Skip to content
The Believer's Library

Indian Revised Version(IRV) Odia - 2021

2 Chronicles 21 IRVOry

Show IRVOry only
Verse × ×
1 Jehoshaphat rested with his ancestors, buried with them in the City of David; his son Jehoram reigned instead. ଏଥିଉତ୍ତାରେ ଯିହୋଶାଫଟ୍‍ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସଙ୍ଗେ କବର ପାଇଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କଲେ।
2 Jehoram's brothers, sons of Jehoshaphat: Azariah, Jehiel, Zechariah, Azariah, Michael, Shephatiah. All these were sons of Jehoshaphat king of Israel. ଯିହୋଶାଫଟ୍‍ଙ୍କ ଔରସଜାତ ଅସରୀୟ, ଯିହୀୟେଲ, ଜିଖରୀୟ, ଅସରୀୟାହ, ମୀଖାୟେଲ ଓ ଶଫଟୀୟ ତାଙ୍କର ଭାଇ ଥିଲେ; ଏସମସ୍ତେ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କର ପୁତ୍ର ଥିଲେ।
3 Their father gave them many gifts—silver, gold, precious things—and fortified cities in Judah, but gave the kingdom to Jehoram, because he was firstborn. ପୁଣି, ସେମାନଙ୍କର ପିତା ସେମାନଙ୍କୁ ମହାସମ୍ପତ୍ତି, ରୂପା ଓ ସୁନା ଓ ବହୁମୂଲ୍ୟ ଦ୍ରବ୍ୟ ଓ ଯିହୁଦା ଦେଶସ୍ଥ ପ୍ରାଚୀର-ବେଷ୍ଟିତ ନଗର ଦାନ କଲେ; ମାତ୍ର ଯିହୋରାମ୍‍ ଜ୍ୟେଷ୍ଠ ହେବାରୁ ତାଙ୍କୁ ରାଜ୍ୟ ଦେଲେ।
4 Once Jehoram rose over his father's kingdom, he grew strong and killed all his brothers with the sword, and also some of Israel's officials. ଏହି ଯିହୋରାମ୍‍ ଆପଣା ପିତାଙ୍କର ରାଜ୍ୟରେ ଅଧିଷ୍ଠିତ ହୋଇ ଆପଣାକୁ ବଳବାନ କରନ୍ତେ, ଆପଣାର ସମସ୍ତ ଭ୍ରାତାଙ୍କୁ, ମଧ୍ୟ ଇସ୍ରାଏଲର କେତେକ ଅଧିପତିଙ୍କୁ ଖଡ୍ଗରେ ବଧ କଲେ।
5 Jehoram was thirty-two years old when he became king, and he reigned eight years in Jerusalem. ଯିହୋରାମ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ।
6 He walked in the way of Israel's kings, as Ahab's house had done, for Ahab's daughter was his wife, and he did evil in our Father's eyes. ପୁଣି ସେ ଆହାବଙ୍କର ବଂଶ ତୁଲ୍ୟ ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କଲେ; କାରଣ ସେ ଆହାବଙ୍କର କନ୍ୟାକୁ ବିବାହ କଲେ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
7 Yet our Father would not destroy the house of David, because of the covenant he made with David, and his promise to give him and his sons a lamp forever. ତଥାପି ସଦାପ୍ରଭୁ ଦାଉଦଙ୍କ ସଙ୍ଗେ ଯେଉଁ ନିୟମ କରିଥିଲେ, ତହିଁ ସକାଶୁ, ପୁଣି ତାଙ୍କୁ ଓ ତାଙ୍କର ସନ୍ତାନଗଣକୁ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ଦାଉଦ-ବଂଶକୁ ବିନାଶ କରିବା ପାଇଁ ସମ୍ମତ ନୋହିଲେ।
8 In Jehoram's days Edom rebelled against Judah's rule and set up their own king. ତାଙ୍କ ସମୟରେ ଇଦୋମୀୟ ଲୋକମାନେ ଯିହୁଦାର ଅଧୀନତାର ବିଦ୍ରୋହୀ ହୋଇ ଆପଣାମାନଙ୍କ ଉପରେ ଏକ ରାଜା କଲେ।
9 Jehoram crossed with his commanders and all his chariots. He rose at night and struck the Edomites surrounding him and the chariot commanders. ତହିଁରେ ଯିହୋରାମ୍‍ ଆପଣା ସେନାପତିମାନଙ୍କୁ ଓ ଆପଣା ସଙ୍ଗେ ସମସ୍ତ ରଥ ନେଇ ଯାତ୍ରା କଲେ; ପୁଣି ସେ ରାତ୍ରିକାଳେ ଉଠି ଆପଣାର ଚତୁର୍ଦ୍ଦିଗ ବେଷ୍ଟିତ ଇଦୋମୀୟମାନଙ୍କୁ ଓ ରଥାଧ୍ୟକ୍ଷମାନଙ୍କୁ ସଂହାର କଲେ।
10 Edom rebelled against Judah's rule to this day; Libnah also rebelled then, because he had abandoned our Father, the God of his ancestors. ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା; ସେହି ସମୟରେ ମଧ୍ୟ ଲିବ୍‍ନା ତାହାର ଅଧୀନତାର ବିଦ୍ରୋହୀ ହେଲା; ଯେହେତୁ ସେ ସଦାପ୍ରଭୁ ଆପଣା ପିତୃଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ।
11 He built high places on Judah's hills, led Jerusalem's people to prostitute themselves, and drew Judah astray. ଆହୁରି, ସେ ଯିହୁଦାର ନାନା ପର୍ବତରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଲେ ଓ ଯିହୁଦାକୁ ବିପଥରେ ନେଲେ।
12 A letter came to him from Elijah the prophet: Your Father, God of your ancestor David, says: Because you haven't walked in the ways of your father Jehoshaphat, or the ways of Asa king of Judah, ଏଉତ୍ତାରେ ତାଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍‍ବକ୍ତାଙ୍କଠାରୁ ଏକ ପତ୍ର ଆସିଲା, ଯଥା, “ସଦାପ୍ରଭୁ ତୁମ୍ଭ ପିତା ଦାଉଦର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଆପଣା ପିତା ଯିହୋଶାଫଟ୍‍ର ପଥରେ କିଅବା ଯିହୁଦାର ରାଜା ଆସାର ପଥରେ ଗମନ କରି ନାହଁ;
13 but walked like Israel's kings, led Judah and Jerusalem's people to be unfaithful, as Ahab's house led Israel, and killed your brothers—your father's house—men better than you, ମାତ୍ର ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କରିଅଛ, ପୁଣି ଆହାବର ବଂଶ ତୁଲ୍ୟ ଯିହୁଦାକୁ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଅଛ, ମଧ୍ୟ ତୁମ୍ଭଠାରୁ ଉତ୍ତମ ତୁମ୍ଭ ପିତୃବଂଶର ଭ୍ରାତୃଗଣକୁ ବଧ କରିଅଛ;
14 now your Father will strike your people, children, wives, and all your goods with a great plague. ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଲୋକମାନଙ୍କୁ ଓ ତୁମ୍ଭ ସନ୍ତାନଗଣକୁ ଓ ତୁମ୍ଭ ପତ୍ନୀମାନଙ୍କୁ ଓ ତୁମ୍ଭ ସମସ୍ତ ସମ୍ପତ୍ତିକୁ ମହାଘାତରେ ସଂହାର କରିବେ।
15 You will have a severe intestinal disease, until day by day your intestines come out. ପୁଣି, ତୁମ୍ଭେ ଅନ୍ତ୍ରପୀଡ଼ାରେ ମହାପୀଡ଼ିତ ହେବ, ଶେଷରେ ସେହି ପୀଡ଼ା ସକାଶୁ ତୁମ୍ଭ ଅନ୍ତ୍ର ଦିନକୁ ଦିନ ବାହରି ପଡ଼ିବ।”
16 Our Father stirred up against Jehoram the spirit of the Philistines and Arabs near the Cushites. ଏଥିଉତ୍ତାରେ ସଦାପ୍ରଭୁ ଯିହୋରାମ୍‍ଙ୍କର ପ୍ରତିକୂଳରେ ପଲେଷ୍ଟୀୟ ଓ କୂଶୀୟମାନଙ୍କ ନିକଟସ୍ଥ ଆରବୀୟମାନଙ୍କ ମନକୁ ଉତ୍ତେଜିତ କଲେ।
17 They attacked Judah, invaded it, and seized all the goods found in the king's palace, plus his sons and wives, leaving him no son except Jehoahaz, his youngest. ତହିଁରେ ସେମାନେ ଯିହୁଦାର ପ୍ରତିକୂଳରେ ଆସି ତାହା ଭାଙ୍ଗି ତହିଁ ମଧ୍ୟରେ ପ୍ରବେଶ କଲେ ଓ ରାଜଗୃହରେ ପ୍ରାପ୍ତ ସକଳ ସମ୍ପତ୍ତି, ମଧ୍ୟ ପୁତ୍ରଗଣକୁ ଓ ପତ୍ନୀଗଣକୁ ନେଇଗଲେ; ତହିଁରେ ତାଙ୍କର କନିଷ୍ଠ ପୁତ୍ର ଯିହୋୟାହସ୍‍ ବ୍ୟତୀତ ଆଉ ତାଙ୍କର ଗୋଟିଏ ପୁତ୍ର ଅବଶିଷ୍ଟ ରହିଲା ନାହିଁ।
18 After all this, our Father struck him with an incurable disease in his intestines. ଏସବୁର ଉତ୍ତାରେ ସଦାପ୍ରଭୁ ତାଙ୍କୁ ଅସାଧ୍ୟ ଅନ୍ତ୍ରବ୍ୟାଧିରେ ଆଘାତ କଲେ।
19 In time, after two years, his intestines came out because of his disease, and he died in agony. His people made no fire for him, as they had for his ancestors. ତହିଁରେ ସମୟାନୁକ୍ରମେ ଦୁଇ ବର୍ଷ ଶେଷରେ ସେହି ପୀଡ଼ା ସକାଶୁ ତାଙ୍କର ଅନ୍ତ୍ର ବାହାରି ପଡ଼ିଲା ଓ ସେ ଉତ୍କଟ ପୀଡ଼ାରେ ମଲେ। ତହୁଁ ତାଙ୍କର ଲୋକମାନେ ତାଙ୍କର ପିତୃଗଣର ଦାହ ଅନୁଯାୟୀ ତାଙ୍କ ପାଇଁ ଦାହ କଲେ ନାହିଁ।
20 He was thirty-two when crowned king; he reigned eight years in Jerusalem. He died unmourned, buried in the City of David, but not among the kings' tombs. ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ ଓ ସେ ପ୍ରିୟପାତ୍ର ନ ହୋଇ ମଲେ; ଆଉ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ ନୁହେଁ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]