Skip to content
The Believer's Library

Indian Revised Version(IRV) Odia - 2021

1 Timothy 3 IRVOry

Show IRVOry only
Verse × ×
1 Here is a trustworthy saying: whoever aspires to be an overseer desires a noble work. ଏହି କଥା ସତ୍ୟ, କେହି ଯଦି ଅଧ୍ୟକ୍ଷ ପଦ ପାଇବାକୁ ଆକାଂକ୍ଷା କରନ୍ତି, ତେବେ ସେ ଉତ୍ତମ କାର୍ଯ୍ୟ ବାଞ୍ଛା କରନ୍ତି।
2 So an overseer must be blameless: faithful to his wife, level-headed, disciplined, orderly, hospitable, able to teach. ଅତଏବ, ଅଧ୍ୟକ୍ଷଙ୍କର ଅନିନ୍ଦନୀୟ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ୱାମୀ, ଆତ୍ମସଞ୍ଜମ, ଉତ୍ତମ ବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ,
3 Not a drunkard, not violent but gentle, not quarrelsome, and not a lover of money. ମଦ୍ୟପାୟୀ କି ବିବାଦ-ପ୍ରିୟ ନ ହୋଇ ବରଂ ମୃଦୁଶୀଳ, ନିର୍ବିରୋଧ ଓ ନିର୍ଲୋଭ ହେବେ,
4 He must manage his own household well, keeping his children submissive with all dignity, ନିଜ ପରିବାରକୁ ଉତ୍ତମ ରୂପେ ଶାସନ କରିବେ, ଗାମ୍ଭୀର୍ଯ୍ୟ ସହକାରେ ଆପଣା ସନ୍ତାନମାନଙ୍କୁ ବଶୀଭୂତ କରି ରଖିବେ।
5 for if someone doesn't know how to manage his own household, how will he care for our Father's church? କେହି ଯେବେ ଆପଣା ପରିବାରକୁ ଶାସନ କରିବାକୁ ଜାଣେ ନାହିଁ, ତେବେ ସେ କିପରି ଈଶ୍ବରଙ୍କ ମଣ୍ଡଳୀର ଦାୟିତ୍ୱ ନେବ?
6 He must not be a new convert, or he may be puffed up and fall under the same condemnation as the devil. ସେ ନୂତନ ଶିଷ୍ୟ ହୋଇ ନ ଥିବେ, କାଳେ ଅସାରଗର୍ବୀ ହୋଇ ଶୟତାନ ଭଳି ଦଣ୍ଡଗ୍ରସ୍ତ ହେବେ।
7 He must also have a good reputation with outsiders, so he doesn't fall into disgrace and the devil's trap. ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସମ୍ମାନ ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ।
8 Deacons too must be dignified, not two-faced, not given to much wine, not greedy for shameful gain. ସେହି ପ୍ରକାରେ ସେବକମାନଙ୍କର ଶୁଦ୍ଧ ବିବେକରେ ବିଶ୍ୱାସର ନିଗୂଢ଼ତତ୍ତ୍ୱ ଅବଲମ୍ବନ କରି ଗମ୍ଭୀର, ଛଳନାବାକ୍ୟରହିତ,
9 They must hold to the mystery of the faith with a clear conscience. ମଦ୍ୟପାନରେ ଅନାସକ୍ତ ଓ କୁତ୍ସିତ ଧନଲାଭରେ ନିର୍ଲୋଭ ହେବା ଆବଶ୍ୟକ;
10 They too must first be tested; then, if they prove blameless, let them serve as deacons. ସେମାନେ ମଧ୍ୟ ପ୍ରଥମେ ପରୀକ୍ଷିତ ହେଉନ୍ତୁ, ପୁଣି, ନିର୍ଦ୍ଦୋଷ ଦେଖାଗଲେ ସେବକ ପଦରେ ନିଯୁକ୍ତ ହେଉନ୍ତୁ।
11 The women likewise must be worthy of respect, not slanderers, but clear-minded and faithful in everything. ସେହି ପ୍ରକାରେ ସ୍ତ୍ରୀମାନଙ୍କର ମଧ୍ୟ ପରନିନ୍ଦାକାରିଣୀ ନ ହୋଇ ଗମ୍ଭୀର, ମିତାଚାରିଣୀ ଓ ସମସ୍ତ ବିଷୟରେ ବିଶ୍ୱସ୍ତ ହେବା ଆବଶ୍ୟକ।
12 A deacon must be faithful to his wife and must manage his children and his household well. ସେବକମାନେ ଏକ ଏକ ସ୍ତ୍ରୀର ସ୍ୱାମୀ ହେଉନ୍ତୁ, ପୁଣି, ନିଜ ନିଜ ସନ୍ତାନମାନଙ୍କୁ ଓ ପରିବାରକୁ ଉତ୍ତମ ରୂପେ ଶାସନ କରନ୍ତୁ।
13 Deacons who serve well earn themselves a good standing and great confidence in faith in Christ Jesus. କାରଣ ଯେଉଁମାନେ ଉତ୍ତମ ରୂପେ ସେବକ କାର୍ଯ୍ୟ କରିଅଛନ୍ତି, ସେମାନେ ନିଜ ନିଜ ପାଇଁ ଉତ୍ତମ ଖ୍ୟାତି ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସମୂଳକ ଅଧିକ ସାହସ ପାଇବେ।
14 I am writing these instructions to you, though I hope to come to you soon. ମୁଁ ଶୀଘ୍ର ତୁମ୍ଭ ନିକଟକୁ ଯିବି ବୋଲି ଆଶା କରୁଅଛି;
15 But if I'm delayed, you will know how one ought to behave in our Father's household, the church of the living Father, pillar and foundation of the truth. ମାତ୍ର ଯେବେ ମୋହର ବିଳମ୍ବ ହୁଏ, ତେବେ ଈଶ୍ବରଙ୍କ ଗୃହରେ, ଅର୍ଥାତ୍‍ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ୱରୂପ ଜୀବିତ ଈଶ୍ବରଙ୍କ ମଣ୍ଡଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜାଣି ପାର, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି।
16 Undeniably, the mystery of devotion to God is great: he appeared in flesh, was proved right by the Holy Spirit, seen by angels, proclaimed among nations, believed in throughout the world, taken up in glory. ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]