Skip to content
The Believer's Library

Indian Revised Version(IRV) Odia - 2021

2 Chronicles 26 IRVOry

Show IRVOry only
Verse × ×
1 Then all the people of Judah made Uzziah, sixteen years old, king in place of his father Amaziah. ଏଥିଉତ୍ତାରେ ଯିହୁଦାର ଲୋକ ସମସ୍ତେ ଷୋଳ ବର୍ଷ ବୟସ୍କ ଉଷୀୟଙ୍କୁ ନେଇ ତାଙ୍କର ପିତା ଅମତ୍‍ସୀୟଙ୍କର ପଦରେ ତାଙ୍କୁ ରାଜା କଲେ।
2 He rebuilt Eloth and restored it to Judah after the king rested with his ancestors. ରାଜାଙ୍କ ମୃତ୍ୟୁ ପରେ ଉଷୀୟ ଏଲତ୍‍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ।
3 Uzziah became king at sixteen and reigned fifty-two years in Jerusalem. His mother was Jecoliah of Jerusalem. ଉଷୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ବାବନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ।
4 He did what was right in our Father's eyes, just as his father Amaziah had done. ପୁଣି, ସେ ଆପଣା ପିତା ଅମତ୍‍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
5 He devoted himself to seeking our Father in Zechariah's days, who taught him to fear our Father; and while he sought our Father, he prospered. ଆଉ, ପରମେଶ୍ୱରୀୟ ଦର୍ଶନ ସମ୍ବନ୍ଧରେ ବୁଦ୍ଧିମାନ ଜିଖରୀୟର ସମୟରେ ସେ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣାକୁ ନିବିଷ୍ଟ କଲେ ଓ ସେ ଯେତେ ସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ, ସେତେ ସମୟ ପର୍ଯ୍ୟନ୍ତ ପରମେଶ୍ୱର ତାଙ୍କୁ କୃତକାର୍ଯ୍ୟ ହେବାକୁ ଦେଲେ।
6 He went out and fought the Philistines, tearing down the walls of Gath, Jabneh, and Ashdod. He built cities near Ashdod and among the Philistines. ପୁଣି, ସେ ଯାଇ ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଯୁଦ୍ଧ କଲେ; ଆଉ ଗାଥ୍‍-ନଗରର ପ୍ରାଚୀର ଓ ଯବ୍‍ନିର ପ୍ରାଚୀର ଓ ଅସ୍ଦୋଦର ପ୍ରାଚୀର ଭାଙ୍ଗି ପକାଇଲେ; ପୁଣି ଅସ୍ଦୋଦ ଦେଶରେ ଓ ପଲେଷ୍ଟୀୟମାନଙ୍କ ମଧ୍ୟରେ ନାନା ନଗର ନିର୍ମାଣ କଲେ
7 Our Father helped him against the Philistines, the Arabs of Gur-baal, and the Meunites. ଆହୁରି, ପରମେଶ୍ୱର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଓ ଗୁରୁବାଲ୍‍-ନିବାସୀ ଆରବୀୟମାନଙ୍କ ଓ ମିୟୂନୀୟମାନଙ୍କ ପ୍ରତିକୂଳରେ ତାଙ୍କର ସାହାଯ୍ୟ କଲେ।
8 The Ammonites paid tribute to Uzziah, and his fame reached the border of Egypt, for he had grown very strong. ପୁଣି, ଅମ୍ମୋନୀୟମାନେ ଉଷୀୟଙ୍କୁ ଦର୍ଶନୀ ଦେଲେ ଓ ତାଙ୍କର ନାମ ମିସରର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେଲା; କାରଣ ସେ ବେଳକୁ ବେଳ ବଳିଷ୍ଠ ହେଲେ।
9 Uzziah built towers in Jerusalem at the Corner Gate, the Valley Gate, and the Angle, and fortified them. ଆହୁରି, ଉଷୀୟ ଯିରୂଶାଲମର କୋଣ-ଦ୍ୱାରରେ ଓ ଉପତ୍ୟକା-ଦ୍ୱାରରେ ଓ ପ୍ରାଚୀର-କୋଣରେ ଦୁର୍ଗ ନିର୍ମାଣ କରି ତାହାସବୁ ଦୃଢ କଲେ।
10 He built desert towers and dug many cisterns, for he had large herds in the lowlands and plain. He kept farmers and vinedressers in the hills and fertile fields, for he loved the soil. ପୁଣି, ସେ ପ୍ରାନ୍ତରରେ ଦୁର୍ଗମାନ ନିର୍ମାଣ କଲେ, ମଧ୍ୟ ତଳଭୂମିରେ ଓ ସମଭୂମିରେ ତାଙ୍କର ବହୁତ ପଶୁ ଥିବାରୁ ଅନେକ କୂପ ଖୋଳିଲେ; ଆଉ, ପର୍ବତରେ ଓ ଫଳବତ୍‍ କ୍ଷେତ୍ରରେ ତାଙ୍କର କୃଷକ ଓ ଦ୍ରାକ୍ଷା-କୃଷକଗଣ ଥିଲେ; କାରଣ ସେ କୃଷିପ୍ରିୟ ଥିଲେ।
11 Uzziah had an army of trained soldiers going out to war by divisions, numbered by Jeiel the secretary and Maaseiah the officer, under Hananiah, one of the king's commanders. ଆହୁରି, ଉଷୀୟଙ୍କର ଯୁଦ୍ଧକାରୀ ସୈନ୍ୟସାମନ୍ତ ଥିଲେ, ସେମାନେ ରାଜାଙ୍କର ହନାନୀୟ ନାମକ ଏକ ସେନାପତିର ଅଧୀନରେ ଯିୟୀୟେଲ୍‍ ଲେଖକର ଓ ମାସେୟ ଶାସନକର୍ତ୍ତାର ଗଣିତ ସଂଖ୍ୟାନୁସାରେ ଦଳ ଦଳ ହୋଇ ଯୁଦ୍ଧ କରିବାକୁ ଯାତ୍ରା କଲେ।
12 The total number of clan leaders commanding the mighty warriors was 2,600. ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ ଲୋକଙ୍କର ସମୁଦାୟ ସଂଖ୍ୟା ଦୁଇ ହଜାର ଛଅ ଶହ ଥିଲା।
13 Under their command was an army of 307,500, trained to make war with great power, to help the king against his enemies. ପୁଣି, ସେମାନଙ୍କ ହସ୍ତାଧୀନରେ ତିନି ଲକ୍ଷ ସାତ ହଜାର ପାଞ୍ଚ ଶହ ଶିକ୍ଷିତ ସୈନ୍ୟ ଥିଲେ, ଏମାନେ ଶତ୍ରୁ ବିରୁଦ୍ଧରେ ରାଜାଙ୍କର ସାହାଯ୍ୟ ନିମନ୍ତେ ଅତି ପରାକ୍ରମରେ ଯୁଦ୍ଧ କଲେ।
14 Uzziah equipped the whole army with shields, spears, helmets, coats of armor, bows, and slingstones. ପୁଣି, ଉଷୀୟ ସେହି ସମସ୍ତ ସୈନ୍ୟଦଳ ନିମନ୍ତେ ଢାଲ, ବର୍ଚ୍ଛା, ଟୋପର, ସାଞ୍ଜୁଆ, ଧନୁ ଓ ଛାଟିଣୀ ପଥର ପ୍ରସ୍ତୁତ କଲେ।
15 In Jerusalem he made devices invented by skilled men, set on the towers and corners to shoot arrows and hurl large stones. His fame spread far and wide, for he was helped wonderfully until he grew strong. ଆଉ, ସେ ଯିରୂଶାଲମରେ ଶିଳ୍ପକାରମାନଙ୍କ କଳ୍ପିତ ଯନ୍ତ୍ର ପ୍ରସ୍ତୁତ କରି ତଦ୍ଦ୍ୱାରା ତୀର ଓ ବଡ଼ ବଡ଼ ପଥର ନିକ୍ଷେପ କରିବା ନିମନ୍ତେ ତାହାସବୁ ଦୁର୍ଗସବୁରେ ଓ ପ୍ରାଚୀର-ଚୂଡ଼ାରେ ରଖିଲେ ପୁଣି, ତାଙ୍କର ନାମ ବହୁ ଦୂର ବ୍ୟାପ୍ତ ହେଲା; କାରଣ ସେ ବଳିଷ୍ଠ ହେବା ପର୍ଯ୍ୟନ୍ତ ଆଶ୍ଚର୍ଯ୍ୟ ରୂପେ ସାହାଯ୍ୟ ପ୍ରାପ୍ତ ହେଲେ।
16 When Uzziah grew strong, his heart grew proud, leading to his ruin. He was unfaithful to our Father, entering the temple of our Father to burn incense on the incense altar. ମାତ୍ର ସେ ବଳବାନ ହୁଅନ୍ତେ, ତାଙ୍କର ଅନ୍ତଃକରଣ ଉଦ୍ଧତ ହେଲା, ତହୁଁ ସେ ଦୁରାଚରଣ କରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ; କାରଣ ସେ ଧୂପବେଦିରେ ଧୂପ ଜ୍ୱଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।
17 Azariah the priest went in after him, with eighty courageous priests of our Father. ତହିଁରେ ଅସରୀୟ ଯାଜକ ଓ ତାହା ସଙ୍ଗେ ସଦାପ୍ରଭୁଙ୍କର ଅଶୀ ଜଣ ପରାକ୍ରାନ୍ତ ଯାଜକ ତାଙ୍କର ପଛେ ପଛେ ଗଲେ;
18 They confronted King Uzziah, saying, "It is not for you, Uzziah, to burn incense to our Father, but for the priests, Aaron's descendants, dedicated to burn incense. Leave the sanctuary; you have been unfaithful, and this brings you no honor from our Father." ପୁଣି, ସେମାନେ ଉଷୀୟ ରାଜାଙ୍କୁ ନିବାରଣ କରି ତାଙ୍କୁ କହିଲେ, “ହେ ଉଷୀୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଆପଣଙ୍କର ଅଧିକାର ନାହିଁ, ମାତ୍ର ହାରୋଣଙ୍କର ସନ୍ତାନ ଯେଉଁ ଯାଜକମାନେ ଧୂପ ଜ୍ୱଳାଇବା ପାଇଁ ପବିତ୍ରୀକୃତ ହୋଇଅଛନ୍ତି, ସେମାନଙ୍କର ଅଧିକାର ଅଟେ; ପବିତ୍ର ସ୍ଥାନରୁ ବାହାରି ଯାଉନ୍ତୁ; ଆପଣ ସତ୍ୟ-ଲଙ୍ଘନ କରିଅଛନ୍ତି; ଏହା ସଦାପ୍ରଭୁ ପରମେଶ୍ୱରଙ୍କଠାରୁ ଆପଣଙ୍କ ଗୌରବାର୍ଥେ ହେବ ନାହିଁ।”
19 Uzziah became furious. With a censer in his hand to burn incense, as he raged at the priests, a defiling skin disease broke out on his forehead—there before the priests in the house of our Father, beside the altar of incense. ସେତେବେଳେ ଉଷୀୟ କୋପାନ୍ୱିତ ହେଲେ; ପୁଣି ଧୂପ ଜ୍ୱଳାଇବା ନିମନ୍ତେ ତାଙ୍କର ହସ୍ତରେ ଧୂପାଚି ଥିଲା; ପୁଣି ସେ ଯାଜକମାନଙ୍କ ପ୍ରତି କୋପାନ୍ୱିତ ଥାଉ ଥାଉ ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କ ସାକ୍ଷାତରେ ଧୂପବେଦି ନିକଟରେ ତାଙ୍କର କପାଳରେ କୁଷ୍ଠ ପ୍ରକାଶ ପାଇଲା।
20 When Azariah the chief priest and all the priests turned to him and saw the disease on his forehead, they rushed him out, and he hurried to leave, because our Father had struck him. ତହିଁରେ ପ୍ରଧାନ ଯାଜକ ଅସରୀୟ ଓ ଅନ୍ୟ ସକଳ ଯାଜକ ତାଙ୍କୁ ଅନାନ୍ତେ, ଦେଖ, ତାଙ୍କର କପାଳରେ କୁଷ୍ଠ ହୋଇଅଛି, ତହୁଁ ସେମାନେ ଶୀଘ୍ର ତାଙ୍କୁ ସେଠାରୁ ତଡ଼ିଦେଲେ; ମଧ୍ୟ ସେ ଆପେ ବାହାରି ଯିବା ପାଇଁ ଚଞ୍ଚଳ ହେଲେ, କାରଣ ସଦାପ୍ରଭୁ ତାଙ୍କୁ ଆଘାତ କରିଥିଲେ।
21 King Uzziah had the disease until his death. He lived in a separate house, still diseased, cut off from the house of our Father. His son Jotham ran the palace, governing the people of the land. ତହିଁରେ ଉଷୀୟ ରାଜା ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ପୃଥକ ଗୃହରେ ବାସ କଲେ; କାରଣ ସେ ସଦାପ୍ରଭୁଙ୍କ ଗୃହରୁ ଉଚ୍ଛିନ୍ନ ହେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍‍ ରାଜଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ।
22 The rest of Uzziah's acts, from first to last, the prophet Isaiah son of Amoz recorded. ଏହି ଉଷୀୟଙ୍କର ଆଦ୍ୟନ୍ତ ଅବଶିଷ୍ଟ ବୃତ୍ତାନ୍ତ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ଲେଖିଲେ।
23 Uzziah rested with his ancestors, buried near them in a burial field belonging to the kings, for they said, "He had a skin disease." His son Jotham reigned in his place. ଏହିରୂପେ ଉଷୀୟ ମୃତ୍ୟୁବରଣ କଲେ; ତହିଁରେ ଲୋକମାନେ ତାଙ୍କର ପିତୃଗଣ ସହିତ ରାଜାମାନଙ୍କ କବର କ୍ଷେତ୍ରରେ ତାଙ୍କୁ କବର ଦେଲେ; କାରଣ ସେମାନେ କହିଲେ, “ସେ କୁଷ୍ଠୀ;” ତହୁଁ ତାଙ୍କର ପୁତ୍ର ଯୋଥମ୍‍ ତାଙ୍କର ପଦରେ ରାଜ୍ୟ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]