Skip to content
The Believer's Library

Indian Revised Version(IRV) Odia - 2021

2 Chronicles 3 IRVOry

Show IRVOry only
Verse × ×
1 Then Solomon began building our Father's house in Jerusalem, on Mount Moriah, where our Father had appeared to his father David, at the site David had prepared on Ornan the Jebusite's threshing floor. ଏଥିଉତ୍ତାରେ ଶଲୋମନ ଯିରୂଶାଲମସ୍ଥ ମୋରୀୟା ପର୍ବତରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ, ସେହି ସ୍ଥାନରେ ସଦାପ୍ରଭୁ ତାଙ୍କର ପିତା ଦାଉଦଙ୍କୁ ଦର୍ଶନ ଦେଇଥିଲେ, ଦାଉଦ ଯିବୂଷୀୟ ଅରଣନ ଖଳାରେ ଯେଉଁ ସ୍ଥାନ ନିରୂପଣ କରିଥିଲେ, ସେହିଠାରେ ସେ ତାହା ପ୍ରସ୍ତୁତ କଲେ।
2 He began building in the second month, second day, in the fourth year of his reign. ପୁଣି ସେ ଆପଣା ରାଜତ୍ଵର ଚତୁର୍ଥ ବର୍ଷର ଦ୍ୱିତୀୟ ମାସର ଦ୍ୱିତୀୟ ଦିନରେ ନିର୍ମାଣ କରିବାକୁ ଆରମ୍ଭ କଲେ।
3 These are the foundations Solomon laid for building the house of our Father: length about ninety feet by the earlier standard, width about thirty feet. ଶଲୋମନ ପରମେଶ୍ୱରଙ୍କ ଗୃହ ନିର୍ମାଣ ନିମନ୍ତେ ଯେଉଁ ମୂଳଦୁଆ ସ୍ଥାପନ କଲେ, ତାହା ଏହି ହସ୍ତର ପ୍ରାଚୀନ ପରିମାଣାନୁସାରେ ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଥିଲା।
4 The portico across the house's front, along the width of the house, was about thirty feet wide; its height was 120 feet. He covered the inside with pure gold. ପୁଣି ଗୃହର ସମ୍ମୁଖସ୍ଥ ବାରଣ୍ଡାର ଦୈର୍ଘ୍ୟ ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଓ ଉଚ୍ଚତା ଶହେ କୋଡ଼ିଏ ହାତ ଥିଲା; ଆଉ ସେ ତହିଁର ଭିତର ଭାଗ ଶୁଦ୍ଧ ସୁବର୍ଣ୍ଣରେ ମଡ଼ାଇଲେ।
5 He paneled the large room with cypress wood, covered it in fine gold, and added palm trees and chains. ପୁଣି ସେ ଉତ୍ତମ ସ୍ୱର୍ଣ୍ଣମଣ୍ଡିତ ଦେବଦାରୁ କାଷ୍ଠରେ ବୃହତ ଗୃହ ଆଚ୍ଛାଦନ କଲେ ଓ ତହିଁ ଉପରେ ଖର୍ଜ୍ଜୁର ବୃକ୍ଷ ଓ ଜଞ୍ଜିରର ଆକୃତି କଲେ।
6 He adorned the house with precious stones for beauty, and the gold was from Parvaim. ପୁଣି ସେ ଶୋଭା ନିମନ୍ତେ ଗୃହକୁ ବହୁମୂଲ୍ୟ ପ୍ରସ୍ତରରେ ଭୂଷିତ କଲେ; ସେହି ସ୍ୱର୍ଣ୍ଣ ପର୍ବୟିମ ଦେଶର ସ୍ୱର୍ଣ୍ଣ ଥିଲା।
7 He covered the house—beams, thresholds, walls, doors—with gold, and carved cherubim on the walls. ମଧ୍ୟ ଗୃହ, କଡ଼ି, ଚଉକାଠ ଓ ତହିଁର କାନ୍ଥ ଓ ତହିଁର କବାଟସବୁ ସେ ସୁବର୍ଣ୍ଣରେ ମଡ଼ାଇଲେ; ଆଉ କାନ୍ଥରେ କିରୂବାକୃତି ଖୋଦାଇଲେ।
8 He made the Most Holy Place, its length matching the house's width—about thirty feet—and its width also thirty feet. He overlaid it with about twenty-three tons of fine gold. ପୁଣି ସେ ମହାପବିତ୍ର ଗୃହ ନିର୍ମାଣ କଲେ; ତହିଁର ଦୈର୍ଘ୍ୟ ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଥିଲା; ଆଉ ସେ ଛଅ ଶହ ତାଳନ୍ତ ଉତ୍ତମ ସୁବର୍ଣ୍ଣରେ ତାହା ମଡ଼ାଇଲେ।
9 Nails weighed about twenty ounces of gold; he covered the upper rooms with gold. ଆଉ କଣ୍ଟାର ପରିମାଣ ପଚାଶ ଶେକଲ ସ୍ୱର୍ଣ୍ଣ ଥିଲା, ପୁଣି ସେ ଉପର କୋଠରିମାନ ସୁବର୍ଣ୍ଣରେ ମଡ଼ାଇଲେ।
10 In the Most Holy Place he made two carved cherubim, gilded them. ଆଉ ସେ ମହାପବିତ୍ର ଗୃହରେ ପିତୁଳା କର୍ମର ଦୁଇ କିରୂବ ନିର୍ମାଣ କଲେ ଓ ସେମାନେ ତାହା ସୁବର୍ଣ୍ଣରେ ମଡ଼ାଇଲେ।
11 Together the cherubim's wings spanned about thirty feet: one wing of the first cherub, about seven and a half feet, touched the house wall; its other wing, also about seven and a half feet, touched the second cherub's wing. ଏହି କିରୂବମାନଙ୍କର ପକ୍ଷ କୋଡ଼ିଏ ହାତ ଦୀର୍ଘ ଥିଲା; ଏକ କିରୂବର ପକ୍ଷ ପାଞ୍ଚ ହାତ ଥାଇ ଗୃହର କାନ୍ଥକୁ ସ୍ପର୍ଶ କଲା ଓ ଅନ୍ୟ ପକ୍ଷ ସେହିପରି ପାଞ୍ଚ ହାତ ଥାଇ ଅନ୍ୟ କିରୂବର ପକ୍ଷକୁ ସ୍ପର୍ଶ କଲା।
12 The second cherub's wing, about seven and a half feet, touched the house wall; its other wing, also about seven and a half feet, joined the first cherub's wing. ଅନ୍ୟ କିରୂବର ପକ୍ଷ ପାଞ୍ଚ ହାତ ଥାଇ ଗୃହର କାନ୍ଥକୁ ସ୍ପର୍ଶ କଲା ଓ ଅନ୍ୟ ପକ୍ଷ ମଧ୍ୟ ପାଞ୍ଚ ହାତ ଥାଇ ଅନ୍ୟ କିରୂବର ପକ୍ଷକୁ ଲାଗିଲା।
13 The wings of these cherubim spread about thirty feet; they stood on their feet, facing the main hall. ଏହି କିରୂବମାନଙ୍କର ପକ୍ଷ କୋଡ଼ିଏ ହାତ ବିସ୍ତାରିତ ଥିଲା; ସେମାନେ ଚରଣରେ ଠିଆ ହେଲେ ଓ ସେମାନଙ୍କର ମୁଖ ଗୃହ ଆଡ଼କୁ ଥିଲା।
14 He made the curtain of blue, purple, and crimson yarn and fine linen, with cherubim woven into it. ପୁଣି ସେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ କ୍ଷୌମସୂତ୍ରର ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କରି ତହିଁ ଉପରେ କିରୂବଗଣର ଆକୃତି କଲେ।
15 In front of the house he made two pillars, each about fifty-three feet tall, topped with a capital about seven and a half feet high. ଆହୁରି ସେ ଗୃହ ସମ୍ମୁଖରେ ପଞ୍ଚତିରିଶ ହାତ ଉଚ୍ଚ ଦୁଇ ସ୍ତମ୍ଭ ନିର୍ମାଣ କଲେ ଓ ସେହି ପ୍ରତ୍ୟେକର ଉପରିସ୍ଥ ମୁଣ୍ଡାଳି ପାଞ୍ଚ ହାତ ଥିଲା।
16 He made chains like a necklace, put them atop the pillars, made one hundred pomegranates, and fastened them to the chains. ଆଉ ସେ ଗର୍ଭଗାରରେ ଜଞ୍ଜିର ନିର୍ମାଣ କରି ସେହି ସ୍ତମ୍ଭ ଉପରେ ରଖିଲେ ଓ ଏକ ଶହ ଡାଳିମ୍ବ ଆକୃତି କରି ସେହି ଜଞ୍ଜିର ଉପରେ ରଖିଲେ।
17 He set up the pillars in front of the temple, one to the right, one to the left, naming the right one Jachin and the left one Boaz. ଆଉ ସେ ମନ୍ଦିର ସମ୍ମୁଖରେ ସେହି ଦୁଇ ସ୍ତମ୍ଭକୁ ଦକ୍ଷିଣ ପାର୍ଶ୍ଵରେ ଏକ ଓ ବାମ ପାର୍ଶ୍ଵରେ ଏକ କରି ସ୍ଥାପନ କଲେ; ଆଉ ଦକ୍ଷିଣ ପାର୍ଶ୍ୱସ୍ଥ ସ୍ତମ୍ଭର ନାମ ଯାଖୀନ୍‍ ଓ ବାମ ପାର୍ଶ୍ୱସ୍ଥ ସ୍ତମ୍ଭର ନାମ ବୋୟସ୍‍ ରଖିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]