Skip to content
The Believer's Library

Indian Revised Version(IRV) Odia - 2021

2 Chronicles 12 IRVOry

Show IRVOry only
Verse × ×
1 When Rehoboam's reign was secure and strong, he abandoned our Father's law, and all Israel with him. ଏଥିଉତ୍ତାରେ ରିହବୀୟାମଙ୍କର ରାଜ୍ୟ ସୁସ୍ଥିର ଓ ସେ ବଳବାନ ହୁଅନ୍ତେ, ସେ ଓ ତାଙ୍କ ସଙ୍ଗେ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ବ୍ୟବସ୍ଥା ପରିତ୍ୟାଗ କଲେ।
2 In Rehoboam's fifth year, because they were unfaithful to our Father, Shishak king of Egypt attacked Jerusalem. ଆଉ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରିବାରୁ ରିହବୀୟାମ ରାଜାଙ୍କ ରାଜତ୍ଵର ପଞ୍ଚମ ବର୍ଷରେ ମିସରର ରାଜା ଶୀଶକ୍‍ ଯିରୂଶାଲମ ବିରୁଦ୍ଧରେ ଆସିଲା;
3 He came with 1,200 chariots, 60,000 horsemen, and countless troops from Egypt: Libyans, Sukkites, and Cushites. ତାହା ସଙ୍ଗେ ବାର ଶହ ରଥ, ଷାଠିଏ ହଜାର ଅଶ୍ୱାରୂଢ଼ ଥିଲେ ଓ ତାହା ସଙ୍ଗେ ମିସରରୁ ଅସଂଖ୍ୟ ଲୂବୀୟ ଓ ସୁକ୍କୀୟ ଓ କୂଶୀୟ ଲୋକ ଆସିଲେ।
4 He captured the fortified cities of Judah and came as far as Jerusalem. ପୁଣି, ସେ ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସବୁ ହସ୍ତଗତ କରି ଯିରୂଶାଲମ ପର୍ଯ୍ୟନ୍ତ ଆସିଲା।
5 Shemaiah the prophet came to Rehoboam and Judah's leaders, gathered in Jerusalem because of Shishak: "So says our Father: You abandoned me, so I abandon you to Shishak." ତହିଁରେ ଶମୟୀୟ ଭବିଷ୍ୟଦ୍‍ବକ୍ତା, ଶୀଶକ୍‍ ସକାଶୁ ଯିରୂଶାଲମରେ ଏକତ୍ରିତ ରିହବୀୟାମ ଓ ଯିହୁଦାର ଅଧିପତିମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କୁ ଶୀଶକ୍‍ ହସ୍ତରେ ଛାଡ଼ିଦେଲୁ।”
6 Then the leaders of Israel and the king humbled themselves and said, "Our Father is righteous." ସେତେବେଳେ ଇସ୍ରାଏଲର ଅଧିପତିମାନେ ଓ ରାଜା ଆପଣାମାନଙ୍କୁ ନମ୍ର କଲେ ଓ କହିଲେ, “ସଦାପ୍ରଭୁ ଧର୍ମମୟ।”
7 When our Father saw they had humbled themselves, our Father's word came to Shemaiah: "They've humbled themselves; I won't destroy them, but grant them a little rescue, and my anger won't pour out on Jerusalem through Shishak. ତହୁଁ ସେମାନେ ଆପଣାମାନଙ୍କୁ ନମ୍ର କରିଅଛନ୍ତି, ଏହା ସଦାପ୍ରଭୁ ଦେଖନ୍ତେ, ଶମୟୀୟ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; “ସେମାନେ ଆପଣମାନଙ୍କୁ ନମ୍ର କରିଅଛନ୍ତି; ଆମ୍ଭେ ସେମାନଙ୍କୁ ବିନାଶ କରିବା ନାହିଁ; ମାତ୍ର ଆମ୍ଭେ ସେମାନଙ୍କୁ କିଛି ସାହାଯ୍ୟ ପ୍ରଦାନ କରିବା ଓ ଶୀଶକ୍‍ର ହସ୍ତ ଦ୍ୱାରା ଯିରୂଶାଲମ ଉପରେ ଆମ୍ଭର କୋପ ଢଳାଯିବ ନାହିଁ।
8 But they will be Shishak's servants, to know my service and the service of earthly kingdoms." ତଥାପି ଯେପରି ସେମାନେ ଆମ୍ଭର ସେବା ଓ ନାନା ଦେଶୀୟ ରାଜ୍ୟର ସେବା ଅନୁଭବ କରିବେ, ଏଥିପାଇଁ ସେମାନେ ତାହାର ଦାସ ହେବେ।”
9 Shishak king of Egypt attacked Jerusalem and took everything—the treasures of our Father's house, the royal palace, including the gold shields Solomon made. ଏଉତ୍ତାରେ ମିସରର ରାଜା ଶୀଶକ୍‍ ଯିରୂଶାଲମ ପ୍ରତିକୂଳରେ ଆସି ସଦାପ୍ରଭୁଙ୍କ ଗୃହର ସଞ୍ଚିତ ଧନ ଓ ରାଜଗୃହର ସଞ୍ଚିତ ଧନ ନେଇଗଲା; ସେ ସବୁ ନେଇଗଲା; ସେ ଶଲୋମନଙ୍କର ନିର୍ମିତ ସୁବର୍ଣ୍ଣ-ଢାଲସବୁ ହିଁ ନେଇଗଲା।
10 Rehoboam replaced them with bronze shields, entrusted to the guard commanders watching the entrance to the king's house. ତହୁଁ ରିହବୀୟାମ ରାଜା ସେହିସବୁର ପରିବର୍ତ୍ତେ ପିତ୍ତଳ-ଢାଲ ନିର୍ମାଣ କରି ରାଜଗୃହର ଦ୍ୱାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କ ହସ୍ତରେ ସମର୍ପଣ କଲେ।
11 Whenever the king entered our Father's house, the guards carried the shields, then returned them to the guard chamber. ଆଉ ରାଜା ଯେତେ ଥର ସଦାପ୍ରଭୁଙ୍କ ଗୃହକୁ ଗଲେ, ସେତେଥର ପ୍ରହରୀମାନେ ଆସି ତାହା ନେଇଗଲେ, ପୁଣି ତାହାସବୁ ପ୍ରହରୀଶାଳାକୁ ଫେରାଇ ଆଣିଲେ।
12 When Rehoboam humbled himself, our Father's anger turned from him, not destroying him completely; good things remained in Judah too. ଆଉ, ସେ ଆପଣାକୁ ନମ୍ର କରନ୍ତେ, ତାଙ୍କ ଉପରୁ ସଦାପ୍ରଭୁଙ୍କ କୋପ ନିବୃତ୍ତ ହେଲା, ତହିଁରେ ସେ ତାଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ନାହିଁ; ଆହୁରି ଯିହୁଦା ଦେଶ ମଧ୍ୟରେ ସଦ୍‍ଭାବ ଦେଖାଗଲା।
13 King Rehoboam strengthened himself in Jerusalem and reigned; forty-one when he became king, he reigned seventeen years in Jerusalem, the city our Father chose from all the tribes of Israel to place his name there. His mother was Naamah, an Ammonite. ଏହିରୂପେ ରିହବୀୟାମ ଯିରୂଶାଲମରେ ଆପଣାକୁ ବଳବାନ କରି ରାଜତ୍ୱ କଲେ; ରିହବୀୟାମ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକଚାଳିଶ ବର୍ଷ ବୟସ୍କ ହୋଇଥିଲେ, ଆଉ ସଦାପ୍ରଭୁ ଆପଣା ନାମ ସ୍ଥାପନାର୍ଥେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଯେଉଁ ନଗର ମନୋନୀତ କରିଥିଲେ, ସେହି ଯିରୂଶାଲମ ନଗରରେ ସେ ସତର ବର୍ଷ ରାଜତ୍ୱ କଲେ; ତାଙ୍କ ମାତାର ନାମ ନୟମା, ସେ ଅମ୍ମୋନ ଦେଶୀୟା ଥିଲା।
14 He did evil, because he did not set his heart to seek our Father. ପୁଣି ସେ ସଦାପ୍ରଭୁଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ମନ ନିବିଷ୍ଟ ନ କରିବାରୁ କୁକର୍ମ କଲା।
15 Rehoboam's deeds, first to last, appear in the records of Shemaiah the prophet and Iddo the seer, listing genealogies. Rehoboam and Jeroboam warred continually. ଏହି ରିହବୀୟାମଙ୍କ କର୍ମର ବୃତ୍ତାନ୍ତ, ଆରମ୍ଭରୁ ଶେଷ ପର୍ଯ୍ୟନ୍ତ, ବଂଶାବଳୀ କ୍ରମେ ଶମୟୀୟ ଭବିଷ୍ୟଦ୍‍ବକ୍ତାର ଓ ଇଦ୍ଦୋ ଦର୍ଶକର ଇତିହାସ ପୁସ୍ତକରେ କʼଣ ଲେଖା ନାହିଁ? ରିହବୀୟାମ ଓ ଯାରବୀୟାମ ମଧ୍ୟରେ ସର୍ବଦା ଯୁଦ୍ଧ ଚାଲିଲା।
16 Rehoboam rested with his ancestors, buried in the City of David; his son Abijah reigned instead. ଏଉତ୍ତାରେ ରିହବୀୟାମ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଅବୀୟ ତାଙ୍କ ପଦରେ ରାଜ୍ୟ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]