Skip to content
The Believer's Library

Indian Revised Version(IRV) Odia - 2021

1 Samuel 1 IRVOry

Show IRVOry only
Verse × ×
1 There was a man from Ramathaim-zophim in the hill country of Ephraim named Elkanah son of Jeroham, son of Elihu, son of Tohu, son of Zuph, an Ephraimite. ଇଫ୍ରୟିମ-ପର୍ବତମୟ ଦେଶସ୍ଥ ରାମାଥୟିମ୍‍ସୂଫୀମର ଏକ ଇଫ୍ରୟିମୀୟ ଲୋକ ଥିଲା, ତାହାର ନାମ ଇଲ୍‍କାନା, ସେ ସୂଫର ବୃଦ୍ଧ ପ୍ରପୌତ୍ର, ତୋହର ପ୍ରପୌତ୍ର, ଇଲୀହୂର ପୁତ୍ର, ଯିରୋହମର ପୁତ୍ର;
2 He had two wives, Hannah and Peninnah. Peninnah had children, but Hannah had none. ପୁଣି, ତାହାର ଦୁଇ ଭାର୍ଯ୍ୟା ଥିଲେ; ଜଣକର ନାମ ହାନ୍ନା, ଅନ୍ୟର ନାମ ପନିନ୍ନା; ପନିନ୍ନାର ସନ୍ତାନସନ୍ତତି ଥିଲେ, ମାତ୍ର ହାନ୍ନାର କୌଣସି ସନ୍ତାନସନ୍ତତି ନ ଥିଲେ।
3 Each year he went up from his town to worship and sacrifice to the Father of heaven's armies at Shiloh, where Eli's two sons, Hophni and Phinehas, were priests of our Father. ସେହି ବ୍ୟକ୍ତି ବର୍ଷକୁ ବର୍ଷ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ଆରାଧନା ଓ ବଳିଦାନ କରିବା ନିମନ୍ତେ ଆପଣା ନଗରରୁ ଶୀଲୋକୁ ଯାଉଥାଏ। ସେହି ସ୍ଥାନରେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ସଦାପ୍ରଭୁଙ୍କ ଯାଜକ ଥିଲେ।
4 When Elkanah sacrificed, he gave portions to his wife Peninnah and all her sons and daughters. ପୁଣି, ଇଲ୍‍କାନା ବଳିଦାନ କରିବା ଦିନରେ ସେ ଆପଣା ଭାର୍ଯ୍ୟା ପନିନ୍ନାକୁ ଓ ତାହାର ପୁତ୍ରକନ୍ୟା ସମସ୍ତଙ୍କୁ ଅଂଶ ଦେଲା;
5 But to Hannah he gave a double portion, because he loved her, though our Father had closed her womb. ମାତ୍ର ସେ ହାନ୍ନାକୁ ଦ୍ୱିଗୁଣ ଅଂଶ ଦେଲା; କାରଣ ସେ ହାନ୍ନାକୁ ପ୍ରେମ କରୁଥିଲେ, ମାତ୍ର ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିଥିଲେ।
6 Because our Father had closed her womb, her rival kept provoking her bitterly to make her miserable. ପୁଣି, ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିବାରୁ ତାହାର ସପତ୍ନୀ ତାହାର ରୋଷ ଜନ୍ମାଇବା ନିମନ୍ତେ ତାହାକୁ ଅତିଶୟ ବିରକ୍ତ କରେ।
7 Year after year, whenever Hannah went up to the house of our Father, Peninnah provoked her, so she wept and would not eat. ସେ ସଦାପ୍ରଭୁଙ୍କ ଗୃହକୁ ଗଲା ବେଳେ ତାହାର ସ୍ୱାମୀ ବର୍ଷକୁ ବର୍ଷ ଏପରି କରେ, ତାହାର ସପତ୍ନୀ ମଧ୍ୟ ସେହିପରି ତାହାକୁ ବିରକ୍ତ କରେ; ଏହେତୁ ସେ ରୋଦନ କରେ, ଆଉ କିଛି ଖାଏ ନାହିଁ।
8 Her husband Elkanah asked her, "Hannah, why are you crying? Why won't you eat? Why is your heart sad? Am I not more to you than ten sons?" ଏଥିରେ ତାହାର ସ୍ୱାମୀ ଇଲ୍‍କାନା ତାହାକୁ କହିଲା, “ହାନ୍ନା, କାହିଁକି ରୋଦନ କରୁଅଛ? କାହିଁକି ଖାଉ ନାହଁ? କାହିଁକି ତୁମ୍ଭ ମନ ଦୁଃଖିତ ହୋଇଅଛି? ମୁଁ କି ଦଶ ପୁତ୍ରଠାରୁ ତୁମ୍ଭ ପ୍ରତି ଉତ୍ତମ ନୁହେଁ?”
9 After they ate and drank at Shiloh, Hannah rose. Eli the priest sat on the seat by the doorpost of our Father's temple. ଏହିରୂପେ ଏକ ସମୟରେ ସେମାନେ ଶୀଲୋରେ ଭୋଜନପାନ ସମାପ୍ତ କଲା ଉତ୍ତାରେ ହାନ୍ନା ଉଠିଲା। ସେସମୟରେ ଏଲି ଯାଜକ ସଦାପ୍ରଭୁଙ୍କ ମନ୍ଦିର-ଦ୍ୱାରବନ୍ଧ ନିକଟସ୍ଥ ଆପଣା ଆସନରେ ବସିଥିଲେ।
10 Deeply distressed, she prayed to our Father and wept bitterly. ପୁଣି, ହାନ୍ନା ତିକ୍ତମନା ହୋଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଅତିଶୟ ରୋଦନ କଲା।
11 She vowed, "Father of heaven's armies, if you will only see your servant's suffering, remember me, not forget your servant, and give her a son, I will give him to our Father all his life, and no razor will touch his head." ପୁଣି, ସେ ଏକ ମାନତ ମନାସି କହିଲା; “ହେ ସୈନ୍ୟାଧିପତି ସଦାପ୍ରଭୋ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତାନ୍ତ ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକୁ ପାସୋରିବ ନାହିଁ, ମାତ୍ର ଆପଣା ଦାସୀକୁ ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ।”
12 As she kept on praying before our Father, Eli watched her mouth. ଏହିରୂପେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ପ୍ରାର୍ଥନା କରୁଥିବା ସମୟରେ ଏଲି ତାହାର ମୁଖକୁ ଅନାଇଲେ।
13 Hannah was praying in her heart; her lips moved but no voice was heard. So Eli thought she was drunk. ସେସମୟରେ ହାନ୍ନା ଆପଣା ମନେ ମନେ କଥା କହୁଥିଲା; କେବଳ ତାହାର ଓଷ୍ଠ ହଲୁଥିଲା, ମାତ୍ର ତାହାର ରବ ଶୁଣାଯାଉ ନ ଥିଲା; ତେଣୁ ସେ ମତ୍ତ ହୋଇଥିବ ବୋଲି ଏଲି ବିଚାର କଲେ।
14 He said to her, "How long will you stay drunk? Put away your wine." ତହିଁରେ ଏଲି ତାହାକୁ କହିଲେ, “ତୁମ୍ଭେ କେତେ କାଳ ମତ୍ତ ହୋଇଥିବ? ତୁମ୍ଭ ଦ୍ରାକ୍ଷାରସ ତୁମ୍ଭଠାରୁ ଦୂର କର।”
15 "No, my lord," Hannah answered. "I'm a woman deeply troubled in spirit. I've drunk no wine or strong drink but have poured out my soul before our Father. ଏଥିରେ ହାନ୍ନା ଉତ୍ତର ଦେଇ କହିଲା, “ନା, ମୋହର ପ୍ରଭୋ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି।”
16 Don't take your servant for a worthless woman; I've been praying here from my deep anguish and grief." ଆପଣା ଦାସୀକୁ ବେକାର ସ୍ତ୍ରୀ ବୋଲି ଜ୍ଞାନ ନ କର; ମୁଁ ଆପଣା ଚିନ୍ତା ଓ ବିରକ୍ତିର ବାହୁଲ୍ୟ ସକାଶୁ ଏପର୍ଯ୍ୟନ୍ତ କଥା କହୁଥିଲି।
17 Eli answered, "Go in peace, and may the Father of Israel grant what you asked of him." ତହିଁରେ ଏଲି ଉତ୍ତର ଦେଇ କହିଲେ, “କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ।”
18 She said, "May your servant find favor in your eyes." Then the woman went her way and ate, her face no longer downcast. ତହୁଁ ସେ କହିଲା, “ତୁମ୍ଭ ଦାସୀ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଉ।” ଆଉ ସେ ସ୍ତ୍ରୀ ଆପଣା ପଥରେ ଗଲା ଓ ଭୋଜନ କଲା, ପୁଣି, ତାହାର ମୁଖ ଆଉ ବିଷଣ୍ଣ ନୋହିଲା।
19 Early next morning they rose, worshiped before our Father, and returned home to Ramah. Elkanah was intimate with Hannah his wife, and our Father remembered her. ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ସଦାପ୍ରଭୁଙ୍କ ଆରାଧନା କରି ଫେରିଲେ ଓ ଆପଣାମାନଙ୍କ ବାସସ୍ଥାନ ରାମାକୁ ଆସିଲେ; ଆଉ ଇଲ୍‍କାନା ଆପଣା ଭାର୍ଯ୍ୟା ହାନ୍ନାର ସହବାସ କରନ୍ତେ, ସଦାପ୍ରଭୁ ତାହାକୁ ସ୍ମରଣ କଲେ।
20 In time Hannah conceived and bore a son. She named him Samuel, saying, "Because I asked our Father for him." ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; “ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା।”
21 When Elkanah and all his household went up to offer the yearly sacrifice to our Father and fulfill his vow, ଏଉତ୍ତାରେ ଇଲ୍‍କାନା ଓ ତାହାର ଗୃହସ୍ଥ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାର୍ଷିକ ବଳିଦାନ ଓ ଆପଣା ମାନତ ନିବେଦନ କରିବାକୁ ଗଲେ।
22 Hannah didn't go. She told her husband, "When the boy is weaned, I'll bring him to appear before our Father, and he'll stay there forever." ମାତ୍ର ହାନ୍ନା ଗଲା ନାହିଁ; କାରଣ ସେ ଆପଣା ସ୍ୱାମୀକୁ କହିଲା, “ବାଳକ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ (ମୁଁ ଯିବି ନାହିଁ), ତହିଁ ଉତ୍ତାରେ ମୁଁ ତାହାକୁ ନେଇଯିବି, ତହିଁରେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ।”
23 "Do what seems best to you," her husband Elkanah said. "Stay until you have weaned him; only may our Father keep his word." So Hannah stayed and nursed her son until she weaned him. ତହୁଁ ତାହାର ସ୍ୱାମୀ ଇଲ୍‍କାନା ତାହାକୁ କହିଲା, “ଯାହା ତୁମ୍ଭକୁ ଭଲ ଦିଶେ, କର; ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ରୁହ; ସଦାପ୍ରଭୁ କେବଳ ଆପଣା ବାକ୍ୟ ସ୍ଥିର କରନ୍ତୁ।” ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ଅପେକ୍ଷା କରି ସ୍ତନ୍ୟପାନ କରାଇଲା।
24 After weaning him, she took the boy up with her, with a three-year-old bull, about twenty-five pounds of flour, and a jug of wine, and brought him to the house of our Father at Shiloh; and the child was young. ଏଥିଉତ୍ତାରେ ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାନ୍ତେ, ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ କୁମ୍ପା ଦ୍ରାକ୍ଷାରସ ସହିତ ତାହାକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ସେତେବେଳେ ବାଳକ ଅଳ୍ପ ବୟସ୍କ ଥିଲା।
25 They slaughtered the bull and brought the boy to Eli. ତହୁଁ ସେମାନେ ଗୋବତ୍ସ ବଧ କରି ବାଳକକୁ ଏଲିଙ୍କ କତିକି ଆଣିଲେ।
26 Hannah said, "Oh, my lord, as surely as you live, my lord, I am the woman who stood here beside you, praying to our Father. ତହିଁରେ ସେ ସ୍ତ୍ରୀ କହିଲା, “ହେ ମୋହର ପ୍ରଭୋ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୋ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି।
27 I prayed for this child, and our Father has granted me what I asked of him. ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି।
28 So I give him to our Father. His whole life he is given to him." And he worshiped our Father there. ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେଲା,” ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]