Skip to content
The Believer's Library

Indian Revised Version(IRV) Odia - 2021

2 Chronicles 14 IRVOry

Show IRVOry only
Verse × ×
1 Abijah rested with his ancestors; they buried him in the City of David. His son Asa became king, and the land had peace ten years. ଏଥିଉତ୍ତାରେ ଅବୀୟଙ୍କ ମୃତ୍ୟୁ ପରେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ, ଆଉ ତାଙ୍କର ପୁତ୍ର ଆସା ତାଙ୍କ ପଦରେ ରାଜ୍ୟ କଲେ। ଏହାଙ୍କ ଅଧିକାର ସମୟରେ ଦେଶ ଦଶ ବର୍ଷ ସୁସ୍ଥିର ରହିଲା।
2 Asa did what was good and right in the sight of our Father. ପୁଣି ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ କର୍ମ କଲେ;
3 He removed the foreign altars and high places, smashed the sacred pillars, and cut down the Asherah poles. କାରଣ ସେ ଅନ୍ୟ (ଦେବଗଣର) ଯଜ୍ଞବେଦି ଓ ଉଚ୍ଚସ୍ଥଳୀସକଳ ଦୂର କଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିସକଳ ଛେଦନ କଲେ;
4 He commanded Judah to seek our Father, the God of their ancestors, and keep the law and commandment. ଆଉ ସେ ଯିହୁଦାର ଲୋକମାନଙ୍କୁ ସେମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ, ପୁଣି ବ୍ୟବସ୍ଥା ଓ ଆଜ୍ଞା ପ୍ରତିପାଳନ କରିବାକୁ ଆଦେଶ ଦେଲେ।
5 He also removed the high places and incense altars from all Judah's cities, and the kingdom was at peace under him. ଆହୁରି, ସେ ଯିହୁଦାର ସମସ୍ତ ନଗରରୁ ଉଚ୍ଚସ୍ଥଳୀ ଓ ସୂର୍ଯ୍ୟ-ପ୍ରତିମାସବୁ ଦୂର କଲେ ଓ ତାଙ୍କ ସମ୍ମୁଖରେ ରାଜ୍ୟ ସୁସ୍ଥିର ହେଲା।
6 He built fortified cities in Judah, for the land was at peace. He fought no war those years, because our Father gave him rest. ପୁଣି, ସେ ଯିହୁଦା ଦେଶରେ କେତେକ ପ୍ରାଚୀର-ବେଷ୍ଟିତ ନଗର ନିର୍ମାଣ କଲେ; କାରଣ ସେହି କେତେକ ବର୍ଷ ଦେଶ ସୁସ୍ଥିର ଥିଲା ଓ ତାଙ୍କୁ ଯୁଦ୍ଧ କରିବାକୁ ନୋହିଲା; ଯେହେତୁ ସଦାପ୍ରଭୁ ତାଙ୍କୁ ବିଶ୍ରାମ ଦେଇଥିଲେ।
7 He told Judah, "Let us build these cities and surround them with walls, towers, gates, and bars. The land is still ours, because we sought our Father; we sought him, and he gave us rest all around." So they built and thrived. ଏହେତୁ ସେ ଯିହୁଦାକୁ କହିଲେ, “ଆସ, ଆମ୍ଭେମାନେ ଏହିସବୁ ନଗର ନିର୍ମାଣ କରି ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଓ ଦୁର୍ଗ, ଦ୍ୱାର ଓ ଅର୍ଗଳ ପ୍ରସ୍ତୁତ କରୁ; ଦେଶ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ସମ୍ମୁଖରେ ଅଛି, ଯେହେତୁ ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଅନ୍ୱେଷଣ କରିଅଛୁ; ଆମ୍ଭେମାନେ ତାହାଙ୍କର ଅନ୍ୱେଷଣ କରିଅଛୁ ଓ ସେ ଆମ୍ଭମାନଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଇଅଛନ୍ତି।” ତହୁଁ ସେମାନେ ନଗର ନିର୍ମାଣ କରି କୃତକାର୍ଯ୍ୟ ହେଲେ।
8 Asa had an army of 300,000 from Judah with large shields and spears, and 280,000 from Benjamin with shields and bows—all mighty warriors. ଏହି ଆସାଙ୍କର ଯିହୁଦା ମଧ୍ୟରୁ ତିନି ଲକ୍ଷ ଢାଲ ଓ ବର୍ଚ୍ଛାଧାରୀ ଓ ବିନ୍ୟାମୀନ୍ ମଧ୍ୟରୁ ଦୁଇ ଲକ୍ଷ ଅଶୀ ହଜାର ଢାଲ ଓ ଧନୁର୍ଦ୍ଧାରୀ, ଏକ ସୈନ୍ୟଦଳ ଥିଲେ; ଏସମସ୍ତେ ମହାବିକ୍ରମଶାଳୀ ଲୋକ ଥିଲେ।
9 Zerah the Cushite marched against them with a million troops and 300 chariots, advancing to Mareshah. ଏଉତ୍ତାରେ କୂଶଦେଶୀୟ ସେରହ ଦଶ ଲକ୍ଷ ସୈନ୍ୟ ଓ ତିନି ଶହ ରଥ ନେଇ ସେମାନଙ୍କ ବିରୁଦ୍ଧରେ ବାହାର ହୋଇ ଆସିଲା; ସେ ମାରେଶା ପର୍ଯ୍ୟନ୍ତ ଆସିଲା।
10 Asa marched out against him, and they lined up for battle in the Valley of Zephathah at Mareshah. ସେତେବେଳେ ଆସା ତାହାକୁ ଭେଟିବାକୁ ଯାଆନ୍ତେ, ସେମାନେ ମାରେଶା ନିକଟସ୍ଥ ସଫାଥା ଉପତ୍ୟକାରେ ଯୁଦ୍ଧ ସଜାଇଲେ।
11 Then Asa cried to our Father his God: "Father, only you can help the powerless against the mighty. Help us, our God, for we rely on you, and in your name we face this vast horde. You are our God; let no mere man prevail against you." ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୋ, ବଳବାନ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।”
12 So our Father struck down the Cushites before Asa and before Judah, and the Cushites fled. ଏଥିରେ ସଦାପ୍ରଭୁ ଆସା ସମ୍ମୁଖରେ ଓ ଯିହୁଦା ସମ୍ମୁଖରେ କୂଶୀୟମାନଙ୍କୁ ଆଘାତ କଲେ; ତହୁଁ କୂଶୀୟମାନେ ପଳାୟନ କଲେ।
13 Asa and his people pursued them to Gerar, and the Cushites fell until none survived, for they were shattered before our Father and his army. Judah's men carried off great plunder. ଏଉତ୍ତାରେ ଆସା ଓ ତାଙ୍କ ସଙ୍ଗୀ ଲୋକମାନେ ଗରାର ପର୍ଯ୍ୟନ୍ତ ସେମାନଙ୍କ ପଛେ ପଛେ ଗୋଡ଼ାଇଲେ; ତହିଁରେ କୂଶୀୟମାନଙ୍କର ଏତେ ଲୋକ ମାରା ପଡ଼ିଲେ ଯେ, ସେମାନେ ଆଉ ସବଳ ହୋଇ ଉଠି ପାରିଲେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ସୈନ୍ୟ ସମ୍ମୁଖରେ ବିନଷ୍ଟ ହେଲେ; ଏଣୁ ଯିହୁଦା-ଲୋକମାନେ ଅପାର ଲୁଟଦ୍ରବ୍ୟ ବହିନେଲେ।
14 They struck down all the cities around Gerar, for the terror of our Father had fallen on them. They looted all the cities, since much plunder was in them. ଆଉ, ସେମାନେ ଗରାରର ଚତୁର୍ଦ୍ଦିଗସ୍ଥ ନଗରସବୁ ଆଘାତ କଲେ; କାରଣ ସଦାପ୍ରଭୁଙ୍କ ଭୟ ସେହି ସବୁ ନଗର ଉପରେ ଉପସ୍ଥିତ ହେଲା; ପୁଣି ସେମାନେ ସମସ୍ତ ନଗର ଲୁଟ କଲେ; କାରଣ ତହିଁ ମଧ୍ୟରେ ଅନେକ ଲୁଟଦ୍ରବ୍ୟ ଥିଲା।
15 They also attacked the herdsmen's tents, carried off many sheep and camels, and returned to Jerusalem. ମଧ୍ୟ ସେମାନେ ପଶୁପଲର ତମ୍ବୁସବୁ ଆଘାତ କଲେ, ଆଉ ବିସ୍ତର ମେଷ ଓ ଓଟ ନେଇ ଯିରୂଶାଲମକୁ ଫେରିଗଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]