Skip to content
The Believer's Library

Indian Revised Version(IRV) Odia - 2021

1 John 5 IRVOry

Show IRVOry only
Verse × ×
1 Everyone who believes Jesus is the Christ has been born of our Father, and everyone who loves the Father who gives birth loves the child born of him. ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ବରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ।
2 By this we know we love the children of our Father: when we love our Father and keep his commands. ଆମ୍ଭେମାନେ ଯେତେବେଳେ ଈଶ୍ବରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ୱାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ।
3 This is love of our Father: that we keep his commands, and his commands aren't burdensome. କାରଣ ଈଶ୍ବରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାର ସ୍ୱରୂପ ନୁହେଁ।
4 Everyone born of our Father overcomes the world. This is the victory that overcame the world: our faith. ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ।
5 Who overcomes the world except the one believing Jesus is the Son of our Father? ଯୀଶୁ ଈଶ୍ବରଙ୍କ ପୁତ୍ର, ଏହା ଯେ ବିଶ୍ୱାସ କରେ, ତାହା ଛଡ଼ା ଆଉ କିଏ ଜଗତକୁ ଜୟ କରେ?
6 Jesus Christ came by water and blood—not water only, but water and blood. The Holy Spirit testifies to this, because the Holy Spirit is the truth. ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ;
7 For there are three that testify: ଆଉ ଆତ୍ମା ମଧ୍ୟ ଏଥିର ସାକ୍ଷ୍ୟ ଦିଅନ୍ତି, କାରଣ ଆତ୍ମା ହିଁ ସତ୍ୟ।
8 the Spirit, the water, and the blood; and these three are in agreement. ଆତ୍ମା, ଜଳ ଓ ରକ୍ତ, ଏହି ତିନି ସାକ୍ଷ୍ୟ ଦିଅନ୍ତି, ପୁଣି ତିନିର ସାକ୍ଷ୍ୟ ଏକ।
9 If we accept human testimony, our Father's testimony is greater—for this is our Father's testimony: that he testified about his Son. ଆମ୍ଭେମାନେ ଯଦି ମନୁଷ୍ୟର ସାକ୍ଷ୍ୟ ଗ୍ରହଣ କରୁ, ତେବେ ଈଶ୍ବରଙ୍କ ସାକ୍ଷ୍ୟ ତାହାଠାରୁ ଶ୍ରେଷ୍ଠ, ଆଉ ଈଶ୍ବରଙ୍କ ସାକ୍ଷ୍ୟ ଏହା ଯେ, ସେ ଆପଣାର ପୁତ୍ରଙ୍କ ସମ୍ବନ୍ଧରେ ସାକ୍ଷ୍ୟ ଦେଇଅଛନ୍ତି।
10 Whoever believes in the Son of our Father carries this testimony within himself. Whoever does not believe has made him a liar, since he hasn't believed the testimony our Father gave about his Son. ଯେ ଈଶ୍ବରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଈଶ୍ବରଙ୍କ ସାକ୍ଷ୍ୟ ବିଶ୍ୱାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ବର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ୱାସ କରି ନାହିଁ।
11 And this is the testimony: our Father gave us eternal life, and this life is in his Son. ସେହି ସାକ୍ଷ୍ୟ ଏହି ଯେ, ଈଶ୍ବର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି।
12 Whoever has the Son has life; whoever lacks the Son of our Father lacks life. ଯେ ପୁତ୍ରଙ୍କୁ ପାଇଅଛି, ସେ ଜୀବନ ପାଇଅଛି; ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ହିଁ ପାଇ ନାହିଁ।
13 I write these things to you who believe in the name of the Son of our Father, so you may know you have eternal life. ଈଶ୍ବରଙ୍କ ପୁତ୍ରଙ୍କ ନାମରେ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଯେପରି ଜାଣ ଯେ, ତୁମ୍ଭେମାନେ ଅନନ୍ତ ଜୀବନ ପାଇଅଛ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।
14 This is our confidence before him: whatever we ask according to his will, he hears us. ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି।
15 And if we know he hears us—whatever we ask—we know we have what we asked him for. ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହିସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ।
16 If anyone sees his brother sin a sin not leading to death, he should ask, and our Father will give him life—to those sinning not to death. There's a sin leading to death; I'm not saying he should pray about that. କେହି ଯେବେ ଭାଇକୁ ପାପ କରୁଥିବା ଦେଖେ, ଆଉ ସେହି ପାପ ମୃତ୍ୟୁଜନକ ହୋଇ ନ ଥାଏ, ତେବେ ସେ ପ୍ରାର୍ଥନା କରୁ, ଆଉ ଈଶ୍ବର ଯେଉଁପରି ମୃତ୍ୟୁଜନକ ପାପ ନ କରିଥିବା ଲୋକମାନଙ୍କୁ ଜୀବନ ଦାନ କରନ୍ତି, ସେହିପରି ତାହାକୁ ମଧ୍ୟ ଜୀବନ ଦାନ କରିବେ। ମୃତ୍ୟୁଜନକ ପାପ ଅଛି; ସେଥିପାଇଁ ସେ ପ୍ରାର୍ଥନା କରୁ ବୋଲି ମୁଁ କହୁ ନାହିଁ।
17 All wrongdoing is sin, and there is sin that does not lead to death. ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଏପରି ପାପ ଅଛି, ଯାହା ମୃତ୍ୟୁଜନକ ନୁହେଁ।
18 We know: whoever is born of our Father does not keep sinning, but the One who was born of our Father protects him, and the evil one cannot touch him. ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ବରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ।
19 We know we are from our Father, and the whole world lies under the evil one's power. ଆମ୍ଭେମାନେ ଯେ ଈଶ୍ବରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ।
20 We know the Son of our Father has come and given us understanding, to know the One who is true. We are in the One who is true, in his Son Jesus Christ. He is the true God and eternal life. ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ବର ଓ ଅନନ୍ତ ଜୀବନ ଅଟନ୍ତି।
21 Little children, keep yourselves from idols. ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର। ଆମେନ୍।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]