Skip to content
The Believer's Library

Indian Revised Version(IRV) Odia - 2021

2 Chronicles 9 IRVOry

Show IRVOry only
Verse × ×
1 Hearing Solomon's fame, the queen of Sheba came to Jerusalem to test him with hard questions—a huge retinue, camels bearing spices, much gold, precious stones. Reaching Solomon, she told him all on her mind. ଏଥିଉତ୍ତାରେ ଶିବା ଦେଶର ରାଣୀ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ଯିରୂଶାଲମରେ ଶଲୋମନଙ୍କର ପରୀକ୍ଷା କରିବା ପାଇଁ ସୁଗନ୍ଧି ଦ୍ରବ୍ୟ ଓ ବିସ୍ତର ସୁବର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଆସିଲା; ପୁଣି ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲା।
2 Solomon answered all her questions; nothing was too hard for him to explain to her. ତହିଁରେ ଶଲୋମନ ତାହାର ସମସ୍ତ ପ୍ରଶ୍ନର ଉତ୍ତର କଲେ ଓ ଶଲୋମନଙ୍କର ବୋଧାଗମ୍ୟ କୌଣସି ବିଷୟ ନ ଥିଲା, ଯାହା ସେ ତାହାକୁ କହିଲେ ନାହିଁ।
3 When the queen of Sheba had seen the wisdom of Solomon, and the palace he had built, ପୁଣି ଶିବାର ରାଣୀ ଶଲୋମନଙ୍କର ଜ୍ଞାନ ଓ ତାଙ୍କ ନିର୍ମିତ ଗୃହ
4 the food on his table, his officials seated, his servants attending, their clothing, his cupbearers and theirs, and the burnt offerings at the house of our Father—it took her breath away. ଓ ତାଙ୍କର ମେଜର ଖାଦ୍ୟଦ୍ରବ୍ୟ ଓ ତାଙ୍କର ଭୃତ୍ୟମାନଙ୍କର ଆସନ ଓ ତାଙ୍କର ମନ୍ତ୍ରୀମାନଙ୍କର ସେବା ଓ ସେମାନଙ୍କର ବସ୍ତ୍ର ଓ ତାଙ୍କର ପାତ୍ରବାହକଗଣ ଓ ସେମାନଙ୍କର ବସ୍ତ୍ର ଓ ସଦାପ୍ରଭୁଙ୍କ ଗୃହକୁ ଉଠି ଯିବା ପାଇଁ ତାହାର ପାବଚ୍ଛ, ଏହିସବୁ ଦେଖି ହତଜ୍ଞାନ ହେଲା।
5 She told the king, "The report I heard in my own land about your words and your wisdom was true. ତହୁଁ ସେ ରାଜାଙ୍କୁ କହିଲା, “ଆମ୍ଭେ ଆପଣା ଦେଶରେ ଥାଇ ଆପଣଙ୍କ କାର୍ଯ୍ୟ ଓ ଆପଣଙ୍କ ଜ୍ଞାନ ବିଷୟରେ ଯେଉଁ ସମ୍ବାଦ ପାଇଥିଲୁ, ତାହା ସତ୍ୟ।
6 I didn't believe the reports until I came and saw for myself. Not half the greatness of your wisdom was told me; you surpass the report I heard. ତଥାପି ଆମ୍ଭେ ଆସି ଆପଣା ଚକ୍ଷୁରେ ନ ଦେଖିବା ଯାଏ ଲୋକମାନଙ୍କର କଥା ବିଶ୍ୱାସ କଲୁ ନାହିଁ; ଆଉ ଦେଖନ୍ତୁ, ଆପଣଙ୍କ ଜ୍ଞାନର ଅର୍ଦ୍ଧେକ ମାହାତ୍ମ୍ୟ ଆମ୍ଭକୁ କୁହାଯାଇ ନ ଥିଲା; ଆମ୍ଭ ଶୁଣିବାର ଅପେକ୍ଷା ଆପଣଙ୍କ ସୁଖ୍ୟାତି ଅଧିକ।
7 How happy your people! How happy these servants who stand before you always, hearing your wisdom! ଆପଣଙ୍କ ଲୋକମାନେ ଧନ୍ୟ, ଆପଣଙ୍କର ଏହି ଦାସମାନେ ଧନ୍ୟ, ସେମାନେ ନିତ୍ୟ ଆପଣଙ୍କ ସମ୍ମୁଖରେ ଠିଆ ହୋଇ ଆପଣଙ୍କ ଜ୍ଞାନର କଥା ଶୁଣନ୍ତି।
8 Blessed be the LORD your God, who delighted in you and set you on his throne as king for the LORD your God! Because your God loved Israel, establishing them forever, he made you king to do justice and righteousness." ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ଯେ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହୋଇ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ପକ୍ଷରେ ରାଜା ହେବାକୁ ଆପଣା ସିଂହାସନରେ ଆପଣଙ୍କୁ ବସାଇ ଅଛନ୍ତି; ଯେଣୁ ଆପଣଙ୍କ ପରମେଶ୍ୱର ଇସ୍ରାଏଲକୁ ଅନନ୍ତକାଳସ୍ଥାୟୀ କରିବା ନିମନ୍ତେ ସେମାନଙ୍କୁ ପ୍ରେମ କରନ୍ତି; ଏହି ହେତୁରୁ ବିଚାର ଓ ନ୍ୟାୟ କରିବାକୁ ସେ ସେମାନଙ୍କ ଉପରେ ଆପଣଙ୍କୁ ରାଜା କଲେ।”
9 She gave the king about 9,000 pounds of gold, great quantities of spices, and precious stones. No spice ever matched what the queen of Sheba gave King Solomon. ଏଉତ୍ତାରେ ସେ ରାଜାଙ୍କୁ ଏକ ଶହ କୋଡ଼ିଏ ତାଳନ୍ତ ସୁନା ଓ ଅତି ବିସ୍ତର ସୁଗନ୍ଧି ଦ୍ରବ୍ୟ ଓ ମଣି ଦେଲା; ଶିବାର ରାଣୀ ଶଲୋମନ ରାଜାଙ୍କୁ ଯେଉଁ ପ୍ରକାର ସୁଗନ୍ଧି ଦ୍ରବ୍ୟ ଦେଲା, ସେପ୍ରକାର ସୁଗନ୍ଧି ଦ୍ରବ୍ୟ ଆଉ ନ ଥିଲା।
10 Huram's and Solomon's servants, who brought gold from Ophir, also brought sandalwood and precious stones. ପୁଣି ହୂରମ୍‍ର ଯେଉଁ ଦାସମାନେ ଓ ଶଲୋମନଙ୍କର ଯେଉଁ ଦାସମାନେ ଓଫୀରରୁ ସୁବର୍ଣ୍ଣ ଆଣିଲେ, ସେମାନେ ମଧ୍ୟ ଚନ୍ଦନ କାଷ୍ଠ ଓ ମଣି ଆଣିଲେ।
11 From the sandalwood the king made steps for our Father's house and his palace, and lyres and harps for the singers—none like them ever seen in Judah. ଆଉ ରାଜା ସେହି ଚନ୍ଦନ କାଷ୍ଠ ଦ୍ୱାରା ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ପାଇଁ ସୋପାନ ଓ ଗାୟକମାନଙ୍କ ନିମନ୍ତେ ବୀଣା ଓ ନେବଲ ପ୍ରସ୍ତୁତ କଲେ; ଏପରି ଚନ୍ଦନ କାଷ୍ଠ ପୂର୍ବରେ ଯିହୁଦା ଦେଶରେ ଦେଖାଯାଇ ନ ଥିଲା।
12 King Solomon gave the queen of Sheba all she desired, whatever she asked, more than she had brought him. Then she returned to her own land with her servants. ପୁଣି ଶିବାର ରାଣୀ ଯାହା ଯାହା ମାଗିଲା, ତାହାର ମନୋବାଞ୍ଛାନୁସାରେ ଶଲୋମନ ରାଜା ତାହାସବୁ ତାହାକୁ ଦେଲେ, (ତାହା ଛଡ଼ା ରାଜାଙ୍କ ନିକଟକୁ ତାହାର ଆନୀତ ଦ୍ରବ୍ୟର ପ୍ରତିଦାନ କଲେ) ଏଥିଉତ୍ତାରେ ରାଣୀ ଓ ତାହାର ଦାସମାନେ ଫେରି ଆପଣା ଦେଶକୁ ଗଲେ।
13 The weight of gold that came to Solomon in a single year was about twenty-five tons, ବର୍ଷକ ମଧ୍ୟରେ ଶଲୋମନଙ୍କ ନିକଟକୁ ଛଅ ଶହ ଛଷଠି ତାଳନ୍ତ ପରିମିତ ସୁନା ଆସେ;
14 besides what traders and merchants brought; all the kings of Arabia and governors of the land brought gold and silver to Solomon. ତାହା ଛଡ଼ା ପାଇକର ଓ ବଣିକମାନେ ସୁନା ଆଣିଲେ; ପୁଣି ଆରବୀୟ ସମସ୍ତ ରାଜା ଓ ଦେଶାଧ୍ୟକ୍ଷମାନେ ଶଲୋମନଙ୍କ ନିକଟକୁ ସୁନା ଓ ରୂପା ଆଣିଲେ।
15 King Solomon made 200 large shields of hammered gold, each with about fifteen pounds of gold. ତହିଁରେ ଶଲୋମନ ରାଜା ପିଟାସୁନାରେ ଦୁଇ ଶହ ବଡ଼ ଢ଼ାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଳରେ ଛଅ ଶହ ଶେକଲ ସୁନା ଲାଗିଲା।
16 He made 300 smaller shields of hammered gold, about seven and a half pounds each. The king put them in the House of the Forest of Lebanon. ପୁଣି, ସେ ପିଟାସୁନାରେ ତିନି ଶହ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ତିନି ମିନାସ୍ ସୁନା ଲାଗିଲା; ଆଉ, ରାଜା ଲିବାନୋନ-ଅରଣ୍ୟ ଗୃହରେ ତାହାସବୁ ରଖିଲେ।
17 The king made a large ivory throne and covered it with pure gold. ଆହୁରି, ରାଜା ହସ୍ତୀଦନ୍ତର ଗୋଟିଏ ବୃହତ ସିଂହାସନ ନିର୍ମାଣ କରି ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ।
18 The throne had six steps with a gold footstool attached to it; armrests flanked the seat, with two lions standing beside them, ସେହି ସିଂହାସନରେ ଏକ ସ୍ୱର୍ଣ୍ଣମୟ ପାଦପୀଠ ସହିତ ଛଅ ପାହାଚ ସିଂହାସନ ସଂଯୁକ୍ତ ହୋଇଥିଲା, ଆଉ ଆସନର ଦୁଇ ପାର୍ଶ୍ଵରେ ଦୁଇ ହସ୍ତାବଲମ୍ବନ ଥିଲା ଓ ସେହି ହସ୍ତାବଲମ୍ବନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ।
19 and twelve lions stood there, one at either end of each of the six steps. Nothing like it was ever made for any kingdom. ସେହି ଛଅ ପାହାଚ ଉପରେ ଦୁଇପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ନୋହିଲା।
20 All King Solomon's cups were gold, and every vessel of the House of the Forest of Lebanon was pure gold. Silver counted as nothing in Solomon's days, ଶଲୋମନ ରାଜାଙ୍କର ପାନପାତ୍ରସବୁ ସୁନାର ଥିଲା ଓ ଲିବାନୋନ-ଅରଣ୍ୟ ଗୃହର ସମସ୍ତ ପାତ୍ର ଶୁଦ୍ଧ ସୁବର୍ଣ୍ଣର ଥିଲା; ଶଲୋମନଙ୍କ ସମୟରେ ରୂପା କିଛି ବୋଲି ଗଣା ନୋହିଲା।
21 for the king's ships sailed to Tarshish with Huram's servants; every three years the Tarshish ships returned with gold, silver, ivory, apes, and peacocks. କାରଣ ହୂରମ୍‍ର ଦାସମାନଙ୍କ ସଙ୍ଗେ ରାଜାଙ୍କର ତର୍ଶୀଶଗାମୀ ଜାହାଜମାନ ଥିଲେ; ସେହି ତର୍ଶୀଶର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା ଓ ହସ୍ତୀଦନ୍ତ, ପୁଣି ବାନର ଓ ମୟୂର ନେଇ ଆସନ୍ତି।
22 So King Solomon surpassed all the kings of the earth in riches and wisdom. ଏହିରୂପେ ଶଲୋମନ ରାଜା ଐଶ୍ୱର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କ ଅପେକ୍ଷା ମହାନ ହେଲେ।
23 All the kings of the earth sought Solomon's presence to hear the wisdom our Father put in his heart. ଆଉ ପରମେଶ୍ୱର ଶଲୋମନଙ୍କର ହୃଦୟରେ ଯେଉଁ ଜ୍ଞାନ ଦେଇଥିଲେ, ତହିଁର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତ ରାଜା ତାଙ୍କର ସାକ୍ଷାତ କରିବାକୁ ଚାହିଁଲେ।
24 Each brought his gift—silver and gold articles, garments, weapons, spices, horses, and mules—year after year. ପୁଣି, ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣାର ଭେଟି ରୂପେ ରୂପାପାତ୍ର ଓ ସୁନାପାତ୍ର ଓ ବସ୍ତ୍ର, ଅସ୍ତ୍ରଶସ୍ତ୍ର ଓ ସୁଗନ୍ଧି ଦ୍ରବ୍ୟ, ଅଶ୍ୱ ଓ ଖଚର ଆଣିଲେ।
25 Solomon had 4,000 horse-and-chariot stalls and 12,000 horsemen, kept in the chariot cities and with the king in Jerusalem. ଆଉ ଶଲୋମନଙ୍କର ଅଶ୍ୱ ଓ ରଥ ନିମନ୍ତେ ଚାରି ହଜାର ଶାଳା ଥିଲା ଓ ବାର ହଜାର ଅଶ୍ୱାରୂଢ଼ ଥିଲେ, ଏସବୁକୁ ସେ ରଥ-ନଗରମାନରେ ଓ ଯିରୂଶାଲମରେ ରାଜାଙ୍କ ନିକଟରେ ରଖିଲେ।
26 He ruled all the kings from the Euphrates to the land of the Philistines, to Egypt's border. ଆଉ, ସେ (ଫରାତ୍‍) ନଦୀଠାରୁ ପଲେଷ୍ଟୀୟମାନଙ୍କର ଦେଶ ଓ ମିସରର ସୀମା ପର୍ଯ୍ୟନ୍ତ ସମସ୍ତ ରାଜା ଉପରେ ରାଜତ୍ୱ କଲେ।
27 The king made silver in Jerusalem like stones, and cedar as plentiful as foothill sycamore-figs. ପୁଣି ରାଜା ଯିରୂଶାଲମରେ ରୂପାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରିବୃକ୍ଷ ପରି କଲେ।
28 Horses were imported for Solomon from Egypt and from all the lands. ଆଉ ଲୋକମାନେ ମିସରରୁ ଓ ସମସ୍ତ ଦେଶରୁ ଶଲୋମନଙ୍କ ପାଇଁ ଅଶ୍ୱ ଆଣିଲେ।
29 Solomon's other deeds, first to last—aren't they recorded in the words of Nathan the prophet, Ahijah of Shiloh's prophecy, and the visions of Iddo the seer about Jeroboam son of Nebat? ଶଲୋମନଙ୍କର ଅବଶିଷ୍ଟ ବୃତ୍ତାନ୍ତ, ଆରମ୍ଭରୁ ଶେଷ ପର୍ଯ୍ୟନ୍ତ, ନାଥନ ଭବିଷ୍ୟଦ୍‍ବକ୍ତାଙ୍କର ଇତିହାସ ପୁସ୍ତକରେ ଓ ଶୀଲୋନୀୟ ଅହୀୟର ଭବିଷ୍ୟଦ୍‍ବାକ୍ୟରେ ଓ ନବାଟର ପୁତ୍ର ଯାରବୀୟାମଙ୍କ ବିଷୟକ ଇଦ୍ଦୋ ଦର୍ଶକର ଦର୍ଶନ ମଧ୍ୟରେ କʼଣ ଲେଖା ନାହିଁ?
30 Solomon reigned in Jerusalem over all Israel forty years. ଶଲୋମନ ଯିରୂଶାଲମରେ ଚାଳିଶ ବର୍ଷ କାଳ ସମଗ୍ର ଇସ୍ରାଏଲ ଉପରେ ରାଜତ୍ୱ କଲେ।
31 Solomon rested with his ancestors, buried in the city of David his father. His son Rehoboam reigned in his place. ପୁଣି ଶଲୋମନ ଆପଣା ପିତୃଲୋକଙ୍କ ସହିତ ଶୟନ କରି ଆପଣା ପିତା ଦାଉଦଙ୍କର ନଗରରେ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]