Skip to content
The Believer's Library

Indian Revised Version(IRV) Odia - 2021

1 Peter 2 IRVOry

Show IRVOry only
Verse × ×
1 So put away all malice and all deceit and hypocrisy and envy and all slander. ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ୱାଦନ କରିଅଛ,
2 Like newborn babies, crave pure milk of the word, so you grow into salvation, ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି
3 now that you have tasted that the Lord is good. ନବଜାତ ଶିଶୁତୁଲ୍ୟ ପାରମାର୍ଥିକ ଅମିଶ୍ରିତ ଦୁଗ୍ଧ ପାନ କରିବାକୁ ଇଚ୍ଛା କର, ଯେପରି ତଦ୍ୱାରା ପରିତ୍ରାଣାର୍ଥେ ବୃଦ୍ଧି ପାଇପାର।
4 As you come to him, the living stone rejected by people but chosen, precious to our Father. ଜୀବନ୍ତ ପ୍ରସ୍ତର ସ୍ୱରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ୱାରା ଅଗ୍ରାହ୍ୟ ହେଲେ ସତ, କିନ୍ତୁ ଈଶ୍ବରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି,
5 You too are being built, like living stones, into a spiritual house and a holy priesthood, offering spiritual sacrifices our Father accepts through Jesus Christ. ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।
6 Scripture says: "See, I set in Zion a chosen, precious cornerstone; whoever believes in him will never be put to shame." କାରଣ ଶାସ୍ତ୍ରରେ ଲିଖିତ ଅଛି, “ଦେଖ, ଆମ୍ଭେ ସିୟୋନରେ ଗୋଟିଏ ମନୋନୀତ, ଓ ବହୁମୂଲ୍ୟ କୋଣର ପ୍ରଧାନ ପ୍ରସ୍ତର ସ୍ଥାପନ କରୁଅଛୁ, ଆଉ ଯେ ତାହାଙ୍କଠାରେ ବିଶ୍ୱାସ କରିବ, ସେ ଲଜ୍ଜିତ ହେବ ନାହିଁ।”
7 This honor, then, is for you who believe. For those who don't, the stone the builders rejected has become the cornerstone, ଏଣୁ ତୁମ୍ଭେମାନେ ଯେ ବିଶ୍ୱାସ କରୁଅଛ, ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, “ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର,”
8 and a stumbling stone, a rock that trips them. They trip because they disobey the word—exactly what they were appointed for. ପୁଣି, “ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ୱରୂପ ହେଲା;” ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ।
9 But you are a chosen people, a royal priesthood, a holy nation, a people belonging to our Father, to proclaim the praises of the one who called you from darkness into his amazing light. କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।
10 Once you were not a people, now you are our Father's people; once you had not received mercy, now you have received mercy. ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଈଶ୍ବରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ।
11 Dear friends, I urge you—foreigners and exiles—to avoid fleshly desires that war against your soul. ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।
12 Live good lives among the nations, so that when they slander you as wrongdoers, they may see your good deeds and glorify our Father on the day he visits us. ତୁମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ବରଙ୍କ ଗୌରବ କରିବେ।
13 Submit to every human authority for the Lord's sake—whether the emperor, as supreme, ପ୍ରଭୁଙ୍କ ସକାଶେ ସମସ୍ତେ ମାନବୀୟ ବିଧାନର ବଶୀଭୂତ ହୁଅ,
14 or to governors, sent by the emperor to punish wrongdoers and praise those who do good. ସର୍ବପ୍ରଧାନ ରାଜା ହେଉନ୍ତୁ କିଅବା ଦୁଷ୍କର୍ମକାରୀମାନଙ୍କୁ ପ୍ରତିଫଳ ଦେବା ନିମନ୍ତେ ଓ ସତ୍କର୍ମକାରୀମାନଙ୍କୁ ପ୍ରଶଂସା କରିବା ନିମନ୍ତେ ତାହାଙ୍କ ଦ୍ୱାରା ପ୍ରେରିତ ଶାସନକର୍ତ୍ତାମାନେ ହେଉନ୍ତୁ, ସେମାନଙ୍କର ବଶୀଭୂତ ହୁଅ।
15 For this is our Father's will: that by doing good you silence the ignorant talk of foolish people. କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଈଶ୍ବରଙ୍କ ଇଚ୍ଛା;
16 Live as free people—not using freedom to cover evil—but as servants of our Father. ତୁମ୍ଭେମାନେ ସ୍ୱାଧୀନ ହେଲେ ହେଁ ତୁମ୍ଭମାନଙ୍କର ସ୍ୱାଧୀନତାକୁ ଦୁଷ୍ଟତାର ଆବରଣ ସ୍ୱରୂପେ ବ୍ୟବହାର ନ କରି ବରଂ ଈଶ୍ବରଙ୍କ ଦାସ ହୋଇ ସତ୍କର୍ମ କର।
17 Respect everyone, love the family of believers, fear our Father, honor the emperor. ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ବରଙ୍କୁ ଭୟ କର, ରାଜାଙ୍କୁ ସମାଦର କର।
18 Servants, submit to your masters with full respect—not only the good and gentle, but also the harsh. ହେ ଦାସମାନେ, ତୁମ୍ଭେମାନେ ଭୟ ସହକାରେ ଆପଣା ଆପଣା କର୍ତ୍ତାଙ୍କର ବଶୀଭୂତ ହୁଅ, କେବଳ ଉତ୍ତମ ଓ ଦୟାଳୁ କର୍ତ୍ତାମାନଙ୍କର ନୁହେଁ, ମାତ୍ର ନିର୍ଦ୍ଦୟମାନଙ୍କର ମଧ୍ୟ ବଶୀଭୂତ ହୁଅ।
19 For it is commendable if someone bears up under the pain of unjust suffering, mindful of our Father. କାରଣ କେହି ଯେବେ ଈଶ୍ବରଙ୍କୁ ବିଶ୍ୱାସ କରିବାରୁ ଅନ୍ୟାୟରେ ଦୁଃଖଭୋଗ କରି କଷ୍ଟ ସହ୍ୟ କରେ, ତେବେ ତାହା ପ୍ରଶଂସାର ବିଷୟ।
20 What credit is it to endure a beating for doing wrong? But enduring suffering for doing good—this is commendable before our Father. ଯେଣୁ ତୁମ୍ଭେମାନେ ଆପଣା ଆପଣା ଦୋଷ ହେତୁ ଯଦି ପ୍ରହାର ସହ୍ୟ କର, ତେବେ ସେଥିରେ ଅବା କଅଣ ସୁଖ୍ୟାତି? କିନ୍ତୁ ଯଦି ସତ୍କର୍ମ କରି ଦୁଃଖ ସହ୍ୟ କର, ତେବେ ତାହା ଈଶ୍ବରଙ୍କ ନିକଟରେ ପ୍ରଶଂସାର ବିଷୟ।
21 You were called to this, since Christ suffered for you too, leaving an example for you to follow in his steps. ଏଥିନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି;
22 "He committed no sin, and no deceit was found in his mouth." “ସେ କୌଣସି ପାପ କଲେ ନାହିଁ, କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା।”
23 When they hurled their insults at him, he did not retaliate; when he suffered, he made no threats, but entrusted himself to the one who judges justly. ସେ ନିନ୍ଦା ପାଇବା ବଦଳରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ ସହ୍ୟ କରିବା ବଦଳରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତା ଈଶ୍ବରଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ;
24 He himself bore our sins in his body on the tree, so that we might die to sin and live for righteousness; by his wounds you have been healed. ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।
25 For you were straying like sheep, but now have returned to the Shepherd and Guardian of your souls. କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]