Skip to content
The Believer's Library

Indian Revised Version(IRV) Odia - 2021

2 Chronicles 25 IRVOry

Show IRVOry only
Verse × ×
1 Amaziah became king at twenty-five and reigned twenty-nine years in Jerusalem. His mother was Jehoaddan of Jerusalem. ଅମତ୍‍ସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିହୋୟଦ୍ଦନ୍‍, ସେ ଯିରୂଶାଲମ ନିବାସିନୀ ଥିଲେ।
2 He did what was right in the eyes of our Father, but not wholeheartedly. ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ସିଦ୍ଧ ଅନ୍ତଃକରଣରେ କଲେ ନାହିଁ।
3 Once the kingdom was firmly his, he executed the servants who had killed his father the king. ତାଙ୍କର ରାଜ୍ୟ ସୁସ୍ଥିର ହୁଅନ୍ତେ, ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ।
4 But he did not put their children to death, as written in the Law, the book of Moses, where our Father commanded, "Parents must not die for their children, nor children for their parents; each dies for his own sin." ତଥାପି ସେ ସେମାନଙ୍କ ସନ୍ତାନଗଣକୁ ବଧ କଲେ ନାହିଁ; “ମାତ୍ର ସନ୍ତାନଗଣ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନଗଣର ପ୍ରାଣଦଣ୍ଡ ହେବ ନାହିଁ,” କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁଭୋଗ କରିବ; ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ କର୍ମ କଲେ।
5 Amaziah gathered Judah, organized them by ancestral houses under commanders of thousands and hundreds, for all Judah and Benjamin. He counted those twenty and up: 300,000 chosen men fit for war, handling spear and shield. ଆହୁରି, ଅମତ୍‍ସୀୟ ଯିହୁଦା-ବଂଶକୁ ଏକତ୍ର କଲେ, ପୁଣି ସମସ୍ତ ଯିହୁଦା ଓ ବିନ୍ୟାମୀନ୍‍ର ପିତୃବଂଶାନୁସାରେ ସହସ୍ରପତି ଓ ଶତପତିମାନଙ୍କ ଅଧୀନରେ ସେମାନଙ୍କୁ ଶ୍ରେଣୀବଦ୍ଧ କଲେ; ପୁଣି, ସେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲୋକମାନଙ୍କୁ ଗଣନା କରନ୍ତେ, ବର୍ଚ୍ଛା ଓ ଢାଲ ଧରି ଯୁଦ୍ଧକୁ ଯିବାକୁ ସମର୍ଥ ତିନି ଲକ୍ଷ ବଛା ଲୋକ ପାଇଲେ।
6 He also hired 100,000 strong warriors from Israel for about 7,500 pounds of silver. ମଧ୍ୟ ସେ ଏକ ଶହ ତାଳନ୍ତ ରୂପା ବେତନ ଦେଇ ଇସ୍ରାଏଲ ମଧ୍ୟରୁ ଏକ ଲକ୍ଷ ମହାବିକ୍ରମଶାଳୀ ଲୋକଙ୍କୁ ନିଯୁକ୍ତ କଲେ।
7 A man of our Father came to him: "King, don't let Israel's army go with you, for our Father is not with Israel—all these Ephraimites. ମାତ୍ର ପରମେଶ୍ୱରଙ୍କର ଏକ ଲୋକ ତାଙ୍କ ନିକଟକୁ ଆସି କହିଲେ, “ହେ ରାଜନ୍‍, ଇସ୍ରାଏଲର ସୈନ୍ୟ ଆପଣଙ୍କ ସଙ୍ଗରେ ନ ଯାଉନ୍ତୁ; କାରଣ ସଦାପ୍ରଭୁ ଇସ୍ରାଏଲ ସଙ୍ଗରେ, ଅର୍ଥାତ୍‍, ଇଫ୍ରୟିମର ସମସ୍ତ ସନ୍ତାନ ସଙ୍ଗରେ ନାହାନ୍ତି।
8 Even if you fight bravely, our Father will overthrow you before the enemy, for our Father has power to help or overthrow." ମାତ୍ର ଯେବେ ଆପଣ ଯିବେ, ତେବେ ସାହସରେ କାର୍ଯ୍ୟ କରନ୍ତୁ, ଯୁଦ୍ଧ କରିବାକୁ ବଳବାନ ହେଉନ୍ତୁ; ପରମେଶ୍ୱର ଶତ୍ରୁ ସମ୍ମୁଖରେ ଆପଣଙ୍କୁ ନିପାତ କରିବେ, କାରଣ ସାହାଯ୍ୟ କରିବାକୁ ଓ ନିପାତ କରିବାକୁ ପରମେଶ୍ୱରଙ୍କ ଶକ୍ତି ଅଛି।”
9 Amaziah asked the man of our Father, "But what about the roughly 7,500 pounds of silver I gave Israel's troops?" He replied, "Our Father can give you far more than this." ତହିଁରେ ଅମତ୍‍ସୀୟ ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ଭଲ, ମାତ୍ର ମୁଁ ଇସ୍ରାଏଲ-ସୈନ୍ୟକୁ ଯେଉଁ ଏକ ଶହ ତାଳନ୍ତ ରୂପା ଦେଇଅଛି, ତହିଁ ପାଇଁ ଆମ୍ଭେମାନେ କʼଣ କରିବା?” ଏଥିରେ ପରମେଶ୍ୱରଙ୍କ ଲୋକ ଉତ୍ତର କଲେ; “ସଦାପ୍ରଭୁ ତୁମ୍ଭକୁ ତହିଁରୁ ଅତି ଅଧିକ ଦେବାକୁ ସମର୍ଥ ଅଟନ୍ତି।”
10 So Amaziah sent home the troops that came to him from Ephraim. They burned with anger against Judah and returned home enraged. ତହୁଁ ଅମତ୍‍ସୀୟ ଇଫ୍ରୟିମରୁ ଆପଣା ନିକଟକୁ ଆଗତ ସୈନ୍ୟଦଳକୁ ସେମାନଙ୍କ ଗୃହକୁ ପୁନର୍ବାର ଯିବା ପାଇଁ ପୃଥକ କଲେ; ଏଣୁ ଯିହୁଦା ପ୍ରତିକୂଳରେ ସେମାନଙ୍କର କ୍ରୋଧ ଅତି ପ୍ରଜ୍ୱଳିତ ହେଲା ଓ ସେମାନେ ପ୍ରଚଣ୍ଡ କ୍ରୋଧରେ ଗୃହକୁ ଫେରିଗଲେ।
11 But Amaziah took courage, led out his people to the Valley of Salt, and struck down 10,000 men of Seir. ଏଉତ୍ତାରେ ଅମତ୍‍ସୀୟ ସାହସିକ ହୋଇ ଆପଣା ଲୋକଙ୍କୁ କଢ଼ାଇ ନେଇ ଲବଣ ଉପତ୍ୟକାକୁ ଗଲେ ଓ ସେୟୀର-ସନ୍ତାନଗଣର ଦଶ ସହସ୍ର ଲୋକଙ୍କୁ ବଧ କଲେ।
12 Judah's men also captured 10,000 alive, took them to the cliff top, and threw them down, smashing them all to pieces. ପୁଣି, ଯିହୁଦା-ସନ୍ତାନମାନେ ଅନ୍ୟ ଦଶ ସହସ୍ର ଲୋକଙ୍କୁ ଜୀବିତ ବନ୍ଦୀ କରି ନେଇଗଲେ ଓ ସେମାନଙ୍କୁ ଶୈଳଶିଖରକୁ ନେଇ ସେଠାରୁ ସେମାନଙ୍କୁ ତଳେ ପକାଇଦେଲେ, ତହିଁରେ ସେମାନେ ସମସ୍ତେ ଚୂର୍ଣ୍ଣ ହୋଇଗଲେ।
13 Meanwhile the troops Amaziah sent back, not letting them join the battle, raided Judah's cities from Samaria to Beth-horon, struck down 3,000 people, and carried off much plunder. ମାତ୍ର ଅମତ୍‍ସୀୟ ଯେଉଁ ସେନାମାନଙ୍କୁ ଆପଣା ସଙ୍ଗେ ଯୁଦ୍ଧକୁ ଯିବା ପାଇଁ ଉପଯୁକ୍ତ ମନେ ନ କରି ଫେରାଇ ଦେଇଥିଲେ, ସେମାନେ ଶମରୀୟାଠାରୁ ବେଥ୍-ହୋରଣ ପର୍ଯ୍ୟନ୍ତ ପଡ଼ି ଯିହୁଦାର ନଗରସବୁ ଆକ୍ରମଣ କଲେ ଓ ତିନି ସହସ୍ର ଲୋକଙ୍କୁ ବଧ କରି ବହୁତ ଲୁଟଦ୍ରବ୍ୟ ନେଲେ।
14 After Amaziah defeated the Edomites, he brought back the gods of Seir's people, set them up as his own gods, bowed to them, and burned offerings to them. ଅମତ୍‍ସୀୟ ଇଦୋମୀୟମାନଙ୍କୁ ସଂହାର କରି ଫେରି ଆସିଲା ଉତ୍ତାରେ ସେ ସେୟୀର-ସନ୍ତାନମାନଙ୍କ ଦେବଗଣକୁ ଆଣି ଆପଣାର ଦେବତା ହେବା ପାଇଁ ସ୍ଥାପନ କଲେ, ସେମାନଙ୍କ ସମ୍ମୁଖରେ ପ୍ରଣାମ କରି ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।
15 So our Father's anger burned against Amaziah, and he sent a prophet, who asked, "Why seek this people's gods, which couldn't save their own from your hand?" ଏହେତୁ ଅମତ୍‍ସୀୟଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ତାଙ୍କ ନିକଟକୁ ଏକ ଭବିଷ୍ୟଦ୍‍ବକ୍ତା ପଠାଇଲେ, ଯେ ତାଙ୍କୁ କହିଲା, “ଯେଉଁ ଦେବଗଣ ଆପଣା ଲୋକମାନଙ୍କୁ ଆପଣଙ୍କ ହସ୍ତରୁ ଉଦ୍ଧାର କଲେ ନାହିଁ, ଆପଣ କାହିଁକି ସେହି ଲୋକମାନଙ୍କ ଦେବଗଣର ଅନ୍ୱେଷଣ କରୁଅଛନ୍ତି?”
16 As he spoke, the king said, "Did we make you the king's counselor? Stop! Why be killed?" The prophet stopped but said, "I know our Father has determined to destroy you, because you did this and ignored my counsel." ସେ ତାଙ୍କୁ ଏହି କଥା କହିବା ବେଳେ, ରାଜା ତାହାକୁ କହିଲେ, “ଆମ୍ଭେମାନେ କʼଣ ତୁମ୍ଭକୁ ରାଜମନ୍ତ୍ରୀ କରିଅଛୁ? କ୍ଷାନ୍ତ ହୁଅ! କାହିଁକି ମାଡ଼ ଖାଇବ?” ଏଥିରେ ଭବିଷ୍ୟଦ୍‍ବକ୍ତା କ୍ଷାନ୍ତ ହୋଇ କହିଲା, “ମୁଁ ଜାଣେ, ପରମେଶ୍ୱର ଆପଣଙ୍କୁ ବିନାଶ କରିବା ପାଇଁ ସ୍ଥିର କରିଅଛନ୍ତି, କାରଣ ଆପଣ ଏହା କରିଅଛନ୍ତି ଓ ମୋʼ ପରାମର୍ଶରେ କର୍ଣ୍ଣପାତ କରି ନାହାନ୍ତି।”
17 Amaziah king of Judah consulted his advisers, then sent to Joash son of Jehoahaz, son of Jehu, king of Israel: "Come, let us face each other in battle." ଏଥିଉତ୍ତାରେ ଯିହୁଦାର ରାଜା ଅମତ୍‍ସୀୟ ପରାମର୍ଶ ନେଇ ଯେହୂଙ୍କର ପୌତ୍ର, ଯିହୋୟାହସ୍‍ଙ୍କର ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍‍ଙ୍କ ନିକଟକୁ ଲୋକ ପଠାଇ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।”
18 Joash king of Israel answered Amaziah king of Judah: "A Lebanon thistle sent to a Lebanon cedar, saying, 'Give your daughter to my son as wife.' But a wild Lebanon beast passed and trampled the thistle. ତହିଁରେ ଇସ୍ରାଏଲର ରାଜା ଯୋୟାଶ୍‍ ଯିହୁଦାର ରାଜା ଅମତ୍‍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ମୋʼ ପୁତ୍ର ସଙ୍ଗେ ବିବାହ ଦିଅ;’ ଏଥିମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା।
19 You said, 'Look, I have struck down Edom,' and your heart grew proud, boasting. Stay home. Why court disaster and fall—you and Judah with you?" ଦେଖ, ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ ବୋଲି କହୁଅଛ; ତେଣୁ ଦର୍ପ କରିବା ପାଇଁ ତୁମ୍ଭ ମନ ତୁମ୍ଭକୁ ପ୍ରବୃତ୍ତି ଦେଉଅଛି; ଏବେ ଆପଣା ଘରେ ଥାଅ, ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ?”
20 But Amaziah wouldn't listen—this was from our Father, to hand them over for seeking Edom's gods. ମାତ୍ର ଅମତ୍‍ସୀୟ ଶୁଣିଲେ ନାହିଁ; କାରଣ ଲୋକମାନେ ଇଦୋମୀୟ ଦେବଗଣର ଅନ୍ୱେଷଣ କରିବା ହେତୁରୁ ପରମେଶ୍ୱର ଯେପରି ସେମାନଙ୍କ ଶତ୍ରୁଗଣ ହସ୍ତରେ ସେମାନଙ୍କୁ ସମର୍ପଣ କରିବେ, ଏଥିପାଇଁ ତାହାଙ୍କ ଆଡ଼ୁ ଏହି ଘଟଣା ହେଲା।
21 So Joash king of Israel marched up, and he and Amaziah king of Judah faced off at Beth-shemesh in Judah. ତହୁଁ ଇସ୍ରାଏଲର ରାଜା ଯୋୟାଶ୍‍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦାର ରାଜା ଅମତ୍‍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।
22 Judah was defeated by Israel, and everyone fled to his own home. ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା, ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ।
23 Joash king of Israel captured Amaziah king of Judah, son of Joash, son of Jehoahaz, at Beth-shemesh, took him to Jerusalem, and broke down its wall from the Ephraim Gate to the Corner Gate—about 600 feet. ଆଉ, ଇସ୍ରାଏଲର ରାଜା ଯୋୟାଶ୍‍ ବେଥ୍-ଶେମଶରେ ଯିହୋୟାହସ୍‍ଙ୍କର ପୌତ୍ର, ଯୋୟାଶ୍‍ଙ୍କର ପୁତ୍ର, ଯିହୁଦାର ରାଜା ଅମତ୍‍ସୀୟଙ୍କୁ ଧରି ଯିରୂଶାଲମକୁ ଆଣିଲେ ଓ ଇଫ୍ରୟିମର ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।
24 He took all the gold, silver, and articles found in the house of our Father in Obed-edom's care, plus the palace treasures and hostages, and returned to Samaria. ପୁଣି, ପରମେଶ୍ୱରଙ୍କ ଗୃହରେ ଓବେଦ୍‍-ଇଦୋମର ଅଧୀନରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର ଓ ରାଜଗୃହର ଧନ, ମଧ୍ୟ ବନ୍ଧକ ଥିବା ଲୋକମାନଙ୍କୁ ନେଇ ଶମରୀୟାକୁ ଫେରିଗଲେ।
25 Amaziah son of Joash, king of Judah, lived fifteen years after Joash son of Jehoahaz, king of Israel, died. ଇସ୍ରାଏଲର ରାଜା ଯିହୋୟାହସ୍‍ଙ୍କର ପୁତ୍ର ଯୋୟାଶ୍‍ଙ୍କର ମୃତ୍ୟୁୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍‍ଙ୍କର ପୁତ୍ର ଅମତ୍‍ସୀୟ ପନ୍ଦର ବର୍ଷ ବଞ୍ଚିଲେ।
26 The rest of Amaziah's acts, first to last, are they not written in the Book of the Kings of Judah and Israel? ଏହି ଅମତ୍‍ସୀୟଙ୍କର ଅବଶିଷ୍ଟ କ୍ରିୟାର ଆଦ୍ୟନ୍ତ ବୃତ୍ତାନ୍ତ କʼଣ ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
27 After Amaziah turned from following our Father, they conspired against him in Jerusalem, and he fled to Lachish. But they sent men after him there and killed him. ଅମତ୍‍ସୀୟ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହେବା ସମୟଠାରୁ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ତହିଁରେ ସେ ଲାଖୀଶ୍‍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ଲାଖୀଶ୍‍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।
28 They brought him back on horseback and buried him with his ancestors in the City of Judah. ପୁଣି, ସେମାନେ ଅଶ୍ୱମାନଙ୍କ ଉପରେ ତାଙ୍କୁ ଆଣି ଯିହୁଦା-ନଗରରେ ତାଙ୍କର ପିତୃଗଣ ସହିତ ତାଙ୍କୁ କବର ଦେଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]