Skip to content
The Believer's Library

Indian Revised Version(IRV) Odia - 2021

2 Chronicles 36 IRVOry

Show IRVOry only
Verse × ×
1 The people of the land took Josiah's son Jehoahaz and made him king in Jerusalem in place of his father. ଏଥିଉତ୍ତାରେ ଦେଶର ଲୋକମାନେ ଯୋଶୀୟଙ୍କର ପୁତ୍ର ଯିହୋୟାହସ୍‌ଙ୍କୁ ନେଇ ତାଙ୍କର ପିତାଙ୍କ ପଦରେ ତାଙ୍କୁ ଯିରୂଶାଲମରେ ରାଜା କଲେ।
2 Jehoahaz was twenty-three years old when he became king, and he reigned three months in Jerusalem. ଯିହୋୟାହସ୍‌ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ।
3 Egypt's king deposed him at Jerusalem and fined the land about 7,500 pounds of silver and 75 pounds of gold. ଏଥିଉତ୍ତାରେ ମିସରର ରାଜା ଯିରୂଶାଲମରେ ତାଙ୍କୁ ପଦଚ୍ୟୁତ କରି ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା ଅର୍ଥଦଣ୍ଡ ନିର୍ଦ୍ଧାରଣ କଲା।
4 Egypt's king made his brother Eliakim king over Judah and Jerusalem, renaming him Jehoiakim; Neco took his brother Jehoahaz to Egypt. ଆହୁରି, ମିସରର ରାଜା ତାଙ୍କର ଭ୍ରାତା ଇଲିୟାକୀମ୍‍ଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍‍ ରଖିଲା, ପୁଣି ନଖୋ ତାଙ୍କର ଭ୍ରାତା ଯିହୋୟାହସ୍‌ଙ୍କୁ ଧରି ମିସରକୁ ନେଇଗଲା।
5 Jehoiakim was twenty-five when he became king; he reigned eleven years in Jerusalem, doing evil in our Father's eyes. ଯିହୋୟାକୀମ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କଲେ।
6 Nebuchadnezzar king of Babylon marched against him, bound him in bronze chains to take him to Babylon. ତାଙ୍କ ବିରୁଦ୍ଧରେ ବାବିଲର ରାଜା ନବୂଖଦ୍‍ନିତ୍ସର ଆସି ବାବିଲକୁ ନେଇଯିବା ନିମନ୍ତେ ତାଙ୍କୁ ଶିକୁଳିରେ ବାନ୍ଧିଲା।
7 Nebuchadnezzar also took some of our Father's house articles to Babylon, putting them in his temple in Babylon. ନବୂଖଦ୍‍ନିତ୍ସର ମଧ୍ୟ ସଦାପ୍ରଭୁଙ୍କ ଗୃହର କେତେକ ପାତ୍ର ବାବିଲକୁ ନେଇଯାଇ ବାବିଲସ୍ଥିତ ଆପଣା ମନ୍ଦିରରେ ରଖିଲା।
8 The rest of Jehoiakim's acts, his detestable things, and the charges against him are written in the Book of Kings of Israel and Judah; his son Jehoiachin reigned in his place. ଏହି ଯିହୋୟାକୀମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କୃତ ଓ ତାଙ୍କ ମଧ୍ୟରେ ପ୍ରାପ୍ତ ଘୃଣାଯୋଗ୍ୟ କ୍ରିୟାସକଳ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି; ଏଉତ୍ତାରେ ତାଙ୍କର ପୁତ୍ର ଯିହୋୟାଖୀନ୍‍ ତାଙ୍କର ପଦରେ ରାଜ୍ୟ କଲେ।
9 Jehoiachin was eight when he became king; he reigned three months and ten days in Jerusalem, doing evil in our Father's eyes. ଯିହୋୟାଖୀନ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ଦଶ ଦିନ ରାଜ୍ୟ କଲେ; ଆଉ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
10 In spring, King Nebuchadnezzar brought him to Babylon with the precious articles from our Father's house, making Zedekiah, Jehoiachin's relative, king over Judah and Jerusalem. ପୁଣି, ବର୍ଷର ପରିବର୍ତ୍ତନ ସମୟରେ ନବୂଖଦ୍‍ନିତ୍ସର ରାଜା ଲୋକ ପଠାଇ ତାଙ୍କୁ ଓ ତାଙ୍କ ସଙ୍ଗେ ସଦାପ୍ରଭୁଙ୍କ ଗୃହର ମନୋହର ପାତ୍ରସବୁ ବାବିଲକୁ ଆଣିଲା ଓ ତାଙ୍କର ଭାଇ ସିଦିକୀୟଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା।
11 Zedekiah was twenty-one years old when he became king, and he reigned eleven years in Jerusalem. ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ;
12 He did evil in our Father's eyes, not humbling himself before Jeremiah the prophet, who spoke from our Father's mouth. ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କଲେ; ସେ ସଦାପ୍ରଭୁଙ୍କ ମୁଖନିର୍ଗତ ବାକ୍ୟର ପ୍ରକାଶକ ଯିରିମୀୟ ଭବିଷ୍ୟଦ୍‍ବକ୍ତା ସମ୍ମୁଖରେ ଆପଣାକୁ ନମ୍ର କଲେ ନାହିଁ।
13 He also rebelled against King Nebuchadnezzar, who made him swear by our Father, stiffening his neck and hardening his heart, refusing to return to our Father, God of Israel. ମଧ୍ୟ ଯେଉଁ ନବୂଖଦ୍‍ନିତ୍ସର ରାଜା ତାଙ୍କୁ ପରମେଶ୍ୱରଙ୍କ ନାମରେ ଶପଥ କରାଇଥିଲା, ସେ ତାହାର ବିଦ୍ରୋହୀ ହେଲେ; ଆଉ ସେ ଆପଣା ଗ୍ରୀବା ଶକ୍ତ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରିବାକୁ ଆପଣା ହୃଦୟ କଠିନ କଲେ।
14 All the leading priests and the people grew more and more unfaithful, matching all the nations' detestable practices, and made unclean the house our Father had made holy in Jerusalem. ଆହୁରି, ଯାଜକମାନଙ୍କର ପ୍ରଧାନ ସମସ୍ତେ ଓ ଲୋକମାନେ ଅନ୍ୟ ଦେଶୀୟମାନଙ୍କ ସକଳ ଘୃଣାଯୋଗ୍ୟ କ୍ରିୟାନୁସାରେ ଅତିଶୟ ଅପରାଧ କଲେ; ପୁଣି, ସଦାପ୍ରଭୁ ଯିରୂଶାଲମରେ ଯେଉଁ ଗୃହ ପବିତ୍ର କରିଥିଲେ, ତାହାଙ୍କର ସେହି ଗୃହ ଅଶୁଚି କଲେ।
15 Our Father, the God of their fathers, sent word repeatedly through his messengers, pitying his people and his dwelling place. ତଥାପି ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ଆପଣା ଦୂତଗଣ ଦ୍ୱାରା ସେମାନଙ୍କ ନିକଟକୁ କହି ପଠାଇଲେ, ସେ ଆପଣା ଲୋକମାନଙ୍କ ପ୍ରତି ଓ ଆପଣା ନିବାସ ସ୍ଥାନ ପ୍ରତି ଦୟା ବହିବାରୁ ପ୍ରତ୍ୟୁଷରେ ଉଠି ପଠାଇଲେ;
16 But they mocked our Father's messengers, despised his words, mocked his prophets, until our Father's anger rose against his people, past remedy. ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍‍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।
17 So he brought Chaldea's king against them, who killed their young men with the sword in their sanctuary, sparing no young man, virgin, elder, or aged. Our Father gave them all into his hand. ଏନିମନ୍ତେ ସେ କଲ୍‍ଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ୍ଗ ଦ୍ୱାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକୁ ଦୟା କଲା ନାହିଁ; ପରମେଶ୍ୱର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ।
18 All the articles of our Father's house, great and small, the treasures of our Father's house and of the king and his officials—all he brought to Babylon. ଆଉ, ପରମେଶ୍ୱରଙ୍କ ଗୃହର ବଡ଼ ସାନ ସମସ୍ତ ପାତ୍ର ଓ ସଦାପ୍ରଭୁଙ୍କ ଗୃହର ଧନ, ପୁଣି ରାଜାଙ୍କର ଓ ତାଙ୍କ ଅଧିପତିମାନଙ୍କ ଧନ, ଏହିସବୁ ବାବିଲକୁ ନେଇଗଲା।
19 They burned the house of our Father, tore down Jerusalem's wall, burned all its palaces, destroyed everything valuable in it. ପୁଣି, ସେମାନେ ପରମେଶ୍ୱରଙ୍କ ଗୃହ ଦଗ୍ଧ କଲେ ଓ ଯିରୂଶାଲମର ପ୍ରାଚୀର ଭଗ୍ନ କଲେ ଓ ତହିଁର ଅଟ୍ଟାଳିକାସବୁ ଅଗ୍ନିରେ ଦଗ୍ଧ କରି ସେଠାରେ ଥିବା ମନୋହର ପାତ୍ରସବୁ ବିନାଶ କଲେ।
20 He exiled the sword's survivors to Babylon; they served him and his sons until Persia's kingdom began to reign, ପୁଣି, ସେ ଖଡ୍ଗରୁ ବଞ୍ଚିବା ଲୋକମାନଙ୍କୁ ବାବିଲକୁ ନେଇଗଲା; ତହିଁରେ ପାରସିକ ରାଜ୍ୟ ସ୍ଥାପନ ପର୍ଯ୍ୟନ୍ତ ସେମାନେ ତାହାର ଓ ତାହାର ସନ୍ତାନଗଣର ଦାସ ହୋଇ ରହିଲେ;
21 to fulfill our Father's word through Jeremiah: until the land enjoyed its sabbaths, all its desolate days it rested, fulfilling seventy years. ଦେଶ ଆପଣାର ନାନା ବିଶ୍ରାମ ଭୋଗ କରିବା ପର୍ଯ୍ୟନ୍ତ ଯିରିମୀୟର ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳ ହେବା ନିମନ୍ତେ ଏହା ଘଟିଲା; କାରଣ ସତୁରି ବର୍ଷ ପୂର୍ଣ୍ଣକରଣାର୍ଥେ ଦେଶ ଉଚ୍ଛିନ୍ନ ଅବସ୍ଥାରେ ଥିବା ପର୍ଯ୍ୟନ୍ତ ବିଶ୍ରାମ ପାଳନ କଲା।
22 In Cyrus king of Persia's first year, to fulfill our Father's word through Jeremiah, our Father stirred Cyrus king of Persia's spirit to proclaim throughout all his kingdom, and to put it in writing: ଯିରିମୀୟଙ୍କ ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳାର୍ଥେ ପାରସ୍ୟର ରାଜା କୋରସ୍‍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ସଦାପ୍ରଭୁ ପାରସ୍ୟର ରାଜା କୋରସ୍‍ର ମନରେ ପ୍ରବୃତ୍ତି ଜନ୍ମାନ୍ତେ, ସେ ଆପଣା ରାଜ୍ୟର ସର୍ବତ୍ର ଘୋଷଣା କରାଇ, ମଧ୍ୟ ଲେଖାଇ ଏହି କଥା ପ୍ରଚାର କରାଇଲା,
23 Cyrus king of Persia says: "The LORD, God of heaven, gave me all earth's kingdoms and charged me to build him a house in Jerusalem, in Judah. Any of his people among you—may the LORD his God be with him—let him go up." “ପାରସ୍ୟର ରାଜା କୋରସ୍‍ ଏହା କହନ୍ତି, ‘ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ, ଆମ୍ଭକୁ ଆଜ୍ଞା କରିଅଛନ୍ତି। ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ସଦାପ୍ରଭୁ ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯାତ୍ରା କରୁ।’”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]