Skip to content
The Believer's Library

Indian Revised Version(IRV) Odia - 2021

2 Chronicles 24 IRVOry

Show IRVOry only
Verse × ×
1 Joash became king at seven, and reigned forty years in Jerusalem. His mother Zibiah was from Beersheba. ଯୋୟାଶ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ସାତ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ସିବୀୟା, ଯେ ବେର୍‍ଶେବା ନିବାସିନୀ ଥିଲେ।
2 Joash did what was right in our Father's eyes all the days of Jehoiada the priest. ପୁଣି, ଯିହୋୟାଦା ଯାଜକର ଜୀବନଯାଏ ଯୋୟାଶ୍‍ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
3 Jehoiada chose two wives for him, and Joash had sons and daughters. ଯିହୋୟାଦା ତାଙ୍କୁ ଦୁଇ କନ୍ୟା ବିବାହ କରାଇଲେ ଓ ତାଙ୍କର ପୁତ୍ରକନ୍ୟା ଜାତ ହେଲେ।
4 Some time later, Joash set his heart on restoring the house of our Father. ଏଥିଉତ୍ତାରେ ସଦାପ୍ରଭୁଙ୍କ ଗୃହର ମରାମତି କରିବାକୁ ଯୋୟାଶ୍‍ଙ୍କର ମନ ହେଲା।
5 He gathered the priests and Levites, told them, "Go to Judah's cities, collect money from all Israel yearly to repair your Father's house—hurry." But the Levites didn't hurry. ତହିଁରେ ସେ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କରି କହିଲେ, “ତୁମ୍ଭେମାନେ ଯିହୁଦାର ସମସ୍ତ ନଗରକୁ ଯାଅ ଓ ବର୍ଷକୁ ବର୍ଷ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ଦୃଢ଼ କରିବା ନିମନ୍ତେ ସମଗ୍ର ଇସ୍ରାଏଲ ନିକଟରୁ ମୁଦ୍ରା ସଂଗ୍ରହ କର, ଏବଂ ଏହି କାର୍ଯ୍ୟ ଶୀଘ୍ର କର।” ତଥାପି ଲେବୀୟମାନେ ତାହା ଶୀଘ୍ର କଲେ ନାହିଁ।
6 The king summoned Jehoiada the chief priest: "Why haven't you required the Levites to bring the tax from Judah and Jerusalem that Moses, our Father's servant, and the assembly set on Israel for the tent of testimony?" ଏଥିରେ ରାଜା ପ୍ରଧାନ ଯିହୋୟାଦାକୁ ଡାକି କହିଲେ, “ସାକ୍ଷ୍ୟ-ତମ୍ବୁ ନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ-ମଣ୍ଡଳୀ ଦ୍ୱାରା ଯେଉଁ କର ନିରୂପିତ ହୋଇଅଛି, ତାହା ତୁମ୍ଭେ ଯିହୁଦା ଓ ଯିରୂଶାଲମରୁ ଆଣିବା ପାଇଁ କାହିଁକି ଲେବୀୟମାନଙ୍କୁ ଆଦେଶ କରି ନାହଁ?”
7 Athaliah's sons, that wicked woman, broke into our Father's house and even used all the holy things of our Father's house in worship of the Baals. କାରଣ ସେହି ଦୁଷ୍ଟା ସ୍ତ୍ରୀ ଅଥଲୀୟାର ପୁତ୍ରମାନେ ପରମେଶ୍ୱରଙ୍କ ଗୃହ ଭଗ୍ନ କରିଥିଲେ; ମଧ୍ୟ ସଦାପ୍ରଭୁଙ୍କ ଗୃହର ସମସ୍ତ ପବିତ୍ରୀକୃତ ବସ୍ତୁ ବାଲ୍‍ ଦେବଗଣକୁ ଦେଲେ।
8 At the king's order, they made a chest and set it outside our Father's house gate. ରାଜା ଏହିପରି ଆଜ୍ଞା କରନ୍ତେ, ସେମାନେ ଏକ ସିନ୍ଦୁକ ନିର୍ମାଣ କରି ବାହାରେ ସଦାପ୍ରଭୁଙ୍କ ଗୃହର ଦ୍ୱାର ନିକଟରେ ରଖିଲେ।
9 They announced in Judah and Jerusalem: bring our Father the tax Moses, our Father's servant, set on Israel in the wilderness. ଆଉ, ପରମେଶ୍ୱରଙ୍କ ସେବକ ମୋଶା ପ୍ରାନ୍ତରରେ ଇସ୍ରାଏଲ ଉପରେ ଯେଉଁ କର ବସାଇଥିଲେ, ତାହା ସଦାପ୍ରଭୁଙ୍କ ନିମନ୍ତେ ଆଣିବା ପାଇଁ ସେମାନେ ଯିହୁଦା ଓ ଯିରୂଶାଲମରେ ଘୋଷଣା କରାଇଲେ।
10 All the officials and all the people rejoiced, bringing and dropping their gifts into the chest until full. ଏଥିରେ ଅଧିପତି ସମସ୍ତେ ଓ ସମଗ୍ର ଲୋକ ଆନନ୍ଦ କଲେ ଓ ସେମାନେ ସମାପ୍ତ ନ କରିବା ପର୍ଯ୍ୟନ୍ତ ଆଣି ସିନ୍ଦୁକରେ ପକାଇଲେ।
11 Whenever the Levites brought the chest to the king's officials and saw it full of money, the royal secretary and chief priest's officer emptied it and returned it to its place. Daily they collected much money. ତହୁଁ ଏପରି ହେଲା ଯେ, ଯେଉଁ ସମୟରେ ସିନ୍ଦୁକ ଲେବୀୟମାନଙ୍କ ହସ୍ତ ଦ୍ୱାରା ରାଜାଙ୍କ ନିରୂପିତ ସ୍ଥାନକୁ ଅଣାଗଲା ଓ ତହିଁରେ ବହୁତ ମୁଦ୍ରା ଅଛି ବୋଲି ସେମାନେ ଦେଖିଲେ, ସେତେବେଳେ ରାଜାଙ୍କର ଲେଖକ ଓ ପ୍ରଧାନ ଯାଜକର କର୍ମଚାରୀ ଆସି ସିନ୍ଦୁକ ଖାଲି କଲେ, ଆଉ ତାହା ନେଇ ପୁନର୍ବାର ସ୍ୱ ସ୍ଥାନରେ ରଖିଲେ। ଏହିରୂପେ ସେମାନେ ପ୍ରତିଦିନ କଲେ ଓ ପ୍ରଚୁର ମୁଦ୍ରା ସଂଗ୍ରହ କଲେ।
12 The king and Jehoiada gave it to workers on our Father's house, who hired masons and carpenters to restore it, and iron and bronze workers to repair our Father's house. ଆଉ, ରାଜା ଓ ଯିହୋୟାଦା ସଦାପ୍ରଭୁଙ୍କ ଗୃହର ସେବାକର୍ମକାରୀମାନଙ୍କୁ ତାହା ଦେଲେ; ତହିଁରେ ସେମାନେ ସଦାପ୍ରଭୁଙ୍କ ଗୃହର ମରାମତି ନିମନ୍ତେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ, ମଧ୍ୟ ସଦାପ୍ରଭୁଙ୍କ ଗୃହ ଦୃଢ଼ କରିବା ନିମନ୍ତେ ଲୌହ ଓ ପିତ୍ତଳ କର୍ମକାରୀମାନଙ୍କୁ ବେତନ ଦେଇ ନିଯୁକ୍ତ କଲେ।
13 Workers labored; repair progressed by their hands. They restored our Father's house to its form and strengthened it. ଏହିରୂପେ କର୍ମକାରୀମାନେ କାର୍ଯ୍ୟ କଲେ ଓ ସେମାନଙ୍କ ଦ୍ୱାରା କାର୍ଯ୍ୟ ସିଦ୍ଧ ହେଲା, ଆଉ ସେମାନେ ପରମେଶ୍ୱରଙ୍କ ଗୃହ ପୂର୍ବାବସ୍ଥାରେ ସ୍ଥାପନ କରି ତାହା ଦୃଢ଼ କଲେ।
14 When finished, they brought the rest of the money to the king and Jehoiada, making from it articles for our Father's house: vessels for service and burnt offerings, dishes, gold and silver vessels. They offered burnt offerings in our Father's house continually, all Jehoiada's lifetime. ପୁଣି, ସେମାନେ କାର୍ଯ୍ୟ ସମାପ୍ତ କରନ୍ତେ, ରାଜାଙ୍କର ଓ ଯିହୋୟାଦାର ସମ୍ମୁଖକୁ ଅବଶିଷ୍ଟ ମୁଦ୍ରା ଆଣିଲେ, ତଦ୍ଦ୍ୱାରା ସଦାପ୍ରଭୁଙ୍କ ଗୃହ ନିମନ୍ତେ ନାନା ପାତ୍ର, ଅର୍ଥାତ୍‍, ପରିଚର୍ଯ୍ୟାର୍ଥକ ଓ ବଳିଦାନାର୍ଥକ ପାତ୍ର, ପୁଣି ଚାମଚ ଓ ସ୍ୱର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ନିର୍ମାଣ କରାଗଲା। ଆଉ, ସେମାନେ ଯିହୋୟାଦାର ଜୀବନଯାଏ ସଦାପ୍ରଭୁଙ୍କ ଗୃହରେ ନିତ୍ୟ ହୋମବଳି ଉତ୍ସର୍ଗ କଲେ।
15 Jehoiada grew old and full of years, then died; at his death he was 130 years old. ମାତ୍ର ଯିହୋୟାଦା ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ମଲା; ମରଣ ସମୟରେ ତାହାର ବୟସ ଏକ ଶହ ତିରିଶ ବର୍ଷ ହୋଇଥିଲା
16 They buried him in the City of David among the kings, for doing good in Israel toward our Father and his house. ପୁଣି ଲୋକମାନେ ଦାଉଦ-ନଗରରେ ରାଜାମାନଙ୍କ ମଧ୍ୟରେ ତାହାକୁ କବର ଦେଲେ, କାରଣ ସେ ଇସ୍ରାଏଲ ମଧ୍ୟରେ, ଆଉ ପରମେଶ୍ୱର ଓ ତାହାଙ୍କ ଗୃହ ବିଷୟରେ ଉତ୍ତମ କର୍ମ କରିଥିଲା।
17 After Jehoiada died, Judah's officials came and bowed to the king, and he listened to them. ଯିହୋୟାଦାର ମରଣ ଉତ୍ତାରେ ଯିହୁଦାର ଅଧିପତିମାନେ ଆସି ରାଜାଙ୍କୁ ପ୍ରଣାମ କଲେ। ତହିଁରେ ରାଜା ସେମାନଙ୍କ କଥାରେ ମନୋଯୋଗ କଲେ।
18 They abandoned our Father's house, God of their ancestors, served Asherah poles and idols—so anger came on Judah and Jerusalem for this guilt. ଏଉତ୍ତାରେ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରି ଆଶେରା ମୂର୍ତ୍ତି ଓ ପ୍ରତିମାଗଣର ସେବା କଲେ; ତହିଁରେ ସେମାନଙ୍କର ଏହି ଅପରାଧ ସକାଶୁ ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।
19 Yet our Father sent them prophets to bring them back to himself; they warned them, but they wouldn't listen. ତଥାପି ସଦାପ୍ରଭୁଙ୍କ ନିକଟକୁ ପୁନର୍ବାର ସେମାନଙ୍କୁ ଆଣିବା ପାଇଁ ସେ ଭବିଷ୍ୟଦ୍‍ବକ୍ତାମାନଙ୍କୁ ପଠାଇଲେ; ତହିଁରେ ସେମାନେ ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଲେ। ମାତ୍ର ସେମାନେ କର୍ଣ୍ଣ ଦେବାକୁ ସମ୍ମତ ନୋହିଲେ।
20 Then the Spirit of our Father came on Zechariah son of Jehoiada the priest. He stood before the people and said, "This is what our Father says: Why break his commands? You won't succeed—you abandoned him, so he abandons you." ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଯିହୋୟାଦା ଯାଜକର ପୁତ୍ର ଜିଖରୀୟ ଉପରେ ଅଧିଷ୍ଠାନ କଲେ, ତହିଁରେ ସେ ଲୋକମାନଙ୍କ ମଧ୍ୟରେ ଉଚ୍ଚସ୍ଥାନରେ ଠିଆ ହୋଇ ସେମାନଙ୍କୁ କହିଲା, “ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଆଜ୍ଞାସବୁ ଲଙ୍ଘନ କରୁଅଛ? ଏଥିରେ କୃତକାର୍ଯ୍ୟ ନୋହିବ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବାରୁ ସେ ମଧ୍ୟ ତୁମ୍ଭମାନଙ୍କୁ ପରିତ୍ୟାଗ କରିଅଛନ୍ତି।”
21 They conspired against him, stoning him in our Father's house courtyard at the king's command. ତହିଁରେ ସେମାନେ ତାହା ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ରାଜାଜ୍ଞାରେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ତାହାକୁ ପ୍ରସ୍ତରାଘାତ କଲେ।
22 King Joash forgot the kindness Zechariah's father Jehoiada had shown him and killed his son. As Zechariah was dying he said, "May our Father see and require it." ଏହିରୂପେ, ତାହାର ପିତା ଯିହୋୟାଦା ଯୋୟାଶ୍‍ ରାଜାଙ୍କ ପ୍ରତି ଯେଉଁ ଦୟା ପ୍ରକାଶ କରିଥିଲା, ତାହା ସ୍ମରଣ ନ କରି ସେ ତାହାର ପୁତ୍ରକୁ ବଧ କଲେ। ପୁଣି, ସେ ମରଣକାଳରେ କହିଲା, “ସଦାପ୍ରଭୁ ଏଥିପ୍ରତି ଦୃଷ୍ଟିପାତ କରନ୍ତୁ ଓ ତହିଁର ପରିଶୋଧ ନେଉନ୍ତୁ।”
23 At the turn of the year Aram's army attacked Joash, invaded Judah and Jerusalem, killed all the people's officials, sent all their plunder to Damascus's king. ଏଥିଉତ୍ତାରେ ବର୍ଷ ଶେଷରେ ଅରାମୀୟ ସୈନ୍ୟ ତାଙ୍କର ପ୍ରତିକୂଳରେ ଆସିଲେ; ପୁଣି ସେମାନେ ଯିହୁଦା ଓ ଯିରୂଶାଲମକୁ ଆସି ଲୋକମାନଙ୍କ ମଧ୍ୟରୁ ସେମାନଙ୍କ ସମସ୍ତ ଅଧିପତିଙ୍କୁ ବିନାଶ କଲେ ଓ ସେମାନଙ୍କଠାରୁ ସକଳ ଲୁଟଦ୍ରବ୍ୟ ନେଇ ଦମ୍ମେଶକର ରାଜା ନିକଟକୁ ପଠାଇଲେ।
24 Though Aram's army came with few men, our Father gave a much larger army into their hand, since Judah abandoned our Father, the God of their ancestors. So judgment fell on Joash. ଅରାମୀୟ ସୈନ୍ୟ ଅଳ୍ପ ଲୋକଦଳ ନେଇ ଆସିଥିଲେ; ତଥାପି ସଦାପ୍ରଭୁ ସେମାନଙ୍କ ହସ୍ତରେ ମହାସୈନ୍ୟଦଳକୁ ସମର୍ପଣ କଲେ, କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ। ଏହିରୂପେ ସେମାନେ ଯୋୟାଶ୍‍ଙ୍କ ଉପରେ ଦଣ୍ଡାଜ୍ଞା ସଫଳ କଲେ।
25 When the Arameans left, leaving him badly wounded, his servants conspired against him for the blood of Jehoiada the priest's son, killing him on his bed. He died and was buried in the City of David, not in the kings' tombs. ଆଉ, ସେମାନେ ତାଙ୍କ ନିକଟରୁ ପ୍ରସ୍ଥାନ କଲା ଉତ୍ତାରେ ତାଙ୍କର ନିଜ ଦାସମାନେ ଯିହୋୟାଦା ଯାଜକର ପୁତ୍ରମାନଙ୍କ ରକ୍ତପାତ ସକାଶୁ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କର ଶଯ୍ୟାରେ ତାଙ୍କୁ ବଧ କରନ୍ତେ, ସେ ମଲେ, କାରଣ ଅରାମୀୟ ସୈନ୍ୟ ତାଙ୍କୁ ମହାପୀଡ଼ିତାବସ୍ଥାରେ ଛାଡ଼ି ଯାଇଥିଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ କବର ଦେଲେ ନାହିଁ।
26 Conspirators against him: Zabad son of Shimeath, Ammonite woman, and Jehozabad son of Shimrith, Moabite woman. ଅମ୍ମୋନୀୟା ଶିମୀୟତର ପୁତ୍ର ସାବଦ୍‍ ଓ ମୋୟାବ ବଂଶୀୟା ଶିମ୍ରୀତର ପୁତ୍ର ଯିହୋଷାବଦ୍‍, ଏମାନେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ।
27 His sons, the many prophecies against him, and rebuilding our Father's house are written in the Book of the Kings' commentary; his son Amaziah reigned in his place. ତାଙ୍କ ପୁତ୍ରମାନଙ୍କ କଥା ଓ ତାଙ୍କ ଉପରେ ଥିବା ଭାରର ଗୁରୁତ୍ୱ ଓ ପରମେଶ୍ୱରଙ୍କ ଗୃହର ପୁନଃନିର୍ମାଣ ବିବରଣ, ଦେଖ, ଏସବୁ ରାଜାବଳୀ ପୁସ୍ତକର ଟୀକାରେ ଲିଖିତ ଅଛି। ଏଉତ୍ତାରେ ତାଙ୍କର ପୁତ୍ର ଅମତ୍‍ସୀୟ ତାଙ୍କ ପଦରେ ରାଜ୍ୟ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]