Skip to content
The Believer's Library

Indian Revised Version(IRV) Odia - 2021

2 Chronicles 17 IRVOry

Show IRVOry only
Verse × ×
1 His son Jehoshaphat became king in his place and strengthened himself against Israel. ଏଥିଉତ୍ତାରେ ତାଙ୍କର ପୁତ୍ର ଯିହୋଶାଫଟ୍‍ ତାଙ୍କର ପଦରେ ରାଜ୍ୟ କରି ଇସ୍ରାଏଲ ବିରୁଦ୍ଧରେ ଆପଣାକୁ ବଳବାନ କଲେ।
2 He stationed troops in all Judah's fortified cities and garrisons in the land of Judah and in the cities of Ephraim that his father Asa had captured. ପୁଣି ସେ ଯିହୁଦାର ସକଳ ପ୍ରାଚୀର-ବେଷ୍ଟିତ ନଗରରେ ସୈନ୍ୟ ରଖିଲେ, ଆଉ ଯିହୁଦା ଦେଶରେ ଓ ତାଙ୍କର ପିତା ଆସାଙ୍କର ହସ୍ତଗତ ଇଫ୍ରୟିମର ସକଳ ନଗରରେ ପ୍ରହରୀ-ଦଳ ସ୍ଥାପନ କଲେ।
3 Our Father was with Jehoshaphat, for he walked his father David's earlier ways, not seeking the Baals. ଆଉ, ଯିହୋଶାଫଟ୍‍ ଆପଣା ପୂର୍ବପୁରୁଷ ଦାଉଦଙ୍କର ପ୍ରଥମ ଆଚରଣରୂପ ପଥରେ ଗମନ କରି ବାଲ୍‍ ଦେବଗଣର ଅନ୍ୱେଷଣ ନ କରିବାରୁ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ;
4 Instead, he sought the Father his father served, obeyed his commandments, and not the practices of Israel. ପୁଣି, ସେ ଆପଣା ପୈତୃକ ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ତାହାଙ୍କ ଆଜ୍ଞାଗୁଡ଼ିକୁ ପାଳନ କଲେ, ଓ ଇସ୍ରାଏଲର କର୍ମାନୁଯାୟୀ କଲେ ନାହିଁ।
5 So our Father secured the kingdom in his hand; all Judah brought gifts to Jehoshaphat, and he had great wealth and honor. ଏହେତୁ ସଦାପ୍ରଭୁ ତାଙ୍କର ହସ୍ତରେ ରାଜ୍ୟ ଦୃଢ଼ କଲେ ଓ ସମଗ୍ର ଯିହୁଦା ଯିହୋଶାଫଟ୍‍ଙ୍କ ନିକଟକୁ ଦର୍ଶନୀ ଆଣିଲେ; ତହିଁରେ ସେ ଅତିଶୟ ଧନ ଓ ସମ୍ଭ୍ରମ ପାଇଲେ।
6 His heart was devoted to our Father's ways; he removed the high places and Asherah poles from Judah. ପୁଣି, ତାଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କ ପଥରେ ଉନ୍ନତ ହେଲା; ଆହୁରି ସେ ଯିହୁଦା ମଧ୍ୟରୁ ଉଚ୍ଚସ୍ଥଳୀ ଓ ଆଶେରା ମୂର୍ତ୍ତିସବୁ ଦୂର କଲେ।
7 In his reign's third year he sent his officials Ben-hail, Obadiah, Zechariah, Nethanel, and Micaiah to teach in Judah's cities, ମଧ୍ୟ ସେ ଆପଣା ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ନଗରସବୁରେ ଶିକ୍ଷା ଦେବା ପାଇଁ ଆପଣା ଅଧିପତିମାନଙ୍କୁ, ଅର୍ଥାତ୍‍, ବିନ୍‍ହୟିଲ, ଓବଦୀୟ, ଜିଖରୀୟ, ନଥନେଲ ଓ ମୀଖାୟକୁ ପଠାଇଲେ;
8 and the Levites with them: Shemaiah, Nethaniah, Zebadiah, Asahel, Shemiramoth, Jehonathan, Adonijah, Tobijah, Tob-adonijah; and with them the priests Elishama, Jehoram. ଆଉ ସେମାନଙ୍କ ସଙ୍ଗେ ଲେବୀୟମାନଙ୍କୁ, ଅର୍ଥାତ୍‍, ଶମୟୀୟ, ନଥନୀୟ, ସବଦୀୟ, ଅସାହେଲ, ଶମୀରାମୋତ୍‍, ଯିହୋନାଥନ୍‍, ଅଦୋନୀୟ, ଟୋବୀୟ ଓ ଟୋବଦୋନୀୟ, ଏହି ଲେବୀୟମାନଙ୍କୁ ଓ ସେମାନଙ୍କ ସଙ୍ଗେ ଇଲୀଶାମା ଓ ଯିହୋରାମ୍‍ ଯାଜକକୁ ପଠାଇଲେ।
9 They taught throughout Judah, carrying the Book of our Father's Instruction, going to all Judah's cities, teaching the people. ତହିଁରେ ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ସଙ୍ଗରେ ନେଇ ଯିହୁଦା ଦେଶରେ ଶିକ୍ଷା ଦେଲେ; ଆଉ, ସେମାନେ ଯିହୁଦାର ସକଳ ନଗରରେ ଭ୍ରମଣ କରି ଲୋକମାନଙ୍କ ମଧ୍ୟରେ ଶିକ୍ଷା ଦେଲେ।
10 The dread of our Father fell on all the kingdoms around Judah, so they made no war on Jehoshaphat. ତହୁଁ ଯିହୁଦାର ଚତୁର୍ଦ୍ଦିଗସ୍ଥ ଦେଶର ସକଳ ରାଜ୍ୟରେ ସଦାପ୍ରଭୁଙ୍କ ଆଡ଼ୁ ଭୟ ଉପସ୍ଥିତ ହେଲା, ଏଣୁ ସେମାନେ ଯିହୋଶାଫଟ୍‍ଙ୍କ ପ୍ରତିକୂଳରେ ଯୁଦ୍ଧ କଲେ ନାହିଁ।
11 Some Philistines brought Jehoshaphat gifts and silver tribute; the Arabs brought flocks: 7,700 rams, 7,700 male goats. ପୁଣି, କେତେକ ପଲେଷ୍ଟୀୟ ଲୋକ ଯିହୋଶାଫଟ୍‍ଙ୍କ ନିକଟକୁ ଦର୍ଶନୀ ଓ କର ନିମନ୍ତେ ରୂପା ଆଣିଲେ; ଆରବୀୟମାନେ ମଧ୍ୟ ତାଙ୍କ ନିକଟକୁ ପଲ ପଲ କରି ସାତ ହଜାର ସାତ ଶହ ମେଷ ଓ ସାତ ହଜାର ସାତ ଶହ ଛାଗ ଆଣିଲେ।
12 Jehoshaphat grew more and more powerful, and he built fortresses and storage cities in Judah. ତହିଁରେ ଯିହୋଶାଫଟ୍‍ ବେଳକୁ ବେଳ ଅତି ମହାନ ହୋଇ ଉଠିଲେ ଓ ସେ ଯିହୁଦା ଦେଶରେ ଦୁର୍ଗ ଓ ଭଣ୍ଡାର-ନଗରମାନ ନିର୍ମାଣ କଲେ।
13 He had large supplies in the cities of Judah, and mighty warriors in Jerusalem. ଆଉ, ଯିହୁଦାର ସବୁ ନଗରରେ ତାଙ୍କର ଅନେକ କର୍ମ ଥିଲା ଓ ଯିରୂଶାଲମରେ ଯୋଦ୍ଧା, ମହାବିକ୍ରମଶାଳୀ ଲୋକ ଥିଲେ।
14 Their enrollment by ancestral house: from Judah, commanders of thousands—Adnah the commander, with him 300,000 mighty warriors; ଆପଣା ଆପଣା ପିତୃବଂଶାନୁସାରେ ସେମାନଙ୍କର ସଂଖ୍ୟା ଏହି; ଯିହୁଦାର ସହସ୍ରପତିମାନଙ୍କ ମଧ୍ୟରେ ଅଦ୍ନହ ସେନାପତି ଥିଲା ଓ ତାହା ସଙ୍ଗରେ ତିନି ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ।
15 next to him was Jehohanan the commander, and with him 280,000; ତାହା ଉତ୍ତାରେ ଯିହୋହାନନ୍‍ ସେନାପତି ଥିଲା, ତାହା ସଙ୍ଗରେ ଦୁଇ ଲକ୍ଷ ଅଶୀ ହଜାର ଲୋକ ଥିଲେ।
16 next Amasiah son of Zichri, who volunteered for our Father, with him 200,000 mighty warriors. ପୁଣି, ତାହା ଉତ୍ତାରେ ସିଖ୍ରିର ପୁତ୍ର ଅମସୀୟ, ସେ ସ୍ୱେଚ୍ଛାରେ ଆପଣାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଥିଲା; ତାହା ସଙ୍ଗରେ ଦୁଇ ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ;
17 From Benjamin: Eliada, a mighty warrior, and with him 200,000 armed with bow and shield; ପୁଣି, ବିନ୍ୟାମୀନ୍ ମଧ୍ୟରୁ ଇଲୀୟାଦା, ସେ ମହାବିକ୍ରମଶାଳୀ ଲୋକ ଥିଲା ଓ ତାହା ସଙ୍ଗରେ ଦୁଇ ଲକ୍ଷ ଧନୁର୍ଦ୍ଧାରୀ ଓ ଢାଲଧାରୀ ଲୋକ ଥିଲେ;
18 next to him Jehozabad, and with him 180,000 equipped for war. ଆଉ ତାହା ଉତ୍ତାରେ ଯିହୋଷାବଦ୍‍ ଓ ତାହା ସଙ୍ଗରେ ଯୁଦ୍ଧାର୍ଥେ ପ୍ରସ୍ତୁତ ଏକ ଲକ୍ଷ ଅଶୀ ହଜାର ଲୋକ ଥିଲେ।
19 These men served the king, besides those he stationed in the fortified cities throughout Judah. ରାଜା ଯିହୁଦାର ସର୍ବତ୍ର ପ୍ରାଚୀର-ବେଷ୍ଟିତ ନଗରମାନରେ ଯେଉଁମାନଙ୍କୁ ରଖିଥିଲେ, ସେମାନଙ୍କ ଛଡ଼ା ଏମାନେ ରାଜାଙ୍କର ସେବା କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]