Skip to content
The Believer's Library

Indian Revised Version(IRV) Odia - 2021

2 Chronicles 6 IRVOry

Show IRVOry only
Verse × ×
1 Then Solomon said, "Our Father has said that he would dwell in thick darkness. ତହୁଁ ଶଲୋମନ କହିଲେ, “ସଦାପ୍ରଭୁ ନିବିଡ଼ ମେଘରେ ବାସ କରିବେ ବୋଲି କହିଅଛନ୍ତି।
2 But I have built you an exalted house, a place for you to dwell in forever." ମାତ୍ର ମୁଁ ତୁମ୍ଭ ପାଇଁ ଏକ ବାସଗୃହ ଓ ତୁମ୍ଭର ସଦାକାଳ ବାସ ନିମନ୍ତେ ଏକ ସ୍ଥାନ ପ୍ରସ୍ତୁତ କରିଅଛି।”
3 Then the king turned and blessed the whole assembly of Israel as they all stood. ତହୁଁ ରାଜା ମୁଖ ଫେରାଇ ଇସ୍ରାଏଲର ସମଗ୍ର ସମାଜକୁ ଆଶୀର୍ବାଦ କଲେ; ପୁଣି ଇସ୍ରାଏଲର ସମଗ୍ର ସମାଜ ଠିଆ ହେଲେ।
4 He said, "Praise our Father, the God of Israel, whose hand has fulfilled what his mouth promised my father David, saying, ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ସେ ଆପଣା ମୁଖରେ ମୋʼ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା,
5 'Since the day I brought my people out of Egypt, I chose no city from all the tribes of Israel to build a house for my name to be there, nor any man to rule my people Israel. ‘ଆମ୍ଭେ ଆପଣା ଲୋକମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ଦିନଠାରୁ ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; କିଅବା ଆମ୍ଭ ଲୋକ ଇସ୍ରାଏଲର ଅଗ୍ରଣୀ ହେବା ପାଇଁ କୌଣସି ଲୋକ ମନୋନୀତ କରି ନାହୁଁ;
6 But I chose Jerusalem for my name to be there, and I chose David to lead my people Israel.' ମାତ୍ର ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯିରୂଶାଲମକୁ ମନୋନୀତ କରିଅଛୁ ଓ ଆମ୍ଭ ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦଙ୍କୁ ମନୋନୀତ କରିଅଛୁ।’
7 David my father had it in his heart to build a house for the name of our Father, the God of Israel. ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବାକୁ ମୋʼ ପିତା ଦାଉଦଙ୍କର ମନସ୍ଥ ଥିଲା।
8 But our Father told David my father, 'Because building a house for my name was in your heart, you did well to intend this. ମାତ୍ର ସଦାପ୍ରଭୁ ମୋʼ ପିତା ଦାଉଦଙ୍କୁ କହିଲେ, ‘ଆମ୍ଭ ନାମ ଉଦ୍ଦେଶ୍ୟରେ ଏକ ଗୃହ ନିର୍ମାଣ କରିବାକୁ ତୁମ୍ଭର ମନସ୍ଥ ଅଛି, ତୁମ୍ଭର ଏହି ମନସ୍ଥ କରିବା ଉତ୍ତମ;
9 But you will not build the house; your son, from your own body—he will build the house for my name.' ତଥାପି ତୁମ୍ଭେ ସେହି ଗୃହ ନିର୍ମାଣ କରିବ ନାହିଁ; ମାତ୍ର ତୁମ୍ଭ ଔରସଜାତ ତୁମ୍ଭ ପୁତ୍ର ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।’
10 Now our Father has fulfilled the word he spoke: I have succeeded David my father and sit on Israel's throne, as he promised, and I have built the house for the name of our Father, the God of Israel. ପୁଣି ସଦାପ୍ରଭୁ ଆପଣାର ଉକ୍ତ ଏହି କଥା ସଫଳ କରିଅଛନ୍ତି; କାରଣ ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କ ପଦରେ ଉତ୍ପନ୍ନ ଓ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ସେହି ଗୃହ ନିର୍ମାଣ କଲେ।
11 There I placed the ark, holding the covenant our Father made with the people of Israel." ଆଉ ମୁଁ ତହିଁରେ ଇସ୍ରାଏଲ-ସନ୍ତାନଗଣ ସହିତ ସଦାପ୍ରଭୁଙ୍କ କୃତ ନିୟମର ଆଧାର-ସିନ୍ଦୁକ ସ୍ଥାପନ କରିଅଛି।”
12 Then Solomon stood before our Father's altar in the presence of the whole assembly of Israel and spread out his hands. ଏଥିଉତ୍ତାରେ ସେ ଇସ୍ରାଏଲର ସମସ୍ତ ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଆପଣା ହସ୍ତ ବିସ୍ତାର କରି ଠିଆ ହେଲେ;
13 Solomon had made a bronze platform about seven and a half feet long, seven and a half feet wide, four and a half feet high, and set it in the middle of the court. He stood on it, knelt before the whole assembly of Israel, and spread his hands toward heaven. କାରଣ ଶଲୋମନ ପାଞ୍ଚ ହାତ ଦୀର୍ଘ ଓ ପାଞ୍ଚ ହାତ ପ୍ରସ୍ଥ ଓ ତିନି ହାତ ଉଚ୍ଚ ଏକ ପିତ୍ତଳମୟ ମଞ୍ଚ ନିର୍ମାଣ କରି ପ୍ରାଙ୍ଗଣର ମଧ୍ୟସ୍ଥଳରେ ରଖିଥିଲେ; ଆଉ ସେ ତହିଁ ଉପରେ ଠିଆ ହୋଇ ସମସ୍ତ ଇସ୍ରାଏଲର ସମାଜ ସମ୍ମୁଖରେ ଆଣ୍ଠୁପାତି ସ୍ୱର୍ଗ ଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ,
14 He said, O my Father, God of Israel, no Father is like you in heaven or on earth, keeping covenant and showing loyal love to your servants who walk before you wholeheartedly. “ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ସ୍ୱର୍ଗରେ କିଅବା ପୃଥିବୀରେ ତୁମ୍ଭ ତୁଲ୍ୟ ପରମେଶ୍ୱର କେହି ନାହିଁ; ତୁମ୍ଭର ଯେଉଁ ଦାସମାନେ ସର୍ବାନ୍ତଃକରଣ ସହିତ ତୁମ୍ଭ ସମ୍ମୁଖରେ ଗମନାଗମନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ପାଳନ କରିଥାଅ;
15 You kept your promise to your servant David my father; what you spoke with your mouth you fulfilled with your hand today. ତୁମ୍ଭେ ଆପଣା ଦାସ ମୋʼ ପିତା ଦାଉଦଙ୍କୁ ଯାହା ପ୍ରତିଜ୍ଞା କରିଥିଲ, ତାହା ପାଳନ କରିଅଛ; ହଁ, ତୁମ୍ଭେ ଆପଣା ମୁଖରେ କହିଥିଲ, ପୁଣି ଆଜି ଆପଣା ହସ୍ତରେ ତାହା ସଫଳ କରିଅଛ।
16 So now, my Father, God of Israel, keep for your servant David my father what you promised: "You will never lack a man before me on Israel's throne, if only your sons watch their way to walk in my law, as you have walked before me." ତୁମ୍ଭେ ମୋʼ ପିତା ଆପଣା ଦାସ ଦାଉଦଙ୍କୁ କହିଥିଲ, ତୁମ୍ଭେ ଆମ୍ଭ ସମ୍ମୁଖରେ ଯେପରି ଗମନାଗମନ କରିଅଛ, ‘ସେହିପରି ତୁମ୍ଭ ସନ୍ତାନମାନେ ଯେବେ ଆମ୍ଭ ବ୍ୟବସ୍ଥାନୁସାରେ ଗମନାଗମନ କରିବାକୁ ଆପଣା ଆପଣା ପଥରେ କେବଳ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ଆମ୍ଭ ଦୃଷ୍ଟିରେ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ; ଏହେତୁ ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣାର ସେହି ପ୍ରତିଜ୍ଞା ସଫଳ କର।’
17 And now, my Father, God of Israel, let the word you spoke to your servant David be confirmed. ଏହେତୁ ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭ ଦାସ ଦାଉଦଙ୍କ ପ୍ରତି ଉକ୍ତ ତୁମ୍ଭର ବାକ୍ୟ ଦୃଢ଼ ହେଉ।
18 But will our Father really live with people on earth? The heavens and highest heavens can't hold you—how much less this house I built. ମାତ୍ର ପରମେଶ୍ୱର କʼଣ ପୃଥିବୀରେ ମନୁଷ୍ୟମାନଙ୍କ ସଙ୍ଗରେ ନିତାନ୍ତ ବାସ କରିବେ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭଙ୍କୁ ଧାରଣ କରି ନ ପାରେ; ତେବେ ଆମ୍ଭ ନିର୍ମିତ ଏହି ଗୃହ କʼଣ ପାରିବ?
19 Yet hear the prayer of your servant and his plea, O my Father, and hear the cry and prayer your servant prays before you. ତଥାପି ହେ ସଦାପ୍ରଭୋ, ମୋର ପରମେଶ୍ୱର, ତୁମ୍ଭ ଦାସ ତୁମ୍ଭ ସମ୍ମୁଖରେ ଯେଉଁ କାକୂକ୍ତି ଓ ପ୍ରାର୍ଥନା ନିବେଦନ କରୁଅଛି, ତାହା ଶୁଣିବା ପାଇଁ ତୁମ୍ଭେ ଆପଣା ଦାସର ପ୍ରାର୍ଥନା ଓ ବିନତିରେ ମନୋଯୋଗ କର;
20 May your eyes be open toward this house day and night, toward the place where you said you'd put your name, to hear the prayer your servant prays toward this place. ତୁମ୍ଭେ ଯେଉଁ ସ୍ଥାନରେ ଆପଣା ନାମ ସ୍ଥାପନ କରିବ ବୋଲି କହିଅଛ, ସେହି ସ୍ଥାନ, ଅର୍ଥାତ୍‍, ଏହି ଗୃହ ପ୍ରତି ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ; ଏହି ସ୍ଥାନ ଅଭିମୁଖରେ ତୁମ୍ଭର ଦାସ ଯାହା ପ୍ରାର୍ଥନା କରିବ, ତାହା ଶୁଣ।
21 Hear your servant's and your people Israel's pleas when they pray toward this place. Hear from heaven, your dwelling; and when you hear, forgive. ପୁଣି ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଓ ତୁମ୍ଭ ଲୋକ ଇସ୍ରାଏଲ ପ୍ରାର୍ଥନା କଲେ, ତୁମ୍ଭେ ସେମାନଙ୍କ ବିନତିରେ ମନୋଯୋଗ କର; ହଁ, ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରୁ ତାହା ଶୁଣ ଓ ଶୁଣି କ୍ଷମା କର।
22 If a man sins against his neighbor and must swear an oath, and he comes and swears his oath before your altar in this house, କେହି ଆପଣା ପ୍ରତିବାସୀ ବିରୁଦ୍ଧରେ ପାପ କଲେ, ଯେବେ ତାହାକୁ ଶପଥ କରାଇବା ପାଇଁ ଶପଥ ନିରୂପିତ ହୁଏ ଓ ସେ ଆସି ଏହି ଗୃହସ୍ଥିତ ତୁମ୍ଭ ଯଜ୍ଞବେଦି ସମ୍ମୁଖରେ ଶପଥ କରେ;
23 then hear from heaven and act. Judge your servants: pay back the guilty for their deeds, and clear the righteous, rewarding them by their righteousness. ତେବେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣି ନିଷ୍ପତ୍ତି କର ଓ ଆପଣା ଦାସମାନଙ୍କର ବିଚାର କରି ଦୋଷୀର କର୍ମଫଳ ତାହାର ନିଜ ମସ୍ତକରେ ବର୍ତ୍ତାଇବା ପାଇଁ ଦୋଷୀକୁ ପ୍ରତିଫଳ ଦିଅ; ପୁଣି ଧାର୍ମିକକୁ ତାହାର ଧାର୍ମିକତା ପ୍ରମାଣେ ଫଳ ଦେବା ପାଇଁ ଧାର୍ମିକ କର।
24 If your people Israel, defeated by enemies for sinning against you, turn back to praise your name, pray, and plead with you in this house, ପୁଣି ତୁମ୍ଭ ଲୋକ ଇସ୍ରାଏଲ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଶତ୍ରୁ ସମ୍ମୁଖରେ ପରାସ୍ତ ହେଲେ ଯେବେ ପୁନର୍ବାର ଫେରି ତୁମ୍ଭ ନାମ ସ୍ୱୀକାର କରନ୍ତି ଓ ଏହି ଗୃହରେ ତୁମ୍ଭ ନିକଟରେ ପ୍ରାର୍ଥନା ଓ ବିନତି କରନ୍ତି;
25 then hear from heaven, forgive the sin of your people Israel, and bring them back to the land you gave to them and their ancestors. ତେବେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣ ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର, ପୁଣି ସେମାନଙ୍କୁ ଓ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ସେଠାକୁ ପୁନର୍ବାର ସେମାନଙ୍କୁ ଆଣ।
26 When the sky is shut with no rain because they sinned against you, if they pray toward this place, praise your name, and turn from their sin when you make them suffer, ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇ ବୃଷ୍ଟି ନ ହୁଏ, ତେବେ ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ, ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ୱୀକାର କରି ଆପଣା ଆପଣା ପାପରୁ ଫେରନ୍ତି;
27 then hear from heaven, forgive your servants' sin, your people Israel, when you teach them the good path to walk, and send rain on your land, which you gave your people as their inheritance. ତେବେ ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ସେମାନଙ୍କର ଗନ୍ତବ୍ୟ ସତ୍‍ପଥ ବିଷୟରେ ଶିକ୍ଷା ଦେଇ ଆପଣା ଦାସମାନଙ୍କର ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର; ପୁଣି ତୁମ୍ଭ ଲୋକମାନଙ୍କ ଅଧିକାରାର୍ଥେ ଦତ୍ତ ତୁମ୍ଭ ଦେଶ ଉପରେ ବୃଷ୍ଟି କର।
28 If famine, plague, blight, mildew, locust, or caterpillar strikes the land; if enemies besiege them in their towns—whatever plague or sickness comes, ଯଦି ଦେଶରେ ଦୁର୍ଭିକ୍ଷ ହୁଏ, କିମ୍ବା ମହାମାରୀ ହୁଏ, ଶସ୍ୟର ଶୋଷ କି ମ୍ଳାନି, କିଅବା ପଙ୍ଗପାଳ ବା କୀଟ ହୁଏ; କିମ୍ବା ଯଦି ସେମାନଙ୍କ ଶତ୍ରୁଗଣ ସେମାନଙ୍କ ଦେଶସ୍ଥ ନଗରସମୂହରେ ସେମାନଙ୍କୁ ଅବରୋଧ କରନ୍ତି; କୌଣସି ମାରୀ କି କୌଣସି ରୋଗ ଘଟେ;
29 whatever prayer or plea anyone or all your people Israel makes, each knowing his own suffering and pain and spreading his hands toward this house, ତେବେ ଆପଣା ଆପଣା ପୀଡ଼ା ଓ ଦୁଃଖ ଜାଣି କୌଣସି ଲୋକ କିଅବା ତୁମ୍ଭର ସମଗ୍ର ଇସ୍ରାଏଲ ଲୋକ ଏହି ଗୃହ ଆଡ଼େ ହସ୍ତ ବିସ୍ତାର କରି କୌଣସି ପ୍ରାର୍ଥନା କି ବିନତି କଲେ,
30 then hear from heaven, your home, and forgive, and repay each according to all his ways, since you know his heart—for you alone know every human heart, ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରୁ ତାହା ଶ୍ରବଣ କରି କ୍ଷମା କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ, କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ ଜାଣୁଅଛ।
31 so they may fear you and walk in your ways as long as they live on the land you gave our ancestors. ତାହାହେଲେ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ତହିଁରେ ସେମାନଙ୍କ ବସତିର ସମସ୍ତ ଦିନ ତୁମ୍ଭ ପଥରେ ଚାଲିବା ପାଇଁ ସେମାନେ ତୁମ୍ଭଙ୍କୁ ଭୟ କରିବେ।
32 Also, when a foreigner not of your people Israel comes from a distant land for your great name, your mighty hand, and your outstretched arm—when they come and pray toward this house, ଆହୁରି ଯେ ତୁମ୍ଭ ଇସ୍ରାଏଲ ଲୋକର ମଧ୍ୟବର୍ତ୍ତୀ ନୁହେଁ, ଏପରି କୌଣସି ବିଦେଶୀ ଯେବେ ତୁମ୍ଭର ମହାନାମ ଓ ତୁମ୍ଭର ବଳବାନ ହସ୍ତ ଓ ତୁମ୍ଭର ବିସ୍ତୀର୍ଣ୍ଣ ବାହୁ ସକାଶୁ ଦୂର ଦେଶରୁ ଆସେ ଓ ଆସି ଏହି ଗୃହ ଆଡ଼େ ପ୍ରାର୍ଥନା କରେ;
33 then hear from heaven where you live, and do all the foreigner asks, so all the earth's peoples may know your name and fear you, as your people Israel do, and know this house I built bears your name. ତେବେ ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରୁ ତାହା ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ ଲୋକ ତୁଲ୍ୟ ତୁମ୍ଭଙ୍କୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ।
34 If your people go to war against their enemies wherever you send them, and pray to you toward this city you have chosen and the house I built for your name, ତୁମ୍ଭେ ଆପଣା ଲୋକମାନଙ୍କୁ ଯେକୌଣସି ଆଡ଼େ ପଠାଇଲେ, ଯେବେ ସେମାନେ ଆପଣା ଶତ୍ରୁଗଣ ସଙ୍ଗେ ଯୁଦ୍ଧ କରିବାକୁ ବାହାରେ ଯାଇ ତୁମ୍ଭର ମନୋନୀତ ଏହି ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋʼ ନିର୍ମିତ ଏହି ଗୃହ ଆଡ଼େ ତୁମ୍ଭ ନିକଟରେ ପ୍ରାର୍ଥନା କରନ୍ତି,
35 then hear from heaven their prayer and their plea, and uphold their cause. ତେବେ ତୁମ୍ଭେ ସ୍ୱର୍ଗରୁ ସେମାନଙ୍କର ପ୍ରାର୍ଥନା ଓ ବିନତି ଶୁଣି ସେମାନଙ୍କର ବିଚାର ନିଷ୍ପତ୍ତି କର।
36 If they sin against you—for no one is without sin—and you are angry with them and hand them to an enemy who takes them captive to a land far or near, ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି (କାରଣ ଏପରି କୌଣସି ମନୁଷ୍ୟ ନାହିଁ ଯେ ପାପ କରେ ନାହିଁ), ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁର ହସ୍ତରେ ସମର୍ପଣ କଲେ, ଯେବେ ସେମାନେ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ କିମ୍ବା ନିକଟସ୍ଥ ଦେଶକୁ ନେଇଯାʼନ୍ତି;
37 yet if in the land of their captivity they take it to heart, and turn back and plead with you there, saying, "We have sinned, we did wrong, we acted evilly," ତଥାପି ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ପୁନର୍ବାର ଫେରନ୍ତି ଓ ଆପଣାମାନଙ୍କ ବନ୍ଦୀତ୍ୱ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ‘ଆମ୍ଭେମାନେ ପାପ କରିଅଛୁ ଓ ବିପଥଗାମୀ ଓ ଦୁଷ୍ଟପଣ କରିଅଛୁ;’
38 if they turn back to you with all their heart and soul in the land of their captivity where they were taken, and pray toward their land you gave their ancestors, the city you chose, and the house I built for your name, ଶତ୍ରୁଗଣ ସେମାନଙ୍କୁ ଯେଉଁ ଦେଶକୁ ବନ୍ଦୀ କରି ନେଇ ଯାଇଅଛନ୍ତି, ଆପଣାମାନଙ୍କର ସେହି ବନ୍ଦୀତ୍ୱ ଦେଶରେ ଥାଇ ଯେବେ ସେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତୁମ୍ଭ ପ୍ରତି ଫେରନ୍ତି, ପୁଣି ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ଆପଣାମାନଙ୍କର ସେହି ଦେଶ ଆଡ଼େ, ପୁଣି ତୁମ୍ଭ ମନୋନୀତ ନଗର ଓ ତୁମ୍ଭ ନାମ ନିମନ୍ତେ ଆମ୍ଭର ନିର୍ମିତ ଗୃହ ଆଡ଼େ ମୁଖ କରି ପ୍ରାର୍ଥନା କରନ୍ତି;
39 then hear from heaven, your dwelling place, their prayer and pleas, uphold their cause, and forgive your people who sinned against you. ତେବେ ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରୁ ସେମାନଙ୍କ ପ୍ରାର୍ଥନା ଓ ବିନତି ଶୁଣ ଓ ସେମାନଙ୍କର ବିଚାର ନିଷ୍ପତ୍ତି କର; ଆଉ ତୁମ୍ଭ ବିରୁଦ୍ଧରେ ପାପକାରୀ ଆପଣା ଲୋକମାନଙ୍କୁ କ୍ଷମା କର।
40 Now, my Father, let your eyes be open and your ears attentive to the prayer of this place. ଏବେ, ହେ ମୋହର ପରମେଶ୍ୱର, ମୁଁ ବିନୟ କରୁଅଛି, ଏହି ସ୍ଥାନରେ ଯେଉଁ ପ୍ରାର୍ଥନା କରାଯାଏ, ତହିଁ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଓ ତୁମ୍ଭର କର୍ଣ୍ଣ ନିବିଷ୍ଟ ଥାଉ।
41 And now arise, my Father, and come to your resting place, you and the ark of your might. Let your priests, my Father, be clothed with salvation, and let your faithful ones rejoice in your goodness. ଏଣୁ ଏବେ, ହେ ସଦାପ୍ରଭୋ ପରମେଶ୍ୱର, ଉଠ, ତୁମ୍ଭେ ଓ ତୁମ୍ଭର ଶକ୍ତିରୂପ ସିନ୍ଦୁକ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର; ହେ ସଦାପ୍ରଭୋ ପରମେଶ୍ୱର, ତୁମ୍ଭର ଯାଜକମାନେ ପରିତ୍ରାଣରୂପ ବସ୍ତ୍ର ପରିଧାନ କରନ୍ତୁ ଓ ତୁମ୍ଭର ସାଧୁମାନେ ମଙ୍ଗଳରେ ଆନନ୍ଦ କରନ୍ତୁ।
42 My Father, do not reject your anointed one. Remember your covenant love for David your servant. ହେ ସଦାପ୍ରଭୋ ପରମେଶ୍ୱର, ଆପଣା ଅଭିଷିକ୍ତର ମୁଖ ଫେରାଇ ନ ଦିଅ; ଆପଣା ଦାସ ଦାଉଦଙ୍କ ପ୍ରତି ଦୟାସବୁ ସ୍ମରଣ କର।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]