Skip to content
The Believer's Library

Indian Revised Version(IRV) Odia - 2021

1 Peter 5 IRVOry

Show IRVOry only
Verse × ×
1 I urge the elders among you, as fellow elder, witness of Christ's sufferings, and sharer in the glory about to be revealed: ଅତଏବ, ଜଣେ ସହ-ପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ମୁଁ ଯେ ଆଗାମୀ ଗୌରବର ଅଂଶାଧିକାରୀ, ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,
2 Shepherd our Father's flock among you, watching over it—not forced but willing, as our Father wants; not for shameful profit but eager, ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଈଶ୍ବରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର;
3 not lording it over those entrusted to you, but being examples to the flock. ପୁଣି, ଯେଉଁମାନଙ୍କର ଦାୟିତ୍ୱଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ୱରୂପ ହୋଇ ତାହା କର।
4 And when the Chief Shepherd appears, you will receive the unfading crown of glory. ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ।
5 Likewise, younger ones, submit to elders. All of you, dress yourselves in humility toward each other, for our Father opposes the proud but gives grace to the humble. ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରି, ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।”
6 So humble yourselves under our Father's mighty hand, that he may lift you up in the right time, ଅତଏବ, ଈଶ୍ବରଙ୍କ ବଳବନ୍ତ ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା ସମୟରେ ଉନ୍ନତ କରିବେ;
7 casting all your anxiety on our Father, because he cares for you. ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି।
8 Stay sober and watchful; your adversary the devil roams like a roaring lion, hunting someone to devour. ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;
9 Resist him, standing firm in faith, knowing your fellow believers worldwide endure the same suffering. ବିଶ୍ୱାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି, ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହି ପ୍ରକାର ଦୁଃଖଭୋଗ ଘଟୁଅଛି।
10 And our Father of all grace, who called you to his eternal glory in Christ, will himself restore, support, strengthen, and ground you after brief suffering. ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।
11 To him be the dominion forever. Amen. ପରାକ୍ରମ ଯୁଗେ ଯୁଗେ ତାହାଙ୍କର। ଆମେନ୍‍।
12 Through Silvanus, a faithful brother as I see him, I've written briefly—encouraging you and testifying that this is the true grace of our Father. Stand firm in it. ଈଶ୍ବରଙ୍କ ସତ୍ୟ ଅନୁଗ୍ରହ ଯେ ଏହି ପ୍ରକାର, ଏହି ବିଷୟରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ସିଲ୍ୱାନଙ୍କ ଦ୍ୱାରା ମୁଁ ସଂକ୍ଷେପରେ ପତ୍ର ଲେଖିଲି; ମୋʼ ବୋଧରେ ସେ ଜଣେ ବିଶ୍ୱସ୍ତ ଭ୍ରାତା। ତୁମ୍ଭେମାନେ ଏହି ଅନୁଗ୍ରହରେ ସୁସ୍ଥିର ହୋଇଥାଅ।
13 She who is in Babylon, chosen together with you, sends you greetings, and so does Mark, my son. ତୁମ୍ଭମାନଙ୍କ ସହିତ ମନୋନୀତ ବାବିଲସ୍ଥ ମଣ୍ଡଳୀ ଓ ମୋହର ପୁତ୍ର ମାର୍କ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
14 Greet one another with a kiss of love. Peace to all of you who are in Christ. ପ୍ରେମ ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]