Skip to content
The Believer's Library

Indian Revised Version(IRV) Odia - 2021

1 Peter 4 IRVOry

Show IRVOry only
Verse × ×
1 So, since Christ suffered in the flesh, arm yourselves too with the same mindset: whoever suffers in the flesh is done with sin. ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି,
2 So you no longer spend your remaining time in the flesh for human cravings, but for the will of our Father. ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର।
3 You've already spent enough time doing what those who don't know the Father want: living in sensuality, lust, drunkenness, wild parties, drinking bouts, and lawless idol worship. ଯେଣୁ ଅଣଯିହୁଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;
4 They're surprised you no longer run with them into the same flood of wild living, so they insult you for it. ଏପ୍ରକାର ଉଚ୍ଛୃଙ୍ଖଳ ପନ୍ଥାରେ ତୁମ୍ଭେମାନେ ଯେ ସେମାନଙ୍କ ସହିତ ଧାବମାନ ହେଉ ନାହଁ, ଏହା ସେମାନେ ଆଶ୍ଚର୍ଯ୍ୟ ମଣି ତୁମ୍ଭମାନଙ୍କର ନିନ୍ଦା କରନ୍ତି;
5 But they will answer to the one ready to judge the living and the dead. କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ସେହି ଈଶ୍ବରଙ୍କ ଛାମୁରେ ସେମାନଙ୍କୁ ହିସାବ ଦେବାକୁ ହେବ।
6 This is why the gospel was preached even to those now dead: judged in the flesh as all people are, but they may live in the spirit as our Father does. କାରଣ ଏହି ଉଦ୍ଦେଶ୍ୟରେ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାରିତ ହେଲା, ଯେପରି ସେମାନେ ମନୁଷ୍ୟମାନଙ୍କ ସଦୃଶ ଶରୀରରେ ବିଚାରିତ ହେଲେ ହଁ ଈଶ୍ବରଙ୍କ ସଦୃଶ ଆତ୍ମାରେ ସଜୀବ ହେବେ।
7 The end of all things is near. Therefore be clear-minded and self-controlled so that you can pray. ମାତ୍ର ସମସ୍ତ ବିଷୟର ଅନ୍ତିମ ସମୟ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,
8 Above all, keep loving one another deeply, because love covers a multitude of sins. ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ।
9 Show hospitality to one another without grumbling. କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର;
10 Each of you, use whatever gift you've received to serve others, as good stewards of our Father's varied grace. ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହ ଦାନ ପାଇଅଛ, ସେହି ପ୍ରକାରେ ଈଶ୍ବରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ଡାରଘରିଆ ସ୍ୱରୂପେ ତଦ୍ୱାରା ପରସ୍ପରର ସେବା କର;
11 Whoever speaks should speak as one delivering the very words of our Father. Whoever serves should serve by the strength he supplies, so that in everything he may be glorified through Jesus Christ. To him belong the glory and the power forever and ever. Amen. କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ବରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍‍।
12 Dear friends, don't be surprised at the fiery trial testing you, as if something strange were happening to you. ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ;
13 Instead, rejoice as much as you share Christ's suffering, so you may also rejoice with joy when his glory is revealed. ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବ।
14 If insulted for Christ's name, you're blessed, for the Spirit of glory and of our Father rests on you. ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍‍, ଈଶ୍ବରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି।
15 None of you should suffer as a murderer, thief, criminal, or meddler in others' affairs. ଏଣୁ ତୁମ୍ଭମାନଙ୍କ ମଧ୍ୟରୁ କେହି ହତ୍ୟାକାରୀ କି ଚୋର, କି ଦୂରାଚାରୀ, କି ଅନଧିକାର ଚର୍ଚ୍ଚାକାରୀ ହୋଇ ଦଣ୍ଡ ଭୋଗ ନ କରୁ;
16 But if you suffer as a Christian, don't be ashamed, but praise our Father that you bear that name. କିନ୍ତୁ କେହି ଯଦି ଖ୍ରୀଷ୍ଟିୟାନ ହେବାରୁ ଦଣ୍ଡ ଭୋଗ କରେ, ତାହାହେଲେ ସେ ଲଜ୍ଜା ବୋଧ ନ କରୁ, ବରଂ ଏହି ନାମ ହେତୁରୁ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ।
17 For it is time for judgment to begin with the household of our Father; if it starts with us, what awaits those who disobey the good news of our Father? କାରଣ, ଈଶ୍ବରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ବରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ!
18 And, "If the righteous are barely saved, what will become of the ungodly and sinner?" ପୁଣି, “ଧାର୍ମିକ ବ୍ୟକ୍ତି ଯଦି କଷ୍ଟରେ ପରିତ୍ରାଣ ପାଏ, ତେବେ ଅଧାର୍ମିକ ଓ ପାପୀ ଲୋକ କେଉଁଠାରେ ମୁହଁ ଦେଖାଇବ?”
19 So then, those who suffer by our Father's will should entrust their souls to their faithful Creator, doing good. ଅତଏବ, ଯେଉଁମାନେ ଈଶ୍ବରଙ୍କ ଇଚ୍ଛାମତେ ଦୁଃଖଭୋଗ କରନ୍ତି, ସେମାନେ ବିଶ୍ୱସ୍ତ ସୃଷ୍ଟିକର୍ତ୍ତାଙ୍କର ହସ୍ତରେ ଆପଣା ଆପଣା ଆତ୍ମାକୁ ସମର୍ପଣ କରି ସତ୍କର୍ମରେ ନିବିଷ୍ଟ ରହନ୍ତୁ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]