Skip to content
The Believer's Library

Indian Revised Version(IRV) Odia - 2021

2 Chronicles 18 IRVOry

Show IRVOry only
Verse × ×
1 Now Jehoshaphat had great riches and honor, and he allied himself with Ahab by marriage. ଏହିରୂପେ ଯିହୋଶାଫଟ୍‍ ଅତିଶୟ ଧନବାନ ଓ ସମ୍ଭ୍ରାନ୍ତ ହେଲେ; ପୁଣି ସେ ଆହାବଙ୍କ ସଙ୍ଗେ କୁଟୁମ୍ବିତା କଲେ।
2 Some years later he went down to Ahab in Samaria, where Ahab slaughtered many sheep and oxen for him and for the people who were with him, urging him to attack Ramoth-gilead. ଆଉ, କେତେକ ବର୍ଷ ଉତ୍ତାରେ ସେ ଶମରୀୟା ଦେଶରେ ଆହାବଙ୍କୁ ଦର୍ଶନ କରିବାକୁ ଗଲେ। ତହିଁରେ ଆହାବ ତାଙ୍କ ନିମନ୍ତେ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ ଅନେକ ମେଷ ଓ ବଳଦ ମାରିଲେ ଓ ଆପଣା ସଙ୍ଗେ ରାମୋତ୍‍-ଗିଲୀୟଦକୁ ଯିବା ପାଇଁ ତାଙ୍କୁ ମଣାଇଲେ।
3 Ahab king of Israel asked Jehoshaphat king of Judah, "Will you go with me to Ramoth-gilead?" He answered, "I am as you are, my people as yours; we join you in the war." ଇସ୍ରାଏଲର ରାଜା ଆହାବ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ତୁମ୍ଭେ କି ମୋʼ ସଙ୍ଗେ ରାମୋତ୍‍-ଗିଲୀୟଦକୁ ଯିବ” ତହିଁରେ ସେ ଉତ୍ତର କଲେ, “ମୁଁ ତୁମ୍ଭ ପରି ଓ ମୋର ଲୋକ ତୁମ୍ଭର ଲୋକ ପରି; ଆମ୍ଭେମାନେ ଯୁଦ୍ଧରେ ତୁମ୍ଭର ସଙ୍ଗୀ ହେବୁ।”
4 But Jehoshaphat said to the king of Israel, "First seek the word of our Father." ଆହୁରି ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କୁ କହିଲେ, “ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”
5 So the king of Israel gathered the prophets, 400 men, and asked them, "Will we go to Ramoth-gilead for battle, or hold back?" They said, "Go up, for God will hand it over to the king." ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍‍ବକ୍ତାମାନଙ୍କର ଚାରି ଶହ ଲୋକଙ୍କୁ ଏକତ୍ରିତ କରି ସେମାନଙ୍କୁ ପଚାରିଲେ; “ଆମ୍ଭେମାନେ କʼଣ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି?” ତହିଁରେ ସେମାନେ କହିଲେ, “ଯାଉନ୍ତୁ, କାରଣ ପରମେଶ୍ୱର ତାହା ରାଜାଙ୍କ ହସ୍ତରେ ସମର୍ପଣ କରିବେ।”
6 But Jehoshaphat said, "Is there not still a prophet of our Father here whom we can consult?" ମାତ୍ର ଯିହୋଶାଫଟ୍‍ କହିଲେ, “ଏମାନଙ୍କ ଛଡ଼ା ଆମ୍ଭେମାନେ ଯାହାକୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍‍ବକ୍ତା କେହି କି ଏଠାରେ ନାହିଁ?”
7 Israel's king told Jehoshaphat, "One man remains through whom we can ask our Father, but I hate him—he never prophesies good about me, only bad. He is Micaiah son of Imlah." Jehoshaphat replied, "The king shouldn't say that." ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ଆଉ ଜଣେ ଅଛି, ତାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ କେବେ ମଙ୍ଗଳର ନୁହେଁ, ମାତ୍ର ସବୁବେଳେ ଅମଙ୍ଗଳର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ; ସେ ଇମ୍ଲର ପୁତ୍ର ମୀଖାୟ,” ତହିଁରେ ଯିହୋଶାଫଟ୍‍ କହିଲେ, “ରାଜା ଏପରି ନ କହନ୍ତୁ।”
8 Then the king of Israel summoned an officer and said, "Bring Micaiah son of Imlah quickly." ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷଙ୍କୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।”
9 The king of Israel and Jehoshaphat king of Judah sat each on his throne, dressed in robes, on the threshing floor at the entrance of Samaria's gate, with all the prophets prophesying before them. ଏଥିମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍‍ ଆପଣା ଆପଣା ରାଜବସ୍ତ୍ର ପିନ୍ଧି ଆପଣା ଆପଣା ସିଂହାସନରେ ବସିଥିଲେ, ସେମାନେ ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟସ୍ଥ ମେଲାରେ ବସିଥିଲେ; ଆଉ ସମସ୍ତ ଭବିଷ୍ୟଦ୍‍ବକ୍ତା ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିଲେ,
10 Zedekiah son of Chenaanah made iron horns and said, "God says: 'With these you will gore the Arameans until they are destroyed.'" ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”
11 All the prophets prophesied the same, saying: "Go up to Ramoth-gilead and win; our Father will hand it to the king." ତହିଁରେ ସବୁ ଭବିଷ୍ୟଦ୍‍ବକ୍ତା ତଦ୍ରୂପ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍‍-ଗିଲୀୟଦକୁ ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜାଙ୍କ ହସ୍ତରେ ସମର୍ପଣ କରିବେ।”
12 The messenger sent to summon Micaiah told him, "The prophets' words all favor the king. Let yours match theirs—speak favorably." ପୁଣି, ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍‍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭ ବାକ୍ୟ ସେମାନଙ୍କ ବାକ୍ୟ ତୁଲ୍ୟ ହେଉ ଓ ତୁମ୍ଭେ ମଙ୍ଗଳର କଥା କୁହ।”
13 But Micaiah said, "As surely as our Father lives, I will say only what my Father says." ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯାହା ମୋʼ ପରମେଶ୍ୱର କହିବେ, ତାହା ହିଁ ମୁଁ କହିବି।”
14 When he came, the king said, "Micaiah, will we go to battle at Ramoth-gilead, or will I hold back?" He said, "Go up and win; they'll be handed to you." ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି?” ତହୁଁ ସେ କହିଲା, “ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; ସେମାନେ ଆପଣମାନଙ୍କ ହସ୍ତରେ ସମର୍ପିତ ହେବେ।”
15 But the king said to him, "How many times must I make you swear to tell me only the truth in the name of our Father?" ଏଥିରେ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନା ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି।”
16 Micaiah said, "I saw all Israel scattered on the mountains, like sheep without a shepherd. And our Father said, 'They have no master; let each return home in peace.'" ତହିଁରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି; ଆଉ ସଦାପ୍ରଭୁ କହିଲେ, ଏମାନଙ୍କର ସ୍ୱାମୀ ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।”
17 Israel's king said to Jehoshaphat, "Didn't I tell you he'd prophesy nothing good about me, only evil?" ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ଏ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହି ନାହିଁ?”
18 Micaiah said, "Then hear the word of our Father: I saw our Father seated on his throne, all heaven's armies standing at his right and left. ପୁଣି ମୀଖାୟ କହିଲା, “ଏହେତୁ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟକୁ ଉଭା ହେବାର ଦେଖିଲି।
19 And our Father said, 'Who will entice Ahab king of Israel to go up and fall at Ramoth-gilead?' One said this, another that. ତହିଁରେ ସଦାପ୍ରଭୁ କହିଲେ, ‘ଇସ୍ରାଏଲର ରାଜା ଆହାବ ଯେପରି ରାମୋତ୍‍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସୁଲାଇବ?’ ତହିଁରେ ଜଣେ ଏପ୍ରକାର ଓ ଅନ୍ୟ ଜଣ ସେପ୍ରକାର କହିଲେ।
20 A spirit came forward, stood before our Father, and said, 'I will entice him.' And our Father asked him, 'How?' ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, ‘ମୁଁ ତାହାକୁ ଫୁସୁଲାଇବି।’ ତହୁଁ ସଦାପ୍ରଭୁ ତାହାକୁ କହିଲେ, ‘କାହିଁରେ?’
21 He said, 'I will go out and be a lying spirit in the mouth of all his prophets.' Then our Father said, 'You will lure him and also prevail. Go out and do so.' ସେ କହିଲା, ‘ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି’ ତେବେ ସେ କହିଲେ, ‘ତୁମ୍ଭେ ତାହାକୁ ଫୁସୁଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।’
22 So now, our Father has put a lying spirit in the mouth of these prophets of yours, and our Father has declared disaster against you." ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ପୁଣି ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”
23 Then Zedekiah son of Chenaanah came up, struck Micaiah on the cheek, and said, "Which way did the Spirit of God go from me to speak to you?" ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋʼ ଠାରୁ କେଉଁ ବାଟେ ଗଲେ?”
24 Micaiah said, "You'll see it that day when you go into an inner room to hide." ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକୁ ଯିବ, ସେହି ଦିନ ତାହା ଜାଣିବ।”
25 The king of Israel said, "Take Micaiah back to Amon the city governor and to Joash the king's son, ପୁଣି ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ପୁନର୍ବାର ନଗରାଧ୍ୟକ୍ଷ ଆମୋନ୍‍ ଓ ରାଜପୁତ୍ର ଯୋୟାଶ୍‍ ନିକଟକୁ ନେଇଯାଅ;
26 and say, 'The king says: Put this man in prison on meager rations of bread and water until I return safely.'" ପୁଣି କୁହ, ‘ରାଜା ଏହି କଥା କହନ୍ତି, ଏହାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାହାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ।’”
27 Micaiah said, "If you ever return safely, our Father has not spoken through me." Then he said, "Listen, all you people!" ତହିଁରେ ମୀଖାୟ କହିଲା, “ଯେବେ ତୁମ୍ଭେ କୌଣସି ରୂପେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”
28 So the king of Israel and Jehoshaphat king of Judah went up to Ramoth-gilead. ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍‍ ରାଜା ରାମୋତ୍‍-ଗିଲୀୟଦକୁ ଗଲେ।
29 The king of Israel said to Jehoshaphat, "I will disguise myself and go into battle, but you wear your robes." So the king of Israel disguised himself, and they went into battle. ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ।” ତହୁଁ ଇସ୍ରାଏଲର ରାଜା ଛଦ୍ମବେଶ ଧରିଲେ ଓ ସେମାନେ ଯୁଦ୍ଧକୁ ଗଲେ।
30 The king of Aram had ordered his chariot captains, "Fight no one, small or great, but only the king of Israel." ମାତ୍ର ଅରାମର ରାଜା ଆପଣାର ରଥାଧ୍ୟକ୍ଷମାନଙ୍କୁ ଆଜ୍ଞା କରି କହିଥିଲା, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”
31 When the chariot captains saw Jehoshaphat, they said, "That is Israel's king," and turned to fight him. But Jehoshaphat cried out, and our Father helped him, drawing them away from him. ଏଣୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍‍ଙ୍କୁ ଦେଖି କହିଲେ, “ଏ ଇସ୍ରାଏଲର ରାଜା।” ତେଣୁ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ମାତ୍ର ଯିହୋଶାଫଟ୍‍ ଡାକ ପକାଇଲେ ଓ ସଦାପ୍ରଭୁ ତାଙ୍କର ସାହାଯ୍ୟ କଲେ; ଆଉ ପରମେଶ୍ୱର ସେମାନଙ୍କୁ ତାଙ୍କ ନିକଟରୁ ଫେରିଯିବା ପାଇଁ ପ୍ରବର୍ତ୍ତାଇଲେ।
32 When the chariot captains saw he was not Israel's king, they stopped chasing him. ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ କ୍ଷାନ୍ତ ହେଲେ।
33 A man drew his bow at random and struck the king of Israel between the joints of his armor. He told his chariot driver, "Turn around and get me out of the fighting; I'm wounded." ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ସାଞ୍ଜୁଆର ଯୋଡ଼ ମଧ୍ୟରେ ଇସ୍ରାଏଲ-ରାଜାଙ୍କୁ ଆଘାତ କଲା; ତେଣୁ ସେ ଆପଣା ସାରଥିକୁ କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।”
34 The battle raged that day. Israel's king was held up in his chariot facing the Arameans until evening, then died at sunset. ସେହି ଦିନ ଯୁଦ୍ଧ ପ୍ରବଳ ହେଲା; ତଥାପି ଇସ୍ରାଏଲର ରାଜା ଆପଣା ରଥରେ ସନ୍ଧ୍ୟା ପର୍ଯ୍ୟନ୍ତ ଅରାମୀୟମାନଙ୍କ ସମ୍ମୁଖରେ ଆପଣାକୁ ଠିଆ କରି ରଖିଲେ; ପୁଣି, ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସେ ମଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]