Skip to content
The Believer's Library

Indian Revised Version(IRV) Odia - 2021

2 Chronicles 33 IRVOry

Show IRVOry only
Verse × ×
1 Manasseh was twelve years old when he became king, and he reigned fifty-five years in Jerusalem. ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ।
2 He did evil in our Father's sight, like the detestable things of the nations our Father drove out before the Israelites. ପୁଣି, ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
3 He rebuilt the high places his father Hezekiah had torn down, built altars to the Baals, made Asherah poles, and he bowed down to all the forces of heaven and worshiped them. କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ଭାଙ୍ଗି ପକାଇଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ସେ ବାଲ୍‍ଦେବଗଣ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ ଓ ଆକାଶସ୍ଥ ସକଳ ବାହିନୀକୁ ପୂଜା କରି ସେମାନଙ୍କର ସେବା କଲେ।
4 He built altars in our Father's house, where our Father said, "In Jerusalem my name remains forever." ପୁଣି, “ଯିରୂଶାଲମରେ ଆମ୍ଭର ନାମ ସଦାକାଳ ସ୍ଥାପିତ ହେବ” ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ।
5 He built altars to all heaven's forces in both courts of the house of our Father. ଆହୁରି, ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ସକଳ ବାହିନୀ ନିମନ୍ତେ ଯଜ୍ଞବେଦି ନିର୍ମାଣ କଲେ।
6 In the Valley of Ben-Hinnom he sacrificed his sons in the fire, practiced fortune-telling, omens, and witchcraft, and consulted mediums and spiritists. He did great evil before our Father, provoking his anger. ମଧ୍ୟ ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଆପଣା ସନ୍ତାନସନ୍ତତିମାନଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ; ଆଉ, ସେ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ ଓ ମାୟାକର୍ମ କଲେ, ପୁଣି ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ବ୍ୟବହାର କଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।
7 He set the carved image he made in the house of our Father, of which our Father said to David and his son Solomon, "In this house and in Jerusalem, which I chose from all the tribes of Israel, I will put my name forever. ଆଉ, ସେ ଆପଣା ନିର୍ମିତ ଦେବତାର ଖୋଦିତ ପ୍ରତିମା ପରମେଶ୍ୱରଙ୍କ ଗୃହରେ ସ୍ଥାପନ କଲେ; ସେହି ଗୃହ ବିଷୟରେ ପରମେଶ୍ୱର ଦାଉଦଙ୍କୁ ଓ ତାଙ୍କ ପୁତ୍ର ଶଲୋମନଙ୍କୁ କହିଥିଲେ, “ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ସଦାକାଳ ସ୍ଥାପନ କରିବା;
8 I will never again remove Israel from the land I gave your ancestors, if only they carefully keep all I commanded them—the whole law, decrees, and rules through Moses." ପୁଣି, ଆମ୍ଭେ ସେମାନଙ୍କୁ ଯେସମସ୍ତ ଆଜ୍ଞା ଦେଇଅଛୁ, ଅର୍ଥାତ୍‍, ମୋଶାର ହସ୍ତ ଦ୍ୱାରା ଯେସମସ୍ତ ବ୍ୟବସ୍ଥା, ବିଧି ଓ ବିଧାନ ଦେଇଅଛୁ, କେବଳ ତଦନୁସାରେ କର୍ମ କରିବା ପାଇଁ ଯେବେ ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିମନ୍ତେ ଯେଉଁ ଦେଶ ନିରୂପଣ କରିଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ସ୍ଥାନାନ୍ତରିତ କରିବା ନାହିଁ।”
9 But Manasseh led Judah and Jerusalem's people astray, doing more evil than the nations our Father destroyed before Israel. ମାତ୍ର ମନଃଶି ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କୁ ବିପଥଗାମୀ କରାଇଲେ, ତହିଁରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ କ୍ରିୟା ଅପେକ୍ଷା ସେମାନେ ଅଧିକ କୁକ୍ରିୟା କଲେ।
10 Our Father spoke to Manasseh and his people, but they would not listen. ତହୁଁ ସଦାପ୍ରଭୁ ମନଃଶି ଓ ତାଙ୍କର ଲୋକମାନଙ୍କୁ ନାନା କଥା କହିଲେ, ମାତ୍ର ସେମାନେ କିଛି ମନୋଯୋଗ କଲେ ନାହିଁ।
11 So our Father brought the army commanders of Assyria's king against them; they captured Manasseh with hooks, bound him in bronze shackles, and took him to Babylon. ଏହେତୁ ସଦାପ୍ରଭୁ ସେମାନଙ୍କ ପ୍ରତିକୂଳରେ ଅଶୂରୀୟ ରାଜାର ସେନାପତିମାନଙ୍କୁ ଆଣିଲେ, ତହିଁରେ ସେମାନେ ମନଃଶିଙ୍କୁ ବେଡ଼ିରେ ଧରି ଶିକୁଳିରେ ବାନ୍ଧି ବାବିଲକୁ ନେଇଗଲେ।
12 Distressed, he sought our Father's favor, humbling himself deeply before the God of his fathers. ପୁଣି, ସେ ଦୁଃଖରେ ଥିବା ବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ଆପଣା ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ଛାମୁରେ ଆପଣାକୁ ଅତିଶୟ ନମ୍ର କଲେ।
13 He prayed to him, and our Father, moved by his plea, heard his cry for mercy, brought him back to Jerusalem, to his kingdom. Then Manasseh knew that our Father is God. ଆଉ, ସେ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେ ତାଙ୍କ ପ୍ରତି ପ୍ରସନ୍ନ ହେଲେ ଓ ତାଙ୍କର ନିବେଦନ ଶୁଣି ତାଙ୍କୁ ପୁନର୍ବାର ତାଙ୍କର ରାଜ୍ୟ ଯିରୂଶାଲମକୁ ଆଣିଲେ। ସେତେବେଳେ ମନଃଶି ଜାଣିଲେ ଯେ, ସଦାପ୍ରଭୁ ପରମେଶ୍ୱର ଅଟନ୍ତି।
14 Afterward he rebuilt the City of David's outer wall, west of Gihon in the valley to the Fish Gate entrance, around the Ophel, raising it very high. He posted army commanders in all Judah's fortified cities. ଏଥିଉତ୍ତାରେ ସେ ଗୀହୋନର ପଶ୍ଚିମ ପାର୍ଶ୍ଵରେ ଉପତ୍ୟକା ମଧ୍ୟରେ ମତ୍ସ୍ୟ ଦ୍ୱାରର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଦାଉଦ-ନଗରର ବାହାର-ପ୍ରାଚୀର ନିର୍ମାଣ କଲେ; ଆଉ, ସେ ଓଫଲର ଚତୁର୍ଦ୍ଦିଗ ବେଷ୍ଟନ କରି ପ୍ରାଚୀର ଅତି ଉଚ୍ଚ କଲେ ଓ ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସମୂହରେ ବିକ୍ରମୀ ସେନାପତିମାନଙ୍କୁ ନିଯୁକ୍ତ କଲେ।
15 He removed the foreign gods and idol from our Father's house, with all the altars he'd built on the temple mount and in Jerusalem, and threw them out of the city. ଆଉ, ସେ ଅନ୍ୟ ଦେବଗଣକୁ ଓ ସଦାପ୍ରଭୁଙ୍କ ଗୃହସ୍ଥିତ ପ୍ରତିମାକୁ ଦୂର କଲେ ଓ ସେ ସଦାପ୍ରଭୁଙ୍କ ଗୃହର ପର୍ବତରେ ଓ ଯିରୂଶାଲମରେ ଆପଣାର ନିର୍ମିତ ସମସ୍ତ ଯଜ୍ଞବେଦି ନଗରର ବାହାରେ ପକାଇଦେଲେ।
16 He rebuilt our Father's altar, sacrificed peace and thank offerings on it, and commanded Judah to serve our Father, the God of Israel. ପୁଣି, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ନିର୍ମାଣ କରି ତହିଁ ପରେ ମଙ୍ଗଳାର୍ଥକ ଓ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସେବା କରିବା ପାଇଁ ଯିହୁଦାକୁ ଆଜ୍ଞା କଲେ।
17 The people, however, still sacrificed at the high places, but only to our Father, their God. ତଥାପି ଲୋକମାନେ ଉଚ୍ଚସ୍ଥଳୀରେ ବଳିଦାନ କଲେ, ମାତ୍ର ତାହା କେବଳ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ କଲେ।
18 Manasseh's other acts, his prayer to our Father, and the seers' words to him in the name of our Father, the God of Israel, are in the records of Israel's kings. ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ଆପଣା ପରମେଶ୍ୱରଙ୍କ ନିକଟରେ ତାଙ୍କର ପ୍ରାର୍ଥନା ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ତାଙ୍କ ପ୍ରତି ଉକ୍ତ ଦର୍ଶକମାନଙ୍କ ବାକ୍ୟ, ଏହିସବୁ ଇସ୍ରାଏଲର ରାଜାମାନଙ୍କ ଇତିହାସରେ ଲିଖିତ ଅଛି।
19 His prayer, how our Father was moved by him, all his sin and unfaithfulness, and the places where he built high places, set up Asherah poles, and carved images before he humbled himself—all recorded in the seers' records. ମଧ୍ୟ ତାଙ୍କର ପ୍ରାର୍ଥନା ଓ ପରମେଶ୍ୱର ତାଙ୍କ ପ୍ରତି କିପରି ପ୍ରସନ୍ନ ହେଲେ ଓ ତାଙ୍କର ସକଳ ପାପ ଓ ସତ୍ୟ-ଲଙ୍ଘନ ଓ ସେ ଆପଣାକୁ ନମ୍ର କରିବା ପୂର୍ବେ ଯେଉଁ ଯେଉଁ ସ୍ଥାନରେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଆଉ ଆଶେରା ମୂର୍ତ୍ତି ଓ ଖୋଦିତ ପ୍ରତିମା ସ୍ଥାପନ କରିଥିଲେ; ଦେଖ, ତାହାସବୁ ହୋଶେୟର ପୁସ୍ତକରେ ଲିଖିତ ଅଛି।
20 Manasseh died and was buried in his palace. And his son Amon became king in his place. ଏଥିଉତ୍ତାରେ ମନଃଶିଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ତାଙ୍କର ନିଜ ଗୃହରେ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆମୋନ୍‍ ତାଙ୍କର ପଦରେ ରାଜ୍ୟ କଲେ।
21 Amon was twenty-two years old when he became king, and he reigned two years in Jerusalem. ଆମୋନ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାଇଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଦୁଇ ବର୍ଷ ରାଜ୍ୟ କଲେ।
22 He did evil before our Father, as his father Manasseh had. Amon sacrificed to all the carved images Manasseh made and worshiped them. ପୁଣି, ସେ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ଆମୋନ୍‍ ଆପଣା ପିତା ମନଃଶିଙ୍କ ନିର୍ମିତ ସକଳ ଖୋଦିତ ପ୍ରତିମା ଉଦ୍ଦେଶ୍ୟରେ ବଳିଦାନ କରି ସେମାନଙ୍କର ସେବା କଲେ।
23 Unlike his father Manasseh, he did not humble himself before our Father; instead Amon multiplied his guilt. ପୁଣି, ତାଙ୍କର ପିତା ମନଃଶି ଯେପରି ଆପଣାକୁ ନମ୍ର କରିଥିଲେ, ସେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ସେପରି ନମ୍ର କଲେ ନାହିଁ; ମାତ୍ର ଏହି ଆମୋନ୍‍ ଅଧିକ ଅଧିକ ଅପରାଧ କଲେ।
24 Amon's servants conspired against him and killed him in his palace. ଏଉତ୍ତାରେ ତାଙ୍କର ଦାସମାନେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କର ନିଜ ଗୃହରେ ତାଙ୍କୁ ବଧ କଲେ।
25 The people of the land killed all who conspired against King Amon and made his son Josiah king in his place. ମାତ୍ର ଯେଉଁମାନେ ଆମୋନ୍‍ ରାଜାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ, ସେସମସ୍ତଙ୍କୁ ଦେଶସ୍ଥ ଲୋକମାନେ ବଧ କଲେ; ଆଉ, ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟଙ୍କୁ ରାଜା କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]