Skip to content
The Believer's Library

Indian Revised Version(IRV) Odia - 2021

1 Timothy 1 IRVOry

Show IRVOry only
Verse × ×
1 Paul, an apostle of Christ Jesus by command of our Father, our Savior, and of Christ Jesus our hope, ପାଉଲ, ଆମ୍ଭମାନଙ୍କ ଈଶ୍ବରଙ୍କ ଆଜ୍ଞାନୁସାରେ ଓ ତ୍ରାଣକର୍ତ୍ତା ଏବଂ ଭରସାଭୂମି ଖ୍ରୀଷ୍ଟ ଯୀଶୁଙ୍କ ଅନୁସାରେ ଜଣେ ପ୍ରେରିତ,
2 to Timothy, my true child in the faith: grace, mercy, peace from our Father and Christ Jesus our Lord. ବିଶ୍ୱାସରେ ଆପଣା ପୁତ୍ର ତୀମଥିଙ୍କୁ ପତ୍ର; ପିତା ଈଶ୍ବର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ।
3 As I urged you when leaving for Macedonia, stay in Ephesus to instruct some people not to teach different doctrine, ମୁଁ ମାକିଦନିଆକୁ ଯିବା ସମୟରେ ତୁମ୍ଭକୁ ଯେପ୍ରକାର ଅନୁରୋଧ କରିଥିଲି, ସେହିପରି ତୁମ୍ଭେ ଏଫିସରେ ରହି କେତେକ ଲୋକ ଯେପରି ଭିନ୍ନ ଶିକ୍ଷା ନ ଦିଅନ୍ତି
4 nor devote themselves to myths and endless genealogies, which breed speculations instead of our Father's stewardship through faith. କି କଳ୍ପିତ ଗଳ୍ପ ଓ ଅଶେଷ ବଂଶାବଳୀରେ ମନୋଯୋଗ ନ କରନ୍ତି, ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; ସେହିସବୁ ତ ବିଶ୍ୱାସ ସମ୍ବନ୍ଧୀୟ ଈଶ୍ବରଙ୍କ କାର୍ଯ୍ୟର ଉପକାରୀ ନ ହୋଇ ବରଂ ଯୁକ୍ତିତର୍କ ସୃଷ୍ଟି କରେ।
5 The goal of this command is love from a pure heart, good conscience, and sincere faith. କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ୱାସରୁ ଜାତ ଯେଉଁ ପ୍ରେମ,
6 Some have wandered away from these and turned aside to meaningless talk, ତାହା ଧର୍ମ ଶିକ୍ଷାର ଉଦ୍ଦେଶ୍ୟ ଅଟେ; କେହି କେହି ଏସମସ୍ତ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅସାର କଥାରେ ଆସକ୍ତ ହୋଇ ପଥଭ୍ରଷ୍ଟ ହୋଇଅଛନ୍ତି;
7 wanting to be teachers of the law, without understanding either what they say or what they insist on so confidently. ସେମାନେ ମୋଶାଙ୍କ ବ୍ୟବସ୍ଥାର ଶିକ୍ଷକ ହେବାକୁ ଇଚ୍ଛା କରନ୍ତି, ମାତ୍ର ଯାହା କହନ୍ତି, କି କେଉଁ ବିଷୟରେ ଦୃଢ଼ ଶିକ୍ଷା ଦିଅନ୍ତି, ତାହା ନିଜେ ବୁଝନ୍ତି ନାହିଁ।
8 Now we know that the law is good, as long as it is used lawfully, କିନ୍ତୁ ମୋଶାଙ୍କ ବ୍ୟବସ୍ଥା ଧାର୍ମିକ ଲୋକ ନିମନ୍ତେ ନିରୂପିତ ନ ହୋଇ ସ୍ୱେଚ୍ଛାଚାରୀ ଓ ଅବାଧ୍ୟ, ଅଧାର୍ମିକ ଓ ପାପୀ, ଅଶୁଚି ଓ ଧର୍ମଦ୍ୱେଷୀ, ପିତୃହନ୍ତା ଓ ମାତୃହନ୍ତା,
9 knowing this: the law isn't laid down for the righteous but for the lawless and rebellious, the wicked and sinful, the unholy and irreverent, for those who strike their fathers and mothers, for murderers, ନରହନ୍ତା, ବ୍ୟଭିଚାରୀ, ପୁଂମୈଥୁନକାରୀ, ମନୁଷ୍ୟ-ଚୋର, ମିଥ୍ୟାବାଦୀ ଓ ମିଥ୍ୟା ଶପଥକାରୀମାନଙ୍କ ନିମନ୍ତେ ପୁଣି, ଉତ୍ତମ ଶିକ୍ଷାର ବିପରୀତରେ ଯେକୌଣସି ବିଷୟ ଥାଏ, ତାହା ନିମନ୍ତେ ଯେ ନିରୂପିତ ହୋଇଅଛି,
10 sexual sinners, men who sleep with men, slave traders, liars, perjurers, and whatever else opposes sound teaching, ଏହା ଜାଣି ଯଦି କେହି ମୋଶାଙ୍କ ବ୍ୟବସ୍ଥାର ଉଚିତ୍ ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଅାମ୍ଭେମାନେ ଜାଣୁ;
11 in keeping with the glorious gospel of our blessed Father, with which I have been entrusted. ଏହା ତ ମୋ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ବରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ।
12 I thank Christ Jesus our Lord, who strengthened me, since he considered me faithful, appointing me to his service. ଆମ୍ଭମାନଙ୍କର ଯେଉଁ ପ୍ରଭୁ ଖ୍ରୀଷ୍ଟ ଯୀଶୁ ମୋତେ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ମୁଁ ଧନ୍ୟବାଦ ଦେଉଅଛି ଯେ, ସେ ମୋତେ ବିଶ୍ୱସ୍ତ ମନେ କରି ସେବକ ପଦରେ ନିଯୁକ୍ତ କରିଅଛନ୍ତି,
13 I once insulted God, persecuted others, and was violent—yet I was shown mercy, since I acted ignorantly, lacking faith. ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି;
14 Our Lord's grace overflowed for me, with faith and love in Christ Jesus. ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ୱାସ ଓ ପ୍ରେମ ସହକାରେ ମୋ ପ୍ରତି ଅତି ପ୍ରଚୁର ହେଲା।
15 A trustworthy saying worthy of full acceptance: Christ Jesus came into the world to save sinners—I am the worst of them. ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସଯୋଗ୍ୟ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ।
16 But I was shown mercy for this: in me, the worst of sinners, Christ Jesus could display his complete patience, as a pattern for those who would believe in him for eternal life. ତଥାପି ଯେଉଁମାନେ ଭବିଷ୍ୟତ କାଳରେ ଅନନ୍ତ ଜୀବନ ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବେ, ସେମାନଙ୍କ ନିକଟରେ ଏକ ଉଦାହରଣ ହେବା ପାଇଁ ପ୍ରଧାନ ପାପୀ ଯେ ମୁଁ, ମୋʼଠାରେ ସେ ଯେପରି ଆପଣା ପୂର୍ଣ୍ଣ ଚିରସହିଷ୍ଣୁତା ପ୍ରକାଶ କରନ୍ତି, ଏଥିନିମନ୍ତେ ମୁଁ ଦୟା ପ୍ରାପ୍ତ ହେଲି।
17 To the King of the ages, immortal, invisible, the only God, be honor and glory forever and ever. Amen. ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ବର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍‍।
18 Timothy, my child, I entrust you with this charge, matching the prophecies once spoken over you, so that by them you may fight the good fight, ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଏହି ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରିପାର;
19 holding on to faith and a good conscience. By rejecting these, some have shipwrecked their faith, ବିଶ୍ୱାସ ଓ ଶୁଚି ବିବେକ ଧରି ରଖ; ତାହା ପରିତ୍ୟାଗ କରିବାରୁ କେତେକଙ୍କର ବିଶ୍ୱାସରୂପ ଜାହାଜ ଭାଙ୍ଗି ଯାଇଅଛି,
20 including Hymenaeus and Alexander, whom I handed to Satan to be taught not to insult God. ସେମାନଙ୍କ ମଧ୍ୟରୁ ହୁମନାୟ ଓ ଆଲେକ୍‌ଜାଣ୍ଡର ଅନ୍ୟତମ; ଏମାନେ ଯେପରି ଶାସନ ପାଇ ଈଶ୍ବର ନିନ୍ଦା ନ କରନ୍ତି, ଏଥିପାଇଁ ମୁଁ ଏମାନଙ୍କୁ ଶୟତାନ ହାତରେ ସମର୍ପଣ କଲି।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]