Skip to content
The Believer's Library

Indian Revised Version(IRV) Odia - 2021

2 Chronicles 27 IRVOry

Show IRVOry only
Verse × ×
1 Jotham was twenty-five when he became king; he reigned sixteen years in Jerusalem. His mother was Jerushah, daughter of Zadok. ଯୋଥମ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିରୁଶା, ଯେ ସାଦୋକର କନ୍ୟା ଥିଲେ।
2 He did right in the eyes of our Father, as his father Uzziah had done—except he did not enter the temple of our Father. Yet the people still acted wrongfully. ପୁଣି, ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ତଥାପି ସେ ସଦାପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କଲେ ନାହିଁ। ଆଉ, ଲୋକମାନେ ସେସମୟରେ ହେଁ ଦୁରାଚରଣ କଲେ।
3 He built the Upper Gate of our Father's house, and built much on Ophel's wall. ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ, ପୁଣି ଓଫଲର ପ୍ରାଚୀର ଉପରେ ଅନେକ ସ୍ଥାନ ନିର୍ମାଣ କଲେ।
4 He built cities in Judah's highlands, and in the forests he built forts and towers. ଆହୁରି, ସେ ଯିହୁଦାର ପର୍ବତମୟ ଦେଶରେ ନାନା ନଗର ଓ ବନରେ ଗଡ଼ ଓ ଦୁର୍ଗସବୁ ନିର୍ମାଣ କଲେ।
5 He fought the king of the Ammonites and defeated them. That year the Ammonites gave him 7,500 pounds of silver, 50,000 bushels of wheat, and 50,000 of barley—the same in the second and third years. ମଧ୍ୟ ସେ ଅମ୍ମୋନ-ସନ୍ତାନଗଣର ରାଜା ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କଲେ; ତହିଁରେ ଅମ୍ମୋନ-ସନ୍ତାନଗଣ ସେହି ବର୍ଷ ତାଙ୍କୁ ଏକ ଶହ ତାଳନ୍ତ ରୂପା ଓ ଦଶ ସହସ୍ର ମହଣ ଗହମ ଓ ଦଶ ସହସ୍ର ମହଣ ଯବ ଦେଲେ। ଅମ୍ମୋନ-ସନ୍ତାନଗଣ ଦ୍ୱିତୀୟ ଓ ତୃତୀୟ ବର୍ଷ ମଧ୍ୟ ସେତିକି ତାଙ୍କୁ ଦେଲେ।
6 So Jotham grew strong, because he kept his conduct right before his Father. ଏହିରୂପେ ଯୋଥମ୍‍ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ସମ୍ମୁଖରେ ଆପଣା ପଥ ସଜାଡ଼ିବାରୁ ପରାକ୍ରାନ୍ତ ହେଲେ।
7 The rest of Jotham's acts, all his wars and deeds, are written in the Book of the Kings of Israel and Judah. ଏହି ଯୋଥମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସକଳ ଯୁଦ୍ଧ ଓ ତାଙ୍କର ଆଚରଣ ବିଷୟ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ପୁସ୍ତକରେ ଲେଖାଅଛି।
8 He was twenty-five years old when he became king, and he reigned sixteen years in Jerusalem. ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ।
9 Jotham rested with his ancestors; they buried him in the city of David, and his son Ahaz reigned in his place. ପୁଣି, ଯୋଥମ୍‍ଙ୍କ ମୃତ୍ୟୁ ପରେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆହସ୍‌ ତାଙ୍କର ପଦରେ ରାଜ୍ୟ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]