Skip to content
The Believer's Library

Indian Revised Version(IRV) Odia - 2021

2 Chronicles 15 IRVOry

Show IRVOry only
Verse × ×
1 The Spirit of our Father came upon Azariah son of Oded. ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଓଦେଦ୍‍ର ପୁତ୍ର ଅସରୀୟ ଉପରେ ଅଧିଷ୍ଠାନ କଲେ;
2 He went out to meet Asa and said to him, "Hear me, Asa and all Judah and Benjamin: our Father is with you while you're with him. If you seek him, you will find him; if you abandon him, he will abandon you. ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋʼ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବାଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।
3 For a long time Israel was without our Father, without a teaching priest, and without law. ଇସ୍ରାଏଲ ବହୁ କାଳ ପର୍ଯ୍ୟନ୍ତ ସତ୍ୟ ପରମେଶ୍ୱର-ବିହୀନ ଓ ଶିକ୍ଷାଦାୟୀ-ଯାଜକବିହୀନ ଓ ବ୍ୟବସ୍ଥାବିହୀନ ହୋଇଥିଲେ।
4 In their distress they turned to our Father, the God of Israel, sought him, and they found him. ମାତ୍ର ସେମାନେ ଆପଣାମାନଙ୍କ ଦୁର୍ଦ୍ଦଶା ସମୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରି ତାହାଙ୍କର ଅନ୍ୱେଷଣ କରନ୍ତେ, ତାହାଙ୍କର ଉଦ୍ଦେଶ୍ୟ ପାଇଲେ।
5 In those times no one going out or coming in was safe, for great turmoil struck all living in the lands. ସେହି ସମୟରେ ବାହାରେ ଯିବା ଓ ଭିତରେ ଆସିବା ଲୋକର କିଛି ଶାନ୍ତି ନ ଥିଲା, ମାତ୍ର ଦେଶର ନିବାସୀ ସମସ୍ତେ ମହାତ୍ରାସଯୁକ୍ତ ଥିଲେ।
6 Nation crushed nation and city crushed city, for our Father troubled them with every kind of distress. ପୁଣି ସେମାନେ ଗୋଷ୍ଠୀ ବିରୁଦ୍ଧରେ ଗୋଷ୍ଠୀ ଓ ନଗର ବିରୁଦ୍ଧରେ ନଗର ଭିନ୍ନ ହୋଇଥିଲେ; କାରଣ ପରମେଶ୍ୱର ସର୍ବପ୍ରକାର ସଙ୍କଟ ଦ୍ୱାରା ସେମାନଙ୍କୁ ତ୍ରାସଯୁକ୍ତ କରିଥିଲେ।
7 But you, be strong; do not lose heart, for your work will be rewarded." ମାତ୍ର ତୁମ୍ଭେମାନେ ବଳବାନ ହୁଅ ଓ ଆପଣାମାନଙ୍କ ହସ୍ତ ଶିଥିଳ ହେବାକୁ ନ ଦିଅ; କାରଣ ତୁମ୍ଭମାନଙ୍କ କର୍ମ ପୁରସ୍କୃତ ହେବ।”
8 When Asa heard these words, the prophecy of Oded the prophet, he took courage and removed the detestable idols from all the land of Judah and Benjamin, and from the cities he had captured in the Ephraim hill country. He restored the altar of our Father in front of his temple entrance. ଏଥିରେ ଆସା ଏହିସବୁ କଥା ଓ ଓଦେଦ୍‍ ଭବିଷ୍ୟଦ୍‍ବକ୍ତାର ଭବିଷ୍ୟତ ବାକ୍ୟ ଶୁଣନ୍ତେ, ସାହସ ପାଇଲେ, ପୁଣି ଯିହୁଦା ଓ ବିନ୍ୟାମୀନ୍‍ର ସମୁଦାୟ ଦେଶରୁ ଓ ଇଫ୍ରୟିମର ପର୍ବତମୟ ଦେଶରେ ହସ୍ତଗତ କରିଥିବା ନଗରସବୁରୁ ଘୃଣାଯୋଗ୍ୟ ବସ୍ତୁସବୁ ଦୂର କଲେ; ଆଉ ସଦାପ୍ରଭୁଙ୍କ ବାରଣ୍ଡା ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ପୁନର୍ବାର ସଜାଡ଼ିଲେ।
9 He gathered all Judah and Benjamin, plus those from Ephraim, Manasseh, and Simeon living among them, since many in Israel had crossed over to him when they saw our Father was with him. ଏଉତ୍ତାରେ ସେ ସମୁଦାୟ ଯିହୁଦା ଓ ବିନ୍ୟାମୀନ୍ ଲୋକଙ୍କୁ, ପୁଣି ଇଫ୍ରୟିମ ଓ ମନଃଶି ଓ ଶିମୀୟୋନ ମଧ୍ୟରୁ ସେମାନଙ୍କ ସହିତ ପ୍ରବାସକାରୀ ଲୋକମାନଙ୍କୁ ଏକତ୍ର କଲେ; କାରଣ ଇସ୍ରାଏଲ ମଧ୍ୟରୁ ଅନେକେ ସଦାପ୍ରଭୁ ତାଙ୍କର ପରମେଶ୍ୱର ତାଙ୍କର ସହବର୍ତ୍ତୀ ଅଛନ୍ତି ବୋଲି ଦେଖି ତାଙ୍କ ସପକ୍ଷ ହୋଇଥିଲେ।
10 They assembled at Jerusalem in the third month of the fifteenth year of Asa's reign. ଏହେତୁ ଆସାଙ୍କ ରାଜତ୍ଵର ପନ୍ଦର ବର୍ଷର ତୃତୀୟ ମାସରେ ଲୋକମାନେ ଯିରୂଶାଲମରେ ଏକତ୍ରିତ ହେଲେ।
11 That day they sacrificed to our Father from the plunder—700 oxen and 7,000 sheep. ଆଉ, ସେହି ଦିନ ସେମାନେ ଆପଣାମାନଙ୍କର ଆନୀତ ଲୁଟଦ୍ରବ୍ୟ ମଧ୍ୟରୁ ସାତ ଶହ ଗୋରୁ ଓ ସାତ ହଜାର ମେଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ
12 They covenanted to seek our Father, God of their ancestors, with all their heart and with all their soul. ପୁଣି ସେମାନେ ଆପଣା ଆପଣା ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କର ଅନ୍ୱେଷଣ କରିବାକୁ,
13 Whoever would not seek our Father, the God of Israel, was to be put to death, whether small or great, whether man or woman. ଆଉ ସାନ କି ବଡ଼, ପୁରୁଷ କି ସ୍ତ୍ରୀ, ଯେକେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଅନ୍ୱେଷଣ ନ କରିବ, ତାହାର ପ୍ରାଣଦଣ୍ଡ ହେବ ବୋଲି ନିୟମ କଲେ।
14 They swore to our Father with a loud voice, with shouting, and with trumpets and horns. ଆହୁରି ସେମାନେ ଉଚ୍ଚସ୍ୱରରେ ଜୟଧ୍ୱନି କରି ତୂରୀ ଓ ଶୃଙ୍ଗ ବଜାଇ ସଦାପ୍ରଭୁଙ୍କ ନିକଟରେ ଶପଥ କଲେ।
15 All Judah rejoiced over the oath, for they swore with their whole heart, sought him with their whole desire, and found him. And our Father gave them rest on every side. ତହିଁରେ ସମଗ୍ର ଯିହୁଦା ସେହି ଶପଥରେ ଆନନ୍ଦ କଲେ; କାରଣ ସେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ସହିତ ଶପଥ କରିଥିଲେ ଓ ଆପଣା ଆପଣାର ସମ୍ପୂର୍ଣ୍ଣ ଇଚ୍ଛାରେ ତାହାଙ୍କର ଅନ୍ୱେଷଣ କଲେ, ଏଣୁ ସେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇଲେ; ପୁଣି ସଦାପ୍ରଭୁ ସେମାନଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଲେ।
16 King Asa also removed his mother Maacah from being queen mother, because she had made a detestable image for Asherah; he cut it down, ground it to dust, and burned it in the Kidron Valley. ମଧ୍ୟ ଆସା ରାଜାଙ୍କର ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି ଚୂର୍ଣ୍ଣ କଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ପକାଇଲେ।
17 Though the high places were not removed from Israel, Asa's heart remained wholly devoted throughout his life. ମାତ୍ର ଉଚ୍ଚସ୍ଥଳୀସକଳ ଇସ୍ରାଏଲ ମଧ୍ୟରୁ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଯାବଜ୍ଜୀବନ ତାଙ୍କର ଅନ୍ତଃକରଣ ସିଦ୍ଧ ଥିଲା।
18 He brought into our Father's house his father's dedicated gifts and his own dedicated gifts—silver, gold, and utensils. ଆଉ ସେ ଆପଣା ପିତାଙ୍କର ପ୍ରତିଷ୍ଠିତ ବସ୍ତୁସବୁ ଓ ନିଜର ପ୍ରତିଷ୍ଠିତ ରୂପା ଓ ସୁନା ଓ ପାତ୍ରସବୁ ପରମେଶ୍ୱରଙ୍କ ଗୃହକୁ ଆଣିଲେ।
19 And there was no war until the thirty-fifth year of Asa's reign. ପୁଣି, ଆସାଙ୍କ ରାଜତ୍ଵର ପଞ୍ଚତିରିଶ ବର୍ଷ ପର୍ଯ୍ୟନ୍ତ ଆଉ ଯୁଦ୍ଧ ହେଲା ନାହିଁ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]