Skip to content
The Believer's Library

Indian Revised Version(IRV) Odia - 2021

1 Samuel 2 IRVOry

Show IRVOry only
Verse × ×
1 Hannah prayed: "My heart exults in my Father; my horn is high in my Father. My mouth speaks boldly against my enemies, for I rejoice in your rescue. ପୁଣି, ହାନ୍ନା ପ୍ରାର୍ଥନା କରି କହିଲା; “ମୋହର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହା ଉଲ୍ଲାସ କରୁଅଛି, ସଦାପ୍ରଭୁଙ୍କଠାରେ ମୋହର ଶୃଙ୍ଗ ଉନ୍ନତ ହୋଇଅଛି; ମୋହର ମୁଖ ମୋର ଶତ୍ରୁମାନଙ୍କ ନିକଟରେ ଖୋଲିଅଛି; ଯେହେତୁ ମୁଁ ତୁମ୍ଭ ପରିତ୍ରାଣରେ ଆନନ୍ଦ କରେ।
2 "There is none holy like our Father; there is none besides you; there is no rock like our Father. ସଦାପ୍ରଭୁଙ୍କ ତୁଲ୍ୟ ପବିତ୍ର ଆଉ କେହି ନାହିଁ; ଯେହେତୁ ତୁମ୍ଭ ଭିନ୍ନ ଆଉ କେହି ନାହିଁ; କିଅବା ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କୌଣସି ଶୈଳ ନାହିଁ।
3 "Talk no more so very proudly; let no arrogance come from your mouth, for our Father is our Father of knowledge, and by him deeds are weighed. ଏପରି ଅତି ଅହଙ୍କାରରେ ଆଉ କଥା ନ କୁହ; ତୁମ୍ଭମାନଙ୍କ ମୁଖରୁ ଦାମ୍ଭିକତା ନିର୍ଗତ ନ ହେଉ; କାରଣ ସଦାପ୍ରଭୁ ସର୍ବଜ୍ଞ ପରମେଶ୍ୱର ଅଟନ୍ତି, ତାହାଙ୍କ ଦ୍ୱାରା ସକଳ କ୍ରିୟା ତୌଲାଯାଏ।
4 The bows of the mighty are shattered, but those who stumbled are armed with strength. ବୀରମାନଙ୍କର ଧନୁ ଭଙ୍ଗା ଯାଇଅଛି ଓ ଝୁଣ୍ଟି ପଡ଼ିବା ଲୋକମାନଙ୍କର କଟି ବଳରେ ବନ୍ଧାଯାଇଅଛି।
5 Those who were full hire themselves out for bread, but those who were hungry hunger no more. The barren woman has borne seven, but she who had many children is forlorn. ଯେଉଁମାନେ ପରିତୃପ୍ତ ଥିଲେ, ସେମାନେ ଆପେ ଖାଦ୍ୟ ନିମନ୍ତେ ବେତନଜୀବୀ ହୋଇଅଛନ୍ତି ଓ ଯେଉଁମାନେ କ୍ଷୁଧିତ ଥିଲେ, ସେମାନେ ବିଶ୍ରାମ ପାଇଅଛନ୍ତି; ହଁ, ବନ୍ଧ୍ୟା ସପ୍ତ ସନ୍ତାନ ପ୍ରସବ କରିଅଛି ଓ ଯାହାର ଅନେକ ସନ୍ତାନସନ୍ତତି ଥିଲେ, ସେ ନିସ୍ତେଜ ହେଉଅଛି।
6 Our Father puts to death and brings to life; he brings down to the grave and raises up. ସଦାପ୍ରଭୁ ମୃତ୍ୟୁୁ ଘଟାନ୍ତି ଓ ସଜୀବ କରନ୍ତି; ସେ ପାତାଳକୁ ଓହ୍ଲାଇ ଆଣନ୍ତି ଓ ଉପରକୁ ଉଠାଇ ନିଅନ୍ତି।
7 Our Father makes poor and makes rich; he brings low and he lifts up. ସଦାପ୍ରଭୁ ନିର୍ଦ୍ଧନ କରନ୍ତି ଓ ଧନବାନ କରନ୍ତି; ସେ ନତ କରନ୍ତି, ସେ ମଧ୍ୟ ଉନ୍ନତ କରନ୍ତି।
8 He raises the poor from the dust and lifts the needy from the ash heap, to seat them with princes and give them a throne of honor. For the pillars of the earth belong to our Father, and on them he has set the world. ସେ କୁଳୀନମାନଙ୍କ ସଙ୍ଗେ ବସାଇବା ପାଇଁ ଓ ଗୌରବ ସିଂହାସନ ଅଧିକାର କରିବା ପାଇଁ ଧୂଳିରୁ ଦୀନହୀନକୁ ଉଠାନ୍ତି ଓ ଦରିଦ୍ରକୁ ଖତରାଶିରୁ ଉନ୍ନତ କରନ୍ତି; କାରଣ ପୃଥିବୀର ସ୍ତମ୍ଭସକଳ ସଦାପ୍ରଭୁଙ୍କର ଓ ସେ ତହିଁ ଉପରେ ଜଗତ ସ୍ଥାପନ କରିଅଛନ୍ତି।
9 "He guards the feet of his faithful ones, but the wicked are silenced in darkness; for not by strength does anyone prevail. ସେ ଆପଣା ଧାର୍ମିକ ଲୋକମାନଙ୍କର ଚରଣ ରକ୍ଷା କରିବେ; ମାତ୍ର ଦୁଷ୍ଟମାନେ ଅନ୍ଧକାରରେ ନୀରବ କରାଯିବେ; ଯେହେତୁ କୌଣସି ମନୁଷ୍ୟ ବଳରେ ଜୟୀ ହୋଇ ପାରିବ ନାହିଁ।
10 Those who oppose our Father will be shattered; he will thunder against them from heaven. Our Father will judge the ends of the earth; he will give strength to his king and lift high the horn of his anointed." ଯେଉଁମାନେ ସଦାପ୍ରଭୁଙ୍କ ସହିତ ବିବାଦ କରନ୍ତି, ସେମାନେ ଭଗ୍ନ ହେବେ; ସେ ସ୍ୱର୍ଗରେ ଥାଇ ସେମାନଙ୍କ ବିରୁଦ୍ଧରେ ଗର୍ଜ୍ଜନ କରିବେ; ସଦାପ୍ରଭୁ ପୃଥିବୀର ପ୍ରାନ୍ତଭାଗ ପର୍ଯ୍ୟନ୍ତ ଶାସନ କରିବେ ଓ ସେ ଆପଣା ରାଜାକୁ ବଳ ଦେବେ, ପୁଣି, ଆପଣା ଅଭିଷେକୀଙ୍କ ଶୃଙ୍ଗ ଉନ୍ନତ କରିବେ।”
11 Then Elkanah went home to Ramah, but the boy served our Father before Eli the priest. ଏଉତ୍ତାରେ ଇଲ୍‍କାନା ରାମାସ୍ଥିତ ଆପଣା ଗୃହକୁ ଗଲା। ପୁଣି, ବାଳକ ଏଲି ଯାଜକଙ୍କ ସମ୍ମୁଖରେ ଥାଇ ସଦାପ୍ରଭୁଙ୍କର ପରିଚର୍ଯ୍ୟା କଲା।
12 Now the sons of Eli were worthless men; they did not know our Father. ଏଲିଙ୍କର ପୁତ୍ରମାନେ ଦୁଷ୍ଟ ଥିଲେ, ସେମାନେ ସଦାପ୍ରଭୁଙ୍କୁ ଜାଣିଲେ ନାହିଁ।
13 This was the priests' custom with the people: when anyone sacrificed, the priest's servant came while the meat boiled, a three-pronged fork in hand. ସେହି ଯାଜକମାନେ ଲୋକମାନଙ୍କ ସହିତ ଏପରି ବ୍ୟବହାର କରୁଥିଲେ ଯେ, କୌଣସି ଲୋକ ବଳିଦାନ କଲେ, ମାଂସ ସିଦ୍ଧ ହେବା ସମୟରେ ଯାଜକର ଦାସ ହସ୍ତରେ ତ୍ରିଶୂଳ ଘେନି ଆସେ;
14 He'd jab it into the pot, kettle, cauldron, or pan; whatever the fork pulled up, the priest kept for himself. So they treated all Israelites coming to Shiloh. ଆଉ ସେ ପାତ୍ର, ବା ତସଲା, ବା ହଣ୍ଡା, ବା କହ୍ରାଇ ଭିତରେ ମାରେ; ଯେତେକ ତ୍ରିଶୂଳରେ ଆସେ, ସେସବୁ ଯାଜକ ନିଏ। ଇସ୍ରାଏଲର ଯେତେ ଲୋକ ଶୀଲୋକୁ ଆସିଲେ, ସେଠାରେ ସେମାନେ ସେସମସ୍ତଙ୍କ ପ୍ରତି ଏହିପରି କରୁଥିଲେ।
15 Even before burning the fat, the priest's servant would come and tell the sacrificer, "Give meat to roast for the priest—he won't take boiled meat, only raw." ଆହୁରି ମେଦ ଦଗ୍ଧ କରିବା ପୂର୍ବରୁ ଯାଜକର ଦାସ ବଳିଦାନକାରୀ ଲୋକ ନିକଟକୁ ଆସି କହେ, “ଯାଜକ ପାଇଁ ମାଂସ ଦିଅ; କାରଣ ସେ ତୁମ୍ଭଠାରୁ ସିଦ୍ଧ ମାଂସ ନେବେ ନାହିଁ, କଞ୍ଚା ନେବେ।”
16 If the man said, "Burn the fat first, then take what you want," he'd answer, "No, give it now, or I'll take it by force." ଏଥିରେ ଯେବେ ସେ ଲୋକ ତାହାକୁ କହେ, “ମେଦ ଏହିକ୍ଷଣି ଦଗ୍ଧ ହେବ, ତହିଁ ଉତ୍ତାରେ ତୁମ୍ଭ ପ୍ରାଣ ଯେତେ ଚାହେଁ ସେତେ ନିଅ;” ତେବେ ସେ ଉତ୍ତର କରେ, “ନାହିଁ, ମାତ୍ର ଏହିକ୍ଷଣି ତାହା ମୋତେ ଦେବାକୁ ହେବ; ତୁମ୍ଭେ ନ ଦେଲେ ତାହା ବଳରେ ନେବି।”
17 The young men's sin was very great before our Father, for they despised our Father's offering. ଏରୂପେ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଯୁବା ଲୋକଙ୍କର ପାପ ଅତି ଭାରୀ ହେଲା; କାରଣ ସେହି ଲୋକମାନେ ସଦାପ୍ରଭୁଙ୍କ ନୈବେଦ୍ୟ ତୁଚ୍ଛଜ୍ଞାନ କଲେ।
18 But Samuel served before our Father, a boy dressed in a linen ephod. ସେସମୟରେ ଶାମୁୟେଲ ବାଳକ ଶୁକ୍ଳ ଏଫୋଦ ପିନ୍ଧି ସଦାପ୍ରଭୁଙ୍କ ସମ୍ମୁଖରେ ପରିଚର୍ଯ୍ୟା କଲେ।
19 Each year his mother made him a small robe and brought it when she went up with her husband for the yearly sacrifice. ଆହୁରି ତାଙ୍କର ମାତା ପ୍ରତି ବର୍ଷ ଆପଣା ସ୍ୱାମୀ ସଙ୍ଗେ ବାର୍ଷିକ ବଳି ଉତ୍ସର୍ଗ କରିବାକୁ ଆସିବା ବେଳେ ତାଙ୍କ ପାଇଁ ଗୋଟିଏ ସାନ ଚୋଗା ବନାଇ ତାଙ୍କ କତିକି ଆଣିଥାଏ।
20 Eli would bless Elkanah and his wife: "May our Father give you offspring by this woman instead of what she asked of him and gave to our Father." Then they went home. ପୁଣି, ଏଲି ଇଲ୍‍କାନାକୁ ଓ ତାହାର ଭାର୍ଯ୍ୟାକୁ ଆଶୀର୍ବାଦ କରି କହିଲେ, “ସଦାପ୍ରଭୁଙ୍କ ନିକଟରେ ଯାହା ନିବେଦିତ ହୋଇଅଛି, ସେହି ନିବେଦନ ସକାଶୁ ସଦାପ୍ରଭୁ ଏହି ସ୍ତ୍ରୀଠାରୁ ତୁମ୍ଭକୁ ସନ୍ତାନ ଦେଉନ୍ତୁ।”
21 Our Father cared for Hannah; she conceived and bore three sons and two daughters. The boy Samuel grew up before our Father. ଏଉତ୍ତାରେ ସେମାନେ ଆପଣା ଗୃହକୁ ଫେରିଗଲେ। ପୁଣି, ସଦାପ୍ରଭୁ ହାନ୍ନାର ତତ୍ତ୍ୱାବଧାରଣ କଲେ ଓ ସେ ଗର୍ଭଧାରଣ କରି ତିନି ପୁତ୍ର ଓ ଦୁଇ କନ୍ୟା ପ୍ରସବ କଲେ। ଏଥିମଧ୍ୟରେ ଶାମୁୟେଲ ବାଳକ ସଦାପ୍ରଭୁଙ୍କ ସାକ୍ଷାତରେ ବଢ଼ିବାକୁ ଲାଗିଲେ।
22 Eli was very old. He kept hearing all his sons did to all Israel, and how they slept with the women serving at the entrance to the tent of meeting. ଏଲି ଅତି ବୃଦ୍ଧ ହେଲେ; ପୁଣି, ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲ ପ୍ରତି ଯାହା ଯାହା କଲେ ଓ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେବାକାରିଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ସେ ଶୁଣିଲେ।
23 He asked them, "Why act this way? I hear your evil deeds from all these people. ତହୁଁ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଏପରି କଥା କରୁଅଛ? କାରଣ ମୁଁ ଏହି ସମସ୍ତ ଲୋକଙ୍କଠାରୁ ତୁମ୍ଭମାନଙ୍କ ବିଷୟରେ ନାନା ମନ୍ଦ କଥା ଶୁଣୁଅଛି।
24 No, my sons; the report I hear is not good—it's spreading among the people of our Father. ନାହିଁ, ନାହିଁ, ମୋହର ପୁତ୍ରମାନେ, ମୁଁ ଯେଉଁ ଜନରବ ଶୁଣୁଅଛି, ତାହା ଭଲ ନୁହେଁ; ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ଆଜ୍ଞାଲଙ୍ଘନ କରାଉଅଛ।
25 If one sins against another, our Father may mediate for him. But if one sins against our Father, who can intercede for the sinner? Yet they ignored their father's voice, for our Father meant to kill them." ମନୁଷ୍ୟ ଯଦି ମନୁଷ୍ୟ ବିରୁଦ୍ଧରେ ପାପ କରେ, ତେବେ ପରମେଶ୍ୱର ତାହାର ବିଚାର କରିବେ; ମାତ୍ର ମନୁଷ୍ୟ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରେ, ତେବେ କିଏ ତାହା ପକ୍ଷରେ ପ୍ରାର୍ଥନା କରିବ?” ତଥାପି ସେମାନେ ଆପଣା ପିତାଙ୍କ ରବ ଶୁଣିଲେ ନାହିଁ, କାରଣ ସେମାନଙ୍କୁ ବଧ କରିବାକୁ ସଦାପ୍ରଭୁଙ୍କର ଇଚ୍ଛା ଥିଲା।
26 The boy Samuel kept growing in stature and in favor with our Father and with people. ମାତ୍ର ବାଳକ ଶାମୁୟେଲ କ୍ରମେ କ୍ରମେ ବୃଦ୍ଧି ପାଇଲେ, ପୁଣି, ସଦାପ୍ରଭୁଙ୍କର ଓ ମଧ୍ୟ ମନୁଷ୍ୟର ସାକ୍ଷାତରେ ଅନୁଗ୍ରହପ୍ରାପ୍ତ ହେଲେ।
27 A man of our Father came to Eli: "This is what our Father says: 'Did I not clearly reveal myself to your father's house while in Egypt, under Pharaoh's house? ଏଥିଉତ୍ତାରେ ପରମେଶ୍ୱରଙ୍କର ଏକ ଲୋକ ଏଲିଙ୍କ ନିକଟକୁ ଆସି ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ‘ଯେଉଁ ସମୟରେ ତୁମ୍ଭ ପିତୃଗୃହ ମିସରରେ ଫାରୋର ଦାସତ୍ୱରେ ଥିଲେ, ସେସମୟରେ ଆମ୍ଭେ କି ପ୍ରତ୍ୟକ୍ଷ ରୂପେ ସେମାନଙ୍କୁ ଦର୍ଶନ ଦେଇ ନାହୁଁ
28 "I chose him from all the tribes of Israel as my priest—to go up to my altar, burn incense, wear an ephod before me. I gave your father's house all Israel's fire offerings. ଓ ଆମ୍ଭେ କି ଆମ୍ଭ ବେଦି ଉପରକୁ ଯିବାକୁ ଓ ଧୂପ ଜ୍ୱଳାଇବାକୁ ଓ ଆମ୍ଭ ସମ୍ମୁଖରେ ଏଫୋଦ ପରିଧାନ କରିବାକୁ ସମଗ୍ର ଇସ୍ରାଏଲ ଗୋଷ୍ଠୀ ମଧ୍ୟରୁ ତାହାକୁ ଯାଜକ ହେବା ପାଇଁ ମନୋନୀତ କରି ନାହୁଁ? ଆହୁରି, ଆମ୍ଭେ କି ଇସ୍ରାଏଲ-ସନ୍ତାନଗଣର ଅଗ୍ନିକୃତ ସମସ୍ତ ଉପହାର ତୁମ୍ଭ ପିତୃଗୃହକୁ ଦେଇ ନାହୁଁ?
29 Why do you kick at my sacrifice and offering I commanded for my dwelling, and honor your sons over me, growing fat on the best of every offering of my people Israel?' ତେବେ ଆମ୍ଭେ ଆପଣା ଆବାସରେ ଯେ ଯେ ବଳି ଓ ନୈବେଦ୍ୟ ଉତ୍ସର୍ଗ କରିବାକୁ ଆଜ୍ଞା ଦେଇଅଛୁ, ତୁମ୍ଭେମାନେ କାହିଁକି ତହିଁରେ ପଦାଘାତ କରୁଅଛ? ପୁଣି, ଆମ୍ଭ ଲୋକ ଇସ୍ରାଏଲର ସର୍ବୋତ୍ତମ ସମସ୍ତ ନୈବେଦ୍ୟରେ ଆପଣାମାନଙ୍କୁ ହୃଷ୍ଟପୁଷ୍ଟ କରିବା ନିମନ୍ତେ ଆମ୍ଭ ଅପେକ୍ଷା ଆପଣା ପୁତ୍ରମାନଙ୍କର ଅଧିକ ଗୌରବ କରୁଅଛ?’
30 "So our Father of Israel declares: 'I said your house and your father's house would walk before me forever.' But now our Father declares: 'Never! I honor those who honor me; those who despise me I'll treat lightly.' ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।
31 Days are coming when I cut off your strength and your father's house's strength, so none in your house reaches old age. ଦେଖ, ଯେଉଁ ଦିନ ଆମ୍ଭେ ତୁମ୍ଭର ବାହୁ ଓ ତୁମ୍ଭ ପିତୃଗୃହର ବାହୁ କାଟି ପକାଇବା, ଏପରି ଦିନ ଆସୁଅଛି, ତହିଁରେ ତୁମ୍ଭ ଗୃହରେ ଜଣେ ବୃଦ୍ଧ ଲୋକ ରହିବ ନାହିଁ।
32 You will see distress in my dwelling despite all the good done for Israel; never again an old man in your house. ପୁଣି, ପରମେଶ୍ୱର ଇସ୍ରାଏଲକୁ ଯେ ଯେ ମଙ୍ଗଳ ପ୍ରଦାନ କରିବେ, ସେସବୁ ମଧ୍ୟରେ ତୁମ୍ଭେ ଆମ୍ଭ ଆବାସରେ ବିପତ୍ତି ଦେଖିବ; ଆଉ ତୁମ୍ଭ ଗୃହରେ କେହି କଦାପି ବୃଦ୍ଧ ହେବ ନାହିଁ।
33 Yet I will not cut off every one of yours from my altar; one will be spared to weep out your eyes and grieve your heart, but all your descendants will die in the prime of life. ଆଉ ତୁମ୍ଭର ଯେଉଁ ଲୋକକୁ ଆମ୍ଭେ ଆପଣା ଯଜ୍ଞବେଦିରୁ ଉଚ୍ଛିନ୍ନ ନ କରିବା, ସେ ତୁମ୍ଭ ଚକ୍ଷୁର କ୍ଷୟ ଓ ତୁମ୍ଭ ହୃଦୟର ଶୋକ ଜନ୍ମାଇବାକୁ ରହିବ; ପୁଣି, ତୁମ୍ଭ ବଂଶଜାତ ସମସ୍ତେ ଯୌବନାବସ୍ଥାରେ ମରିବେ।
34 Your sign: your two sons, Hophni and Phinehas, will both die on the same day. ପୁଣି, ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ପ୍ରତି ଯାହା ଘଟିବ, ତାହା ତୁମ୍ଭ ପାଇଁ ଚିହ୍ନସ୍ୱରୂପ ହେବ; ସେ ଦୁହେଁ ଏକ ଦିନରେ ମରିବେ।
35 I will raise up for myself a faithful priest who does what's in my heart and mind. I will build him a lasting house; he will walk before my anointed forever. ପୁଣି, ଆମ୍ଭେ ଆପଣା ନିମନ୍ତେ ଏକ ବିଶ୍ୱସ୍ତ ଯାଜକ ଉତ୍ପନ୍ନ କରିବା, ସେ ଆମ୍ଭ ମନ ଓ ଆମ୍ଭ ହୃଦୟ ଅନୁସାରେ କର୍ମ କରିବ; ଆଉ ଆମ୍ଭେ ତାହାର ବଂଶ ସ୍ଥିର କରିବା; ପୁଣି, ସେ ଆମ୍ଭ ଅଭିଷିକ୍ତଙ୍କ ସମ୍ମୁଖରେ ସର୍ବଦା ଗମନାଗମନ କରିବ।
36 Everyone left in your house will come, bow to him for silver and a loaf of bread, saying, 'Attach me to some priestly office, so I can eat a piece of bread.'" ଆଉ, ତୁମ୍ଭ ବଂଶର ଅବଶିଷ୍ଟ ପ୍ରତ୍ୟେକ ଜଣ ଏକ ରୂପା ମୁଦ୍ରା ଓ ଏକ ରୁଟି ପାଇଁ ତାହା ପାଖକୁ ଆସି ପ୍ରଣାମ କରି କହିବେ, ବିନୟ କରୁଅଛି, ମୁଁ ଯେପରି ଖଣ୍ଡେ ରୁଟି ଖାଇବାକୁ ପାଇବି, ଏଥିପାଇଁ କୌଣସି ଯାଜକତ୍ୱ ପଦରେ ମୋତେ ରଖ।’”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]