Skip to content
The Believer's Library

Indian Revised Version(IRV) Odia - 2021

1 Peter 3 IRVOry

Show IRVOry only
Verse × ×
1 Likewise, wives, submit to your own husbands, so that even if some disobey the word, they may be won without a word by their wives' conduct, ସେହିପରି, ହେ ଭାର୍ଯ୍ୟାମାନେ, ତୁମ୍ଭେମାନେ ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୁଅ,
2 seeing your pure, reverent conduct. ଯେପରି ସେମାନଙ୍କ ମଧ୍ୟରୁ କେହି କେହି ବାକ୍ୟର ଅନାଜ୍ଞାବହ ହେଲେ ସୁଦ୍ଧା ତୁମ୍ଭମାନଙ୍କର ସଭୟ ସଦାଚରଣ ଦେଖି ବାକ୍ୟ ବିନୁ ଆପଣା ଆପଣା ଭାର୍ଯ୍ୟାର ଆଚରଣ ଦ୍ୱାରା ପରିବର୍ତ୍ତିତ ହେବେ।
3 Do not let your beauty be the outward kind—braided hair, gold jewelry, fine clothing. ପୁଣି, କେଶବେଶ, ସୁବର୍ଣ୍ଣ ଆଭରଣ ଓ ସୁନ୍ଦର ବସ୍ତ୍ର ପରିଧାନ, ଏପରି ଯେଉଁ ବାହ୍ୟ ଭୂଷଣ, ତାହା ତୁମ୍ଭମାନଙ୍କର ଭୂଷଣ ନ ହୋଇ,
4 But let it be the hidden person of the heart, the undying beauty of a gentle, quiet spirit, precious in our Father's sight. ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ବରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ।
5 For this is how the holy women of old who hoped in our Father adorned themselves, submitting to their own husbands, କାରଣ ପୂର୍ବକାଳରେ ସାଧ୍ୱୀ ସ୍ତ୍ରୀମାନେ ମଧ୍ୟ ଈଶ୍ବରଙ୍କଠାରେ ଭରସା ରଖି ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୋଇ ଏହି ପ୍ରକାରେ ଆପଣା ଆପଣାକୁ ଭୂଷିତା କରୁଥିଲେ।
6 as Sarah obeyed Abraham, calling him lord. And you have become her children if you do good, fearing no terror. ସେହିପରି ସାରା ଅବ୍ରହାମଙ୍କୁ ପ୍ରଭୁ ବୋଲି କହି ତାହାଙ୍କର ଆଜ୍ଞାବହ ହେଲେ; ତୁମ୍ଭେମାନେ ଯଦି କୌଣସି ବିଷୟରେ ଭୀତ ନ ହୋଇ ସଦାଚରଣ କର, ତେବେ ତୁମ୍ଭେମାନେ ହିଁ ତାହାଙ୍କର ସନ୍ତାନ।
7 Husbands, similarly, live with your wives with understanding, honoring each as the weaker vessel and as coheirs of the grace of life, so your prayers aren't hindered. ସେହି ପ୍ରକାରେ, ହେ ସ୍ୱାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥିନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳା-ପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି, ଜ୍ଞାନରେ ସେମାନଙ୍କର ସହିତ ବାସ କର।
8 Finally, all of you, be of one mind, sympathetic, loving one another as family, tenderhearted, and humble. ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ;
9 Do not repay evil for evil or insult for insult, but bless instead—you were called to this, so you may inherit blessing. ଅନିଷ୍ଟ ପରିବର୍ତ୍ତେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।
10 For, "Whoever desires to love life and to see good days, let him keep his tongue from evil and his lips from speaking deceit. ଯେଣୁ, “ଯେ ଜୀବନରେ ସୁଖଭୋଗ କରିବାକୁ ପୁଣି, ମଙ୍ଗଳର ଦିନ ଦେଖିବାକୁ ଇଚ୍ଛା କରେ, ସେ ମନ୍ଦ ବାକ୍ୟରୁ ଆପଣା ଜିହ୍ୱାକୁ, ଆଉ ପ୍ରବଞ୍ଚନା ବାକ୍ୟରୁ ଆପଣା ଓଷ୍ଠାଧରକୁ ବନ୍ଦ କରୁ;
11 Let him turn away from evil and do good; let him seek peace and pursue it. ସେ ମନ୍ଦରୁ ବିମୁଖ ହୋଇ ସତ୍କର୍ମ କରୁ; ସେ ଶାନ୍ତି ଅନ୍ୱେଷଣ କରି ସେଥିର ଅନୁଗାମୀ ହେଉ।
12 For the eyes of our Lord are on the righteous, and his ears are open to their prayer, but the face of our Lord is against those who do evil." କାରଣ ଧାର୍ମିକମାନଙ୍କ ପ୍ରତି ପ୍ରଭୁଙ୍କ ଦୃଷ୍ଟି ଅଛି, ସେମାନଙ୍କ ବିନତି ପ୍ରତି ତାହାଙ୍କ କର୍ଣ୍ଣ ଉନ୍ମୁକ୍ତ ଅଟେ, କିନ୍ତୁ ପ୍ରଭୁଙ୍କର ମୁଖ ଦୁଷ୍କର୍ମକାରୀମାନଙ୍କ ପ୍ରତିକୂଳ।”
13 Now who is there to harm you if you are eager to do what is good? ଆଉ ତୁମ୍ଭେମାନେ ଯଦି ଉତ୍ତମ ବିଷୟରେ ଉଦ୍‌ଯୋଗୀ ହୁଅ, ତେବେ କିଏ ତୁମ୍ଭମାନଙ୍କର ଅନିଷ୍ଟ କରିବ?
14 But if you suffer for righteousness, you are blessed. Don't fear their fear, don't be shaken. ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍‍ବିଗ୍ନ ହୁଅ ନାହିଁ;
15 Set Christ apart as Lord in your hearts. Always be ready to answer anyone who asks the reason for your hope, but with gentleness and respect. କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ବନ୍ଧରେ ଯେ କେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ,
16 Keep a clear conscience, so that when you're slandered, those who insult your good conduct in Christ are shamed. ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ।
17 Better to suffer for doing good, if that's our Father's will, than for doing evil. କାରଣ ଦୁଷ୍କର୍ମ ସକାଶେ ଦୁଃଖଭୋଗ କରିବାଠାରୁ ବରଂ ଯଦି ଈଶ୍ବରଙ୍କର ଇଚ୍ଛା ହୁଏ, ତାହାହେଲେ ସତ୍କର୍ମ ସକାଶେ ଦୁଃଖଭୋଗ କରିବା ଭଲ।
18 For Christ too suffered once for sins, the righteous for the unrighteous, to bring us to our Father—put to death in flesh, made alive in spirit, ଯେଣୁ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;
19 in which he also went and proclaimed to the spirits in prison, ସେଥିରେ ମଧ୍ୟ ସେ ବନ୍ଦୀ ଆତ୍ମାମାନଙ୍କ ନିକଟକୁ ଯାଇ ପ୍ରଚାର କଲେ;
20 who disobeyed long ago, when our Father waited patiently in Noah's days as the ark was being built, in which a few—eight people—were brought safely through the water. ପୂର୍ବକାଳରେ ନୋହଙ୍କ ସମୟରେ ଜାହାଜ ନିର୍ମିତ ହେଉଥିବା ବେଳେ, ଯେତେବେଳେ ଈଶ୍ବର ଦୀର୍ଘସହିଷ୍ଣୁ ହୋଇ ଅପେକ୍ଷା କରୁଥିଲେ, ସେହି ସମୟରେ ସେମାନେ ଅବାଧ୍ୟ ହୋଇଥିଲେ। ସେହି ଜାହାଜରେ ପ୍ରବେଶ କରି ଅଳ୍ପ ଲୋକ, ଅର୍ଥାତ୍‍ ଆଠ ପ୍ରାଣୀ, ଜଳ ମଧ୍ୟ ଦେଇ ରକ୍ଷା ପାଇଲେ;
21 This corresponding baptism now saves you too—not removing body dirt, but appealing to our Father for a good conscience—through Jesus Christ's resurrection, ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍‍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ବରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି;
22 who entered heaven and is at our Father's right hand, with angels, authorities, and powers subject to him. ସେହି ଯୀଶୁ ଖ୍ରୀଷ୍ଟ ସ୍ୱର୍ଗାରୋହଣ କରି ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]