Skip to content
The Believer's Library

Indian Revised Version(IRV) Odia - 2021

2 Chronicles 5 IRVOry

Show IRVOry only
Verse × ×
1 Solomon completed all the work for the house of our Father. He then brought in his father David's dedicated things—silver, gold, all the vessels—and put them in the storerooms of the house of our Father. ଏହିରୂପେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କର କୃତ ସମସ୍ତ କାର୍ଯ୍ୟ ସମାପ୍ତ ହେଲା। ପୁଣି ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ଦ୍ରବ୍ୟସବୁ, ଅର୍ଥାତ୍‍, ରୂପା, ସୁନା ଓ ସମସ୍ତ ସାମଗ୍ରୀ ଭିତରକୁ ଆଣି ପରମେଶ୍ୱରଙ୍କ ଗୃହର ଭଣ୍ଡାରରେ ରଖିଲେ।
2 Solomon then gathered Israel's elders, all tribal heads, and leaders of Israel's ancestral families in Jerusalem, to bring up the ark of the covenant of our Father from the City of David, also called Zion. ତହୁଁ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶୀୟ ପ୍ରଧାନ ସମସ୍ତଙ୍କୁ, ଇସ୍ରାଏଲ-ସନ୍ତାନଗଣର ପିତୃବଂଶାଧିପତିମାନଙ୍କୁ ଯିରୂଶାଲମରେ ଏକତ୍ର କଲେ।
3 So all the men of Israel gathered before the king at the feast in the seventh month. ତହିଁରେ ସପ୍ତମ ମାସର ପର୍ବ ସମୟରେ ସମସ୍ତ ଇସ୍ରାଏଲ ଲୋକ ରାଜାଙ୍କ ନିକଟରେ ଏକତ୍ର ହେଲେ।
4 When all the elders of Israel had come, the Levites took up the ark. ପୁଣି ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଉପସ୍ଥିତ ହୁଅନ୍ତେ, ଲେବୀୟମାନେ ସିନ୍ଦୁକ ଉଠାଇଲେ।
5 The priests and Levites brought up the ark, the tent of meeting, and all the holy vessels in it. ପୁଣି ସେମାନେ ସିନ୍ଦୁକ ଓ ସମାଗମ-ତମ୍ବୁ ଓ ତମ୍ବୁସ୍ଥିତ ସମସ୍ତ ପବିତ୍ର ପାତ୍ର ଆଣିଲେ; ଲେବୀୟ ଯାଜକମାନେ ତାହାସବୁ ଆଣିଲେ।
6 King Solomon and all Israel's assembly who had gathered before him stood before the ark, sacrificing sheep and cattle too many to count or number. ଆଉ ଶଲୋମନ ରାଜା ଓ ତାଙ୍କ ନିକଟରେ ଏକତ୍ରିତ ଇସ୍ରାଏଲର ସମଗ୍ର ମଣ୍ଡଳୀ ସିନ୍ଦୁକ ସମ୍ମୁଖରେ ଥାଇ ଏତେ ପରିମାଣରେ ମେଷ ଓ ଗୋରୁ ବଳିଦାନ କଲେ, ଯେ ତାହାସବୁ ଅସଂଖ୍ୟ ଓ ଅଗଣ୍ୟ ଥିଲା।
7 The priests brought our Father's covenant ark to its place, the house's inner sanctuary, the Most Holy Place, beneath the cherubim's wings. ତହୁଁ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତହିଁର ସ୍ଥାନକୁ, ଅର୍ଥାତ୍‍, ଗୃହର ଗର୍ଭାଗାର, ମହାପବିତ୍ର ସ୍ଥାନ, କିରୂବଦ୍ୱୟର ପକ୍ଷ ତଳକୁ ଆଣିଲେ।
8 For the cherubim spread their wings over the ark's place, covering it and its poles from above. ସେହି କିରୂବମାନେ ସିନ୍ଦୁକ-ସ୍ଥାନ ଉପରେ ପକ୍ଷ ବିସ୍ତାର କରିଥିଲେ ଓ କିରୂବମାନେ ଊର୍ଦ୍ଧ୍ୱରୁ ସିନ୍ଦୁକ ଓ ତହିଁର ସାଙ୍ଗୀ ଆଚ୍ଛାଦନ କଲେ।
9 The poles were long enough that their ends showed from the ark before the inner sanctuary, but not outside; they remain there to this day. ପୁଣି ସେହି ସାଙ୍ଗୀ ଏତେ ଲମ୍ବ ଥିଲା ଯେ, ତହିଁର ଅଗ୍ରଭାଗ ଗର୍ଭାଗାର ସମ୍ମୁଖରେ ସିନ୍ଦୁକଠାରୁ ଦେଖାଗଲା; ମାତ୍ର ବାହାରକୁ ଦେଖାଗଲା ନାହିଁ; ଆଜି ପର୍ଯ୍ୟନ୍ତ ତାହା ସେହି ସ୍ଥାନରେ ଅଛି।
10 The ark held nothing but the two tablets Moses placed there at Horeb, where our Father made a covenant with the Israelites when they left Egypt. ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କରିବା ସମୟରେ ମୋଶା ହୋରେବ ନିକଟରେ ଯେଉଁ ଦୁଇ ପ୍ରସ୍ତର ଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତାହା ବ୍ୟତୀତ ତହିଁରେ ଆଉ କିଛି ନ ଥିଲା।
11 Then the priests left the holy place. (All priests present had made themselves holy, regardless of their divisions, ଉପସ୍ଥିତ ଯାଜକ ସମସ୍ତେ ଆପଣାମାନଙ୍କୁ ପବିତ୍ର କରିଥିଲେ ଓ ଆପଣା ଆପଣା ପାଳିର କର୍ମ କରୁ ନ ଥିଲେ।
12 and all the Levite singers—Asaph, Heman, Jeduthun, their sons and relatives—stood east of the altar in fine linen, playing cymbals, harps, and lyres, with 120 priests blowing trumpets.). ମଧ୍ୟ ଲେବୀୟ ଗାୟକ ସମସ୍ତେ, ଅର୍ଥାତ୍‍, ଆସଫ, ହେମନ, ଯିଦୂଥୂନ୍‍ ଓ ସେମାନଙ୍କ ପୁତ୍ର ଓ ଭାଇଗଣ କ୍ଷୌମବସ୍ତ୍ର ପିନ୍ଧି କରତାଳ ଓ ନେବଲ ଓ ବୀଣା ଧରି ଯଜ୍ଞବେଦିର ପୂର୍ବ ଦିଗରେ ଠିଆ ହୋଇଥିଲେ ଓ ସେମାନଙ୍କ ସଙ୍ଗେ ତୂରୀବାଦକ ଏକ ଶହ କୋଡ଼ିଏ ଜଣ ଯାଜକ ଥିଲେ; ତହୁଁ ଯାଜକମାନେ ପବିତ୍ର ସ୍ଥାନରୁ ବାହାର ହୋଇ ଆସନ୍ତେ,
13 The trumpeters and singers, united, praised and thanked our Father with one voice—raising their voices with the trumpets, cymbals, and instruments, they praised him: "He is good; his covenant love endures forever." Then a cloud filled our Father's house, ସେହି ତୂରୀବାଦକ ଓ ଗାୟକ ସମସ୍ତେ ଏକସ୍ୱରରେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ କରିବାକୁ ଏକ ହୁଅନ୍ତେ, “ପୁଣି ସଦାପ୍ରଭୁ ମଙ୍ଗଳମୟ, କାରଣ ତାହାଙ୍କର କରୁଣା ସଦାକାଳସ୍ଥାୟୀ,” ଏହା ବୋଲି ସେମାନେ ତୂରୀ ଓ କରତାଳ ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚସ୍ୱରରେ ତାହାଙ୍କର ପ୍ରଶଂସାଧ୍ୱନି କରନ୍ତେ, ସେହି ଗୃହ, ଅର୍ଥାତ୍‍, ସଦାପ୍ରଭୁଙ୍କ ଗୃହ ଏକ ମେଘରେ ଏରୂପ ପରିପୂର୍ଣ୍ଣ ହେଲା
14 so the priests couldn't stand to serve because of the cloud, for the glory of our Father filled the house of our Father. ଯେ, ଯାଜକମାନେ ସେହି ମେଘ ସକାଶୁ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ ସଦାପ୍ରଭୁଙ୍କ ପ୍ରତାପ ପରମେଶ୍ୱରଙ୍କ ଗୃହକୁ ପରିପୂର୍ଣ୍ଣ କଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]