Skip to content
The Believer's Library

Indian Revised Version(IRV) Odia - 2021

1 Timothy 2 IRVOry

Show IRVOry only
Verse × ×
1 First of all, then, I urge that petitions, prayers, intercessions, and thanksgivings be offered for all people, ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ବରପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ବାଧାହୀନ ଜୀବନଯାପନ କରିପାରୁ,
2 for kings and all in authority, so we may live peaceful, quiet lives in full godliness and dignity. ଏଥିନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବ ପ୍ରଥମେ ଅନୁରୋଧ କରୁଅଛି।
3 This is good and pleasing to our Father, our Savior, ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ;
4 who wants all people to be saved and to come to know the truth. ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ବିଷୟରେ ଜ୍ଞାନ ପାଇ ପାରନ୍ତି, ଏହା ସେ ଇଚ୍ଛା କରନ୍ତି।
5 For there is one Father, and one mediator between the Father and humanity, the man Christ Jesus, କାରଣ ଏକମାତ୍ର ଈଶ୍ବର ଅଛନ୍ତି, ଆଉ ଈଶ୍ବର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ;
6 who gave himself as a ransom for all—the testimony given at the proper time. ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣାକୁ ଦାନ କରି ଠିକ୍ ସମୟରେ ସେଥିର ସାକ୍ଷ୍ୟ ଦେଇଅଛନ୍ତି।
7 For this I was made a preacher and apostle—I'm telling the truth, not lying—a teacher of the nations in faith and truth. ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୁଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ।
8 I want the men in every place to pray, lifting up holy hands without anger or argument. ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ।
9 Likewise, women should dress properly, with modesty and self-control, not in braided hair, gold, pearls, or costly clothing, ସେହିପରି ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁନା କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ଉତ୍ତମ ବୁଦ୍ଧିର ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି
10 but with good works, as is right for women who profess reverence for our Father. ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ।
11 A woman should learn quietly, in full submission. ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ୱୀକାର କରି ନୀରବରେ ଶିକ୍ଷା ଗ୍ରହଣ କରୁ।
12 I don't allow a woman to teach or have authority over a man; instead, she should stay quiet. ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ନୀରବରେ ରହୁ।
13 For Adam was formed first, then Eve. କାରଣ ପ୍ରଥମେ ଆଦମ ସୃଷ୍ଟ ହେଲେ, ତାହା ପରେ ହବା;
14 And Adam was not deceived, but the woman was deceived and became a transgressor. ଆଉ ଆଦମ ପ୍ରବଞ୍ଚିତ ହୋଇ ନ ଥିଲେ, ମାତ୍ର ନାରୀ ପ୍ରବଞ୍ଚିତା ହୋଇ ଆଜ୍ଞାଲଙ୍ଘନ ଦୋଷରେ ଦୋଷୀ ହେଲେ;
15 But she will be saved through childbearing, if they remain in faith, love, holiness, with self-control. କିନ୍ତୁ ସେମାନେ ଉତ୍ତମ ବୁଦ୍ଧିର ସହ ବିଶ୍ୱାସ, ପ୍ରେମ ଓ ପବିତ୍ରତାରେ ସ୍ଥିର ରହିଲେ ସେ ସନ୍ତାନ ପ୍ରସବ କରିବା ଦ୍ୱାରା ପରିତ୍ରାଣ ପାଇବେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]