Skip to content
The Believer's Library

Indian Revised Version(IRV) Odia - 2021

2 Chronicles 8 IRVOry

Show IRVOry only
Verse × ×
1 After twenty years, in which Solomon built the house of our Father and his own palace, ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ଆପଣା ଗୃହ କୋଡ଼ିଏ ବର୍ଷ ମଧ୍ୟରେ ନିର୍ମାଣ କଲେ।
2 Solomon rebuilt the cities that Huram had given him, and settled the people of Israel in them. ତହିଁ ଉତ୍ତାରେ ହୂରମ୍‍ ଶଲୋମନଙ୍କୁ ଯେଉଁ ଯେଉଁ ଦେଇଥିଲା, ସେସବୁ ଶଲୋମନ ନିର୍ମାଣ କରି ତହିଁରେ ଇସ୍ରାଏଲ-ସନ୍ତାନଗଣକୁ ବାସ କରାଇଲେ।
3 Then Solomon marched against Hamath-zobah and overpowered it. ଏଥିଉତ୍ତାରେ ଶଲୋମନ ହମାତ୍‍-ସୋବାକୁ ଯାଇ ତାହା ପରାସ୍ତ କଲେ।
4 He built Tadmor in the wilderness, along with all the storage cities he built in Hamath. ପୁଣି ସେ ପ୍ରାନ୍ତରରେ ତଦ୍ମୋର ନଗର ଓ ହମାତ୍ତରେ ଭଣ୍ଡାର-ନଗରସବୁ ନିର୍ମାଣ କଲେ।
5 He also rebuilt Upper Beth-horon and Lower Beth-horon as fortified cities, with walls, gates, and bars, ଆହୁରି ସେ ଉପରିସ୍ଥ ବେଥ୍-ହୋରଣ ଓ ନୀଚସ୍ଥ ବେଥ୍-ହୋରଣ, ପ୍ରାଚୀର-ବେଷ୍ଟିତ ଏହି ଦୁଇ ନଗର, ପ୍ରାଚୀର, ଦ୍ୱାର ଓ ଅର୍ଗଳ ସମେତ ନିର୍ମାଣ କଲେ;
6 Baalath, all Solomon's supply cities, his chariot and horsemen cities, and all he desired to build in Jerusalem, Lebanon, and his whole realm. ଆଉ ବାଲତ୍‍ ଓ ଶଲୋମନଙ୍କର ସମସ୍ତ ଭଣ୍ଡାର ନଗର ଓ ଆପଣାର ରଥମାନଙ୍କ ନିମନ୍ତେ ସମସ୍ତ ନଗର ଓ ଆପଣାର ଅଶ୍ୱାରୂଢ଼ମାନଙ୍କ ନିମନ୍ତେ ସମସ୍ତ ନଗର, ପୁଣି ଯିରୂଶାଲମରେ ଓ ଲିବାନୋନରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଆପଣାର ସନ୍ତୋଷାର୍ଥେ ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ଇଚ୍ଛା କଲେ, ତାହାସବୁ ସେ ନିର୍ମାଣ କଲେ।
7 There were still people left from the Hittites, Amorites, Perizzites, Hivites, and Jebusites, who were not Israelites. ଯେଉଁମାନେ ଇସ୍ରାଏଲ ସନ୍ତାନ ନୁହନ୍ତି, ଏପରି ଯେସବୁ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ,
8 Their descendants still living in the land, whom Israel had not destroyed, Solomon conscripted for forced labor, as they still are today. ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ-ସନ୍ତାନଗଣ ବିନାଶ କରି ନ ଥିଲେ, ସେମାନଙ୍କ ମଧ୍ୟରୁ ଆଜିଯାଏ ବେଠିକର୍ମ କରିବା ପାଇଁ ଶଲୋମନ ଦାସ ସଂଗ୍ରହ କଲେ।
9 Solomon enslaved no Israelites for his work; they were soldiers, commanders of his officers, and commanders of his chariots and horsemen. ମାତ୍ର ଶଲୋମନ ଆପଣା କର୍ମ ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ପ୍ରଧାନ ସେନାପତି, ପୁଣି ତାଙ୍କର ରଥ ଓ ଅଶ୍ୱାରୋହୀମାନଙ୍କର ଅଧ୍ୟକ୍ଷ ହୋଇଥିଲେ।
10 These were King Solomon's chief officers: 250 who supervised the people. ଆଉ ଏମାନଙ୍କ ମଧ୍ୟରୁ ଦୁଇ ଶହ ପଚାଶ ଜଣ ଶଲୋମନ ରାଜାଙ୍କର ପ୍ରଧାନ ଅଧ୍ୟକ୍ଷ ଥିଲେ, ଏମାନେ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।
11 Solomon brought Pharaoh's daughter from the City of David to the house he built her, saying, "No wife of mine will live in David king of Israel's house, for holy is wherever our Father's ark has entered." ଏଉତ୍ତାରେ ଶଲୋମନ ଫାରୋର କନ୍ୟା ନିମନ୍ତେ ଯେଉଁ ଗୃହ ନିର୍ମାଣ କରିଥିଲେ, ସେହି ଗୃହକୁ ଦାଉଦ-ନଗରରୁ ତାହାକୁ ଆଣିଲେ; କାରଣ ସେ କହିଲେ, “ଆମ୍ଭର ଭାର୍ଯ୍ୟା ଇସ୍ରାଏଲର ରାଜା ଦାଉଦଙ୍କର ଗୃହରେ ବାସ କରିବ ନାହିଁ, ଯେହେତୁ ଯେଉଁ ଯେଉଁ ସ୍ଥାନକୁ ସଦାପ୍ରଭୁଙ୍କ ସିନ୍ଦୁକ ଆସିଅଛି, ସେସବୁ ସ୍ଥାନ ପବିତ୍ର।”
12 Then Solomon offered burnt offerings to our Father on the altar he built before the portico, ତହୁଁ ଶଲୋମନ ବାରଣ୍ଡା ସମ୍ମୁଖରେ ସଦାପ୍ରଭୁଙ୍କର ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କଲେ;
13 daily as required, by Moses' command: Sabbaths, New Moons, and three yearly festivals—the Feast of Unleavened Bread, the Feast of Weeks, and the Feast of Tabernacles. ସେ ମୋଶାଙ୍କର ଆଜ୍ଞା ପ୍ରମାଣେ ବିଶ୍ରାମବାରରେ, ଅମାବାସ୍ୟାରେ ଓ ବର୍ଷକେ ତିନି ଥର ନିରୂପିତ ପର୍ବରେ, ଅର୍ଥାତ୍‍, ତାଡ଼ିଶୂନ୍ୟ ରୁଟିର ପର୍ବରେ, ସପ୍ତାହର ପର୍ବରେ ଓ ତମ୍ବୁବାସ ପର୍ବରେ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବଳି ଉତ୍ସର୍ଗ କଲେ।
14 Following his father David's rules, he set priestly divisions for service, Levite divisions to praise and serve before the priests as each day required, and gatekeeper divisions at each gate, for David the man of our Father had commanded it. ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ୱାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ୱାରରେ ନିଯୁକ୍ତ କଲେ; କାରଣ ପରମେଶ୍ୱରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ।
15 They followed the king's orders to the priests and Levites exactly, down to the storerooms. ଆଉ ସେମାନେ କୌଣସି ବିଷୟରେ ଅବା ଭଣ୍ଡାର ବିଷୟରେ ଯାଜକମାନଙ୍କ ପ୍ରତି ଓ ଲେବୀୟମାନଙ୍କ ପ୍ରତି ରାଜାଙ୍କର ଆଜ୍ଞା ଅନ୍ୟଥା କଲେ ନାହିଁ।
16 All Solomon's work was finished, from the day our Father's house was founded until its completion; our Father's house was complete. ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପନ ଦିନକୁ ଓ ତହିଁର ସମାପ୍ତି ପର୍ଯ୍ୟନ୍ତ ଶଲୋମନଙ୍କର ସମସ୍ତ କାର୍ଯ୍ୟ ପ୍ରସ୍ତୁତ ହୋଇଥିଲା। ଏହିରୂପେ ସଦାପ୍ରଭୁଙ୍କ ଗୃହ ସମ୍ପୂର୍ଣ୍ଣ ହେଲା।
17 Then Solomon went to Ezion-geber and Eloth on the seacoast in the land of Edom. ସେତେବେଳେ ଶଲୋମନ ଇଦୋମ୍‍ ଦେଶର ସମୁଦ୍ରତୀରସ୍ଥ ଇତ୍‍ସିୟୋନ-ଗେବରକୁ ଓ ଏଲତ୍‍କୁ ଗଲେ।
18 Huram sent him ships by his servants, with sailors who knew the sea; they sailed with Solomon's servants to Ophir, took about seventeen tons of gold, and brought it to King Solomon. ତହୁଁ ହୂରମ୍‍ ଆପଣା ଦାସମାନଙ୍କ ହସ୍ତରେ ତାଙ୍କ ନିକଟକୁ ଜାହାଜ ଓ ସାମୁଦ୍ରିକ କାର୍ଯ୍ୟ ଜାଣିଥିବା ଦାସମାନଙ୍କୁ ପଠାଇଲା; ପୁଣି ସେମାନେ ଶଲୋମନଙ୍କର ଦାସମାନଙ୍କ ସଙ୍ଗେ ଓଫୀରକୁ ଯାଇ ସେଠାରୁ ଶଲୋମନ ରାଜାଙ୍କ ନିକଟକୁ ଚାରି ଶହ ପଚାଶ ତାଳନ୍ତ ସୁନା ଆଣିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]