Skip to content
The Believer's Library

Indian Revised Version(IRV) Odia - 2021

1 Peter 1 IRVOry

Show IRVOry only
Verse × ×
1 Peter, apostle of Jesus Christ, to the chosen exiles scattered through Pontus, Galatia, Cappadocia, Asia, and Bithynia. ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ପନ୍ତ, ଗାଲାତୀୟ, କାପ୍ପାଦକିଆ, ଏସିଆ ଓ ବୀଥୂନିଆ ଅଞ୍ଚଳଗୁଡ଼ିକରେ ଛିନ୍ନଭିନ୍ନ ଯେଉଁ ପ୍ରବାସୀମାନେ,
2 Chosen by our Father's foreknowledge, made holy by the Holy Spirit, to obey Jesus Christ and be sprinkled with his blood: grace and peace multiplied to you. ପିତା ଈଶ୍ବରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ।
3 Blessed is our Father, and the Father of our Lord Jesus Christ: by his great mercy he gave us new birth into a living hope through Jesus Christ's resurrection from the dead, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,
4 into an inheritance that can never perish, spoil, or fade, kept in heaven for you, ଅର୍ଥାତ୍‍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି।
5 protected through faith by our Father's power for the salvation ready to be revealed in the last time. ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ।
6 You rejoice greatly in this, though now, briefly, you may have had to be distressed by various trials. ଏଥିରେ ତୁମ୍ଭେମାନେ ଆନନ୍ଦ କରୁଅଛ, ତଥାପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ୱାରା ଦୁଃଖଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ,
7 These have come so that your faith—tested and found genuine, worth more than fire-refined gold that still gets destroyed—may bring praise, glory, and honor when Jesus Christ appears. ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ।
8 Though you've never seen him, you love him; though you don't see him now, you trust him, rejoicing with joy beyond words and full of glory, ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ
9 for you are receiving the goal of your faith, the salvation of your souls. ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ୱାସର ଫଳ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ। ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ,
10 Prophets who spoke of the grace meant for you investigated and searched carefully into this salvation, ପୁଣି, ସେହି ପରିତ୍ରାଣ ସମ୍ବନ୍ଧରେ ଯତ୍ନ ସହକାରେ ଅନ୍ୱେଷଣ ଓ ଅନୁସନ୍ଧାନ କଲେ।
11 searching for the time and situation the Spirit of Christ in them pointed to, when he predicted Christ's sufferings and the glories after them. ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ।
12 It was revealed to them: they served not themselves but you, when they spoke of these things now announced to you through those who preached the good news to you by the Holy Spirit sent from heaven. Even angels long to look into these things. ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।
13 So, minds braced for action and fully sober, hope completely on the grace to be brought to you when Jesus Christ is revealed. ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ।
14 As obedient children, don't let yourselves be shaped by the desires you once followed in your ignorance. ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ,
15 But just as the one who called you is holy, so be holy in all you do; ମାତ୍ର ତୁମ୍ଭମାନଙ୍କର ଆହ୍ୱାନକର୍ତ୍ତା ଯେପରି ପବିତ୍ର, ତୁମ୍ଭେମାନେ ମଧ୍ୟ ଆଜ୍ଞାବହ ସନ୍ତାନମାନଙ୍କ ପରି ସମସ୍ତ ଆଚରଣରେ ସେହିପରି ପବିତ୍ର ହୁଅ।
16 for it is written: "Be holy, because I am holy." ଯେଣୁ ପବିତ୍ର ଶାସ୍ତ୍ରରେ ଲେଖାଅଛି, ତୁମ୍ଭେମାନେ ପବିତ୍ର ହୁଅ, କାରଣ ଆମ୍ଭେ ପବିତ୍ର।
17 Since you call on a Father who judges every deed without favoritism, spend your exile time here in reverent fear. ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର;
18 You know silver and gold—things that decay—didn't rescue you from the empty life passed down from your ancestors, ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃ-ପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର-ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ
19 but with Christ's precious blood, a lamb without defect or stain. ବରଂ ନିଖୁନ୍ତ ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ।
20 Chosen before the world's foundation, revealed in these last times for your sake. ସେ ଜଗତର ପତ୍ତନ ପୂର୍ବରୁ ନିରୂପିତ ହୋଇ ତୁମ୍ଭମାନଙ୍କ ନିମନ୍ତେ ଏହି ଶେଷକାଳରେ ପ୍ରକାଶିତ ହୋଇଅଛନ୍ତି;
21 Through him you believe in our Father, who raised him from the dead and glorified him, so your faith and hope are in our Father. ଯେଉଁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ବରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ବର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି।
22 Having purified your souls by obeying the truth for sincere love of the brothers, love each other deeply from a pure heart. ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;
23 For you have been born again—not of perishable seed but imperishable—through the living, enduring word of our Father. ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍‍ ଈଶ୍ବରଙ୍କ ଜୀବନ୍ତ ଓ ନିତ୍ୟସ୍ଥାୟୀ ବାକ୍ୟ ଦ୍ୱାରା ନୂତନୀକୃତ ହୋଇଅଛ।
24 For, "All people are like grass, and all their glory like the flowers of the field; the grass withers and the flowers fall, କାରଣ ପବିତ୍ର ଶାସ୍ତ୍ରରେ ଯେପରି ଲେଖାଅଛି, “ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ,
25 but the word of our Father endures forever." And this is the word that was preached to you. କିନ୍ତୁ ଈଶ୍ବରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।” ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]