Skip to content
The Believer's Library

Indian Revised Version(IRV) Odia - 2021

2 Chronicles 22 IRVOry

Show IRVOry only
Verse × ×
1 The people of Jerusalem made his youngest son Ahaziah king in his place, since the raiders who came with the Arabs into the camp had killed all the older sons. So Ahaziah son of Jehoram king of Judah became king. ଏଥିଉତ୍ତାରେ ଯିରୂଶାଲମ ନିବାସୀମାନେ ତାଙ୍କର କନିଷ୍ଠ ପୁତ୍ର ଅହସୀୟଙ୍କୁ ତାଙ୍କ ପଦରେ ରାଜା କଲେ; କାରଣ ଆରବୀୟମାନଙ୍କ ସହିତ ଯେଉଁ ଲୋକଦଳ ଛାଉଣିକୁ ଆସିଥିଲେ, ସେମାନେ ଜ୍ୟେଷ୍ଠ ସମସ୍ତଙ୍କୁ ବଧ କରିଥିଲେ। ଏହେତୁ ଯିହୁଦାର ରାଜା ଯିହୋରାମ୍‍ଙ୍କର ପୁତ୍ର ଅହସୀୟ ରାଜ୍ୟ କଲେ।
2 Ahaziah became king at twenty-two and reigned one year in Jerusalem. His mother was Athaliah, granddaughter of Omri. ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବୟାଳିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅଥଲୀୟା, ସେ ଅମ୍ରିରର କନ୍ୟା ଥିଲେ।
3 He too followed the ways of Ahab's house, for his mother counseled him to do evil. ଅହସୀୟ ଆହାବ-ବଂଶର ପଥରେ ଗମନ କଲେ; କାରଣ ଦୁଷ୍କର୍ମ କରିବା ପାଇଁ ତାଙ୍କର ମାତା ତାଙ୍କର ମନ୍ତ୍ରଣାଦାୟିନୀ ଥିଲେ।
4 He did evil in our Father's eyes, like Ahab's house, for after his father's death they were his counselors, to his ruin. ତହିଁରେ ସେ ଆହାବ-ବଂଶ ଅନୁଯାୟୀ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; କାରଣ ତାଙ୍କର ପିତାଙ୍କ ମୃତ୍ୟୁୁ ଉତ୍ତାରେ ସେମାନେ ତାଙ୍କ ବିନାଶାର୍ଥେ ତାଙ୍କର ପରାମର୍ଶଦାତା ଥିଲେ।
5 He followed their advice too, joining Joram son of Ahab, Israel's king, to fight Hazael king of Aram at Ramoth-gilead, where the Arameans wounded Joram. ମଧ୍ୟ ସେ ସେମାନଙ୍କ ପରାମର୍ଶନୁସାରେ ଚାଲିଲେ, ପୁଣି ସେ ଇସ୍ରାଏଲର ରାଜା ଆହାବଙ୍କର ପୁତ୍ର ଯିହୋରାମ୍‍ଙ୍କ ସଙ୍ଗେ ରାମୋତ୍‍-ଗିଲୀୟଦରେ ଅରାମର ରାଜା ହସାୟେଲ ପ୍ରତିକୂଳରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟମାନେ ଯୋରାମ୍‍ଙ୍କୁ କ୍ଷତବିକ୍ଷତ କଲେ।
6 So he returned to Jezreel to recover from the wounds he received at Ramah fighting Hazael king of Aram. Ahaziah son of Jehoram king of Judah went down to Jezreel to see Joram son of Ahab, because he was wounded. ଏଣୁ ସେ ଅରାମର ରାଜା ହସାୟେଲ ପ୍ରତିକୂଳରେ ଯୁଦ୍ଧ କରିବା ବେଳେ ରାମାରେ ଯେଉଁ ଆଘାତ ପାଇଥିଲେ, ତହିଁରୁ ଆରୋଗ୍ୟ ପାଇବା ନିମନ୍ତେ ଯିଷ୍ରିୟେଲକୁ ଫେରିଗଲେ। ପୁଣି, ଆହାବଙ୍କର ପୁତ୍ର ଯିହୋରାମ୍‍ ପୀଡ଼ିତ ହେବା ସକାଶୁ ଯିହୁଦାର ରାଜା ଯିହୋରାମ୍‍ଙ୍କର ପୁତ୍ର ଅସରୀୟ ଯିଷ୍ରିୟେଲରେ ତାଙ୍କୁ ଦେଖିବାକୁ ଗଲେ।
7 Ahaziah's downfall came from our Father when he visited Joram. On arriving, he went out with Jehoram against Jehu son of Nimshi, whom our Father had anointed to destroy the house of Ahab. ଅହସୀୟ ଯୋରାମ୍‍ଙ୍କ ନିକଟକୁ ଯିବା ସକାଶୁ ପରମେଶ୍ୱରଙ୍କ ଆଡ଼ୁ ତାଙ୍କର ବିନାଶ ଘଟିଲା; କାରଣ ଆହାବ ବଂଶକୁ ଉଚ୍ଛିନ୍ନ କରିବା ପାଇଁ ସଦାପ୍ରଭୁ ନିମ୍‍ଶିର ପୁତ୍ର ଯେଉଁ ଯେହୂଙ୍କୁ ଅଭିଷିକ୍ତ କରିଥିଲେ, ତାଙ୍କର ପ୍ରତିକୂଳରେ ସେ ଆସି ଯୋରାମ୍‍ଙ୍କ ସଙ୍ଗେ ଗଲେ।
8 As Jehu carried out judgment on Ahab's house, he found Judah's officials and Ahaziah's nephews who served Ahaziah, and killed them. ତହିଁରେ ଯେହୂ ଆହାବ-ବଂଶ ଉପରେ ଦଣ୍ଡାଜ୍ଞା ସଫଳ କରିବା ବେଳେ ସେ ଯିହୁଦାର ଅଧିପତିମାନଙ୍କୁ ଓ ଅହସୀୟଙ୍କର ପରିଚର୍ଯ୍ୟାକାରୀ ଅହସୀୟଙ୍କର ଭ୍ରାତୃପୁତ୍ରଗଣକୁ ପାଇ ବଧ କଲେ।
9 He searched for Ahaziah, who was captured while hiding in Samaria. They brought him to Jehu and killed him, then buried him, saying, "He is Jehoshaphat's son, who sought our Father with all his heart." So Ahaziah's house had no one strong enough to hold the kingdom. ଏସମୟରେ ଅହସୀୟ ଶମରୀୟାରେ ଲୁଚିଥିଲେ, ତହିଁରେ ଯେହୂ ତାଙ୍କର ଅନ୍ୱେଷଣ କରନ୍ତେ, ଲୋକମାନେ ତାଙ୍କୁ ଧରି ଯେହୂଙ୍କ ନିକଟକୁ ଆଣି ତାଙ୍କୁ ବଧ କଲେ; ପୁଣି ଲୋକମାନେ ତାଙ୍କୁ କବର ଦେଲେ, କାରଣ ସେମାନେ କହିଲେ, “ଯେଉଁ ଯିହୋଶାଫଟ୍‍ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ, ଏ ତାଙ୍କର ସନ୍ତାନ।” ଏଉତ୍ତାରେ ଅହସୀୟଙ୍କ ବଂଶ ରାଜ୍ୟ ରଖିବାକୁ ସମର୍ଥ ହେଲେ ନାହିଁ।
10 When Athaliah, Ahaziah's mother, saw her son was dead, she set out to destroy all the royal offspring of Judah's house. ଏଥିମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ଯିହୁଦା-ଗୋଷ୍ଠୀର ସମସ୍ତ ରାଜବଂଶ ବିନାଶ କଲେ।
11 But Jehoshabeath the king's daughter took Joash son of Ahaziah, stealing him from among the royal sons about to be killed, and hid him with his nurse in a bedroom. So Jehoshabeath, King Jehoram's daughter, Jehoiada the priest's wife and Ahaziah's sister, hid him from Athaliah, so she did not kill him. ମାତ୍ର ରାଜାଙ୍କର କନ୍ୟା ଯିହୋଶାବତ୍‍ ଅହସୀୟଙ୍କର ପୁତ୍ର ଯୋୟାଶ୍‍ଙ୍କୁ ନେଇଗଲା ଓ ଯେଉଁ ରାଜପୁତ୍ରମାନେ ହତ ହେଲେ, ସେମାନଙ୍କ ମଧ୍ୟରୁ ତାଙ୍କୁ ଚୋରାଇ ନେଇ ତାଙ୍କୁ ଓ ତାଙ୍କର ଧାତ୍ରୀକୁ ଶୟନାଗାରରେ ରଖିଲା। ଏହିରୂପେ ଯିହୋୟାଦା ଯାଜକର ଭାର୍ଯ୍ୟା, ଯିହୋରାମ୍‍ ରାଜାଙ୍କର କନ୍ୟା, ଅହସୀୟଙ୍କର ଭଗିନୀ ଯିହୋଶାବତ୍‍, ଅଥଲୀୟାଙ୍କଠାରୁ ତାଙ୍କୁ ଲୁଚାଇଲା, ତେଣୁ ସେ ତାଙ୍କୁ ବଧ କରି ପାରିଲେ ନାହିଁ।
12 He stayed hidden with them in the house of our Father six years while Athaliah reigned over the land. ଏଉତ୍ତାରେ ଯୋୟାଶ୍‍ ସେମାନଙ୍କ ସଙ୍ଗେ ପରମେଶ୍ୱରଙ୍କ ଗୃହରେ ଛଅ ବର୍ଷ ରହିଲେ; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]