Skip to content
The Believer's Library

Indian Revised Version(IRV) Odia - 2021

2 Chronicles 29 IRVOry

Show IRVOry only
Verse × ×
1 Hezekiah became king at twenty-five, reigning twenty-nine years in Jerusalem. His mother: Abijah, daughter of Zechariah. ହିଜକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଅବୀୟ, ଯେ ଜିଖରୀୟର କନ୍ୟା ଥିଲେ।
2 He did right in our Father's eyes, just as his father David had done. ପୁଣି, ସେ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
3 In his reign's first year, first month, he opened the doors of our Father's house and repaired them. ସେ ଆପଣା ରାଜତ୍ଵର ପ୍ରଥମ ବର୍ଷର ପ୍ରଥମ ମାସରେ ସଦାପ୍ରଭୁଙ୍କ ଗୃହର କବାଟସବୁ ଫିଟାଇ ସେସବୁର ମରାମତି କଲେ।
4 He brought in the priests and the Levites and gathered them in the eastern square. ପୁଣି, ସେ ଯାଜକ ଓ ଲେବୀୟମାନଙ୍କୁ ଆଣି ପୂର୍ବଦିଗ ଛକରେ ଏକତ୍ର କରି ସେମାନଙ୍କୁ କହିଲେ,
5 He told them, "Hear me, Levites! Dedicate yourselves now, and dedicate our Father's house, the God of your fathers, and remove the filth from the Holy Place. “ହେ ଲେବୀୟମାନେ, ତୁମ୍ଭେମାନେ ମୋʼ କଥା ଶୁଣ; ଏବେ ଆପଣାମାନଙ୍କୁ ପବିତ୍ର କର ଓ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଗୃହ ପବିତ୍ର କରି ସେହି ପବିତ୍ର ସ୍ଥାନରୁ ଅଶୁଚିତା ଦୂର କର।
6 Our ancestors were unfaithful, doing evil in our Father's eyes; they abandoned him, turned their faces from our Father's dwelling, and turned their backs. କାରଣ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ସତ୍ୟ-ଲଙ୍ଘନ କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ତାହାଙ୍କୁ ପରିତ୍ୟାଗ କରି ସଦାପ୍ରଭୁଙ୍କ ଆବାସରୁ ବିମୁଖ ହୋଇ ତାହାଙ୍କ ପ୍ରତି ଆପଣା ପିଠି ଦେଖାଇଅଛନ୍ତି।
7 They also shut the entrance hall doors, extinguished the lamps, and did not burn incense or offer burnt offerings in the sanctuary to our Father, the God of Israel. ଆହୁରି, ସେମାନେ ବାରଣ୍ଡାର କବାଟସବୁ ବନ୍ଦ କରି ପ୍ରଦୀପସବୁ ଲିଭାଇ ଦେଇଅଛନ୍ତି ଓ ସେହି ପବିତ୍ର ସ୍ଥାନରେ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ନାହାନ୍ତି, କିଅବା ହୋମବଳି ଉତ୍ସର୍ଗ କରି ନାହାନ୍ତି।
8 So our Father's anger fell on Judah and Jerusalem, making them an object of terror, horror, and scorn, as you see with your own eyes. ଏହେତୁ ଯିହୁଦା ଓ ଯିରୂଶାଲମ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା, ପୁଣି ତୁମ୍ଭେମାନେ ସ୍ୱଚକ୍ଷୁରେ ଦେଖୁଅଛ ଯେ, ସେ ସେମାନଙ୍କୁ ଏଣେତେଣେ ଚାଳିତ ହେବା ପାଇଁ, ଆଶଙ୍କାର ଓ ଶୀସ୍‍ର ବିଷୟ କରିବା ପାଇଁ ସମର୍ପଣ କରିଅଛନ୍ତି।
9 For our fathers fell by the sword; our sons, daughters, and wives are captive for this. କାରଣ ଦେଖ, ତହିଁ ସକାଶୁ ଆମ୍ଭମାନଙ୍କ ପିତୃଗଣ ଖଡ୍ଗରେ ପଡ଼ିଅଛନ୍ତି ଓ ଆମ୍ଭମାନଙ୍କ ପୁତ୍ରକନ୍ୟା ଓ ଆମ୍ଭମାନଙ୍କ ଭାର୍ଯ୍ୟାଗଣ ବନ୍ଦୀ ହୋଇଅଛନ୍ତି।
10 Now I intend to make a covenant with our Father, the God of Israel, so his fierce anger turns from us. ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧ ଯେପରି ଆମ୍ଭମାନଙ୍କ ଉପରୁ ନିବୃତ୍ତ ହେବ, ଏଥିପାଇଁ ତାହାଙ୍କ ସଙ୍ଗେ ଏକ ନିୟମ କରିବାକୁ ମୋʼ ମନରେ ଅଛି।
11 My sons, don't be negligent now—our Father chose you to stand before him, serve him, be his servants, and burn incense." ହେ ମୋହର ପୁତ୍ରମାନେ, ଏବେ ହେଳା କର ନାହିଁ; କାରଣ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବା ପାଇଁ, ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ତୁମ୍ଭେମାନେ ଯେପରି ତାହାଙ୍କର ପରିଚାରକ ହେବ ଓ ଧୂପ ଜ୍ୱଳାଇବ, ଏଥିପାଇଁ ସେ ତୁମ୍ଭମାନଙ୍କୁ ମନୋନୀତ କରିଅଛନ୍ତି।”
12 The Levites stood: Kohathites—Mahath, Amasai's son, and Joel, Azariah's son; Merarites—Kish, Abdi's son, and Azariah, Jehallelel's son; Gershonites—Joah, Zimmah's son, and Eden, Joah's son; ଏଥିରେ କହାତୀୟ ସନ୍ତାନଗଣ ମଧ୍ୟରୁ ଅମାସୟର ପୁତ୍ର ମାହତ୍‍ ଓ ଅସରୀୟର ପୁତ୍ର ଯୋୟେଲ, ଆଉ ମରାରି-ସନ୍ତାନଗଣ ମଧ୍ୟରୁ ଅବ୍‍ଦିର ପୁତ୍ର କୀଶ୍‍ ଓ ଯିହଲିଲେଲର ପୁତ୍ର ଅସରୀୟ, ପୁଣି ଗେର୍ଶୋନୀୟମାନଙ୍କ ମଧ୍ୟରୁ ସିମ୍ମର ପୁତ୍ର ଯୋୟାହ ଓ ଯୋୟାହର ପୁତ୍ର ଏଦନ,
13 of the sons of Elizaphan, Shimri and Jeiel; of the sons of Asaph, Zechariah and Mattaniah; ଆଉ, ଇଲୀଶାଫନ୍‍ର ସନ୍ତାନମାନଙ୍କ ମଧ୍ୟରୁ ଶିମ୍ରି ଓ ଯିୟୀୟେଲ୍‍ ଓ ଆସଫର ସନ୍ତାନମାନଙ୍କ ମଧ୍ୟରୁ ଜିଖରୀୟ ଓ ମତ୍ତନୀୟ
14 of the sons of Heman, Jehiel and Shimei; and of the sons of Jeduthun, Shemaiah and Uzziel. ଓ ହେମନର ସନ୍ତାନମାନଙ୍କ ମଧ୍ୟରୁ ଯିହୀୟେଲ ଓ ଶିମୀୟି ଓ ଯିଦୂଥୂନ୍‍‍ର ସନ୍ତାନମାନଙ୍କ ମଧ୍ୟରୁ ଶମୟୀୟ ଓ ଉଷୀୟେଲ, ଏହିସବୁ ଲେବୀୟ ଲୋକ ଉଠିଲେ।
15 They gathered their brothers, made themselves holy, and went to clean our Father's house, as the king commanded by our Father's words. ପୁଣି, ସେମାନେ ଆପଣା ଭ୍ରାତୃଗଣକୁ ଏକତ୍ର କରି ଆପଣା ଆପଣାକୁ ପବିତ୍ର କଲେ ଓ ରାଜାଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟମତେ ସଦାପ୍ରଭୁଙ୍କ ଗୃହ ଶୁଚି କରିବାକୁ ଭିତରକୁ ଗଲେ।
16 The priests entered our Father's inner house to cleanse it, bringing all the impurity they found in our Father's temple out to the courtyard. The Levites carried it out to the Kidron brook. ପୁଣି, ଯାଜକମାନେ ସଦାପ୍ରଭୁଙ୍କ ଗୃହର ଅନ୍ତର୍ଭାଗକୁ ଶୁଚି କରିବା ପାଇଁ ଗଲେ, ପୁଣି ସଦାପ୍ରଭୁଙ୍କ ମନ୍ଦିରରେ ଯେସବୁ ଅଶୁଚି ବସ୍ତୁ ପାଇଲେ, ତାହା ବାହାର କରି ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣକୁ ଆଣିଲେ ଆଉ, ଲେବୀୟମାନେ ତାହା ସଂଗ୍ରହ କରି ବାହାରକୁ କିଦ୍ରୋଣ ନଦୀକୁ ବହି ନେଇଗଲେ।
17 They began dedicating the first day of month one; by the eighth day of that month, they reached our Father's entrance hall. They dedicated the house of our Father eight days, finishing the sixteenth day of month one. ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ପବିତ୍ର କରିବାକୁ ଆରମ୍ଭ କଲେ ଓ ମାସର ଅଷ୍ଟମ ଦିନରେ ସେମାନେ ସଦାପ୍ରଭୁଙ୍କ ବାରଣ୍ଡାକୁ ଆସିଲେ; ପୁଣି ଆଠ ଦିନ ମଧ୍ୟରେ ସେମାନେ ସଦାପ୍ରଭୁଙ୍କ ଗୃହ ପବିତ୍ର କଲେ; ଆଉ ସେମାନେ ପ୍ରଥମ ମାସର ଷୋଡ଼ଶ ଦିନରେ ସମାପ୍ତ କଲେ।
18 Then they came in to King Hezekiah and said, "We have cleaned all of our Father's house—the altar of burnt offering with all its utensils, and the table of the Bread of the Presence with all its utensils. ତହୁଁ ସେମାନେ ରାଜଗୃହ ଭିତରକୁ ହିଜକୀୟ ରାଜାଙ୍କ ନିକଟକୁ ଯାଇ କହିଲେ, “ଆମ୍ଭେମାନେ ସଦାପ୍ରଭୁଙ୍କର ସମୁଦାୟ ଗୃହ ଓ ହୋମବଳିର ଯଜ୍ଞବେଦି ଓ ତହିଁର ପାତ୍ରସକଳ, ଦର୍ଶନୀୟ ରୁଟିର ମେଜ ଓ ତହିଁର ପାତ୍ରସକଳ ଶୁଚି କରିଅଛୁ।
19 All the utensils King Ahaz discarded during his unfaithful reign we have prepared and dedicated—they stand before our Father's altar." ଆହୁରି, ଆହସ୍‌ ରାଜା ଆପଣା ରାଜତ୍ୱ ସମୟରେ ସତ୍ୟ-ଲଙ୍ଘନ କରି ଯେ ଯେ ପାତ୍ର ପକାଇ ଦେଇଥିଲେ, ତାହାସବୁ ଆମ୍ଭେମାନେ ପ୍ରସ୍ତୁତ କରି ପବିତ୍ର କରିଅଛୁ; ଆଉ ଦେଖନ୍ତୁ, ତାହାସବୁ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଅଛି।”
20 King Hezekiah rose early, gathered the city's officials, and went up to our Father's house. ତହିଁ ଉତ୍ତାରେ ହିଜକୀୟ ରାଜା ପ୍ରତ୍ୟୁଷରେ ଉଠି ନଗରର ଅଧିପତିମାନଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ଗୃହକୁ ଗଲେ।
21 They brought seven bulls, seven rams, seven lambs, seven male goats as a sin offering for the kingdom, sanctuary, and Judah, and he commanded Aaron's sons, the priests, to offer them on our Father's altar. ପୁଣି, ସେମାନେ ରାଜ୍ୟ ନିମନ୍ତେ ଓ ଧର୍ମଧାମ ନିମନ୍ତେ ଓ ଯିହୁଦା ନିମନ୍ତେ ପାପାର୍ଥକ ବଳି ରୂପେ ସାତ ବୃଷ ଓ ସାତ ମେଷ ଓ ସାତ ମେଷଶାବକ ଓ ସାତ ଛାଗ ଆଣିଲେ। ତହିଁରେ ସେ ହାରୋଣ-ସନ୍ତାନ ଯାଜକମାନଙ୍କୁ ସଦାପ୍ରଭୁଙ୍କ ଯଜ୍ଞବେଦିରେ ତାହାସବୁ ଉତ୍ସର୍ଗ କରିବାକୁ ଆଜ୍ଞା କଲେ।
22 They killed the bulls; the priests took the blood and splashed it on the altar. They killed the rams and splashed the blood on the altar, then killed the lambs and splashed the blood on the altar. ତେଣୁ ବୃଷସବୁ ବଧ କରାଯାʼନ୍ତେ, ଯାଜକମାନେ ରକ୍ତ ଗ୍ରହଣ କରି ବେଦି ଉପରେ ସେଚନ କଲେ; ପୁଣି ମେଷ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ; ଆହୁରି, ମେଷଶାବକ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ।
23 They brought the sin-offering goats before the king and assembly, and laid their hands on them. ଏଉତ୍ତାରେ ସେମାନେ ପାପାର୍ଥକ ବଳିରୂପ ଛାଗସକଳ ରାଜା ଓ ସମାଜ ସାକ୍ଷାତରେ ନିକଟକୁ ଆଣିଲେ; ତହିଁରେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ;
24 The priests slaughtered them and made a sin offering with their blood on the altar to atone for all Israel, because the king had ordered the burnt offering and sin offering for all Israel. ତହୁଁ ସମଗ୍ର ଇସ୍ରାଏଲ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଯାଜକମାନେ ସେସବୁ ବଧ କରି ଯଜ୍ଞବେଦି ଉପରେ ସେମାନଙ୍କ ରକ୍ତ ଦ୍ୱାରା ପାପାର୍ଥକ ବଳି କଲେ; କାରଣ ସମଗ୍ର ଇସ୍ରାଏଲ ନିମନ୍ତେ ହୋମବଳି ଓ ପାପାର୍ଥକ ବଳି ଉତ୍ସର୍ଗ କରିବାକୁ ରାଜା ଆଜ୍ଞା ଦେଇଥିଲେ।
25 He stationed the Levites in our Father's house with cymbals, harps, and lyres, as David, Gad the king's seer, and Nathan the prophet commanded—for the command came from our Father through his prophets. ଆଉ, ସେ ଦାଉଦଙ୍କର ଓ ରାଜାଙ୍କର ଦର୍ଶକ ଗାଦ୍‍ର ଓ ନାଥନ ଭବିଷ୍ୟଦ୍‍ବକ୍ତାଙ୍କର ଆଜ୍ଞାନୁସାରେ କରତାଳ ଓ ନେବଲ ଓ ବୀଣାଧାରୀ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ଗୃହରେ ସ୍ଥାପନ କଲେ; କାରଣ ସଦାପ୍ରଭୁ ଆପଣା ଭବିଷ୍ୟଦ୍‍ବକ୍ତାମାନଙ୍କ ଦ୍ୱାରା ଏହି ଆଜ୍ଞା କରିଥିଲେ।
26 The Levites stood with the instruments of David, and the priests with the trumpets. ଏହେତୁ ଲେବୀୟମାନେ ଦାଉଦଙ୍କର ବାଦ୍ୟଯନ୍ତ୍ର ଓ ଯାଜକମାନେ ତୂରୀ ନେଇ ଠିଆ ହେଲେ।
27 Hezekiah ordered the burnt offering on the altar; when it began, the song of our Father began too, with the trumpets and the instruments of David, king of Israel. ଏଉତ୍ତାରେ ଯଜ୍ଞବେଦି ଉପରେ ହୋମବଳି ଉତ୍ସର୍ଗ କରିବାକୁ ହିଜକୀୟ ଆଜ୍ଞା କଲେ। ଯେତେବେଳେ ହୋମବଳି ଆରମ୍ଭ ହେଲା, ସେତେବେଳେ ତୂରୀ ଓ ଇସ୍ରାଏଲର ରାଜା ଦାଉଦଙ୍କର ବାଦ୍ୟଯନ୍ତ୍ର ସହିତ ସଦାପ୍ରଭୁଙ୍କ ଗୀତ ମଧ୍ୟ ଆରମ୍ଭ ହେଲା।
28 The whole assembly bowed, the singers sang, the trumpeters sounded, until the burnt offering was finished. ତହିଁରେ ସମଗ୍ର ସମାଜ ପ୍ରଣାମ କଲେ ଓ ଗାୟକମାନେ ଗାନ କଲେ ଓ ତୂରୀବାଦକମାନେ ତୂରୀ ବଜାଇଲେ; ହୋମବଳିଦାନର ସମାପ୍ତି ପର୍ଯ୍ୟନ୍ତ ଏସବୁ ହେଲା।
29 When the offering ended, the king and all present with him bowed and worshiped. ପୁଣି, ସେମାନେ ବଳିଦାନ ସମାପ୍ତ କରନ୍ତେ, ରାଜା ଓ ତାଙ୍କ ସଙ୍ଗେ ଉପସ୍ଥିତ ଲୋକ ସମସ୍ତେ ମୁହଁ ମାଡ଼ି ପଡ଼ି ପ୍ରଣାମ କଲେ।
30 King Hezekiah and the officials had the Levites praise our Father with words from David and Asaph the seer. They sang for joy, bowed low, and worshiped. ଆହୁରି, ହିଜକୀୟ ରାଜା ଓ ଅଧିପତିମାନେ ଦାଉଦଙ୍କର ଓ ଆସଫ ଦର୍ଶକର ବାକ୍ୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାକୁ ଲେବୀୟମାନଙ୍କୁ ଆଜ୍ଞା କଲେ ତହୁଁ ସେମାନେ ଆନନ୍ଦରେ ପ୍ରଶଂସା ଗାନ କଲେ ଓ ମସ୍ତକ ନତ କରି ପ୍ରଣାମ କଲେ।
31 Then Hezekiah said, "You have now dedicated yourselves to our Father. Come near, bring sacrifices and thank offerings to our Father's house." So the assembly brought sacrifices and thank offerings; all willing hearts brought burnt offerings. ସେତେବେଳେ ହିଜକୀୟ ଉତ୍ତର କରି କହିଲେ, “ଏବେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କରିଅଛ, ନିକଟକୁ ଆସ ଓ ସଦାପ୍ରଭୁଙ୍କ ଗୃହକୁ ବଳି ଓ ପ୍ରଶଂସାର୍ଥକ ଉପହାର ଆଣ।” ତହିଁରେ ସମାଜ ବଳି ଓ ପ୍ରଶଂସାର୍ଥକ ଉପହାର ଆଣିଲେ ଓ ଯେତେ ଲୋକର ମନରେ ପ୍ରବୃତ୍ତି ଜନ୍ମିଲା, ସେମାନେ ହୋମବଳି ଆଣିଲେ।
32 The assembly brought seventy bulls, one hundred rams, 200 lambs—all as a burnt offering to our Father. ସମାଜ ଯେଉଁ ହୋମବଳି ଆଣିଲେ, ତହିଁର ସଂଖ୍ୟା, ଯଥା, ସତୁରି ବୃଷ ଓ ଏକ ଶହ ମେଷ ଓ ଦୁଇ ଶହ ମେଷଶାବକ, ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି।
33 And the consecrated offerings were 600 bulls and 3,000 sheep. ପୁଣି ଛଅ ଶହ ବୃଷ ଓ ତିନି ସହସ୍ର ମେଷ ପବିତ୍ରୀକୃତ ହେଲେ।
34 The priests were too few to skin all the burnt offerings, so their Levite brothers helped them until the work was done and until the priests made themselves holy; the Levites were more honest in heart to make themselves holy than the priests. ମାତ୍ର ଯାଜକମାନେ ଅଳ୍ପସଂଖ୍ୟକ ଥିବାରୁ ସେମାନେ ହୋମାର୍ଥକ ସକଳ ପଶୁର ଚର୍ମ କାଢ଼ି ପାରିଲେ ନାହିଁ। ଏଣୁ କାର୍ଯ୍ୟ ସମାପ୍ତ ନ ହେବା ପର୍ଯ୍ୟନ୍ତ ଓ ଯାଜକମାନେ ଆପଣାମାନଙ୍କୁ ପବିତ୍ର ନ କରିବା ପର୍ଯ୍ୟନ୍ତ ସେମାନଙ୍କ ଭ୍ରାତା ଲେବୀୟମାନେ ସେମାନଙ୍କର ସାହାଯ୍ୟ କଲେ; କାରଣ ଲେବୀୟମାନେ ଆପଣାମାନଙ୍କୁ ପବିତ୍ର କରିବା ପାଇଁ ଯାଜକମାନଙ୍କ ଅପେକ୍ଷା ଅଧିକ ସିଦ୍ଧମନା ଥିଲେ।
35 Besides the many burnt offerings, there was fat from peace offerings and drink offerings for them. So the service of our Father's house was restored. ଆହୁରି ହୋମବଳି, ମଙ୍ଗଳାର୍ଥକ ବଳିର ମେଦ ଓ ପ୍ରତ୍ୟେକ ହୋମବଳିର ପେୟ-ନୈବେଦ୍ୟ ପ୍ରଚୁର ହୋଇଥିଲା। ଏହିରୂପେ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ ସୁଧାରାମତେ ସ୍ଥାପିତ ହେଲା।
36 Hezekiah and all the people rejoiced over what our Father prepared for them, since it happened suddenly. ଆଉ, ପରମେଶ୍ୱର ଲୋକମାନଙ୍କ ନିମନ୍ତେ ଏହାସବୁ ପ୍ରସ୍ତୁତ କରିଥିବାରୁ ହିଜକୀୟ ଓ ସମସ୍ତ ଲୋକ ଆନନ୍ଦ କଲେ; କାରଣ ଏହି କାର୍ଯ୍ୟ ଅକସ୍ମାତ୍‍ ସାଧିତ ହେଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]