Skip to content
The Believer's Library

Indian Revised Version(IRV) Odia - 2021

2 Chronicles 31 IRVOry

Show IRVOry only
Verse × ×
1 When this ended, all Israel present went out to the towns of Judah, smashed the sacred pillars, cut down the Asherah poles, and tore down the high places and altars throughout Judah, Benjamin, Ephraim, and Manasseh, destroying them completely. Then all Israel returned to their towns, each to his own property. ଏହିସବୁ ସମାପ୍ତ ହେଲା ଉତ୍ତାରେ ଉପସ୍ଥିତ ସମଗ୍ର ଇସ୍ରାଏଲ ଯିହୁଦାର ନଗରମାନଙ୍କୁ ଯାଇ ସ୍ତମ୍ଭସବୁ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିମାନ କାଟି ପକାଇଲେ, ପୁଣି ନିଃଶେଷରେ ବିନାଶ ନ କରିବା ପର୍ଯ୍ୟନ୍ତ ସମସ୍ତ ଯିହୁଦା ଓ ବିନ୍ୟାମୀନ୍ ମଧ୍ୟରୁ, ଆହୁରି ଇଫ୍ରୟିମ ଓ ମନଃଶିରେ ସ୍ଥିତ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ। ତହୁଁ ଇସ୍ରାଏଲ-ସନ୍ତାନଗଣର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ଓ ନଗରକୁ ଫେରିଗଲେ।
2 Hezekiah assigned the priests and Levites to their divisions, each by his service, priests and Levites alike, for burnt offerings and peace offerings, to serve, give thanks, and praise in the gates of our Father's camps. ଆଉ, ହିଜକୀୟ ଯାଜକମାନଙ୍କର ଓ ଲେବୀୟମାନଙ୍କର ପାଳିକ୍ରମେ ପାଳି ନିରୂପଣ କଲେ, ହୋମାର୍ଥକ ଓ ମଙ୍ଗଳାର୍ଥକ ବଳିଦାନ, ପରିଚର୍ଯ୍ୟା ଓ ସଦାପ୍ରଭୁଙ୍କ ଛାଉଣିର ଦ୍ୱାରସମୂହରେ ଧନ୍ୟବାଦ ଓ ପ୍ରଶଂସା କରିବା ନିମନ୍ତେ ଯାଜକ ଓ ଲେବୀୟମାନଙ୍କର ପ୍ରତି ଜଣକୁ ତାହାର ସେବାନୁସାରେ ନିଯୁକ୍ତ କଲେ।
3 The king gave from his own wealth for the burnt offerings—morning and evening burnt offerings, and those for Sabbaths, new moons, and appointed feasts—as written in our Father's law. ମଧ୍ୟ ସେ ସଦାପ୍ରଭୁଙ୍କ ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ନିମନ୍ତେ, ଅର୍ଥାତ୍‍, ପ୍ରଭାତୀୟ ଓ ସାୟଂକାଳୀନ ହୋମବଳି ନିମନ୍ତେ, ପୁଣି ବିଶ୍ରାମବାର ଓ ଅମାବାସ୍ୟା ଓ ନିରୂପିତ ପର୍ବାଦିର ହୋମବଳି ନିମନ୍ତେ ରାଜସମ୍ପତ୍ତିରୁ ଦେୟ ଅଂଶ ନିରୂପଣ କଲେ।
4 He told Jerusalem's residents to give the priests' and Levites' portion, so they could devote themselves to our Father's law. ଆହୁରି, ଯେପରି ଯାଜକଗଣ ଓ ଲେବୀୟଗଣ ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଆସକ୍ତ ରହିବେ, ଏଥିପାଇଁ ସେ ସେମାନଙ୍କୁ ସେମାନଙ୍କର ଅଂଶ ଦେବା ନିମନ୍ତେ ଯିରୂଶାଲମ ନିବାସୀ ଲୋକମାନଙ୍କୁ ଆଜ୍ଞା କଲେ।
5 As soon as the order spread, Israelites abundantly gave firstfruits of grain, new wine, oil, honey, and all the field's produce, and brought in the tenth of everything abundantly. ପୁଣି, ଏହି ଆଜ୍ଞା ଘୋଷିତ ହେବାକ୍ଷଣେ ଇସ୍ରାଏଲ-ସନ୍ତାନଗଣ ପ୍ରଚୁର ରୂପେ ପ୍ରଥମଜାତ ଶସ୍ୟ, ଦ୍ରାକ୍ଷାରସ, ତୈଳ, ମଧୁ ଓ କ୍ଷେତ୍ରୋତ୍ପନ୍ନ ସକଳ ଦ୍ରବ୍ୟ ଆଣିଲେ; ଆଉ ସେମାନେ ପ୍ରଚୁର ରୂପେ ସକଳ ଦ୍ରବ୍ୟର ଦଶମାଂଶ ଆଣିଲେ।
6 The Israelites and Judahites living in Judah's towns also brought the tenth of cattle and sheep, and the tenth of what was dedicated to our Father, piling them in heaps. ପୁଣି, ଯିହୁଦାର ନଗରସମୂହରେ ବାସକାରୀ ଇସ୍ରାଏଲ ଓ ଯିହୁଦାର ସନ୍ତାନମାନେ ମଧ୍ୟ ଗୋମେଷର ଦଶମାଂଶ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠିତ ପବିତ୍ର ଦ୍ରବ୍ୟାଦିର ଦଶମାଂଶ ଆଣି ରାଶି ରାଶି କରି ଥୋଇଲେ।
7 They began piling the heaps in the third month, finishing in the seventh. ତୃତୀୟ ମାସରେ ସେମାନେ ସେହି ରାଶି କରିବାକୁ ଆରମ୍ଭ କରି ସପ୍ତମ ମାସରେ ତାହା ସମାପ୍ତ କଲେ।
8 Hezekiah and the officials came, saw the heaps, and blessed our Father and his people Israel. ଏଉତ୍ତାରେ ହିଜକୀୟ ଓ ଅଧିପତିମାନେ ସେହି ରାଶି ଦେଖିବାକୁ ଆସି ସଦାପ୍ରଭୁଙ୍କର ଓ ତାହାଙ୍କ ଲୋକ ଇସ୍ରାଏଲର ଧନ୍ୟବାଦ କଲେ।
9 Hezekiah asked the priests and Levites about the heaps. ସେତେବେଳେ ହିଜକୀୟ ସେହି ସକଳ ରାଶି ବିଷୟରେ ଯାଜକ ଓ ଲେବୀୟମାନଙ୍କୁ ପଚାରନ୍ତେ,
10 Azariah the chief priest, of Zadok's house, answered him, "Since people began bringing contributions into our Father's house, we've eaten well with plenty remaining, for our Father blessed his people, leaving this large surplus." ସାଦୋକ ବଂଶୀୟ ପ୍ରଧାନ ଯାଜକ ଅସରୀୟ ତାଙ୍କୁ ଉତ୍ତର କରି କହିଲା, “ଲୋକମାନେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣିବା ପାଇଁ ଆରମ୍ଭ କରିବା ସମୟଠାରୁ ଆମ୍ଭେମାନେ ଭୋଜନ କରିଅଛୁ ଓ ତୃପ୍ତ ହୋଇଅଛୁ ଓ ପ୍ରଚୁର ଅବଶିଷ୍ଟ ରଖିଅଛୁ; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଆଶୀର୍ବାଦ କରିଅଛନ୍ତି; ତେଣୁ ଯାହା ଅବଶିଷ୍ଟ ରହିଅଛି, ତାହା ଏହି ବୃହତ ଦ୍ରବ୍ୟରାଶି।”
11 Then Hezekiah ordered them to prepare storerooms in the house of our Father, and they prepared them. ତହିଁରେ ହିଜକୀୟ ସଦାପ୍ରଭୁଙ୍କ ଗୃହରେ କେତେକ କୋଠରି ପ୍ରସ୍ତୁତ କରିବାକୁ ଆଜ୍ଞା କଲେ; ତହୁଁ ସେମାନେ ତାହା ପ୍ରସ୍ତୁତ କଲେ।
12 They faithfully brought in the contributions, the tenth, and dedicated gifts. Conaniah the Levite led them; Shimei his brother was second. ଏଉତ୍ତାରେ ଲୋକମାନେ ବିଶ୍ୱସ୍ତ ରୂପେ ଉପହାର, ଦଶମାଂଶ ଓ ପବିତ୍ରୀକୃତ ଦ୍ରବ୍ୟ ଆଣିଲେ; ଆଉ ତହିଁ ଉପରେ ଲେବୀୟ କୋନାନୀୟ ଅଧ୍ୟକ୍ଷ ଥିଲା ଓ ତାହାର ଭାଇ ଶିମୀୟି ଦ୍ୱିତୀୟ ଥିଲା।
13 Jehiel, Azaziah, Nahath, Asahel, Jerimoth, Jozabad, Eliel, Ismachiah, Mahath, and Benaiah oversaw, under Conaniah and his brother Shimei, appointed by King Hezekiah and Azariah, chief officer of our Father's house. ପୁଣି, ଯିହୀୟେଲ ଓ ଅସସୀୟ, ନହତ୍‍, ଅସାହେଲ, ଯିରେମୋତ୍‍, ଯୋଷାବଦ୍‍, ଇଲୀୟେଲ୍‍, ଯିଷ୍ମଖୀୟ, ମାହତ୍‍, ବନାୟ, ଏମାନେ ହିଜକୀୟ ରାଜାଙ୍କର ଓ ପରମେଶ୍ୱରଙ୍କ ଗୃହାଧ୍ୟକ୍ଷ ଅସରୀୟର ନିଯୁକ୍ତି ଦ୍ୱାରା କୋନାନୀୟ ଓ ତାହାର ଭ୍ରାତା ଶିମୀୟିର ହସ୍ତାଧୀନରେ କାର୍ଯ୍ୟଶାସକ ଥିଲେ।
14 Kore son of Imnah, the Levite gatekeeper toward the east, oversaw the voluntary offerings to our Father, distributing our Father's contributions and the most holy gifts. ଆଉ, ଲେବୀୟ ଯିମ୍ନାର ପୁତ୍ର କୋରି, ଯେ ପୂର୍ବଦିଗ ଦ୍ୱାରପାଳ ଥିଲା, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଓ ମହାପବିତ୍ର ବସ୍ତୁ ବିତରଣ କରିବା ପାଇଁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ଉପହାର ଉପରେ ନିଯୁକ୍ତ ହେଲା।
15 Under him, Eden, Miniamin, Jeshua, Shemaiah, Amariah, and Shecaniah served faithfully in the priestly towns, distributing to fellow priests by divisions, great and small alike, ପୁଣି, ତାହାର ଅଧୀନରେ ଏଦନ, ମିନ୍ୟାମୀନ, ଯେଶୂୟ, ଶମୟୀୟ, ଅମରୀୟ ଓ ଶଖନୀୟ, ଏମାନେ ଯାଜକମାନଙ୍କ ନାନା ନଗରରେ ଆପଣାମାନଙ୍କର ସାନ ବଡ଼ ଭାଇମାନଙ୍କୁ ପାଳି ଅନୁସାରେ ଦେବା ପାଇଁ ଆପଣା ଆପଣା ନିରୂପିତ ପଦରେ ରହିଲେ;
16 besides giving to those registered by genealogy, males three and up—all entering the house of our Father for daily duty—for their service by office and division. ସେମାନଙ୍କ ବ୍ୟତୀତ ଯେଉଁମାନେ ପ୍ରତିଦିନର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପାଳିକ୍ରମେ ଆପଣା ଆପଣା ରକ୍ଷଣୀୟ ସେବା ନିମନ୍ତେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କଲେ, ଏପରି ତିନି ବର୍ଷ ଓ ତତୋଧିକ ବୟସ୍କ ପୁରୁଷ ବଂଶାବଳୀ କ୍ରମେ ଗଣିତ ହୋଇଥିଲେ;
17 Priests were registered by clans; Levites twenty and up, by duty and division. ଆଉ, ଆପଣା ଆପଣା ପିତୃବଂଶାନୁସାରେ ଯାଜକମାନେ, ପୁଣି କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନେ ବଂଶାବଳୀ କ୍ରମେ ସେମାନଙ୍କ ରକ୍ଷଣୀୟ ଓ ପାଳି ଅନୁସାରେ ଗଣିତ ହୋଇଥିଲେ;
18 They were registered with all their little ones, wives, sons, and daughters—the whole community—for they faithfully dedicated themselves in holiness. ପୁଣି ସମଗ୍ର ସମାଜ ମଧ୍ୟରେ ଲୋକମାନଙ୍କର ଶିଶୁ, ଭାର୍ଯ୍ୟା ଓ ପୁତ୍ରକନ୍ୟାମାନେ ବଂଶାବଳୀ କ୍ରମେ ଗଣିତ ହୋଇଥିଲେ; କାରଣ ସେମାନେ ଆପଣା ଆପଣା ନିରୂପିତ କାର୍ଯ୍ୟରେ ପବିତ୍ରତାରେ ଆପଣାମାନଙ୍କୁ ପବିତ୍ର କଲେ;
19 For Aaron's priestly descendants living in the pasture-fields around their towns, men were named in each and every town to give shares to every male priest and all Levites listed by genealogy. ମଧ୍ୟ ହାରୋଣଙ୍କର ଯେଉଁ ସନ୍ତାନ-ଯାଜକମାନେ ଆପଣା ଆପଣା ନଗରସ୍ଥ ତଳିଭୂମିର କ୍ଷେତ୍ରରେ ବାସ କଲେ, ସେମାନଙ୍କ ପ୍ରତ୍ୟେକ ନଗରରେ ଯାଜକମାନଙ୍କ ମଧ୍ୟରେ ସମସ୍ତ ପୁରୁଷଙ୍କୁ ଓ ଲେବୀୟମାନଙ୍କ ମଧ୍ୟରେ ବଂଶାବଳୀ କ୍ରମେ ଗଣିତ ସମସ୍ତଙ୍କୁ ଅଂଶ ଦେବା ପାଇଁ ଲୋକେ ନାମରେ ନିର୍ଣ୍ଣୀତ ହେଲେ।
20 Hezekiah did this throughout all Judah. He did what was good, right, and faithful before our Father. ହିଜକୀୟ ଯିହୁଦାର ସର୍ବତ୍ର ଏପ୍ରକାର କଲେ; ପୁଣି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ଓ ବିଶ୍ୱସ୍ତତାର କର୍ମ କଲେ।
21 In all he undertook—serving the house of our Father, keeping the law and command, seeking our Father—he gave his whole heart, and thrived. ଆଉ, ସେ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କରିବା ନିମନ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟ, ପୁଣି ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧରେ ଯେ ଯେ କାର୍ଯ୍ୟ ଆରମ୍ଭ କଲେ, ତାହାସବୁ ଆପଣା ସର୍ବାନ୍ତଃକରଣ ସହିତ କରି କୃତକାର୍ଯ୍ୟ ହେଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]