Skip to content
The Believer's Library

Indian Revised Version(IRV) Odia - 2021

2 Corinthians 3 IRVOry

Show IRVOry only
Verse × ×
1 Are we starting to recommend ourselves again? Or do we, like some, need letters of recommendation to you or from you? ଆମ୍ଭେମାନେ କି ପୁନର୍ବାର ଆତ୍ମପ୍ରଶଂସା କରିବାକୁ ଆରମ୍ଭ କରୁଅଛୁ? କିମ୍ବା କାହାରି କାହାରି ପରି କଅଣ ତୁମ୍ଭମାନଙ୍କ ନିକଟକୁ ବା ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କର ପ୍ରଶଂସାପତ୍ର ଆବଶ୍ୟକ?
2 You yourselves are our letter, written on our hearts, known and read by everyone. ତୁମ୍ଭେମାନେ ତ ଆମ୍ଭମାନଙ୍କ ହୃଦୟରେ ଲିଖିତ ଏବଂ ସମସ୍ତ ଲୋକଙ୍କ ଜ୍ଞାତ ଓ ପଠିତ ଆମ୍ଭମାନଙ୍କ ପତ୍ର-ସ୍ୱରୂପ;
3 You show yourselves to be a letter from Christ, delivered by us—written not with ink but with the Spirit of our living Father, not on stone tablets but on tablets of human hearts. ପୁଣି, ତୁମ୍ଭେମାନେ ଯେ ଆମ୍ଭମାନଙ୍କ ସେବାରେ ଲିଖିତ ଖ୍ରୀଷ୍ଟଙ୍କ ପତ୍ର-ସ୍ୱରୂପ, ଏହା ପ୍ରକାଶ ପାଉଅଛି; ତାହା କାଳିରେ ଲିଖିତ ନୁହେଁ, ମାତ୍ର ଜୀବନ୍ତ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଲିଖିତ, ପ୍ରସ୍ତରଫଳକରେ ନୁହେଁ, ମାତ୍ର ମାଂସମୟ ହୃଦୟରୂପ ଫଳକରେ।
4 Such is the confidence we have through Christ toward our Father. ଆଉ, ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ଉପରେ ନିର୍ଭର ରଖି ଆମ୍ଭମାନଙ୍କର ଏହି ପ୍ରକାର ବିଶ୍ୱାସ ଅଛି।
5 Not that we're competent in ourselves to claim anything as our own, but our competence is from our Father. ଆମ୍ଭେମାନେ ଯେ ନିଜଠାରୁ କିଛି ଉଦ୍ଭାବନ କରିବାକୁ ସମର୍ଥ, ଏପରି ନୁହେଁ, ମାତ୍ର ଆମ୍ଭମାନଙ୍କର ସାମର୍ଥ୍ୟ ଈଶ୍ବରଙ୍କଠାରୁ;
6 He made us competent to serve a new covenant—not of the letter but of the Spirit. For the letter kills, but the Spirit gives life. ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାନ୍ତି, ମାତ୍ର ପବିତ୍ର ଆତ୍ମାଙ୍କ, ଅର୍ଥାତ୍‍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ, ମାତ୍ର ପବିତ୍ର ଆତ୍ମା ଜୀବନଦାୟକ;
7 If the ministry of death, carved in letters on stone, came with such glory that Israelites could not gaze at Moses' face because of its glory—a glory that was fading, ଆଉ, ଯଦି ଅକ୍ଷରରେ ପ୍ରସ୍ତର ଉପରେ ଖୋଦିତ ମୃତ୍ୟୁଦାୟକ ବ୍ୟବସ୍ଥାର ସେବାକାର୍ଯ୍ୟ ଏପରି ଗୌରବରେ ପ୍ରକାଶିତ ହୋଇଥିଲା ଯେ, ଇସ୍ରାଏଲ ଲୋକମାନେ ମୋଶାଙ୍କ ମୁଖର କ୍ଷଣସ୍ଥାୟୀ ତେଜ ସକାଶେ ତାହାଙ୍କ ମୁଖପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ ପାରିଲେ ନାହିଁ,
8 will not the ministry of the Spirit come with even greater glory? ତେବେ ଆତ୍ମିକ ସେବାକାର୍ଯ୍ୟ କେତେ ଅଧିକ ଗୌରବଯୁକ୍ତ ନ ହେବ?
9 For if the ministry of condemnation had glory, how much more does the ministry of righteousness overflow with glory! କାରଣ ଯଦି ଦଣ୍ଡାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ, ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ।
10 What was glorious has no glory now, outshined by surpassing glory. ଯେଣୁ ଯାହା ଗୌରବଯୁକ୍ତ ହୋଇଥିଲା, ତାହା ସେଥିରୁ ଅତି ଅଧିକ ଗୌରବଯୁକ୍ତ ବିଷୟର ତୁଳନାରେ ଗୌରବବିହୀନ ହୋଇଅଛି।
11 For if what was fading came with glory, how much greater is the glory of what endures! କାରଣ ଯଦି କ୍ଷଣସ୍ଥାୟୀ ବିଷୟ ଗୌରବଯୁକ୍ତ ହେଲା, ତେବେ ଚିରସ୍ଥାୟୀ ବିଷୟ ଆହୁରି ଅଧିକ ଗୌରବରେ ଅବସ୍ଥିତ।
12 Since we have such a hope, we act with great boldness. ଅତଏବ, ଏହି ପ୍ରକାର ଭରସା ପ୍ରାପ୍ତ ହୋଇ ଆମ୍ଭେମାନେ ଅତି ସାହସିକ ଅଟୁ,
13 We are not like Moses, who put a veil over his face so the Israelites couldn't stare at the end of what was fading. ଆଉ, ଇସ୍ରାଏଲ ସନ୍ତାନମାନେ ଯେପରି ସେହି କ୍ଷଣସ୍ଥାୟୀ ଗୌରବ ଲୋପ ପାଉଥିବା ଦୃଶ୍ୟ ପ୍ରତି ସ୍ଥିରଦୃଷ୍ଟି ନ କରନ୍ତି, ସେଥିପାଇଁ ମୋଶା ଯେପ୍ରକାରେ ଆପଣା ମୁଖରେ ଆବରଣ ଦେଉଥିଲେ, ଆମ୍ଭେମାନେ ସେପ୍ରକାର କରୁନାହୁଁ।
14 But their minds were hardened. To this day, the same veil remains when the old covenant is read—unlifted, since only in Christ is it removed. କିନ୍ତୁ ସେମାନଙ୍କର ଜ୍ଞାନଚକ୍ଷୁ ଜଡ଼ୀଭୂତ ହୋଇଅଛି, କାରଣ ଆଜି ପର୍ଯ୍ୟନ୍ତ ପୁରାତନ ନିୟମ ପାଠ ସମୟରେ ସେହି ଆବରଣ ପୂର୍ବ ପରି ରହିଅଛି, ଆଉ ଖ୍ରୀଷ୍ଟଙ୍କଠାରେ ସେହି ଆବରଣର ଯେ ଲୋପ ହେଉଅଛି, ଏହା ପ୍ରକାଶ ପାଉ ନାହିଁ।
15 Yes, to this day, whenever Moses is read, a veil lies over their hearts. ମାତ୍ର ଆଜି ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ପାଠ କରାଯିବା ସମୟରେ ସେମାନଙ୍କ ହୃଦୟ ଆବରଣରେ ଆଚ୍ଛାଦିତ ଥାଏ,
16 But whenever anyone turns to our Lord Jesus, the veil is taken away. କିନ୍ତୁ ପ୍ରଭୁଙ୍କ ପ୍ରତି ଫେରିଲେ ସେହି ଆବରଣ ଅପସାରିତ ହୁଏ।
17 Our Lord Jesus is the Spirit, and where the Spirit of our Lord Jesus is, there is freedom. ପ୍ରଭୁ ଆତ୍ମା ଅଟନ୍ତି; ଆଉ ଯେଉଁଠାରେ ପ୍ରଭୁଙ୍କ ଆତ୍ମା ସେଠାରେ ସ୍ୱାଧୀନତା।
18 We all, faces unveiled, gazing at the glory of our Lord Jesus, are transformed into that same image, from glory to glory, as from our Lord Jesus, the Spirit. କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେ ଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ପ୍ରତିମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯିଏ ଆତ୍ମା ଅଟନ୍ତି, ତାହାଙ୍କଠାରୁ ଏହିସବୁ ହେଉଅଛି।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]