Skip to content
The Believer's Library

Indian Revised Version(IRV) Odia - 2021

2 Corinthians 2 IRVOry

Show IRVOry only
Verse × ×
1 So I made up my mind not to make another painful visit to you. ମାତ୍ର ତୁମ୍ଭମାନଙ୍କ ନିକଟକୁ ମୋହର ଯିବା ଯେପରି ପୁନର୍ବାର ଦୁଃଖଜନକ ନ ହୁଏ, ଏହା ମୁଁ ମନରେ ସ୍ଥିର କଲି।
2 For if I hurt you, who is left to cheer me but the one I hurt? ଯେଣୁ ମୁଁ ଯଦି ତୁମ୍ଭମାନଙ୍କୁ ଦୁଃଖ ଦିଏ, ତେବେ ଯାହାକୁ ମୁଁ ଦୁଃଖ ଦିଏ, ତାହା ଛଡ଼ା ଆଉ କିଏ ମୋତେ ଆନନ୍ଦ ଦେବ?
3 I wrote this so that when I came those who should make me rejoice would not pain me, confident in all of you that my joy is the joy of you all. ପୁଣି, ଯେଉଁମାନଙ୍କଠାରୁ ମୋହର ଆନନ୍ଦ ପାଇବା ଉଚିତ, ସେମାନଙ୍କଠାରୁ ମୁଁ ଆସି ଯେପରି ଦୁଃଖ ନ ପାଏ, ଏଥିନିମନ୍ତେ ମୁଁ ଏହି କଥା ଲେଖିଥିଲି, ଯେଣୁ ମୋହର ଆନନ୍ଦରେ ଯେ ତୁମ୍ଭମାନଙ୍କର ଆନନ୍ଦ, ଏହା ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ବିଶ୍ୱାସ।
4 Out of deep distress and anguish of heart I wrote to you with many tears, not to grieve you but to show you the overflowing love I have for you. କାରଣ ବହୁତ କ୍ଳେଶ ଓ ହୃଦୟର ବେଦନାରେ ବହୁ-ଅଶ୍ରୁପାତ ସହିତ ମୁଁ ତୁମ୍ଭମାନଙ୍କୁ ଲେଖିଥିଲି ଯେପରି ତୁମ୍ଭେମାନେ ଦୁଃଖିତ ହୁଅ, ଏପରି ନୁହେଁ, ମାତ୍ର ତୁମ୍ଭମାନଙ୍କ ପ୍ରତି ମୋହର ଯେ ଅଧିକ ପ୍ରଚୁର ପ୍ରେମ ଅଛି, ଏହା ଯେପରି ତୁମ୍ଭେମାନେ ଜ୍ଞାତ ହୁଅ।
5 But if anyone has caused pain, he has not so much pained me as, in part, all of you—I don't want to be too hard on him. କିନ୍ତୁ ଯଦି କେହି ଦୁଃଖ ଦେଇଅଛି, ସେ ମୋତେ ଦୁଃଖ ଦେଇ ନାହିଁ, ମାତ୍ର କେତେକ ପରିମାଣରେ (ମୁଁ ଅଧିକ କଠିନ ହେବାକୁ ଇଚ୍ଛା କରୁ ନାହିଁ) ତୁମ୍ଭ ସମସ୍ତଙ୍କୁ ଦୁଃଖ ଦେଇଅଛି।
6 For such a person, this punishment by the majority is enough. ଅଧିକାଂଶଙ୍କ ଦ୍ୱାରା ଏପରି ଲୋକ ଯେଉଁ ଶାସ୍ତି ପାଇଅଛି, ତାହା ପକ୍ଷରେ ତାହା ଯଥେଷ୍ଟ;
7 So now instead you should forgive and comfort him, or he may be overwhelmed by excessive sorrow. ଏଣୁ କାଳେ ଏପରି ଲୋକ ଅତିରିକ୍ତ ଦୁଃଖରେ ବୁଡ଼ିଯାଏ, ଏଥିପାଇଁ ତୁମ୍ଭେମାନେ ତାହାକୁ ବରଂ କ୍ଷମା କର ଓ ସାନ୍ତ୍ୱନା ଦିଅ।
8 So I urge you to reaffirm your love for him. ଅତଏବ, ତାହା ପ୍ରତି ପ୍ରେମ ବ୍ୟବହାର ସ୍ଥାପନ କରିବାକୁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି।
9 This is also why I wrote: to test you and know whether you are obedient in everything. କାରଣ ତୁମ୍ଭେମାନେ ସମସ୍ତ ବିଷୟରେ ଯେ ବାଧ୍ୟ ଅଟ, ତୁମ୍ଭମାନଙ୍କ ବିଷୟରେ ସେଥିର ପ୍ରମାଣ ଯେପରି ମୁଁ ପାଏ, ଏହି ଉଦ୍ଦେଶ୍ୟରେ ମଧ୍ୟ ଲେଖିଥିଲି।
10 Anyone you forgive, I forgive too. What I have forgiven—if anything—I forgave for your sake before Christ, କିନ୍ତୁ ତୁମ୍ଭେମାନେ ଯାହାର କିଛି କ୍ଷମା କର, ମୁଁ ମଧ୍ୟ ତାହାକୁ କ୍ଷମା କରେ; କାରଣ ମୁଁ ଯଦି କିଛି କ୍ଷମା କରିଅଛି, ତେବେ ଯାହା କ୍ଷମା କରିଅଛି, ତାହା ଖ୍ରୀଷ୍ଟଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ସକାଶେ କ୍ଷମା କରିଅଛି,
11 so that we would not be outwitted by Satan—for we are not unaware of his schemes. ଯେପରି ଶୟତାନ ଆମ୍ଭମାନଙ୍କର ଅପକାର କରିବାକୁ ସୁଯୋଗପ୍ରାପ୍ତ ନ ହୁଏ। କାରଣ ଆମ୍ଭେମାନେ ତାହାର ସମସ୍ତ ଦୁଷ୍ଟ କଳ୍ପନା ସମ୍ବନ୍ଧରେ ଅଜ୍ଞ ନୋହୁଁ।
12 When I came to Troas to preach the gospel of Christ, a door opened for me in the Lord, ପୁଣି, ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ତ୍ରୋୟାକୁ ଆସିଲା ଉତ୍ତାରେ ପ୍ରଭୁଙ୍କ କାର୍ଯ୍ୟ ନିମନ୍ତେ ସୁଯୋଗରୂପ ଦ୍ୱାର ମୁକ୍ତ ହେଲେ ହେଁ,
13 yet my spirit had no rest, for I did not find my brother Titus there. So I said goodbye and went on to Macedonia. ମୋହର ଭାଇ ତୀତସଙ୍କୁ ନ ଦେଖି ଆତ୍ମାରେ ଶାନ୍ତି ନ ପାଇବାରୁ ସେମାନଙ୍କଠାରୁ ବିଦାୟ ଘେନି ମାକିଦନିଆକୁ ପ୍ରସ୍ଥାନ କଲି।
14 But thanks to our Father, who always leads us in triumph in Christ and through us spreads everywhere the fragrance of knowing him. କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟ ଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ୱାରା ପ୍ରକାଶ କରୁଅଛନ୍ତି,
15 For we are the aroma of Christ to our Father among those being saved and those perishing, କାରଣ ପରିତ୍ରାଣ ପାଉଥିବା ଓ ବିନାଶ ହେଉଥିବା ଲୋକମାନଙ୍କ ମଧ୍ୟରେ ଆମ୍ଭେମାନେ ଈଶ୍ବରଙ୍କ ଦୃଷ୍ଟିରେ ଖ୍ରୀଷ୍ଟଙ୍କର ସୁଗନ୍ଧ ସ୍ୱରୂପ,
16 to one, a fragrance from death to death; to the other, a fragrance from life to life. And who is sufficient for this? ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ୱରୂପ। ଆଉ ଏହି ସମସ୍ତ ନିମନ୍ତେ କିଏ ସମର୍ଥ?
17 For we're not, like so many, peddlers of our Father's word, but in sincerity, as from him, in his sight, we speak in Christ. ସେହି ଅନେକ ଲୋକ ଯେପରି ଈଶ୍ବରଙ୍କ ବାକ୍ୟ ବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଈଶ୍ବରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]