନ୍ତି, ଆଉ ଜଗତ ସେମାନଙ୍କ କଥା ଶୁଣେ।
6 We are from our Father. Whoever knows him hears us; whoever is not from him does not hear us. This is how we know the Spirit of truth and the spirit of error. କିନ୍ତୁ ଆମ୍ଭେମାନେ ଈଶ୍ବରଙ୍କଠାରୁ ଜାତ; ଯେ ଈଶ୍ବରଙ୍କୁ ଜାଣେ, ସେ ଆମ୍ଭମାନଙ୍କ କଥା ଶୁଣେ; ଯେ ଈଶ୍ବରଙ୍କଠାରୁ ଜାତ ନୁହେଁ, ସେ ଆମ୍ଭମାନଙ୍କ କଥା ଶୁଣେ ନାହିଁ। ଏତଦ୍ଵାରା ଆମ୍ଭେମାନେ ସତ୍ୟମୟ ଆତ୍ମା ଓ ଭ୍ରାନ୍ତିପୂର୍ଣ୍ଣ ଆତ୍ମାକୁ ଚିହ୍ନି ପାରୁ।
7 Beloved, let us love one another, for love is from our Father, and all who love are born of him and know him. ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ବରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ବରଙ୍କଠାରୁ ଜାତ ଓ ଈଶ୍ବରଙ୍କୁ ଜାଣେ।
8 Whoever does not love does not know our Father, because our Father is love. ଯେ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କୁ ଜାଣେ ନାହିଁ, କାରଣ ଈଶ୍ବର ତ ପ୍ରେମ।
9 This is how our Father's love was shown among us: our Father sent his one and only Son into the world so we might live through him. ଏଥିରେ ହିଁ ଈଶ୍ବରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହେଉ।
10 This is love: not that we loved our Father, but that he loved us and sent his Son as the atoning sacrifice for our sins. ଆମ୍ଭେମାନେ ଯେ ଈଶ୍ବରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ।
11 Beloved, if our Father so loved us, we also ought to love one another. ହେ ପ୍ରିୟମାନେ, ଈଶ୍ବର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ୍।
12 No one has ever seen our Father; if we love one another, our Father remains in us and his love is made complete in us. କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ବର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି।
13 By this we know we live in him and he in us: he has given us his Spirit. ଆମ୍ଭେମାନେ ଯେ ତାହାଙ୍କଠାରେ ଅଛୁ ଓ ସେ ଆମ୍ଭମାନଙ୍କଠାରେ ଅଛନ୍ତି, ଏହା ଆମ୍ଭେମାନେ ଜାଣୁ, କାରଣ ସେ ଆମ୍ଭମାନଙ୍କୁ ଆପଣା ଆତ୍ମାଙ୍କର ସହଭାଗିତା ଦାନ କରିଅଛନ୍ତି।
14 We have seen and testify that our Father sent the Son as Savior of the world. ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ।
15 Whoever confesses Jesus is the Son of our Father, our Father remains in him, and he in our Father. ଯେ କେହି ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ସ୍ୱୀକାର କରେ, ଈଶ୍ବର ତାହାଠାରେ ଅଛନ୍ତି ଓ ସେ ଈଶ୍ବରଙ୍କଠାରେ ଅଛି।
16 We have known and believed the love our Father has for us. Our Father is love, and whoever remains in love remains in him, and he in them. ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ବରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ। ଈଶ୍ବର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ବରଙ୍କଠାରେ ରହେ ଓ ଈଶ୍ବର ତାହାଠାରେ ରହନ୍ତି।
17 This is how love is made complete in us, so we may have confidence on judgment day, because as he is, so are we in this world. ଏଥିରେ ପ୍ରେମ ଆମ୍ଭମାନଙ୍କ ମଧ୍ୟରେ ସିଦ୍ଧ ହୋଇଅଛି ଯେ, ବିଚାର ଦିନରେ ଆମ୍ଭେମାନେ ସାହସ ପ୍ରାପ୍ତ ହେବୁ, କାରଣ ସେ ଯେପରି ଅଛନ୍ତି, ଆମ୍ଭେମାନେ ମଧ୍ୟ ଏହି ଜଗତରେ ସେହିପରି ଅଛୁ।
18 In love there is no fear; perfect love drives out fear, since fear involves punishment, and whoever fears is not complete in love. ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ଡ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ।
19 We love because our Father first loved us. ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ।
20 If anyone says, "I love our Father," yet hates his brother, he is a liar. For whoever does not love his brother, whom he has seen, cannot love our Father, whom he has not seen. ଈଶ୍ବରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ବରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରିପାରେ ନାହିଁ।
21 And this commandment we have from him: whoever loves our Father must also love his brother. ଯେ ଈଶ୍ବରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]